ଆମ ଜିଲା ଖବର

ପ୍ରହସନ ପାଲଟିଲାଣି ଜିଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି: ଲୋକେ ଅସନ୍ତୋଷ

କେସିଙ୍ଗା,୨୦।୭:(ତୁମେଶ୍ୱର ସାହୁ): ସାଧାରଣ ଲୋକଙ୍କ ସମସ୍ୟାର ତୁରନ୍ତ ସମାଧାନ ପାଇଁ ସରକାର ଲୋକଙ୍କ ପାଖରେ ଯୁଗ୍ମ ଅଭିଯୋଗ ଶୁଣାଣି ବ୍ୟବସ୍ଥା କରିଛନ୍ତି। ତେବେ ପ୍ରଶାସନିକସ୍ତରରେ ସ୍ଥାଣୁତା ଓ ବିଳମ୍ବ ଯୋଗୁ ଏହାର ଉଦ୍ଦେଶ୍ୟ ସଫଳ ହେଉ ନ ଥିବାରୁ ଏହା ପ୍ରହସନ…

ଖେମୁଣ୍ଡି ଲୋକ ମହୋତ୍ସବ ଉଦ୍‌ଘାଟନ କଲେ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ବିଧାୟକ ସିଦ୍ଧାନ୍ତ ମହାପାତ୍ର କହିଲେ…

ଦିଗପହଣ୍ଡି, ୨୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ଗାନ୍ଧୀ ଛକ ଠାରେ ସୋମବାର ସନ୍ଧ୍ୟା ପ୍ରାୟ ସାଢେ ୭ଟାରେ ଦୁଇ ଦିନ ବ୍ୟାପି ଅନୁଷ୍ଠିତ ହେବାକୁ ଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବର ପ୍ରଥମ ଦିବସରେ ମୁଖ୍ୟଅତିଥି ଭାବେ…

ତେରେସିଂହା ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ସ୍ଥାପନ ପାଇଁ ଭିତ୍ତିଭୂମି ପରଖିଲେ ଜିଲାପାଳ

କର୍ଲାମୁଣ୍ଡା,୨୦।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେସିଙ୍ଗା ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ହେବାକୁ ଥିବା ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ ପାଇଁ ସୋମବାର ଜିଲାପାଳ ସଚିନ ପାୱାର ପରିଦର୍ଶନରେ ଆସି ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ…

ଘର ପିଣ୍ଡାରେ ଛିଡା ହୋଇଥିଲେ ରବିନ୍ଦ୍ର, ମାରିଲା ଘଡ଼ଘଡ଼ି; ଆଉ ତା’ପରେ…

ମୋରଡା,୨୦।୭(ସ୍ମାରକ ମାଜୀ): ବଜ୍ରପାତ ମାରିବାରୁ ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଞ୍ଚଳର ଜଣେ ଯୁବକ ଓ଼ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣକ ହେଉଛନ୍ତି ଉକ୍ତ ବ୍ଲକ ଅଧୀନ ସାନମୁଣ୍ଢାବଣି ପଞ୍ଚାୟତ ପାରିଆକୁଲି ଗ୍ରାମର ରବୀନ୍ଦ୍ର ବେହେରା(୩୬)। ସୂଚନା…

ଛାତ୍ରୀଛାତ୍ରଙ୍କୁ ସଫଳତାର ମନ୍ତ୍ର ଦେଲେ ଜିଲାପାଳ

ତୁମୁଡିବନ୍ଧ,୨୦ା୭(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ନେତାଜୀ ସୁବାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଟିପ୍ସ ଫର୍ମ ଆଇଏଏସ୍‌ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ କନ୍ଧମାଳ ଜିଲାପାଳ ବେଦଭୂଷ ଓ ସମ୍ମାନିତ ଅତିଥି ଭାବେ ବାଲିଗୁଡା…

ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ

ଫୁଲବାଣୀ, ୨୦ା୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ପୁଣି ଛାତ୍ରୀ ଗର୍ଭବତୀ ହୋଇଛନ୍ତି। ଅନୁସୂଚିତ ଜନଜାତି ଏବଂ ଅନୁସୂଚିତ ଜାତି ବିଭାଗ ଦ୍ୱାରା ପରିଚାଳିତ ଏକ ବିଦ୍ୟାଳୟରେ ଏହି ଘଟଣା ଘଟିଛି। ଛାତ୍ରୀଙ୍କୁ ଏବେ ତାଙ୍କ ଘରକୁ ପଠାଇ ଦିଆଯାଇଥିବା ବେଳେ…

ଗୁଡାରିରୁ ଭୁବନେଶ୍ୱର ବସ୍‌ ସେବା ପାଇଁ ସ୍ବର ଉଠାଇଲେ ଭୃଗୁ: ଦାବି ପୂରଣ ନ ହେଲେ…

ଗୁଡାରି,୨୦।୭,(ପ୍ରମୋଦ କୁମାର ପତି ) : ଭୁବନେଶ୍ୱରରେ ଦକ୍ଷିଣ ଓଡ଼ିଶା ବିକାଶ ପରିଷଦର ଚିନ୍ତନ ବୈଠକ ସଭାପତି ଭୃଗୁ ବକ୍ସିପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ସଂଗଠନର ୭ ଗୋଟି ଜିଲାର ବହୁ ଭଦ୍ରବ୍ୟକ୍ତି ନିଜ ନିଜ ସଂଗଠନ ପାଇଁ…

ବଡ଼ଧରଣର ଚଢ଼ାଉ: ୧୦ ଲକ୍ଷରୁ ଅଧିକ ମହୁଲ ପୋଚ ନଷ୍ଟ ; ପୋଲିସ, ଅବକାରୀ ଟିମ୍‌କୁ ଦେଖି ମାଫିଆ…

ପାଟଣା ,୨୦।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ଅବକାରୀ ସୁପରିଟେଣ୍ଡେଟ୍‌ ତେଜରାତ ଯାନିଙ୍କ ନିର୍ଦ୍ଦେଶରେ ସୋମବାର ପାଟଣା ବ୍ଲକ ଅନ୍ତର୍ଗତ ବାଉଁଶୁଳି ପଞ୍ଚାୟତ ହୀରାପଶି ଗ୍ରାମରେ ବେଆଇନ ଦେଶୀ ମହୁଲି ମଦ କାରବାର ଉପରେ ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ…

ପେଟ୍ରୋଲ ପମ୍ପ ନିକଟରୁ ନବଜାତ ଶିଶୁ ଉଦ୍ଧାର, କୁକୁର ପଲ ଦେଲେ ସୁରକ୍ଷା

ଭଞ୍ଜନଗର,୨୦।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ ପେଟ୍ରୋଲ ପମ୍ପ ନିକଟରେ ସୋମବାର ଅପରାହ୍ନ ୪ଟା ସମୟରେ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରାଯାଇଛି । ଉଦ୍ଧାର ଶିଶୁପୁତ୍ରକୁ ଗ୍ରାମବାସୀ ଉଦ୍ଧାର କରି ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି…

ଅଧ୍ୟକ୍ଷ ଦାୟିତ୍ୱ ନେଲେ ଦିଲ୍ଲୀପ: କଲେଜର ଉନ୍ନତି ପ୍ରତି ଦିଆଯିବ ଧ୍ୟାନ

ଭଞ୍ଜନଗର,୨୦।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷ ଭାବେ ଡଃ ଦିଲ୍ଲୀପ କୁମାର ପ୍ରଧାନ ସୋମବାର ଦାୟିତ୍ୱ ନେଇଛନ୍ତି। ସେ ବାଲିପଦର ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ଏଠାକୁ ଅଧକ୍ଷ ଭାବେ ବଦଳି ହୋଇଆସିଛନ୍ତି। ଦିଲ୍ଲୀପ…

ରାୟଗଡ଼ାରେ ବଡ଼ ଧରଣର ଡକାୟତି, ଗ୍ରିଲ୍‌ ଭାଙ୍ଗି ନେଇଗଲେ ୧୫ ଭରି ସୁନା ଅଳଙ୍କାର

ରାୟଗଡ଼ା,୨୦।୭(କୈଳାଶ ଚନ୍ଦ୍ର ପୃଷ୍ଟି ): ରାୟଗଡ଼ା ଏବେ ଲୁଟେରାଙ୍କ ଆଡ୍ଡାସ୍ଥଳୀ ପାଲଟିଛି l ଅଞ୍ଚଳରେ ଚୋରି, ଡକାୟତି, ରାହାଜନୀ, ଲୁଯ୍‌ ଭଳି ଘଟଣା ଦିନକୁ ଦିନ ବଢ଼ିବାରେ ଲାଗିଛି। ଫଳରେ ସହରରେ ରହୁଥିବା ଲୋକେ ନିଜକୁ ଅସୁରକ୍ଷିତ ମନେ କରୁଛନ୍ତି। ଯାହାକି…

ରଥକାଠ ଭାଙ୍ଗିଲେ ଅଭିମାନିନୀ ମହାଲକ୍ଷ୍ମୀ: ସାନ୍ତ୍ୱନା ଦେଲେ ମହାପ୍ରଭୁ

କେସିଙ୍ଗା,୨୦।୭(ତୁମେଶ୍ୱର ସାହୁ): କେସିଙ୍ଗା ବ୍ଲକ ଅଧିନସ୍ଥ ସିର୍ଜାପାଲି ଗ୍ରାମରେ ଶ୍ରୀ ଜଗନ୍ନାଥ ମନ୍ଦିରରେ ମହାଆଡମ୍ବରରେ ହେରାପଞ୍ଚମୀ ସୋମବାର ପାଳିତ ହୋଇଯାଇଛି। ଉକ୍ତ ଗ୍ରାମର ଶ୍ରୀପଦ୍ମନାଭ(ବଳଭଦ୍ର) ପ୍ରମୋଦ କୁମାର ଦାଶ (ଜଗନ୍ନାଥ), ମାମି ମହାପାତ୍ର (ସୁଭଦ୍ରା) ଓ ରୀତାଞ୍ଜଳି ଦାଶ ଲକ୍ଷ୍ମୀ ଭୂମିକାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?