ଆମ ଜିଲା ଖବର

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ ନେଇ ଗ୍ରାମରେ ଚାପା ଉତ୍ତେଜନା ଲାଗି ରହିଛି। ଗ୍ରାମବାସୀ ଅଙ୍ଗନୱାଡି କର୍ମୀଙ୍କୁ ବିରୋଧ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ ଆଷାଢ଼ ଶୁକ୍ଳପକ୍ଷ ଦ୍ୱାଦଶୀ ତିଥିରେ ଅଧରପଣା ଲାଗି କରାଯାଇଥାଏ । ଏହି ଅବସରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ ପୁରୋହିତ ଦାବି ଉଠାଇଛନ୍ତି । ଏମ୍‌ପି ପୁରୋହିତ ସଦନରେ କହିଥିଲେ, ୧୯୨୬ ଜାନୁଆରୀ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ ବିତିବାକୁ ବସିଥିଲେ ବି ତାଙ୍କର କୌଣସି ପତ୍ତା ମିଳୁନାହିଁ। କଳାହାଣ୍ଡି ଜିଲା ଥୁଆମୂଳ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ ଭାବେ ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ ଅପେକ୍ଷା କରିଥିଲେ ମୋହନା ପଞ୍ଚାୟତର…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ ଦୃଶ୍ୟ। ୯ ବର୍ଷର ସାମାଜିକ ବାସନ୍ଦ ପରେ କନ୍ଧକୂଳ ସମାଜର ନିଜସ୍ବ ରୀତିନୀତି…

ଖରିଫ ଚାଷ ପାଇଁ ଚାଷୀ ତତ୍ପର, ଧାନରୁଆ ଆରମ୍ଭ

ଗଞ୍ଜାମ,୨୬ା୭(ବିଦ୍ୟାଧର ସାହୁ): ଖରିଫ ଚାଷ ପାଇଁ ଚଳିତବର୍ଷ ଋଷିକୂଲ୍ୟା ଜଳସେଚନ ଉପବିଭାଗ ପକ୍ଷରୁ ହିରାଧାରବାଟି କେନାଲରେ ପାଣି ଛଡ଼ାଯାଇଛି। ପୂର୍ବବର୍ଷ ଗୁଡିକ ଅପେକ୍ଷା ଚଳିତବର୍ଷ ୧ ମାସ ଆଗରୁ କେନାଲରେ ପାଣି ଛଡ଼ାଯାଇଥିବାରୁ ସ୍ଥାନୀୟ ଅଞ୍ଚଳର ଚାଷୀ ତତ୍ପର ହୋଇପଡିଛନ୍ତି। ଏପରିକି…

ବିଦ୍ୟାଳୟର ପ୍ରତିଷ୍ଠା ଦିବସରେ ଛାତ୍ରୀଛାତ୍ରଙ୍କ ଉତ୍ସାହିତ କଲେ ବିଧାୟକ, ଉପଜିଲାପାଳ; ଭବିଷ୍ୟତ ଗଠନ ପାଇଁ…

ଭଞ୍ଜନଗର/ବେଲଗୁଣ୍ଠା,୨୬/୭(ବାବୁଲା ପ୍ରଧାନ ): ଗଞ୍ଜାମ ଜିଲା, ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ କ୍ଷତ୍ରିୟବରପୁର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠାନର ୪୩ତମ ପ୍ରତିଷ୍ଠା ଦିବସ ରବିବାର ପାଳିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ସୋରଡ଼ା ବିଧାୟକ ନୀଳମଣି ବିଷୋୟୀ ଯୋଗଦେଇ…

ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ଉଦ୍‌ଯାପିତ, ବାଜି ମାରିଲା ଆସାମ ଆର୍ମୀ ପବ୍ଲିକ ସ୍କୁଲ

ଭବାନୀପାଟଣା,୨୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ବିକାଶ ଆବାସିକ ବିଦ୍ୟାଳୟ ପରିସରରେ ଗତ ୨୪ ତାରିଖରୁ ଚାଲିଥିବା ସିବିଏସ୍‌ଇ ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ରବିବାର ଉଦଯାପିତ ହୋଇଯାଇଛି । ବିକାଶ ଆବାସିକ ବିଦ୍ୟାଳୟ ପକ୍ଷରୁ ଅନୁଷ୍ଠିତ ଏହି ଜାତୀୟସ୍ତରୀୟ କ୍ରୀଡ଼ା…

ଶେଷ ପର୍ଯ୍ୟନ୍ତ ମିଳିଲାନି ସରକାରୀ ବ୍ୟବସ୍ଥା: ଶେଷରେ ୭ ବର୍ଷର ଆଦିବାସୀ ଶିଶୁର ଚାଲିଗଲା ଜୀବନ

ଥୁଆମୂଳ ରାମପୁର, ୨୬ା୭ (ଦୁର୍ଗା କୀର୍ତ୍ତି): ସରକାରୀ ବ୍ୟବସ୍ଥାର ଫମ୍ପା ପ୍ରତିଶ୍ରୁତି, ପ୍ରଶାସନିକ ଅବହେଳା ଓ ସ୍ଥାନୀୟ ଜନପ୍ରତିନିଧିଙ୍କ ଆନ୍ତରିକତାର ଅଭାବ ଯୋଗୁ ସହାୟତା ପାଇବା ପୂର୍ବରୁ ଆଖି ବୁଜିଛନ୍ତି ଆଉ ଜଣେ ନିରୀହ ଆଦିବାସୀ ଭିନ୍ନକ୍ଷମ ଶିଶୁ। କଳାହାଣ୍ଡି ଜିଲା…

ଅଙ୍ଗନବାଡି ସଂଘର ବଡ଼ ଘୋଷଣା: ଏହିଦିନ ହେବ ରାଲି

ଗୁଡାରି,୨୬।୭(ପ୍ରମୋଦ କୁମାର ପତି ): ରବିବାର ଗୁଡାରି ବ୍ଲକ ଅଙ୍ଗନବାଡି ସଂଘ ପକ୍ଷରୁ ସ୍ଥାନୀୟ ଦୁର୍ଗାପୂଜା ମଣ୍ଡପରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ସଙ୍ଘର ନିଷ୍ପତ୍ତି କ୍ରମେ ବିଭିନ୍ନ ଦାବି ନେଇ ଆସନ୍ତା ୭ ତାରିଖରେ ଗୁଡାରିରେ ବ୍ଲକ ଅଙ୍ଗନବାଡି…

ଅଞ୍ଚଳରେ ଚାଞ୍ଚଲ୍ୟ: ସ୍ପଷ୍ଟ ଦିବାଲୋକରେ ଯୁବକଙ୍କୁ ସଂଘବଦ୍ଧ ଭାବେ ଖଣ୍ଡାରେ ହାଣିଲେ, ଲୋକେ ପାଟିକରିବାରୁ…

ପୁରୁଷୋତ୍ତମପୁର,୨୬।୭( ସବିତାମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର କାଳୀମନ୍ଦିର ଛକ ନିକଟରେ ସ୍ପଷ୍ଟ ଦିବାଲୋକରେ ଜଣେ ଯୁବକଙ୍କୁ ଖଣ୍ଡାରେ ନିର୍ମମ ଭାବରେ ହାଣି ହତ୍ୟା ଉଦ୍ୟମ କରିବା ଘଟଣା ଚାଞ୍ଚଲ୍ୟ ଖେଳାଇ ଦେଇଛି । ଆକ୍ରମଣର ଶିକାର ହୋଇଥିବା ଯୁବକଜଣକ କବିସୂର୍ଯ୍ୟନଗରଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?