ଆମ ଜିଲା ଖବର

ହଇଜାରେ ଚାଲିଗଲା ୨ ଜୀବନ, ୩୦ରୁ ଊର୍ଦ୍ଧ୍ୱ ଡାକ୍ତରଖାନାରେ ଭର୍ତ୍ତି

ବାରିପଦା,୨୦ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଗୁଡିଆଲବନ୍ଧ ପଞ୍ଚାୟତ ଆଲବନ୍ଧ ଗ୍ରାମ ବାଥୁଡ଼ିସାହିରେ ହଇଜା ଆକ୍ରମଣରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଏକ ଦଶାହ ଭୋଜି ଖାଇବା ପରେ ଗ୍ରାମର ଅଧିକାଂଶ ଲୋକେ ହଇଜାରେ ପୀଡ଼ିତ ହୋଇଥିଲେ। ୩୦ରୁ…

କେନ୍ଦୁଝରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କେନ୍ଦୁଝର,୨୦।୯ (ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ପୂର୍ବାହ୍ନ ପ୍ରାୟ ୧୧ଟାରେ କେନ୍ଦୁଝରରେ ପହଞ୍ଚିଛନ୍ତି। ରାଇସୁଆଁ ଏୟାରଷ୍ଟ୍ରିପରେ ଓହ୍ଲାଇ ରାସ୍ତା ପଥରେ ସିଧାସଳଖ ସ୍ଥାନୀୟ ଅଡିଟରୟମକୁ ଯାଇ ଲାଇଭ ସେଭର୍ସ ଗ୍ରୁପର ତୃତୀୟ ବାର୍ଷିକ ସମ୍ମିଳନୀରେ ଯୋଗ ଦେଇଛନ୍ତି।…

ହାତୀ ଘଉଡ଼ାଇବାକୁ ଯାଇ ଆକ୍ରମଣର ଶିକାର ହେଲେ ବନ କର୍ମଚାରୀ

ଅନୁଗୋଳ,୨୦ା୯: ହାତୀ ଘଉଡ଼ାଇବାକୁ ଯାଇଥିବା ବନ କର୍ମଚାରୀଙ୍କୁ ଆକ୍ରମଣ ହୋଇଛି। ମହୀଧରପୁର ଫାଣ୍ଡି ଫୁଲପଡ଼ା ଗାଁରେ ବନ କର୍ମଚାରୀଙ୍କୁ ଜଣେ ବ୍ୟକ୍ତି ଆକ୍ରମଣ କରିଛନ୍ତି। ତେବେ ଏହାର କାରଣ ଅସ୍ପଷ୍ଟ ରହିଛି। ୩ ବନ କର୍ମଚାରୀ ଆହତ ହୋଇଥିବା ବେଳେ ଅନୁଗୋଳ…

ଶୌଚ ହେବାକୁ ଯାଇ ଚାଲିଗଲା ବୃଦ୍ଧଙ୍କ ଜୀବନ

ବରୀ,୨୦।୯(ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ ରାମଚନ୍ଦ୍ରପୁର ଥାନା ଅଧିନସ୍ଥ ଧାରପୁର ପଂଚାୟତ ନାଥପୁର ଗ୍ରାମର ଅବନୀ ଜେନା (୬୩) ବର୍ଷ ସ୍ଥାନୀୟ ଅମୃତ ସରୋବରକୁ ଶୌଚ ହେବାକୁ ଯାଇଥିବା ବେଳେ ବୁଡି ଯାଇଥିଲେ। ବିଲରୁ କାମସାରି ଫେରିବା ବିଳମ୍ବ ହେବାରୁ…

ଶିକ୍ଷକ ସଂଘରେ ଫାଟ: ରାଜ୍ୟ କାର୍ଯ୍ୟକାରିଣୀ ବୈଠକକୁ ବିରୋଧ କଲେ ଗୋଟିଏ ଗୋଷ୍ଠୀ

ଭଦ୍ରକ, ୨୦।୯(ସନାତନ ରାଉତ): ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘରେ ଫାଟ। ସଂଘ ପକ୍ଷରୁ ଶୁକ୍ରବାର ନୂତନ ଜାତୀୟ ଶିକ୍ଷାନୀତି ସମ୍ବନ୍ଧରେ ଆଲୋଚନା ଚକ୍ର ଓ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଭଦ୍ରକ ଟାଉନ ହଲରେ ଆୟୋଜିତ ହେଉଥିବା ବେଳେ ଆଉ ଏକ…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଲ୍ୟାଣ୍ଡମାଇନ୍‌ ଖଞ୍ଜିଥିଲେ ମାଓବାଦୀ, କମ୍ବିଂ ବେଳେ…

ମାଲକାନଗିରି,୨୦ା୯(ଦୁର୍ଯ୍ୟୋଧନ ପାତ୍ର): ଭେଜେଙ୍ଗଓ୍ବାଡା ଜଙ୍ଗଲରେ ମାଓବାଦୀମାନେ ଲ୍ୟାଣ୍ଡ୍‌ମାଇନ୍‌ ଖଞ୍ଜି ଏକ ବଡ଼ ଧରଣର କାଣ୍ଡ ଘଟାଇବା ପାଇଁ ଯୋଜନା କରିଥିଲେ। ମାତ୍ର ଏହା ପଣ୍ଡ ହୋଇଯାଇଛି। କମ୍ବିଂ ବେଳେ ଏହାକୁ ନିଷ୍କ୍ରିୟ କରିଛନ୍ତି ଯବାନ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ମାଓବାଦୀମାନେ ଏପରି…

ଭାଜପା ସରକାର କେବଳ ରଙ୍ଗ ବଦଳାଇବା କାମ କରିଛି: ଦେବାଶିଷ

କଟକ,୨୦ା୯(ଶିଳ୍ପା ପ୍ରିୟଦର୍ଶିନୀ):ଓଡ଼ିଶାରେ ଭାଜପା ସରକାର ଗଠନକୁ ୧୦୦ ଦିନ ପୂରଣ ହୋଇଛି। ଭାଜପା ସରକାରକୁ ଟାର୍ଗେଟ୍‌ କରିଛନ୍ତି ରାଜ୍ୟ ସଭା ସଦସ୍ୟ ତଥା ବିଜେଡି କଟକ ଜିଲା ସଭାପତି ଦେବାଶିଷ ସାମନ୍ତରାୟ। କଟକ ବିଜୁ ପଟ୍ଟନାୟକ ଛକଠାରେ ଆୟୋଜିତ ଏକ ବୈଠକରେ…

ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାଲେଶ୍ୱର,୨୦ା୯(ବାଞ୍ଛାନିଧି ଦେ): ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କ ଘରେ ଏହି ଚଢ଼ାଉ ଚାଲିଥିବା ଜଣାପଡ଼ିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯନ୍ତ୍ରୀଙ୍କ…

ଫେରିଘାଟକୁ ଯୋଗାଇ ଦିଆଗଲା ପାୱାର ବୋଟ୍‌, ଦୁର୍ବିପାକ ବେଳେ କରିବ ସହାୟତା

ମହାକାଳପଡ଼ା,୨୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବହୁ ଚର୍ଚ୍ଚିତ ବାହାକୁଦ, ମୂଷାଡ଼ିଆ, ମହାନଦୀ ଫେରିଘାଟ ଜିଲାରେ ସର୍ବୋତ୍ତମ ରାଜସ୍ବ ନିଲାମ ହେଉଥିବା ଘାଟ। ଏହି ଫେରି ଘାଟ ୭୦ଲକ୍ଷ ଟଙ୍କାରୁ ଅଧିକ ନିଲାମ ହୋଇଥାଏ। ବିଗତଦିନରେ ଏହି ଫେରି…

ଭରତପୁର ଘଟଣା:ପୋଲିସକୁ ବଞ୍ଚାଇବାକୁ ଜୋର୍‌ଦାର ଉଦ୍ୟମ

ଭୁବନେଶ୍ୱର, ୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କ ପ୍ରତି କରାଯାଇଥିବା ନିର୍ଯାତନା ଓ ଅତ୍ୟାଚାର ଘଟଣାକୁ ଇତିମଧ୍ୟରେ ୫ଦିନ ବିତିଲାଣି। ସମୟ ଯେତିକି ଗଡ଼ିଚାଲିଛି ନୂଆ କଥା ସବୁ ସାମ୍ନାକୁ ଆସିବାରେ ଲାଗିଛି।…

ଲିଜ୍‌ଧାରୀଙ୍କୁ ୭.୩୮ କୋଟି ଜରିମାନା

ଯାଜପୁର,୨୦ା୯(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ଡଙ୍କାରୀ ପାହାଡ଼ରେ ପଥର ଧସି ୩ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ଲିଜ୍‌ଧାରୀ ନାରାୟଣ ରାଉତଙ୍କୁ ସମୁଦାୟ ୭ କୋଟି ୩୮ ଲକ୍ଷ ୪୨ ହଜାର ୮୧୮ ଟଙ୍କା ଜରିମାନା ନୋଟିସ…

ବ୍ରାହ୍ମଣୀଗାଁ ଥାନାରେ ଯୋଗ ଦେଲେ ନୂଆ ଆଇଆଇସି, କହିଲେ ଆପରାଧିକ ନିୟନ୍ତ୍ରଣ ତାଙ୍କ ପାଇଁ…

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନାରେ ନୂଆ ଆଇଆଇସି ଭାବେ ବିଜୟ କୁମାର ହାଇବୁରୁ ଗୁରୁବାର ବିଳମ୍ବିତ ରାତିରେ ଯୋଗଦାନ କରିଛନ୍ତି। ସେ ଫୁଲବାଣୀ ଏସ୍‌ପି କାର୍ଯ୍ୟାଳୟରୁ ଏଠାକୁ ବଦଳି ହୋଇ ଆସିଥିବା ବେଳେ ସେଠାରେ କାର୍ଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?