ଆମ ଜିଲା ଖବର

ଚାଷୀଙ୍କୁ ମିଳୁନି ସାର, ବଢୁଛି କଳାବଜାର

ଧରାକୋଟ,୩୧ା୭(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଦୀର୍ଘଦିନ ପରେ ଧରାକୋଟ ଅଞ୍ଚଳରେ ଭଲ ବର୍ଷା ହୋଇଥିବାରୁ ଚାଷୀ ଚାଷକାର୍ଯ୍ୟ ଆଗେଇ ନେଉଛନ୍ତି। ତେବେ ଚାଷରେ ପ୍ରୟୋଗ ପାଇଁ ଆବଶ୍ୟକ ପରିମାଣର ସାର ମିଳୁ ନ ଥିବାରୁ ଚାଷୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ସାର କଳାବଜାର…

ଆଲିଆବାଦ ସ୍କୁଲରେ ଶିକ୍ଷକ ଅଭାବ: ୪୮ ଛାତ୍ରଛାତ୍ରୀଙ୍କ ପାଇଁ ମାତ୍ର ଜଣେ ଶିକ୍ଷୟିତ୍ରୀ

ଗଞ୍ଜାମ, ୩୧/୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ଆଲିଆବାଦ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି ମଧ୍ୟରେ ଗଭୀର ଅସନ୍ତୋଷ ପ୍ରକାଶ ପାଇଛି। ବିଦ୍ୟାଳୟରେ ୪୮ ଜଣ ଛାତ୍ରୀଛାତ୍ର ପାଠ…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ନର୍ଲା ବିଧାୟିକା: ୩୦୦ ପରିବାରଙ୍କୁ ଦେଲେ…

କେସିଙ୍ଗା, ୩୧।୭ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକରେ ଜୁଲାଇ ମାସର ଶେଷ ସପ୍ତାହରେ ହୋଇଥିବା ଲଗାଣ ବର୍ଷା ଯୋଗୁ ବେଲଖଣ୍ଡି ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବିଭିନ୍ନ ରାସ୍ତାଘାଟରେ ପାଣି ଜମି ରହିଥିବା ବେଳେ ବ୍ୟାପକ ଚାଷଜମି ଜଳମଗ୍ନ…

‘ଆତ୍ମନିର୍ଭର ଭାରତ ଗଠନରେ ଛାତ୍ରୀଛାତ୍ରଙ୍କ ଭୂମିକା’

ଦିଗପହଣ୍ଡି,୩୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଖେମୁଣ୍ଡି କଲେଜରେ ଶୁକ୍ରବାର ‘ନବସୃଜନ ଓ ନବଉଦ୍ୟମ ପ୍ରତିଯୋଗିତା ୨୦୨୬’ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଡ. ଅସିତ କୁମାର ଷଡ଼ଙ୍ଗୀ ସଚେତନତା ସଭାରେ ଅଧ୍ୟକ୍ଷତା କରି ଛାତ୍ରୀଛାତ୍ରଙ୍କ…

ହାଣ୍ଡିଶାଳକୁ ମହଙ୍ଗା ମାଡ଼: ବର୍ଷା ଋତୁରେ ଆକାଶଛୁଆଁ ପନିପରିବା ଦର

ଲାଞ୍ଜିଗଡ, ୩୧/୭ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଲାଞ୍ଜିଗଡ ଶିଳ୍ପାଞ୍ଚଳ ସମେତ ଆଖପାଖ ଅଞ୍ଚଳରେ ବର୍ଷା ଋତୁରେ ପନିପରିବା ଦର ଆକାଶଛୁଆଁ ହୋଇଛି। ଏହାର ପ୍ରଭାବ ସିଧାସଳଖ ଭାବେ ସାଧାରଣ ଲୋକଙ୍କ ହାଣ୍ଡିଶାଳ ଉପରେ ପଡ଼ିଛି। ପ୍ରାୟ ସମସ୍ତ ପ୍ରକାର…

୨୭୪ ଛାତ୍ରୀଛାତ୍ରଙ୍କ ଲାଗି ୩ ଶିକ୍ଷକ, ଅନ୍ଧାରରେ ଭବିଷ୍ୟତ

ଖଜୁରିପଡ଼ା, ୩୧ା୭ (ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଦୂତିମେଣ୍ଡି ପଞ୍ଚାୟତର ଲମ୍ବାଗୁଡ଼ରି ସରକାରୀ ଆଶ୍ରମ ବିଦ୍ୟାଳୟରେ ଶିକ୍ଷକ ଅଭାବ ଦେଖା ଦେଇଛି। ରାଜ୍ୟ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଦ୍ୱାରା ୧୯୬୯ରେ ସ୍ଥାପିତ ଏହି…

ପାରମ୍ପରିକ ବ୍ରହ୍ମପୁର ପାଟବସ୍ତ୍ର ପ୍ରଦର୍ଶନ ଉତ୍ସବର ସ୍ମରଣିକା ‘ଲାବଣ୍ୟ’ ଉନ୍ମୋଚିତ

ଛତ୍ରପୁର, ୩୧।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଜ୍ୟରେ ପ୍ରଥମ ଥର ପାଇଁ ବ୍ରହ୍ମପୁର ପାଟବୁଣାକାରଙ୍କୁ ସମର୍ପିତ ତଥା ପାରମ୍ପରିକ ପାଟବସ୍ତ୍ରରେ ନିର୍ମିତ ବିଭିନ୍ନ ପୋଷାକର ପ୍ରଦର୍ଶନୀ ଉତ୍ସବ ବ୍ରହ୍ମପୁରସ୍ଥିତ ‘ଆମେ ସବୁ’ ଡିଜିଟାଲ ପ୍ଲାଟଫର୍ମ ପକ୍ଷରୁ ଆୟୋଜନ କରାଯାଇଥିଲା। ଏହି ଉତ୍ସବ…

Flood Wedding: କନ୍ୟା ଘରକୁ ଡଙ୍ଗାରେ ଗଲେ ବର, ଭିଡିଓ ଭାଇରାଲ

ଯାଜପୁର,୩୧।୭: ଲଗାଣ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହାର ପ୍ରଭାବ ଯାଜପୁର ଜିଲାରେ ମଧ୍ୟ ଦେଖିବାକୁ ମିଳିଛି। ଜିଲାର ବଭିନ୍ନ ଗାଁରେ ପାଣି ପଶି ରାସ୍ତାଘାଟ ସବୁ ଜଳମଗ୍ନ ହୋଇପଡିଛି। ଗାଁରୁ ସହର ଯିବାକୁ…

ବାଜା ବଜାଇ ବିଦାୟୀ ଶିକ୍ଷକଙ୍କୁ ଗ୍ରାମ ପରିକ୍ରମା କଲେ ଗ୍ରାମବାସୀ, ପ୍ରଶଂସାରେ ପୋତି ପକାଇଲେ…

କର୍ଲାମୁଣ୍ଡା,୩୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସ.ମାଲପଡ଼ା ପଞ୍ଚାୟତ ସର୍ଗୁଲସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ସୁଦର୍ଶନ ସାହୁ ଶୁକ୍ରବାର ଚାକିରିରୁ ଅବସର ନେଇଥିବା ଜଣାପଡ଼ିଛି। ଏହି ଅବସରରେ ଆୟୋଜିତ ବିଦାୟୀ କାଳୀନ ସମ୍ବର୍ଦ୍ଧନା ସଭାରେ…

ମନରେଗାର କାର୍ଯ୍ୟକାରିତା ବିଭାଗୀୟ ଅଧିକାରୀମାନଙ୍କୁ ପ୍ରଶ୍ନ

ଗଞ୍ଜାମ, ୩୧।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ କନଫରେନ୍ସ ହଲ୍‌ରେ ଶୁକ୍ରବାର ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ପଞ୍ଚାୟତ ସମିତି ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲାପାଳ (ଏଡିଏମ୍) ଏସ୍.…

ସରକାରୀ ଆଇଟିଆଇ ପ୍ରିନ୍ସିପାଲଙ୍କ ଯୌନ ନିର୍ଯାତନା ଘଟଣା: ୧୦୦ ଦିନ ପରେ ବି ଅଭିଯୁକ୍ତଙ୍କ ଟେର୍‌ ପାଉନି ପୋଲିସ, କାହା ଚାପରେ…

ଦେବଗଡ଼,୩୧ା୭(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ସରକାରୀ ଆଇଟିଆଇରେ ପଢୁଥିବା ଶିଶୁ ଗୃହ ସପୋର୍ଟର ଜଣେ ନାବାଳିକା ଆଇଟିଆଇର ପ୍ରିନ୍ସିପାଲ ରତିକାନ୍ତ ପରିଡ଼ାଙ୍କ ବିରୋଧରେ ଗତ ୧୭ ଏପ୍ରିଲରେ ଯୌନ ନିର୍ଯାତନା ଅଭିଯୋଗ ଆଣିଥିଲେ। ସୂଚନା ଥାଉ କି , ଛୁଟିରେ ଶିଶୁଗୃହକୁ…

ହଷ୍ଟେଲ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ: ପ୍ରଧାନଶିକ୍ଷକ ନିଲମ୍ବିତ

ଉମରକୋଟ/ନବରଙ୍ଗପୁର, ୩୧।୭(ସନ୍ତୋଷ ସତପଥୀ/ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ୍‌ର ବାଟିବେଡ଼ା ସରକାରୀ ଆଶ୍ରମ ବିଦ୍ୟାଳୟର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଫ୍ରାନ୍ସିସ୍ ନାଗଙ୍କୁ ନିଲମ୍ବନ କରାଯାଇଛି। ଜିଲା ପାଳ ଯୁଗ୍ମ ତଦନ୍ତ ରିପୋର୍ଟ ଆଧାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?