ଆମ ଜିଲା ଖବର

ବ୍ଲକ କାର୍ଯ୍ୟାଳୟ ପାଲଟିଲା ରଣକ୍ଷେତ୍ର: ସମିତି ସଭ୍ୟ-ବିପକ୍ଷ ଗୋଷ୍ଠୀଙ୍କ ମଧ୍ୟରେ ମାରପିଟ୍‌

ପୁରୁଷୋତ୍ତମପୁର,୩୦।୯(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ କାର୍ଯ୍ୟାଳୟ ସୋମବାର ରଣକ୍ଷେତ୍ର ପାଲଟିଛି। ଭୀମପୁର ପଞ୍ଚାୟତ ଚାଟମୁଣ୍ଡୁଳୀ ଗ୍ରାମରେ ଥିବା ପ୍ରାଥମିକ ବିଦ୍ୟାଳୟ ନିର୍ମାଣର ବିଲକୁ ନେଇ ସମିତି ସଭ୍ୟ ଜଗନ୍ନାଥ ପାତ୍ରଙ୍କ ସହ କୋଳାସିଙ୍ଗି ଗ୍ରାମର ନିଗମାନନ୍ଦ ପଣ୍ଡା ଓ…

ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ: ପୀଡିତାଙ୍କୁ ୫ ଲକ୍ଷ ଆର୍ଥିକ ସହାୟତା ଦେବାକୁ ନିର୍ଦ୍ଦେଶ

ବ୍ରହ୍ମପୁର,୩୦ା୯(ସୁବାସ ଚନ୍ଦ୍ର ପାଢ଼ୀ): ସ୍ବତନ୍ତ୍ର ପୋକ୍ସୋ ଜଜ ପ୍ରଣତୀ ପଟ୍ଟନାୟକ ସୋମବାର ଏକ ନାବାଳିକା ବଳାତ୍କାର ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ କରିଛନ୍ତି। ଉପଯୁକ୍ତ ସାକ୍ଷ୍ୟ ପ୍ରମାଣକୁ ଆଧାର କରି ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେ ହେଲେ ଖଲ୍ଲିକୋଟ ଥାନା…

ବନ ବିଭାଗକୁ ବଡ଼ ସଫଳତା: ଏକ ଟନ କଇଁଛ ଜବତ, ୨ ଗିରଫ

ମାଲକାନଗିରି/ଚିତ୍ରକୋଣ୍ଡା,୩୦।୯(ଦୁର୍ଯ୍ୟୋଧନ ପାତ୍ର/ପ୍ରଫୁଲ୍ଲ ଚନ୍ଦ୍ର ତ୍ରିପାଠୀ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବନ ବିଭାଗ ତରଫରୁ ଏକ କଇଁଚ ଜବତ କରିବା ସହ ଏଥିରେ ସମ୍ପୃକ୍ତ ଦୁଇଜଣଙ୍କୁ ଗିରଫ କରିଛନ୍ତି। ଆଜି ସକାଳେ ଚିତ୍ରକୋଣ୍ଡା ବନ ବିଭାଗ ତରଫରୁ ପାଟ୍ରୋଲିଂ ଓ ଗାଡି ଯାଞ୍ଚ୍‌…

ଗୃହ ଉଦ୍‌ଘାଟନ ପୂର୍ବରୁ ଭାଜପା ବିଜେଡି ହାତାହାତି: ନାଁ ନାହିଁ ବୋଲି ରାଗିକି ଫଳକ ଭାଙ୍ଗିଦେଲେ ଅଧ୍ୟକ୍ଷା

ଗୋପ,୩୦।୯: ପୁରୀ ଜିଲା ଗୋପ ବ୍ଲକରେ ଭିଡିଓ କନଫରେନ୍ସିଂ ଗୃହ ଉଦ୍‌ଘାଟନ ପୂର୍ବରୁ ଭାଜପା ବିଜେଡି ମୁହାଁମୁହିଁ ହୋଇଛନ୍ତି। ବ୍ଲକ ଅଧ୍ୟକ୍ଷା ଝୁନୁ ମଲ୍ଲିକଙ୍କ ନାମ ଫଳକରେ ନ ଥିବା ନେଇ ଭାଜପା ବିଜେଡି ଠେଲାପେଲା ହୋଇଥିଲେ। ପରେ ଗଣ୍ଡଗୋଳ ହୋଇଥିଲେ।…

ଶ୍ୱଶୁର ଘରକୁ ଆସି ଗାଧୋଇ ଯାଇଥିଲେ: କେନାଲରେ ଭାସି ପାଇପ୍‌ରେ ଫସିଲେ

କଣ୍ଟାବାଞ୍ଜି/ମୁରିବାହାଲ,୩୦।୧୦: ବଳାଙ୍ଗୀର ଜିଲା ମୁରିବାହାଲ ବ୍ଲକ ଅଧୀନ ଅଏଁଲଭଟ୍ଟା ଗାଁରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଶ୍ୱଶୁର ଘର ଗାଁକୁ ଜ୍ୱାଇଁ ଆସି ସ୍ଥାନୀୟ କେନାଲକୁ ଗାଧୋଇବା ପାଇଁ ଯାଇଥିଲେ। ଗାଧୋଇବା ବେଳେ କୌଣସି କାରଣ ବଶତଃ ସେ କେନାଲରେ…

ମୁହାଁମୁହିଁ ଧକ୍କାରେ ଜଳିଗଲା ୨ ବାଇକ୍: ନିଆଁରେ ଜଳି ଦୁଇ ମୃତ, ଅନ୍ୟଜଣେ ଆହତ

କୁଆଁରମୁଣ୍ଡା,୩୦/୦୯(ମହେନ୍ଦ୍ର କୁମାର ସାହୁ): ସୋମବାର ବୀରମିତ୍ରପୁର ଥାନା ଅନ୍ତର୍ଗତ ରାଏବୋଗା ରୋଡ କୁଡ଼ପାନିଟୋଲି ବୁଲାଣି ନିକଟରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା ହୋଇଛି। ଏଥିରେ ଦୁଇ ବାଇକ ସହ ଦୁଇ ଆରୋହୀ ଘଟଣାସ୍ଥଳରେ ଜଳି ମୃତ୍ୟୁ ବରଣ କରିଥିବା ବେଳେ ଅନ୍ୟଜଣେ…

ପୋଷକଯୁକ୍ତ ଖାଦ୍ୟ ଯୋଗାଇବ ‘ସକ୍ଷମ’ ଅଙ୍ଗନୱାଡି

ଦାରିଙ୍ଗବାଡି, ୩୦।୯(ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ର ନୀଳକନ୍ଦର ସାହି ଏବଂ ସିଆଙ୍ଗବାଲି ଅଙ୍ଗନାୱାଡି କେନ୍ଦ୍ର ପରିସର ମଧ୍ୟରେ ସୋମବାର ପୋଷଣ ଦିବସ ର ସମାପନ ଦିବସ ପାଳନ କରାଯିବା ସହ ‘ସକ୍ଷମ’ ଅଙ୍ଗନାୱାଡି କେନ୍ଦ୍ରର ଉଦଘାଟନ କରାଯାଇଛି। ଏହି…

ରାସ୍ତା ପାଲଟିଛି ସମସ୍ୟା: ଖଟିଆରେ ବୁହାହେଲେ ରୋଗୀ

ବାଲିଗୁଡା,୩୦।୦୯: (ସଞ୍ଜୟ କୁମାର ପାଣିଗ୍ରାହୀ): ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ବହୁ ମୌଳିକ ସୁବିଧା ଆଜି ପର୍ଯ୍ୟନ୍ତ ଅନେକ ଅଞ୍ଚଳରେ ପହଞ୍ଚି ପାରିନାହିଁ। ଅନେକ ସମୟରେ ବିଭିନ୍ନ ପଞ୍ଚାୟତର ବିଭିନ୍ନ ଗ୍ରାମରେ ଦେଖାଯାଇ ଥାଏ ବିଭିନ୍ନ ପ୍ରକାର ସମସ୍ୟା। କନ୍ଧମାଳ…

ଅଟୋ ଓଲଟି ୭ ଗୁରୁତର

ଭଞ୍ଜନଗର,୩୦।୯(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ବାଇବାଲି ପଞ୍ଚାୟତ ତଡ଼ମା ରାସ୍ତାରେ ସୋମବାର ପୂର୍ବାହ୍ନରେ ଏକ ଅଟୋ ଓଲଟି ପଡିଛି। ଏଥିରେ ୭ ଜଣ ଆହତ ହୋଇଛନ୍ତି। ଆହତ ମାନେ ଭଞ୍ଜନଗର ମେଡ଼ିକାଲରେ ଚିକିତ୍ସିତ ହେଉଛନ୍ତି। ଖବର ପାଇ…

ଏରେଣ୍ଡେଇ ସରପଞ୍ଚଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ଥାବ କରୋମ ଅଭାବରୁ ବାତିଲ

ପାଟଣା,୩୦।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତର ସରପଞ୍ଚ ପାର୍ବତୀ ଦେହୁରୀଙ୍କ ବିରୋଧରେ ସୋମବାର କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଅନାସ୍ଥା ପ୍ରସ୍ତାବ ପାଇଁ ଭୋଟ ଦାନ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ତେବେ କରମ ଅଭାବରୁ ନିର୍ବାଚନ ଅଧିକାରୀ…

ଚାଲିଥିଲା କାମ, ହଠାତ୍‌ ଜିଲାପାଳଙ୍କ ଅଫିସରେ ଲାଗିଗଲା ନିଆଁ

ଖୋର୍ଦ୍ଧା ,୩୦।୯(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲାପାଳଙ୍କ ଅଫିସରେ ଲାଗିଲା ନିଆଁ। ଇନଭଟର୍ର ବ୍ୟାଟେରୀ ଫାଟି ଏହି ଅଗ୍ନିକାଣ୍ଡ ଘଟିଛି। ଫଳରେ ନିଆ ଲାଗି କିଛି କାଗଜ ପତ୍ର ପୋଡ଼ି ଯାଇଛି । ଜିଲାପାଳଙ୍କ କାର୍ଯ୍ୟାଳୟରେ ଥିବା ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ କର୍ମଚାରୀ…

ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ନିରାକାରପୁର,୩୦।୯(ମାନସ ଚନ୍ଦ୍ର ପଟ୍ଟନାୟକ): ଗଛ ଡାଳରୁ ସୋମବାର ଜଣେ ଛାତ୍ରଙ୍କ ମୃତ ଦେହକୁ ପୋଲିସ ଉଦ୍ଧାର କରିଛି। ମୃତକ ଜଣଙ୍କ ହେଲେ ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ଓରବରସିଂହ ପଞ୍ଚାୟତ କୃଷ୍ଣପୁର ଗ୍ରାମର ଚନ୍ଦନ ସେଠୀ। ସେ ନିରାକାରପୁର ପଞ୍ଚାୟତରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri