୨ କୁଇଣ୍ଟାଲରୁ ଉର୍ଦ୍ଧ୍ବ ଗୋମାଂସ ଜବତ, ୩ ଅଭିଯୁକ୍ତ ଫେରାର
କୁଆଁରମୁଣ୍ଡା,୨୭।୭(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ ଜିଲ୍ଲା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଡୁମେରଜୋର ପଞ୍ଚାୟତ ତେତ୍ରାବାହାଲ ଗ୍ରାମର ଜଣଙ୍କ ଘର ପଛପଟେ ଶନିବାର ସକାଳେ ଏକ ବଳଦ କଟାଯିବା ସ୍ଥାନୀୟ ବଜରଙ୍ଗ ଦଳର ସଦସ୍ୟମାନେ ଖବର ପାଇଥିଲେ। ଏହାପରେ ସେମାନେ ଘଟଣାସ୍ଥଳରେ ପହଞ୍ଚିବା…
‘ମୁଖ୍ୟମନ୍ତ୍ରୀ ବସ୍’ ଯୋଜନାରୁ ବଞ୍ଚିତ ଦୁଇ ପଞ୍ଚାୟତବାସୀ
ତୁମୁଡ଼ିବନ୍ଧ,୨୭ା୭(ଦୀପକ କୁମାର ପରସେଠ): ସରକାର ଗ୍ରାମାଞ୍ଚଳରେ ରହୁଥିବା ଲୋକଙ୍କ ଗମନାଗମନ ସୁବିଧା ପାଇଁ ମୁଖ୍ୟମନ୍ତ୍ରୀ ବସ୍(ପୂର୍ବରୁ ଲକ୍ଷ୍ମୀ ବସ୍) ଯୋଜନା ଆରମ୍ଭ କରିଛନ୍ତି। ଯାହାଫଳରେ ଗ୍ରାମାଞ୍ଚଳର ସବୁକିଛି ବିକାଶ ହୋଇପାରିବ। ହେଲେ ଏହି ମୁଖ୍ୟମନ୍ତ୍ରୀ ବସ୍ ସେବା ଯୋଜନାରୁ ଦୁଇ ପଞ୍ଚାୟତବାସୀ…
ଦାନ୍ତକାଠି ଭାଙ୍ଗୁଥିଲେ ମହିଳା,୩ ଭାଲୁ ମିଶି ଝୁଣିଦେଲେ
ପାଟଣା,୨୭।୭(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାର ପଡ଼ା ସେକ୍ସନ ଡାଳପକା ପଞ୍ଚାୟତ କୁଦାବେଡା ଗ୍ରାମରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଜଣେ ୩୯ ବର୍ଷୀୟ ମହିଳାଙ୍କୁ ଭାଲୁ ଆକ୍ରମଣ କରି ଗୁରୁତର କରିଛି। ଗୁରୁତର ମହିଳା ଜଣକ କୁଦାବେଡା…
ତେଲ ନଦୀ ଉପରେ ୪ ଫୁଟ ପାଣି: ଭାସିଗଲା କ୍ରେନ୍
ପାଟଣା,୨୭।୭(ବୀରକିଶୋର ଦାଶ): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ସାହାରପଡା ବ୍ଲକ ବେହାଲ ହୋଇପଡିଛି। ସାହାରପଡ଼ା ବ୍ଲକ କୁମୁଳା ବାହାଳୀ ନିକଟ ତେଲ ନଦୀ ପୋଲଉପରେ ଶନିବାର ୪ଫୁଟ ଉଚ୍ଚର ପାଣି ପ୍ରବାହିତ ହେଉଛି। ଫଳରେ କେନ୍ଦୁଝର-ମୟୁରଭଞ୍ଜ ଜିଲାକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି।…
ଅଧାରେ ଅଟକିଲା କେନାଲ ପାଣି
କାଏମା,୨୭ା୭(ଶିବପ୍ରସାଦ ମହାନ୍ତି): ଧର୍ମଶାଳା ବ୍ଲକ ଅନ୍ତର୍ଗତ ଶାନ୍ତି ବଜାରଠାରୁ ଡେରାବର ପର୍ଯ୍ୟନ୍ତ ଯାଇଥିବା ସବ୍ମାଇନର କେନାଲ ସଫେଇ ହୋଇ ନ ଥିବାରୁ ଅଧାରେ ଅଟକି ରହିଛି କେନାଲ ପାଣି। ଫଳରେ ଏହାକୁ ନେଇ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ସୂଚନା ମୁତାବକ,…
କାର୍ରେ ଆସି ବସ୍ରୁ ରୁପା ଭର୍ତ୍ତି ବ୍ୟାଗ ନେଇଗଲେ ଦୁର୍ବୃତ୍ତ
ଖଲ୍ଲିକୋଟ,୨୬ା୭(ପ୍ରଶାନ୍ତ କୁମାର ମିଶ୍ର): କୋଲକାତା ଅଭିମୁଖେ ଯାଉଥିବା ଏକ ବସ୍ରୁ ଜଣେ ବ୍ୟବସାୟୀଙ୍କ ପ୍ରାୟ ୫୦ କେଜି ପୁରୁଣା ରୁପା ଜିନିଷ ଓ ୪ ଲକ୍ଷ ୭୨ ହଜାର ଟଙ୍କା ଚୋରି ହୋଇଥିବା ଖଲ୍ଲିକୋଟ ଥାନା ଅଧୀନ ଭେଜିପୁଟ ଫାଣ୍ଡିରେ ଅଭିଯୋଗ…
ଗାଁ ଲୋକେ କରିଥିଲେ ଏଭଳି ଅପମାନ, ସହି ନପାରି ଜୀବନ ହାରିଲେ ୯ମ ଶ୍ରେଣୀ ଛାତ୍ର
ବେଲଗୁଣ୍ଠା/ ଭଞ୍ଜନଗର, ୨୭ା୭ (କୃଷ୍ଣଚନ୍ଦ୍ର ପଟ୍ଟନାୟକ/ ବାବୁଲା ପ୍ରଧାନ): ପିଲାଙ୍କ ଖେଳବେଳେ ଜଣେ ମହିଳାଙ୍କ ଦେହରେ ବଲ୍ ବାଜିଯିବା ଭଳି ସାମାନ୍ୟ ଘଟଣାକୁ ନେଇ ଥାନାରେ ଏତଲା ଦିଆଯିବା ଏବଂ ଏହାକୁ ନେଇ ଟାହିଟାପରା କରାଯିବା କୋମଳମତି ପିଲାଙ୍କ ଉପରେ ଗୁରୁତର…
ଜୀବିକା ଦେଇଛି ବାଉଁଶ କାରିଗରୀ
କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ ୫୦ ଆଦିବାସୀ ପରିବାର ବସବାସ କରନ୍ତି। କନ୍ଧ ଜନଜାତିର କିଛି ପରିବାର ସଦସ୍ୟଙ୍କୁ ବାଉଁଶ…
ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…
ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ ଗୋଡ଼ାଉ ଥିବା ବେଳେ ହରିଣ ଛୁଆଟି ଯାଇପାରି ନ ଥିଲା। ଯୁବକମାନେ ଉଦ୍ଧାର କରି…
ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ
ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ ବେଉଷଣ ସମୟରେ ବର୍ଷା ଅଭାବ ଯୋଗୁ ଚାଷ ଜମିରେ ଗୋରୁ ଚରୁଛନ୍ତି। ଚାଷ କାମ…
ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି
ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି ଭିଜିଲାନ୍ସ। ବଲାଙ୍ଗୀର ଲୋୟର ସୁକ୍ତେଲ ପ୍ରକଳ୍ପର ମୁଖ୍ୟ ନିର୍ମାଣ ଯନ୍ତ୍ରୀ ସୁନୀଲ କୁମାର ରାଉତ…
ଅସହାୟ ପିଲାଙ୍କୁ ଶିକ୍ଷାଦାନ ପାଇଁ ହାତ ବଢାଇଲେ ଡାକ୍ତର
କେସିଙ୍ଗା,୨୬।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମର ପୂର୍ଣଚନ୍ଦ୍ର ହରିଜନ ଗତ ୪ବର୍ଷ ତଳେ କିଡ୍ନୀ ରୋଗରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ ଘଟିଥିଲା। ବର୍ତ୍ତମାନ ପରିବାରରେ ତାଙ୍କ ସ୍ତ୍ରୀ, ବୁଡି ମା’, ଦୁଇ ପୁଅ ଏବଂ ୧୭…

