ଆମ ଜିଲା ଖବର

ବିବାହ ଭୋଜିରୁ ଫେରୁଥିବାବେଳେ ଅଘଟଣ: ଜଣେ ମୃତ,୨ ଗୁରୁତର

ମୁନିଗୁଡ଼ା,୯।୪ (ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ଲିଟିଗୁଡା ଛକ ନିକଟରେ ଗୁରୁବାର ଦୁଇ ବାଇକ ମୁହାମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଜଣକର ମୃତ ଘଟିଥିବାବେଳେ ଦୁଇ ଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି। ମୃତ ବ୍ୟକ୍ତି ଜଣକ…

ବିଳମ୍ବିତ ରାତିରେ ପୂଜା ପାଆନ୍ତି ମା’ ରକ୍ଷାକାଳୀ, ୬୮ ବର୍ଷ ପୂର୍ବେ ଲୋକେ…

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ୧୯୪୯, ୫୦, ୫୧ ଓ ୫୨ ମସିହାଠାରୁ ଅନେକ ବଙ୍ଗୀୟ ଶରଣାର୍ଥୀ ପରିବାରଙ୍କୁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଥଇଥାନ କରାଯାଇଥିଲା। ସେବେଠାରୁ ଜମ୍ବୁ, ଖରିନାସି ଓ…

ଦୁର୍ବ୍ୟବହାର ଅଭିଯୋଗରେ ତାତିଲେ ଲୋକେ, ପିଇଓ-ଆରଆଇଙ୍କୁ ତାଲା ପକାଇ…

ପାଟଣା,୯।୪(ବୀର କିଶୋର ଦାଶ): କାଳବୈଶାଖି କ୍ଷତିଗ୍ରସ୍ତ ଲୋକଙ୍କୁ ପଲିଥିନ ବଣ୍ଟନରେ ଅନିୟମିତତା ଓ ହିତାଧିକାରୀଙ୍କୁ ଆରଆଇଙ୍କ ଦୁର୍ବ୍ୟବହାର ଅଭିଯୋଗ ହୋଇଛି। ତେବେ ଗୁରୁବାର ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ସ୍ବାମ କଲ୍ୟାଣ ମଣ୍ଡପରେ କ୍ଷତିଗ୍ରସ୍ତ ଲୋକେ ପଲିଥିନ ବଣ୍ଟନ କରୁଥିବା…

ରାସ୍ତା କାମରେ ଅନିୟମିତତା ଅଭିଯୋଗ: ସ୍ଥାୟିତ୍ୱ ନେଇ ପ୍ରଶ୍ନବାଚୀ

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଲୋଇସିଂହା ଓ ଆଗଲପୁର ବ୍ଲକରେ ରାସ୍ତା ଓ କୋଠାବାଡି କାମ ହେଉଛି। ହେଲେ ଅଧିକାଂଶ ସମୟରେ ବିଭାଗୀୟ ଯନ୍ତ୍ରୀଙ୍କ ଅନୁପସ୍ଥିତିରେ ଏହି ସବୁ କାମ କରାଯାଉଛି। ଏଣୁ ନୂତନ ରାସ୍ତା…

କ୍ଷତିପୂରଣ ସହାୟତା ପାଇଁ ଦାବି: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼, ୯ା୪(ପ୍ରେମାନନ୍ଦ ଖମାରୀ):କାଳବୈଶାଖୀ ପ୍ରଭାବରେ ଗତ ସୋମବାର ଅପରାହ୍ନରେ ହୋଇଥିବା ଝଡ଼ବର୍ଷା, କରାମାଡ଼ରେ ବରଗଡ଼ ଜିଲାର ବିଭିନ୍ନ ବ୍ଲକରେ ଚାଷୀଙ୍କ ଫସଲ କ୍ଷତି ହୋଇଛି। ପ୍ରାରମ୍ଭିକ ଭାବେ କୃଷି ବିଭାଗ ଜିଲାର ୨୮୦୦ ହେକ୍ଟର ଜମିର ଧାନ ଓ ଅଣଧାନ ଫସଲ…

ଦୁର୍ଘଟଣାଗ୍ରସ୍ତ ଗାଡିରୁ ଚାଉଳ ଚୋରି: ଥାନାରେ ପହଞ୍ଚିଲା ମାମଲା

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ବ୍ଲକ ଛକ ଅଞ୍ଚଳରେ ଏକ ଦୁର୍ଘଟଣାଗ୍ରସ୍ତ ବୋଲେରୋ ପିକଅପ ଗାଡିରୁ ଚାଉଳ ଚୋରି ଘଟଣା ସାମ୍ନାକୁ ଆସିଛି। ସୂଚନା ଅନୁସାରେ, ବୁଧବାର ଅପରାହ୍ନରେ ଦୁର୍ଘଟଣା ପରେ ଗାଡିଟି ରାସ୍ତା ପାଖରେ ରହିଥିବାବେଳେ ଅଜଣା…

ଭାଣିଜୀଙ୍କୁ ମାରିଦେଲେ ମାଇଁ! ପାଇଖାନାରୁ ମିଳିଲା…

ଜଗନ୍ନାଥପ୍ରସାଦ,୯।୪(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମ ଲକ୍ଷ୍ମଣ ପଲ୍ଲୀ ଗ୍ରାମର ଗଣେଶ ମହାରଣାଙ୍କ ବାରିପଟେ ଥିବା ଅସ୍ଥାୟୀ ପାଇଖାନା ଭିତରୁ ତାଙ୍କ ନାବାଳିକା ଭାଣିଜୀ ଅର୍ଚ୍ଚନା ମହାରଣା (୧୦)ଙ୍କ ମୃତଦେହ ଉଦ୍ଧାର ହୋଇଛି । ସୂଚନାଯୋଗ୍ୟ,…

ବନ୍ଧାହେଲେ କୁଖ୍ୟାତ ଗଞ୍ଜେଇ ମାଫିଆ: ବିଦେଶୀ ମଦ ସହ ଗଞ୍ଜେଇ ଜବତ

ପରଜଙ୍ଗ,୯/୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବାରିହାପୁର ପଇଁନ୍ତିରିଆ ସାହିରେ ଗୁରୁବାର ଭୋର କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ। ଗିରଫ ଅଭିଯୁକ୍ତ ହେଲେ ବାରିହାପୁର ପଇଁନ୍ତିରିଆ ସାହିର ଦିଲ୍ଲୀପ ଦେହୁରୀ । ସେ ଦୀର୍ଘ ବର୍ଷ ଧରି…

ଗାଁ ଗାଁରେ ଚୋରାମଦ, ତାତିଲେ ଲୋକେ: ହାତ ବାନ୍ଧି ବସିଛନ୍ତି ଅବକାରୀ, ପୋଲିସ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ବଢ଼ିଚାଲିଛି। ଗାଁଠୁ ସହର ସବୁଆଡ଼େ ଚୋରାମଦ ସହିତ ଗଞ୍ଜେଇ, କଫ ସିରପ୍‌ ଅବାଧରେ ବିକ୍ରି ହେଉଛି। ସେହିପରି କେତେକ ସ୍ଥାନରେ ବ୍ରାଉନସୁଗାର ଭଳି ନିଶାଦ୍ରବ୍ୟ କାରବାର ମଧ୍ୟ ଚାଲିଥିବା ଅଭିଯୋଗ ହେଉଛି। ତେବେ ଗ୍ରାମବାସୀଙ୍କ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ କରପା ପଞ୍ଚାୟତ ପେଟିଲିଗୁଡା ଶ୍ରୀରାମ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରିଛି। ଏହି ଘଟଣାରେ ପୋଲିସ ୧୬ ଜଣଙ୍କୁ ଗିରଫ କରିବା ସହ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଜଗନ୍ନାଥପୁର ଗ୍ରାମର ଉଷାରାଣି ସାହୁ(୫୨) । ପ୍ରାପ୍ତ ସୂଚନା ଅନୁସାରେ ଟାଟା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri