ଆମ ଜିଲା ଖବର

ରଜରେ ମିଳିଲାନି ଦରମା, କର୍ମଚାରୀ ଅସନ୍ତୋଷ

କେନ୍ଦୁଝର,୧୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌରପାଳିକାରେ ବିଭିନ୍ନ ପାର୍କମାନଙ୍କରେ ନିଯୁକ୍ତି ପାଇଥିବା ସିକ୍ୟୁରିଟି ଗାର୍ଡ ଏବଂ ସୁଇପରମାନଙ୍କୁ ଗତମାସର ଦରମା ଅଦ୍ୟାବଧି ମିଳି ନାହିଁ ।ଫଳରେ ସେମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ବିଭିନ୍ନ ପାର୍କରେ ୪୨ଜଣ ସୁଇପର ଓ ସିକ୍ୟୁରିଟି ଗାର୍ଡ…

ମମିତା ମେହେର ହତ୍ୟାକାଣ୍ଡର ସିବିଆଇ ତଦନ୍ତ ଦାବି

କଣ୍ଟାବାଞ୍ଜି,୧୬ା୬: ପୁଣି ଥରେ ମମିତା ମେହେର ହତ୍ୟାକାଣ୍ଡ ଘଟଣାର ତଦନ୍ତ ପାଇଁ ଦାବି ହୋଇଛି। ମମିତାଙ୍କ ପରିବାରକୁ ରବିବାର ଭେଟିଛନ୍ତି ନବ ନିର୍ବାଚିତ ବିଧାୟକ ଲକ୍ଷ୍ମଣ ବାଗ। କଣ୍ଟାବାଞ୍ଜି ଝରନୀସ୍ଥିତ ମମିତାଙ୍କ ଘରକୁ ଭେଟିବାକୁ ଲକ୍ଷ୍ମଣ ଯାଇଥିବା ବେଳେ ଏଯାବତ୍‌ ତାଙ୍କୁ…

ଜଳିଗଲା ୪ବଖରା ଘର

କେନ୍ଦ୍ରାପଡ଼ା,୧୬।୬: କେନ୍ଦ୍ରାପଡ଼ା ଜିଲା ଆଳି ଥାନା ବଡ଼ମାନୁପୁର ଗାଁରେ ରବିବାର କ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୪ ବଖରା ଚାଳଛପର ଘର ପୋଡି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ଖବର ପାଇ ସ୍ଥାନୀୟ ଅଗ୍ନିଶମବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ବେଳେ…

ବାର୍‌ହା ଶିକାରୀ ଗିରଫ

ଭୁବନ,୧୬ା୬(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବନ ବିଭାଗ ପକ୍ଷରୁ ରବିବାର ଚଢ଼ାଉ କରାଯାଇ ବାର୍‌ହା ମୃତଦେହ ଜବତ କରାଯିବା ସହିତ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତ ଜଣଙ୍କ ଭୁବନ ଥାନା ଉଷକଣ ଗ୍ରାମ ମାଟିଆ ସାହିର ପ୍ରହଲ୍ଲାଦ ପ୍ରଧାନ…

ଶଳାଙ୍କୁ ଗୁଳି କରି ହତ୍ୟା କଲେ ଭିଣୋଇ

ପାରଳାଖେମୁଣ୍ଡି,୧୬ା୬(ଗିରିଧାରୀ ପରିଚ୍ଛା): ଶଳାଙ୍କୁ ଗୁଳିକରି ହତ୍ୟା କରିଛନ୍ତି ଭିଣୋଇ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ମୋହନା ଥାନା ଭାଲିଆଗଣି ଗାଁରେ। ମୃତକ ଶଳା ହେଲେ କୈଳାସ ନାୟକ। ରବିବାର ସକାଳୁ ଏ ବିଷୟରେ ଜଣାପଡ଼ିଛି। ଶିକାର କରିବାକୁ…

ବାବୁଲି ବାରିକଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬ା୬(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଭଦ୍ରକ ଜିଲାର ବାବୁଲି ବାରିକଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇ ଦେବା ପାଇଁ ଭଦ୍ରକ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ଭଦ୍ରକ ଜିଲା ଚାନ୍ଦବାଲି ମାଧପୁର ଗ୍ରାମର ୧୪ ବର୍ଷର ବାଳକ ବାବୁଲି…

ଜାଗାବାଡ଼ିକୁ କେନ୍ଦ୍ର କରି ସାନ ଭାଇଙ୍କୁ ହାଣିଲେ ବଡ଼

ମୋରଡ଼ା,୧୬ା୬(ସ୍ମାରକ ମାଜୀ): ଜାଗାବାଡ଼ିକୁ ନେଇ ସାନ ଭାଇଙ୍କୁ ନିର୍ମମ ଭାବେ ହତ୍ୟା କରିଛନ୍ତି ବଡ଼ ଭାଇ। ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜା ପଞ୍ଚାୟତର ଲୁଣଚାଟି ଗାଁରେ। ଘଟଣା ଅନୁଯାୟୀ,ଉକ୍ତ ଗ୍ରାମର ଜୟନ୍ତ…

ଅବସର ପରେ ବି ଶିକ୍ଷକଙ୍କୁ ମିଳୁନି ସମ୍ପୂର୍ଣ୍ଣ ପେନ୍‌ସନ

ଭବାନୀପାଟଣା,୧୬ା୬ (ଉତ୍ତମ କୁମାର ଦାଶ)ସରକାରୀ କର୍ମଚାରୀ ଅବସର ପାଇବା ପରେ ପେନ୍‌ସନ୍‌ ପାଇବା ପାଇଁ ସରକାରୀ ବ୍ୟବସ୍ଥା ରହିଛି। ହେଲେ କଳାହାଣ୍ଡି ଜିଲା ଶିକ୍ଷା ବିଭାଗରେ କାର୍ଯ୍ୟରତ ସରକାରୀ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକମାନେ ଅବସର ନେବାର ଦୀର୍ଘଦିନ ପରେ ବି ସମ୍ପୂର୍ଣ୍ଣ…

ସଚେତନତାରେ ସୀମିତ ବିଇଏମ୍‌ସିର ଡେଙ୍ଗୁ ନିୟନ୍ତ୍ରଣ

ବ୍ରହ୍ମପୁର,୧୬ା୬(ଅଶୋକ କୁମାର ସାହୁ)ମୌସୁମୀ ବର୍ଷା ଆରମ୍ଭ ହୋଇ ନ ଥିଲେ ବି ବ୍ରହ୍ମପୁର ସହରରେ ଡେଙ୍ଗୁ ଡରାଇବାକୁ ଲାଗିଲାଣି। କିଛି ଦିନ ତଳେ ସହରରେ ଦୁଇ ଚାରି ଥର ବର୍ଷା ବି ହୋଇସାରିଛି। ସେହି ସମୟରେ ଜମି ରହିଥିବା ପାଣିରେ ମଶା…

ସ୍ତ୍ରୀ ଓ ପ୍ରସୂତି ୱାର୍ଡରେ ନାହିଁ ଏସି

ନୟାଗଡ଼,୧୬।୬(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ମାତୃ ଶିଶୁ ଚିକିତ୍ସାଳୟର ସ୍ତ୍ରୀ ଓ ପ୍ରସୂତି ୱାର୍ଡରେ ଏସି ନ ଥିବାରୁ ଗ୍ରୀଷ୍ମର ପ୍ରକୋପରେ ସିଜରିଂ ଓ ପ୍ରସୂତି ମହିଳା ଛଟପଟ ହେଉଛନ୍ତି। ସ୍ତ୍ରୀ ଓ ପ୍ରସୂତି ୱାର୍ଡରେ ଶନିବାର…

୫- ଟି, ନବୀନ ଓଡ଼ିଶା ବ୍ୟାଗ୍‌ ପୋଡ଼ିଲେ

ବାଉଁଶୁଣୀ,୧୬ା୬(ଦେବାଶିଷ ନେପାକ)ବୌଦ୍ଧ ଜିଲା ବାଉଁଶୁଣୀ ଛକ ନିକଟରେ ଶନିବାର ୫- ଟି ଆମ ଓ ନବୀନ ଓଡ଼ିଶା ବ୍ୟାଗ୍‌କୁ ଭାଜପା କର୍ମୀ ପୋଡ଼ୁଥିବା ଦେଖିବାକୁ ମିଳିଛି। ସ୍ଥାନୀୟ ଅଞ୍ଚଳର ଭାଜପା ନେତା ପୁରନ୍ଦର ବକ୍ସିଙ୍କ ନେତୃତ୍ୱରେ ପୂର୍ଣ୍ଣଚନ୍ଦ୍ର ମେହେର, କିଶୋର ମେହେର,…

ପିସି ନେଲେ କି ଦେଲେ ଦଳରୁ ବିଦା: ମନମୋହନ

ଚାନ୍ଦବାଲି,୧୬ା୬(କିଷାନ ପାତ୍ର)ଓଡ଼ିଶାରେ ଏବେ ଭାଜପା ସରକାର ଗଠନ କରିଛି। ଭାଜପା ସରକାର ହେଉଛି ସାଧାରଣ ଲୋକଙ୍କ ସରକାର। ଲୋକଙ୍କ କାମ ସୁବିଧାରେ ଓ ମାଗଣାରେ ହେବ। ଭାଜପା ଦେଇଥିବା ସବୁ ପ୍ରତିଶ୍ରୁତି ପୂରଣ କରାଯିବ। ଶ୍ରୀଜଗନ୍ନାଥଙ୍କ ମନ୍ଦିରର ଚାରି ଦ୍ୱାର ଖୋଲାଗଲା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?