ରାମଚଣ୍ଡୀ କମ୍ପାନୀରେ ଆଇଟି ରେଡ, ଏକା ବେଳକେ ୪ଟି ସ୍ଥାନରେ ପଶିଗଲେ…
ସୋନପୁର,୧୭।୧(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଜିଲା ମା’ ରାମଚଣ୍ଡୀ କମ୍ପାନୀର ସୋନପୁର ସ୍ଥିତ ଅଫିସ, ମାଲିକଙ୍କ ବାଇଗଣଜୁରି ସ୍ଥିତ ଭଡ଼ାଘର, ତରଭା ବ୍ଲକର କ୍ରସର୍, ବୌଦ୍ଧ ଜିଲା ବାଉଁଶୁନି ସ୍ଥିତ କ୍ରସରରେ ଆୟକାର ବିଭାଗ ( ଆଇଟି) ପକ୍ଷରୁ ରେଡ କରାଯାଉଛି ।…
ନିଜପାଇଁ ନିଜେ ନାରୀ ସୁରକ୍ଷା ଉପରେ…
ଜି ଉଦୟଗିରି ୧୭/୧( ଶିଶିର ପଟ୍ଟନାୟକ ) ଜି ଉଦୟଗିରି ଇନ୍ଦିରା ପ୍ରିୟଦର୍ଶିନୀ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୮ ଦିନଧରି ଚାଲିଥିବା ଆତ୍ମସୁରକ୍ଷା ତାଲିମ ଶିବିର ଉଦଯାପିତ ହୋଇଯାଇଛି । ଅନୁଷ୍ଠାନର ଅଧ୍ୟକ୍ଷ ଶିବରାମ ସାହୁଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ…
ପାହାଡ଼ ଉପରୁ ମିଳିଲା ଯୁବକଙ୍କ ମୃତଦେହ
ରାୟଗଡ଼ା,୧୭ା୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ଉପକଣ୍ଠସ୍ଥ ବାଇସିଂ ପଞ୍ଚାୟତ ଧୁମାଗୁଡ଼ା ଗ୍ରାମ ନିକଟସ୍ଥ ରାସ୍ତାକଡ଼ରେ ଥିବା ଏକ ଛୋଟ ପାହାଡ଼ ଟାପୁ ଉପରେ ଏକ ମୃତଦେହ ଠାବ ହୋଇଛି। ମୃତ ଯୁବକ ଜଣକ ହେଲେ କାଶୀପୁର ବ୍ଲକ ଗୋରଖପୁର ପଞ୍ଚାୟତ…
ଶିଳାନ୍ୟାସରେ ଅଟକିଛି ବସ୍ଷ୍ଟାଣ୍ଡ ନିର୍ମାଣ
ସୋନପୁର,୧୭।୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ସଦର ମହକୁମାରେ ଏକ ଅତ୍ୟାଧୁନିକ ବସ୍ଷ୍ଟାଣ୍ଡ ନିର୍ମାଣ ସ୍ବପ୍ନ ହୋଇ ରହିଛି। ୧୯୯୩ରେ ଏହି ଜିଲା ପ୍ରତିଷ୍ଠା ହୋଇଥିଲେ ମଧ୍ୟ ଗମନାଗମନ କ୍ଷେତ୍ରରେ ସର୍ବନିମ୍ନ ସୁବିଧା ପୂରଣ ହୋଇନି। ଗତ ୮ ବର୍ଷ ଭିତରେ ବସଷ୍ଟାଣ୍ଡ…
ଆଇଜି ଅଫିସରେ ବିଜେଡି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍
ସମ୍ବଲପୁର,୧୭।୧(ପ୍ରମୋଦ ବହିଦାର): ବରଗଡ଼଼ ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ହୋଇଥିବା ଯୁବତୀଙ୍କୁ ଜଙ୍ଗଲରୁ କ୍ଷତବିକ୍ଷତ ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ଘଟଣାର ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବା ଦାବିରେ ବିଜେଡିର ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ସମ୍ବଲପୁରରେ ଗୁରୁବାର ପହଞ୍ଚିଥିଲା। ରାଜ୍ୟ ବିଜୁ ମହିଳା…
ମୁଁ କଳାହାଣ୍ଡିର ଋଣ ପରିଶୋଧ କରିବି: ସୁରେଶ ପୂଜାରୀ ଜିଲାସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରାର ଦ୍ୱିତୀୟ ସନ୍ଧ୍ୟା, କଳାହାଣ୍ଡି ଲୋକଙ୍କ ଅବଦାନ ରାଜ୍ୟରେ ଅତୁଳନୀୟ
ଭବାନୀପାଟଣା,୧୭।୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମରେ ଚାଲିଥିବା ୨୭ତମ ଜିଲାସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ବୁଧବାର ଦ୍ୱିତୀୟ ଦିନରେ ପହଞ୍ଚିଛି। କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସାଂସ୍କୃତିକ ସଭାରେ ରାଜସ୍ବ ଓ…
ଟୋକନ ଅବଧି ସରିଲା, ଧାନ ବିକିବାକୁ ଚିନ୍ତାରେ ଚାଷୀ
ସଇଁତଲା,୧୭ା୧(ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଲା ବ୍ଲକ ଧରବଗଡ଼ ପଞ୍ଚାୟତ ଅଞ୍ଚଳର ଚାଷୀମାନେ ଧାନ ବିକ୍ରୟ କରି ନ ପାରି ଚିନ୍ତାରେ ଅଛନ୍ତି। ଅଧିକାଂଶ ଚାଷୀଙ୍କୁ ମିଳିଥିବା ଟୋକନର ସମୟ ସୀମା ସରି ଯାଇଥିବାରୁ ଏପରି ସମସ୍ୟା ଦେଖାଦେଇଛି। ସୂଚନା…
ସୁନାବେଡ଼ାକୁ ବ୍ଲକ୍ କରି ମିଛାପାଲିଠାରେ କାର୍ଯ୍ୟାଳୟ ସ୍ଥାପନ ଦାବି
ନୂଆପଡ଼ା,୧୭।୧(ମକାରୁ ବେମାଲ)-ନୂଆପଡ଼ା ଜିଲା କୋମନା ବ୍ଲକ୍କୁ ବିଭାଜନ କରି ସୁନାବେଡ଼ାଠାରେ ନୂତନ ଅନୁନ୍ନତ ଆଦିବାସୀ ପଞ୍ଚାୟତ ସମିତି (ବ୍ଲକ୍) ଗଠନକରି ମିଛାପାଲିଠାରେ ଏହାର କାର୍ଯ୍ୟାଳୟ ସ୍ଥାପନ ପାଇଁ ୧୪ ପଞ୍ଚାୟତର ଜନପ୍ରତିନିଧି ଓ ଅଞ୍ଚଳବାସୀ ବୁଧବାର ନୂଆପଡ଼ା ଗସ୍ତରେ ଆସିଥିବା ରାଜସ୍ବ…
ମିଥ୍ୟା ବିଜ୍ଞାପନ ପାଇଁ ପାର୍ଲେ କମ୍ପାନୀକୁ ଅର୍ଥଦଣ୍ଡ
ଖୋର୍ଦ୍ଧା,୧୭ା୧(ପ୍ରଭାତ ପାଣିଗ୍ରାହୀ): ମିଥ୍ୟା ବିଜ୍ଞାପନ ଦେଇ ଖାଦ୍ୟ ଉପତ୍ାଦ ବିକ୍ରି ଅଭିଯୋଗରେ ବିସ୍କୁଟ କମ୍ପାନୀ ‘ପାର୍ଲେ’ ଅଧିକୃତ ସଂସ୍ଥା ଫ୍ରାଞ୍ଚାଇଜ କର୍ତ୍ତୃପକ୍ଷ, ଡିଷ୍ଟ୍ରିବ୍ୟୁଟରଙ୍କୁ ଖାଦ୍ୟ ସୁରକ୍ଷା ଏବଂ ମାନକ ଅଧିନିୟମ ଆକ୍ଟ ୨୦୦୬ର ବିଭିନ୍ନ ଧାରାରେ ଖୋର୍ଦ୍ଧା ଅତିରିକ୍ତ ଜିଲା ମାଜିଷ୍ଟ୍ରେଟ(ଏଡିଏମ୍)…
୧୯ ବର୍ଷରେ ୬୬% ଗୋମହିଷାଦି ସଂଖ୍ୟା କମିଛି, ଅର୍ଥନୀତି, ପରିବେଶ ଉପରେ ପକାଉଛି ପ୍ରଭାବ
କେନ୍ଦ୍ରାପଡ଼ା,୧୭ା୧(ଜଗନ୍ନାଥ ଧଳ): ୧୯୯୯ ମହାବାତ୍ୟା ପରେ କେନ୍ଦ୍ରାପଡ଼ା ଜିଲାର ଗୋମହିଷାଦି ପ୍ରାଣୀ ସଂଖ୍ୟା ଉପରେ ଚଡ଼କ ପଡିଛି। ଏକଦା ଗ୍ରାମାଞ୍ଚଳ ଅର୍ଥନୀତିକୁ ସମୃଦ୍ଧ କରୁଥିବା ଏହି ପ୍ରାଣୀଧନ ୧୯ ବର୍ଷରେ ସଂଖ୍ୟା ହ୍ରାସ ପାଇଛି। ଏହି ଜିଲାର ପ୍ରାଣୀ ବିଭାଗ ତଥ୍ୟ…
ଡାଲମିଆ ସିମେଣ୍ଟ କମ୍ପାନୀରେ ବଡ଼ ଦୁର୍ଘଟଣା: ଭୁଶୁଡ଼ିଲା କୋଇଲା ହପର, ୩ ଶ୍ରମିକଙ୍କ ପତ୍ତା ମିଳୁନି
ସୁନ୍ଦରଗଡ଼/ରାଜଗାଙ୍ଗପୁର,୧୭ା୧(ଜୟ ନାରାୟଣ ମେଣ୍ଡୁଳି/ଅଶୋକ ପାଣି): ଜିଲା ରାଜଗାଙ୍ଗପୁରସ୍ଥିତ ଡାଲମିଆ ସିମେଣ୍ଟ କାରଖାନାର ଲାଇନ୍ ୨ ପ୍ଲାଣ୍ଟରେ ଗୁରୁବାର ସନ୍ଧ୍ୟାରେ କୋଲ୍ ହପର ଭୁଶୁଡ଼ି ପଡ଼ିଛି। ଫଳରେ ୩ ଶ୍ରମିକଙ୍କ ପତ୍ତା ମିଳୁନି। ଘଟଣାକୁ ନେଇ କାରଖାନା ବାହାରେ ଉତ୍ତେଜନା ପ୍ରକାଶ ପାଇଛି।…
ଶ୍ୱଶୁର ଘରେ ନିଆରା ଚର୍ଚ୍ଚା: ଭାବୀ ଜ୍ୱାଇଁଙ୍କୁ ପରଷା ଗଲା ୭୬ ପ୍ରକାର ବ୍ୟଞ୍ଜନ
ରାୟଗଡ଼ା,୧୭।୧ (ଆଶିଷରଞ୍ଜନ ପଣ୍ଡା): ତେଲୁଗୁ ସମ୍ପ୍ରଦାୟର ମୁଖ୍ୟ ପର୍ବ ପୋଙ୍ଗଲରେ ରାୟଗଡ଼ା ସହରର ଏକ ପରିବାର ନିଜର ଭାବୀ ଜ୍ୱାଇଁଙ୍କୁ ନିମନ୍ତ୍ରଣକରି ଭୋଜନରେ ୭୬ ପ୍ରକାର ବ୍ୟଞ୍ଜନ ପରଷି ଚର୍ଚ୍ଚାକୁ ଆସିଛନ୍ତି। ପୋଙ୍ଗଲର ଶେଷ ଦିନରେ ରାୟଗଡ଼ା ଜଗନ୍ନାଥ ମନ୍ଦିର ନିକଟରେ…

