୨୪ ଘଣ୍ଟାରେ ୬ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ: ବନ୍ଧୁକ, ଖଣ୍ଡା ସହ ବାଇକ୍ ଜବତ କରି…
ପୁରୁଷୋତ୍ତମପୁର,୨୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସକୁ ଏକ ବଡ଼ସଫଳତା ମିଳିଥିବା ବେଳେ ସହ ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୬ ଜଣଙ୍କୁ ଧରିବାରେ ପୋଲିସ ସକ୍ଷମ ହୋଇଛି। ଏହାସହ ସେମାନଙ୍କ ନିକଟରୁ ଗୋଟିିଏ ବନ୍ଧୁକ, ଦୁଇଟି…
ଭିଜିଲାନ୍ସ ଜାଲରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରିନ୍ସିପାଲ, SHG ମହିଳାଙ୍କଠାରୁ…
ଭବାନୀପାଟଣା,୨୨ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଓଡିଶା ଆଦର୍ଶ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରିନ୍ସିପାଲ ସୀତାକାନ୍ତ ରଣା ବୁଧବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସ୍କୁଲରେ ନିୟୋଜିତ ଥିବା ଏଚ୍ଏଚ୍ଜି ମହିଳାଙ୍କ ୩ ମାସର ବକେୟା ବିଲ କରେଇ ଦେବା ପାଇଁ…
ଗଞ୍ଜେଇ ଚୋରା ଚାଲାଣର ସାମ୍ରାଜ୍ୟ ଚଳାଇଥିଲେ, ୨ ଯୁବକଙ୍କୁ ଧରି..
ଦାରିଙ୍ଗବାଡ଼ି,୨୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଗଞ୍ଜେଇ ପ୍ୟାକିଂ କରି ବାହାରକୁ ଚାଲାଣ କରୁଥିବା ୨ ଜଣିଆ ଟିମ୍କୁ ଧରିବାରେ ସଫଳତା ମିଳିଛି। ପ୍ରକାଶ ଯେ, ଥାନାଠାରୁ ମାତ୍ର ଗୋଟିଏ କିମି ଦୂରତା…
ପଞ୍ଚସଖା ସ୍ମୃତି ପାଠାଗାର ଅସୁରକ୍ଷିତ: ଉପରୁ ଖସିଲା ସିଲିଂ, କର୍ମଚାରୀ କହିଲେ…
ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସତ୍ୟବାଦୀ ଅଞ୍ଚଳର ଏକମାତ୍ର ପୁରାତନ ସରକାରୀ ପାଠାଗାର ପଞ୍ଚସଖା ସ୍ମୃତି ପାଠାଗାରରେ ଦୀର୍ଘଦିନ ହେଲା ଦୁରାବସ୍ଥା ଲାଗିରହିଛି। ମଙ୍ଗଳବାର ଲଗାଣ ବର୍ଷାରେ ପାଠାଗାର ଆଜବେଷ୍ଟସ୍ ଛାତତଳେ ରହିଥିବା ସିଲିଂ ପଞ୍ଚସଖାଙ୍କ ପ୍ରତିମୂର୍ତ୍ତି ଉପରେ ଖସିପଡ଼ିଥିଲା। ସେଠାରେ…
ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ
ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା ଦୁଇଟି ପୃଥକ୍ ଘଟଣାରେ ଦୁଇ ଶିଶୁଙ୍କ ଜୀବନ ଯାଇଥିବାରୁ ପରିଚାଳନା ଓ ସୁରକ୍ଷା…
ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ
ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ କରିଥିଲେ। ଏହି ଅବସରରେ ଗୁଣପୁର ଭାଜପା ନଗର ସଭାପତି ଜୟଦେବ ପଣ୍ଡାଙ୍କ ନେତୃତ୍ୱରେ…
ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ
ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ କୁମାର ଚୌଧୁରୀ। ସେ ସୋରିଷରେ ୧.୫ ସେଣ୍ଟିମିଟର ଉଚ୍ଚତାର ସୂକ୍ଷ୍ମ ନନ୍ଦିଘୋଷ ରଥ…
ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ
ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ ରହିଥିବା ପ୍ରଶାନ୍ତ ମହାପାତ୍ରଙ୍କ ତାରିଣୀ ଜୁଏଲର୍ସରୁ ଲକ୍ଷାଧିକ ଟଙ୍କାର ସୁନା, ରୁପା ଚୋରି…
ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ
ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର, ବାଳିଆ ଆଦି ବଡ଼ ଛୋଟ ମାଛ ପୋଖରୀ ମଧ୍ୟରେ ମରି ଭାସୁଥିବା ଦେଖିବାକୁ…
ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…
ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ସବୁଠାରୁ ଅଧିକ ପ୍ରଭାବ ଏକମା ପଞ୍ଚାୟତର ପଦମପୁର ଗ୍ରାମରେ…
ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ: ଭକ୍ତଙ୍କ ଜମୁଛି ଭିଡ଼
ଜି ଉଦୟଗିରି, ୨୨।୭( ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଜି ଉଦୟଗିରି ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ କରାଯାଇଛି। ମହାପ୍ରଭୁଙ୍କ ପର୍ଶୁରାମ ବେଶ ଓ ସନ୍ଧ୍ୟା ଆଳତୀ ଦେଖିବାକୁ ଗୁଣ୍ଡିଚା ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଗହଳି ଲାଗି ରହିଥିଲା। ଝିପି…
ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ
ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ ମେଘୁଆ ସହ କଳାହାଣ୍ଡିଆ ମେଘ ଯୋଗୁ ଦିନତମାମ ସୂର୍ଯ୍ୟ ଦେଖିବାକୁ ମିଳୁନାହିଁ। ବର୍ଷା…

