ଆମ ଜିଲା ଖବର

୧୩ ବଖରା ଭସ୍ମୀଭୂତ

ନୂଆଗାଁ,୨୧।୪(ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଉଦୟପୁର ପଞ୍ଚାୟତ ଶିଖରଗୋଛା ଗ୍ରାମରେ ଶନିବାର ନିଆଁ ଲାଗି ୧୩ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଛି। ଅଗ୍ନିବିପନ୍ନମାନେ ପିନ୍ଧା ଲୁଗା ବ୍ୟତୀତ ଅନ୍ୟ କୌଣସି ସାମଗ୍ରୀ ଉଦ୍ଧାର କରି ପାରିନାହାନ୍ତି। ଗ୍ରାମବାସୀଙ୍କ ସହିତ…

ଚନ୍ଦନ ପୋଖରୀରେ ପଦ୍ମ,କଇଁ ଫୁଟିବ

ଖଣ୍ଡପଡ଼ା,୨୧ା୪(ଅଜୟ କୁମାର ମହାରଣା)ନୀଳମାଧବ ଜୀଉଙ୍କ ଚନ୍ଦନ ପୋଖରୀର ନବୀକରଣ କାର୍ଯ୍ୟ ସହ ପଙ୍କ ଉଦ୍ଧାର କାମ ସରିଛି। କାମ ସରିବା ପରେ ପାଣି ଭରି ଦିଆଯାଇଛି। ହେଲେ ଠିକ୍‌ ଭାବେ ପଙ୍କ ଉଠାଯାଇ ନ ଥିବାକୁ ସାଧାରଣରେ ପ୍ରତିକ୍ରିୟା ପ୍ରକାଶ ପାଇଥିଲା।…

ଆଚରଣ ବିଧି ସମୟରେ ଚାଲିଛି ନିଯୁକ୍ତି

ନୟାଗଡ଼,୨୧।୪(ଲୋକନାଥ ମିଶ୍ର)ନିର୍ବାଚନ ଆଚରଣ ବିଧି ଲାଗୁ ପରେ ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସରଳୟ(ଡିଏଚ୍‌ଏଚ୍‌)ରେ ନିଯୁକ୍ତି ହେଉଥିବା ଅଭିଯୋଗ ହୋଇଛି। ପୁଣି ଜିଲାପାଳଙ୍କ ଅଧ୍ୟକ୍ଷତାରେ ବଦଳି କମିଟି ବୈଠକ ନ ହୋଇ ୫୦ରୁ ଉର୍ଦ୍ଧ କର୍ମଚାରୀଙ୍କ ବଦଳି କରାଯାଇଛି । ବଦଳି ଓ…

ସରକାରୀ କଟକଣା ମାନୁନାହାନ୍ତି ଅଧିକାରୀ

ଓଡ଼ଗାଁ,୨୧ା୪ (ଆଦର୍ଶ କୁମାର ପଟ୍ଟନାୟକ)ସକାଳ ୮ଟାରୁ ପ୍ରଚଣ୍ତ ଖରାରେ ସିଝୁଛି ସାରା ଓଡ଼ିଶା। ଏଥିରୁ ନୟାଗଡ଼ ଜିଲା ଓଡ଼ଗାଁ ବାଦ ଯାଇନି। ଏପଟେ ରାଜ୍ୟ ସରକାର ସମସ୍ତ ସ୍କୁଲ, କଲେଜକୁ ଛୁଟି ଘୋଷଣା କରିଥିବା ବେଳେ ଦିନ ୧୧ଟାରୁ ୩ଟା ପର୍ଯ୍ୟନ୍ତ…

୧୮ ଇଞ୍ଜିନିୟରିଂ ଛାତ୍ରଙ୍କୁ ଜଣ୍ଡିସ୍‌

କେନ୍ଦୁଝର,୨୧ା୪ (ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର)କେନ୍ଦୁଝର ଜିଲା ସରକାରୀ ଇଞ୍ଜିନିୟରିଂ କଲେଜ ଛାତ୍ରାବାସରେ ରହୁଥିବା ଛାତ୍ରଙ୍କୁ ଜଣ୍ଡିସ ବ୍ୟାପୁଥିବା ଘଟଣା ଆଲୋଚ୍ୟର ବିଷୟ ହୋଇଛି। ବର୍ତ୍ତମାନ ସୁଦ୍ଧା ପାଖାପାଖି ୧୮ ଜଣଙ୍କୁ ଜଣ୍ଡିସ ହୋଇଥିବା ଜଣାପଡ଼ିଛି। ଜଣ୍ଡିସରେ ଆକ୍ରାନ୍ତ ହେବା ପରେ…

ମୁଣ୍ଡଜାମିନ ରଖି ପୁତୁରାକୁ ମାରିଲେ କକା

ଟିଟିଲାଗଡ଼,୨୧ା୪(ଶରତ ମିଶ୍ର)ଟଙ୍କା ପାଇଁ ମଣିଷ କେତେ କ୍ରୂର ହୋଇଯାଏ ତାହାର ସଦ୍ୟ ଉଦାହରଣ ଦେଖିବାକୁ ମିଳିଛି ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ବେଲପଡ଼ା ଗ୍ରାମରେ। ୧୪ ବର୍ଷୀୟ ସମ୍ପର୍କୀୟ ପୁତୁରାକୁ ଅପହରଣ ପରେ ୩ ଲକ୍ଷ ଟଙ୍କା ଦାବି କରି ନ…

୧୫ ବର୍ଷ ପରେ ହାଇକୋର୍ଟରୁ ମହିଳାଙ୍କୁ ମିଳିଲା ନ୍ୟାୟ

କଟକ,୨୦ା୪(କାର୍ତ୍ତିକ ସାହୁ): ଦୀର୍ଘ ୧୫ବର୍ଷ ପରେ ନ୍ୟାୟିକ ଲଢ଼େଇର ଅନ୍ତ ଘଟିଛି। ଅଙ୍ଗନଓ୍ବାଡିି କର୍ମୀ ପଦବୀ ନିମନ୍ତେ ଚୟନ ହେବା ପରେ ନିରାଶ ହୋଇଥିବା ଜଣେ ମହିଳାଙ୍କୁ ଶେଷରେ ନ୍ୟାୟ ମିଳିଛି। ମହିଳା ଜଣକ ଅଙ୍ଗନଓ୍ବାଡି କର୍ମୀ ନିମନ୍ତେ ଯୋଗ୍ୟ ବିବେଚିତ…

ତୃତୀୟ ଦିନରେ କୋରାପୁଟ ଲୋକ ସଭା ପାଇଁ ୨ ପ୍ରାର୍ଥୀ, ବିଧାନସଭା ପାଇଁ ଜଣେ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୦ା୪(ଅମିତାଭ ବେହେରା): ଶନିବାର ନାମାଙ୍କନପତ୍ର ଦାଖଲର ତୃତୀୟ ଦିନ ହୋଇଥିବା ବେଳେ କୋରାପୁଟ ଲୋକ ସଭା ଆସନ ପାଇଁ ୨ ଜଣ ଓ କୋରାପୁଟ ବିଧାନସଭା ପାଇଁ ଜଣେ ପ୍ରାର୍ଥୀ ତାଙ୍କର ନାମାଙ୍କନପତ୍ର ଦାଖଲ କରିଥିବା ଜିଲା ପ୍ରଶାସନ ପକ୍ଷରୁ ଜଣାଯାଇଛି।…

ନାମାଙ୍କନପତ୍ର ଦାଖଲ କଲେ ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀ ରାଜନା ଦୋରା

ପଟାଙ୍ଗି,୨୦ା୪(ଶରତ ଧଳ): ଲୋକ ସଭା ଓ ବିଧାନସଭା ନିର୍ବାଚନକୁ ନେଇ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ଚଳଚଞ୍ଚଳ ହୋଇ ଉଠିଥିବା ବେଳେ ସମସ୍ତ ରାଜନୈତିକ ଦଳର ବିଧାୟକ ଏବଂ ଏମ୍‌ପି ପ୍ରାର୍ଥୀ ନିଜ ନିଜର ନାମାଙ୍କନପତ୍ର ଦାଖଲ କରି ପ୍ରଚାର ମଇଦାନକୁ ଓହ୍ଲାଇ…

ମତଦାନ କେନ୍ଦ୍ର ନ ହେଲେ ଭୋଟ୍‌ ବର୍ଜନ କରିବେ ଗ୍ରାମବାସୀ

କୋକସରା,୨୦ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଗମ୍ଭାରୀଗୁଡ଼ା ପଞ୍ଚାୟତ ସିର୍ଲିଗୁଡା ହେଉଛି ଏକ ରାଜସ୍ବ ଗ୍ରାମ। ତେବେ ଏହି ଗ୍ରାମର ଭୋଟର ପ୍ରତିବର୍ଷ ପୂର୍ବରୁ ଗ୍ରାମରୁ ୮ କିମି ଦୂରରେ ଥିବା ବଙ୍ଗୋମୁଣ୍ଡା ପ୍ରାଥମିକ ବିଦ୍ୟାଳୟର ମତଦାନ କେନ୍ଦ୍ରକୁ…

ନାଳରେ ବୁଡ଼ି ଶିଶୁପୁତ୍ରର ଜୀବନ ଗଲା

କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ଶୁଆକାଟି ମୁଣ୍ତାସାହିର ଲିଟୁ ମୁଣ୍ତାଙ୍କ ଏକମାତ୍ର ପୁଅ ବାଦଲ(୪)ର ନାଳରେ ବୁଡ଼ି ମୃତ୍ୟୁ ହୋଇଛି। ଶନିବାର ଜେଜେଙ୍କ ସହିତ ବାଦଲ ଅପରାହ୍ନ ୩ଟା ବେଳେ ନିକଟସ୍ଥ ନାଳକୁ ଯାଇଥିବା ବେଳେ ପାଣିରେ…

ବଜ୍ରପାତରେ ଚାଲିଗଲା ଜଣଙ୍କ ଜୀବନ

କୋରାପୁଟ/ନାରାୟଣପାଟଣା,୨୦ା୪(ଅମିତାଭ ବେହେରା/ରାଜକିଶୋର ଜେନା): କୋରାପୁଟ ଜିଲାର ବନ୍ଧୁଗାଁ ବ୍ଲକର ଡିମିଟିଗୁଡ଼ାରେ ଶନିବାର ଅପରାହ୍ନରେ ବଜ୍ରପାତ ଘଟି ଗ୍ରାମର ଜଣଙ୍କର ମୃତ୍ୟୁ ହୋଇଥିବା ପୋଲିସ ସୂତ୍ରରୁ ଜଣାଯାଇଛି। ମିିଳିଥିବା ସୂଚାନୁଯାୟୀ, ଜିଲାର ବନ୍ଧୁଗାଁ ବ୍ଲକର କାବେରିବାଡ଼ି ପଞ୍ଚାୟତ ଅନ୍ତର୍ଗତ ଡିମିଟିଗୁଡ଼ାରେ ଆଜି ଅପରାହ୍ନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?