ଆମ ଜିଲା ଖବର

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା ଦେଇ ଯାଇଥିବା ବିଦ୍ୟୁତ ତାର ହଠାତ ଛିଣ୍ଡି ପଡିଥିଲା l ଫଳରେ ଘର ଆଗରେ…

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର ବିଭିନ୍ନ ପଦାଧିକାରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ ଜିଲାର ବରିଷ୍ଠ ଭାଜପା ନେତା…

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର ଅନ୍ୟତ୍ର ସ୍ଥାନାନ୍ତର ପାଇଁ ଉଦ୍ୟମ ହେଉଥିବାର ଅଭିଯୋଗ କରି ସୁବର୍ଣ୍ଣପୁର ଜିଲା ଆଦିବାସୀ କଲ୍ୟାଣ…

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ ସନ୍ଧ୍ୟା ୬ ଯାଏ ବନ୍ଦ ଡାକରା ଦିଆଯାଇଛି । ୪୯ ନଂ ଜାତୀୟ ରାଜପଥ…

୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର ପ୍ରସାରଣ ପରେ ସ୍ବାସ୍ଥ୍ୟ ବିଭାଗ ତତ୍ପରତା ପ୍ରକାଶ କରିଛି। ସ୍ବାସ୍ଥ୍ୟ ବିଭାଗର ଏକ ଟିମ୍‌…

ଶୀତ ମହୋତ୍ସବ ହେବ ଉତ୍ସବମୁଖର: ସାଂସ୍କୃତିକ କାର୍ଯ୍ୟକ୍ରମକୁ ଆକୃଷ୍ଟ ପାଇଁ ଲକ୍ଷ୍ୟ

ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ମହୋତ୍ସବ ନେଇ ତୃତୀୟଥର ପାଇଁ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହ ଠାରେ ହୋଇଯାଇଛି। ବିଡ଼ିଓ ତଥା ଶୀତ ମହୋତ୍ସବ କମିଟିର ସମ୍ପାଦକ ପ୍ରୀତି ରଞ୍ଜନ ରଥଙ୍କ ଅଧ୍ୟକ୍ଷତାରେ କମିଟିର କୋଷଧ୍ୟକ୍ଷ ତଥା…

୬ ମାସରେ ମାତ୍ର ୨ ପ୍ରତିଶତ ଅଗ୍ରଗତି: ଅନିଶ୍ଚିତତା ଘେରରେ ମେଗା ପାନୀୟ ଜଳ ପ୍ରକଳ୍ପର ଭବିଷ୍ୟତ

ଭଞ୍ଜନଗର,୧୭।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧୀନରେ ରାଜ୍ୟର ସବୁଠୁ ବଡ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ ଚାଲିଛି। କାର୍ଯ୍ୟ ମନ୍ଥର ଗତିରେ ଚାଲିଥିବା ଯୋଗୁ ବାରମ୍ବାର ବିଭାଗୀୟ ମନ୍ତ୍ରୀ, ବିଧାନସଭାର ବିଭିନ୍ନ…

ଧାନରେ ଇନ୍‌ପୁଟ୍‌ ଆସିଷ୍ଟାଣ୍ଟ ହ୍ରାସ, ବଢ଼ିଲା ଅସନ୍ତୋଷ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ୨ଦିନ ପରେ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ପୂରିବ। ଅଥଚ ଏପର୍ଯ୍ୟନ୍ତ ଧାନ ବିକ୍ରିବଟା ସ୍ବାଭାବିକ ହୋଇପାରି ନାହିଁ। ଜିଲାର ମଣ୍ଡିକୁ ବିକ୍ରି ପାଇଁ ଯେଉଁ ହାରରେ…

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ଆୟୋଜିତ ଏହି ବୈଠକରେ…

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ ହାବୁଡ଼ରେ ପଡ଼ିଛନ୍ତି। ରିଷିଡ଼ା ଫାଣ୍ଡି ଅଧିକାରୀ ମନୁଆ ବିଡିକା ଉକ୍ତ ଗାଡ଼ିକୁ ଜବତ କରି…

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ ସନ୍ଧ୍ୟା ହେଲେ ରାସ୍ତାରେ ଚଳପ୍ରଚଳ କରିବାକୁ ଲୋକେ ଭୟଭୀତ ହେବା ସହ ରାତିରେ ତାଟି…

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ ପ୍ରସୂତି ମହିଳାଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଏ ନେଇ ପରିବାର ଲୋକେ ଜିଲାପାଳଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri