ପାତଲମ୍ବା ଗାଁରେ ହାତୀ ତାଣ୍ଡବ: ଆତଙ୍କରେ ଗ୍ରାମବାସୀ
କଲ୍ୟାଣସିଂହପୁର,୧୩।୭(ଦୀପକ କୁମାର ପରିଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ପାର୍ସାଲି ପଞ୍ଚାୟତ ଅନ୍ତର୍ଗତ ପାତଲମ୍ବା ଗାଁରେ ସୋମବାର ଏକ ଦନ୍ତା ହାତୀ ପଶି ଆତଙ୍କ ସୃଷ୍ଟି କରିଛି। ହାତୀଟି ଗାଁ ନିକଟରେ ବୁଲୁଥିବା ଖବର ପ୍ରଚାର ହେବା ପରେ ସମଗ୍ର ଅଞ୍ଚଳରେ…
ହାଟଡିହୀ ବ୍ଲକରେ ପଶିଲା ଭିଜିଲାନ୍ସ: ମିଶନ ଶକ୍ତିରେ ଦୁର୍ନୀତି ଅଭିଯୋଗ
ହାଟଡିହୀ,୧୩l୭((ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ପୁଣି ପଶିଛି ଭିଜିଲାନ୍ସ। ଗତ କିଛିଦିନ ତଳେ ଭିଜିଲାନ୍ସ ଷ୍ଟ୍ରିଟ ଲାଇଟ ଦୁର୍ନୀତି ନେଇ ହାଟଡିହୀ ବ୍ଲକରେ ଖୋଳତାଡ଼ କରିଥିବା ଜଣାପଡ଼ିଛି। ଏଥର ମିଶନ ଶକ୍ତି ବିଭାଗରେ ହୋଇଥିବା ଅନିୟମିତତାର ତଦନ୍ତ ପାଇଁ ପଶିଥିଲା।…
ରାତି ପାଇଲେ ପରୀକ୍ଷା ଦେଇଥାନ୍ତେ ଶିବାନୀ: ମା’ ବିଲକୁ ଯାଇଥିବାବେଳେ ଘରେ…
ଭଞ୍ଜନଗର,୧୩।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଟୋକାଗଣ୍ଡା ଗ୍ରାମର ଖଦାଳି ସ୍ବାଇଁଙ୍କ ଝିଅ ତଥା ମେଧାବୀ ଛାତ୍ରୀ ଶିବାନୀ ସାଇଁ (୧୭) ସୋମବାର ସନ୍ଧ୍ୟାରେ ମୃତ୍ୟୁବରଣ କରିଛନ୍ତି। ସେ କେଉଁଭଳି ମୃତ୍ୟୁବରଣ କଲେ ତାହା ସଠିକ ଭାବେ ଜଣାପଡ଼ିନାହିଁ।…
ସ୍କୁଲ ପାଠ୍ୟପୁସ୍ତକ ଅନିୟମିତତା ମାମଲା: କ୍ରାଇମବ୍ରାଞ୍ଚ ହାତକୁ ଗଲା ତଦନ୍ତ ଭାର
କଟକ,୧୩।୭(ପ୍ରଭୁ କଲ୍ୟାଣ ପାଲ୍): ରାଜ୍ୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ପାଠ୍ୟପୁସ୍ତକର ପ୍ରସ୍ତୁତି, ଅନୁମୋଦନ ଏବଂ ପ୍ରକାଶନ ପ୍ରକ୍ରିୟାରେ ହୋଇଥିବା ଅନିୟମିତତାର ତଦନ୍ତ ଭାର ଆଜି କ୍ରାଇମବ୍ରାଞ୍ଚ ଗ୍ରହଣ କରିଛି। ଏସ୍ସିଇଆରଟି (SCERT)ର ନିର୍ଦ୍ଦେଶିକା ମଧୁସ୍ମିତା ସାହୁଙ୍କ ଲିଖିତ ଅଭିଯୋଗକୁ…
୧ କୁଇଣ୍ଟାଲର ଘଡ଼ିଆଳ କୁମ୍ଭୀର ଉଦ୍ଧାର: ସାତକୋଶିଆରେ ଛାଡିଲା ବନବିଭାଗ
ଭବାନୀପାଟଣା,୧୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଲମପୁର ବ୍ଲକ ଭାଲୁବୁଟୁରା ଗ୍ରାମର ଏକ କେନାଳରୁ ସୋମବାର ଅପରାହ୍ନରେ ଏକ ଘଡ଼ିଆଳ କୁମ୍ଭୀର ବନ ବିଭାଗ ପକ୍ଷରୁ ଉଦ୍ଧାର ହୋଇଛି। ଏହି କୁମ୍ଭୀରର ଲମ୍ବ ପ୍ରାୟ ସାଢେ ୮ ଫୁଟ୍ ଥିବାବେଳେ ଓଜନ…
ବିବାହର ପ୍ରଲୋଭନ ଦେଖାଇ ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତଙ୍କୁ ମିଳିଲା ଏହି ଦଣ୍ଡ
ଜୟପୁର,୧୩ା୭(ପବନ ପାଣିଗ୍ରାହୀ): ଜଣେ ନାବାଳିକାଙ୍କୁ ବିବାହ ପ୍ରଲୋଭନ ଦେଖାଇ ବଳାତ୍କାର ମାମଲାର ସୋମବାର ରାୟ ପ୍ରକାଶ ପାଇଛି। ଜୟପୁର ଅତିରିକ୍ତ ଜିଲା ଓ ଦୌରାଜଜ୍ ତଥା ପୋକ୍ସୋ କୋର୍ଟ ସଂଘମିତ୍ରା ଦାଶ ମାମଲାର ଶୁଣାଣି କରି ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ…
ସ୍କୁଲରୁ ଫେରୁଥିବାବେଳେ ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ: ଥାନାର ଦ୍ୱାରସ୍ଥ ହେଲେ ପରିବାର ଲୋକେ
ଲାଞ୍ଜିଗଡ,୧୩।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ଥାନା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା । ଲାଞ୍ଜିଗଡ ବ୍ଲକ ବେନଗାଁ ପଞ୍ଚାୟତ ଅନର୍ଗତ ପାଜିବାହାଲି ଗ୍ରାମର ଦଶମ ଶ୍ରେଣୀରେ ପଢ଼ୁଥିବା ଏକ ନାବାଳିକାକୁ ଜଣେ ଯୁବକ ଅପହରଣ…
ଶୃଙ୍ଖଳିତ ରଥ ଯାତ୍ରା ପରିଚାଳନା ପାଇଁ ପ୍ରସ୍ତୁତି ବୈଠକ: ନିଆଗଲା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି
ଦିଗପହଣ୍ଡି, ୧୩।୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ସୋମବାର ଅପରାହ୍ନରେ ତହସିଲଦାର ସନ୍ତୋଷ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ରଥଯାତ୍ରା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ତହସିଲ ଅଧିନସ୍ଥ ବିଭିନ୍ନ ଗ୍ରାମରେ ଚାଲି…
ଦୁର୍ଘଟଣାରେ ଆହାତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ: ଥାନାରେ ପହଞ୍ଚି ଝିଅ ଦେଲେ ଏତଲା
ଦିଗପହଣ୍ଡି,୧୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁୁବୁଡ଼ି ଗ୍ରାମର ଲବ ନାଇକ(୬୬) ଗତ ୭ ତାରିଖ ଅପରାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ଆହାତ ହୋଇଥିଲେ। ତାଙ୍କୁ ପ୍ରଥମେ ସଙ୍କଟାପନ୍ନ ଅବସ୍ଥାରେ ବମକୋଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା।…
ରଥଯାତ୍ରା ପାଇଁ ପ୍ରଶାସନ ସଜାଗ, ଏହି ସବୁ ଦିଗରେ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ଦେଲେ ତହସିଲଦାର
ପୁରୁଷୋତ୍ତମପୁର,୧୩।୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ପ୍ରଶାସନ ପକ୍ଷରୁ ରଥଯାତ୍ରାର ସୁପରିଚାଳନାକୁ ନେଇ ଏକ ପ୍ରସ୍ତୁତି ବୈଠକ ସୋମବାର ତହସିଲଦାର ବିନୋଦ କୁମାର ବେହେରାଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି । ଗତବର୍ଷ ଶିକୁଳାରେ ଯେପରି ରଥଟଣାବେଳେ ଜଣଙ୍କ ଜୀବନଯାଇଥିଲା, ତାହାକୁ…
ସୁପୋଷିତ ଓଡ଼ିଶା ମିଶନ: ତଥ୍ୟ ସଂଗ୍ରହ କରିବେ ୧୦୦୦୦ ଏନଏସଏସ ଛାତ୍ରୀ
ଭଞ୍ଜନଗର,୧୩/୭(ବାବୁଲା ପ୍ରଧାନ)- ପୋଷଣ ଅଭିଯାନ ଅବସରରେ ବର୍ତ୍ତମାନ ଓଜନ ଉତ୍ସବ ରାଜ୍ୟରେ ଚାଲିଛି। ଏହିଭଳି ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ମଧ୍ୟ ଓଜନ ଉତ୍ସବ ପ୍ରଥମ ପର୍ଯ୍ୟାୟ ଚାଲିଛି। ଏହା ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ଚାଲିବ। ଭଞ୍ଜନଗର ଉପଜିଲାପାଳ ଉମା…
ଆପାର୍ଟମେଣ୍ଟ ତଳୁ ମିଳିଲା ମୃତଦେହ
ଭୁବନେଶ୍ୱର,୧୩।୭: ଭୁବନେଶ୍ବର ନୀଳାଦ୍ରି ବିହାର ଅଞ୍ଚଳରେ ଥିବା ଏକ ଆପାର୍ଟମେଣ୍ଟ ତଳୁ ଜଣେ ବ୍ୟକ୍ତିଙ୍କ ମୃତଦେହ ସୋମବାର ପୋଲିସ ଉଦ୍ଧାର କରିଛି। ମୃତକଙ୍କ ପରିଚୟ ଜଣାପଡି ନାହିଁ। ହେଲେ ସମ୍ପୃକ୍ତ ବ୍ୟକ୍ତିଙ୍କୁ କେହି ହତ୍ୟା କରି ଫୋପାଡ଼ି ଦେଇଥିବା ସନ୍ଦେହ କରାଯାଉଛି।…

