ଆମ ଜିଲା ଖବର

ଗୋଟେ ଲଘୁଚାପ ଯାଉଯାଉ ପୁଣି ଆସୁଛି ଆଉ ଏକ ଲଘୁଚାପ, ଚାଷୀ ଛାନିଆ

ନିରାକାରପୁର, ୨୩।୧୨(ମାନସ ଚନ୍ଦ୍ର ପଟ୍ଟନାୟକ ): ଚଳିତ ମାସରେ ହୋଇଥିବା ଅଦିନିଆ ଲଗାଣ ବର୍ଷା ଚାଷୀ ମେରୁଦଣ୍ଡକୁ ଦୋହଲେଇଦେଇଥିବା ବେଳେ ପୁଣି ଆଉ ଗୋଟିଏ ଲଘୁଚାପ ଆସୁଛି ଶୁଣି ଚାଷୀ ମନରେ ଏକ ପ୍ରକାର ଭୟ ଓ ଆଶଙ୍କା ସୃଷ୍ଟି ହୋଇଛି।…

ବୁଢା ଡଙ୍ଗର ଲକୋମହୋତ୍ସବ ଆରମ୍ଭ: ନିଶାନ ବାଜାରେ ଦୁଲୁକିଲା କେସିଙ୍ଗା ସହର

କେସିଙ୍ଗା୨୩।୧୨: କଳାହାଣ୍ଡି ଜିଲା କେସିଙ୍ଗା ସ୍ଥିତ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନ ଦ୍ୱାରା ବୁଢା ଡଙ୍ଗର ଲୋକ ମହୋତ୍ସବ ରବିବାର ଆରମ୍ଭ ହୋଇଯାଇଛି। ପ୍ରଥମ ଦିନରେ ସ୍ଥାନୀୟ ଜଗନ୍ନାଥ ମନ୍ଦିର ପଡ଼ିଆରେ ଅନୁଷ୍ଠିତ ବୁଢାଡଙ୍ଗର ଲକୋମହୋତ୍ସଵରେ ଢୋଲ ନିଶାନରେ ମଞ୍ଚ ଦୁଲୁକିଥିଲା। ସକାଳୁ…

ପୋଖରୀକୁ ଗାଧୋଇବାକୁ ଯାଇ ଆଉ ଫେରିଲେନି

ହିଞ୍ଜିଳିକାଟୁ,୨୩।୧୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ଅର୍ନ୍ତଗତ ସମରଝୋଳ ଗ୍ରାମ ପୋଖରୀ ପାଣିରେ ବୁଡି ସୋମବାର ଭୋର୍‌ରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ ଗାଁ ର ଗୋପି ସେଠି (୮୧)। ପାଣି ଭିତରକୁ ଗାଧୋଇବା ପାଇଁ ଯାଇ ଦୀର୍ଘ…

ଆଉ ଦିନକ ପରେ ବଡଦିନ: ରାଇକିଆ ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ,୨୩।୧୨(ପ୍ରଦୀପ ବେହେରା): ଆଉ ଦିନକ ପରେ ବଡଦିନ। ଏନେଇ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସଜସଜ୍ଜା ସାଙ୍ଗକୁ ବ୍ୟାପକ ପ୍ରସ୍ତୁତି ଚାଲିଛି। ବଡ଼ ଦିନ ପର୍ବକୁ ଶାନ୍ତି ଶୃଙ୍ଖଳା ସହକାରେ ପାଳନ କରିବା ପାଇଁ ସୋମବାର ରାଇକିଆ…

ଶୀତ ମହୋତ୍ସବ ପାଇଁ ସଜବାଜ: ନୂତନ କମିଟି ଚୟନ ପାଇଁ ନିଷ୍ପତି

ଦାରିଙ୍ଗବାଡି,୨୩୧୨( ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡିରେ ୨୦୨୫ ଶୀତ ମହୋତ୍ସବ ପାଳନ କରାଯିବା ପାଇଁ ସୋମବାର ଶୀତ ମହୋତ୍ସବ ପାଳନ କମିଟିର ସମ୍ପାଦକ ତଥା ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଏହି ମହୋତ୍ସବରେ ଆବଶ୍ୟକ ଆୟ ଓ…

ବନ ବିଭାଗର ବଡ଼ ଧରଣର ଚଢ଼ାଉ: ଧରାପଡ଼ିଲେ ବାଘ ଛାଲ ରାକେଟ୍‌

ଭୁବନେଶ୍ୱର,୨୩।୧୨: ବାଲେଶ୍ୱର ଏବଂ ମୟୂରଭଞ୍ଜ ଜିଲାରେ ସୋମବାର ବନ ବିଭାଗ ଏବଂ ସ୍ପେଶାଲ ସ୍କ୍ବାଡ୍‌ ପକ୍ଷରୁ ବଡ଼ ଧରଣର ଚଢ଼ାଉ କରାଯାଇଛି। ଚଢାଉ ବେଳେ ଅଧିକାରୀମାନେ ଏକ ବାଘ ଛାଲ ରାକେଟକୁ ଧରିବାରେ ସଫଳ ହୋଇଛନ୍ତି। ବନବିଭାଗ ସେମାନଙ୍କଠାରୁ କିଛି ବାଘ…

ପ୍ରଥମଥର ଦାରିଙ୍ଗବାଡି ବୁଲିଲେ ଗଣଶିକ୍ଷା ମନ୍ତ୍ରୀ: ପର୍ଯ୍ୟଟନକ୍ଷେତ୍ରର ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି,୨୩।୧୨( ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ଦିନିକିଆ ଗସ୍ତରେ ସୋମବାର ଓଡିଶା ରାଜ୍ୟ ଗଣ ଶିକ୍ଷା ମନ୍ତ୍ରୀ ତଥା ଅନୁସୂଚିତ ଜାତି ଜନଜାତି ଉନ୍ନୟନ ସଂଖ୍ୟା ଲଘୁ ସମ୍ପ୍ରଦାୟ, ପଛୁଆ ବର୍ଗ କଲ୍ୟାଣ ସାମାଜିକ ସୁରକ୍ଷା ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ମନ୍ତ୍ରୀ…

ଉଜୁଡା ଫସଲ ଦେଖି ଧାନ କ୍ଷେତରେ ଟଳିପଡିଲେ ଚାଷୀ

ସାକ୍ଷୀଗୋପାଳ, ୨୩।୧୨(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଅଦିନିଆ ବର୍ଷା ପାଣିରେ ଧାନ ଫସଲ ପଡିଥିବା ଦେଖି ଜଣେ ଚାଷୀ ସୋମବାର ଧାନ କ୍ଷେତରେ ଟଳି ପଡ଼ିଛନ୍ତି। ସତ୍ୟବାଦୀ ବ୍ଲକ ବୀର ରାମଚନ୍ଦ୍ରପୁର ଗ୍ରାମ ପଞ୍ଚାୟତ ଡୁଙ୍ଗର ଗ୍ରାମର ଚାଷୀ ପୁର୍ଣ୍ଣ ଚନ୍ଦ୍ର…

ଜିନ୍ନତକୁ ଟ୍ରାଙ୍କୁଲାଇଜ ପାଇଁ ଚାଲିଛି ଉଦ୍ୟମ

ଭୁବନେଶ୍ୱର,୨୩।୧୨: ଶିମିଳିପାଳରୁ ଖସି ପଳାଇଥିବା ବାଘୁଣୀ ଜିନ୍ନତକୁ ଓଡ଼ିଶା ଫେରାଇ ଆଣିବାକୁ ବନ ବିଭାଗ କସରତ ଆରମ୍ଭ କରିଦେଇଛି। ବାଘୁଣୀ ଜିନ୍ନତ ଏବେ ପଶ୍ଚିମବଙ୍ଗ ପୁରୁଲିଆରେ ଘଞ୍ଚ ଜଙ୍ଗଲ ଭିତରେ ରହୁଥିବାରୁ ଟ୍ରାଙ୍କୁଲାଇଜ୍‌ କରିବା ସମ୍ଭବ ହେଉ ନାହିଁ ବୋଲି ବନ୍ୟପ୍ରାଣୀ…

ଥାନା ଅଞ୍ଚଳରେ ସିରିଜ ଚୋରି: ବଢିଲା ପୋଲିସର ମୁଣ୍ଡବ୍ୟଥା

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ଇଲାକାରେ ସିରିଜ ଚୋରି ପୋଲିସର ମୁଣ୍ଡବ୍ୟଥା ବଢାଇ ଦେଇଛି। ଦୁର୍ବୃତ୍ତମାନେ ଲଗାଣ ବର୍ଷା ଓ ଶୀତ ରାତିର ସୁଯୋଗ ନେଇ ଲୋକଙ୍କ ଘରୁ ଓ ଦୋକାନମାନଙ୍କରୁ ମୂଲ୍ୟବାନ ସାମଗ୍ରୀ ଚୋରି କରିବାରେ ସଫଳ ହୋଇଥିଲେ…

ଖବରକାଗଜ ବିତରକଙ୍କ ଉପରକୁ ଡେଇଁଲା ମାଙ୍କଡ଼: ଆଉ ତା’ପରେ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ସଦରମହାକୁମା ଛତ୍ରପୁରରେ ମାଙ୍କଡ଼ ମାନଙ୍କ ଉପଦ୍ରବ ବଢ଼ିବାରେ ଲାଗିଛି। ଜଣେ ଖବରକାଗଜ ବିତରକ ଏହାର ଏହାର ଶିକାର ହୋଇଛନ୍ତି। ସ୍ଥାନୀୟ ବଡ଼ ଷ୍ଟେଶନ ନିକଟ ରାସ୍ତାରେ କେ. ପୁରୁଷୋତ୍ତମ ପାତ୍ର ନାମକ ଜଣେ ଖବର…

ଏଫଏକ୍ୟୁ ମାନ କୋହଳ ପାଇଁ ଉଠିଲା ଦାବି

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ଲଗାଣ ବର୍ଷା ହେତୁ ଖରିଫ ଧାନ ଫସଲ କ୍ଷୟକ୍ଷତିର ଭରଣା, ଧାନର ଏଫଏକ୍ୟୁ ମାନ କୋହଳ, ଟୋକେନ ଅବଧି ବର୍ଦ୍ଧିତ ଦାବି ନେଇ ସୋମବାର ଛତ୍ରପୁର ବ୍ଲକ ଅନ୍ତର୍ଗତ ପୋଟଲାମପୁର ଗ୍ରାମ ପଂଚାୟତର ବହୁ ଚାଷୀ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?