ଆମ ଜିଲା ଖବର

ବିଜେଡିରୁ ଇସ୍ତଫା ଦେଲେ ଚିତ୍ତରଞ୍ଜନ

ଭବାନୀପାଟଣା/ନର୍ଲା,୧୫।୪(ଉତ୍ତମ କୁମାର ଦାଶ/ ସନ୍ତୋଷ ପାତ୍ର): ସାଧାରଣ ନିର୍ବାଚନ ପୂର୍ବରୁ କଳାହାଣ୍ଡି ବିଜେଡିକୁ ଶକ୍ତ ଧକ୍କା ଲାଗିଛି। ସୋମବାର ବିଜେଡିରୁ ରାଜ୍ୟ ସମ୍ପାଦକ ଚିତ୍ତରଞ୍ଜନ ମଣ୍ଡଳ ଇସ୍ତଫା ଦେଇଛନ୍ତି। ସେ ଦଳର ରାଜ୍ୟ ସମ୍ପାଦକ ସହିତ କଳାହାଣ୍ଡି ଜିଲା ନର୍ଲା ବିଧାନସଭା…

ଓଭରବ୍ରିଜ୍‌ ତଳକୁ ଖସିଲା ଯାତ୍ରୀବାହୀ ବସ୍‌: ୩ ମୃତ, ୫ ଗୁରୁତର

ଭୁବନେଶ୍ୱର,୧୫।୪: ଯାଜପୁରରେ ବଡ଼ ଧରଣର ବସ୍‌ ଦୁର୍ଘଟଣା। ଏନଏଚ-୧୬ର ବାରବାଟୀ ଛକ ନିକଟରେ ଓଭରବ୍ରିଜ୍‌ ତଳକୁ ଖସିଲା ଯାତ୍ରୀବାହୀ ବସ୍‌। ଏଥିରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଆହତଙ୍କୁ ଏସ୍‌ସିବିକୁ ସ୍ଥାନାନ୍ତର…

ଶଙ୍ଖ ଛାଡି ପଦ୍ମ ଧରିଲେ ଶର୍ମିଷ୍ଠା

ଭବାନୀପାଟଣା,୧୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ନିକଟସ୍ଥ ସିଂଝରଣଠାରେ ରବିବାର ଭାଜପାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଜେଡି, କଂଗ୍ରେସର ଅନେକ କାର୍ଯ୍ୟକର୍ତ୍ତା ସାମିଲ ହୋଇଛନ୍ତି। କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳ ସମ୍ପାଦିକା ଶର୍ମିଷ୍ଠା ନାୟକ…

ଅଧିଷ୍ଠାତ୍ରୀ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ଆରମ୍ଭ

କୋକସରା,୧୫।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଶୀ): କଳାହାଣ୍ଡି ଜିଲା କୋକସରା ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ମା’ ଠାକୁରାଣୀଙ୍କ ଚୈତ୍ରଯାତ୍ରା ପାଇଁ ଚଳଚଞ୍ଚଳ ହୋଇଉଠିଛି ଗାଁ ଦାଣ୍ଡ। ସୋମବାର ସକାଳୁ ଠାକୁରାଣୀଙ୍କ ମୁଖ୍ୟ ପୂଜକ ନନ୍ଦକିଶୋର ଧରୁଆଙ୍କ ଘରୁ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା ପରେ ମା’ଙ୍କ…

ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରିଥିଲେ ପ୍ରେମିକ: ସୁରଟରୁ ହେଲେ ଉଦ୍ଧାର

ବ୍ରହ୍ମପୁର,୧୪ା୪(ସୁବାସ ଚନ୍ଦ୍ର ପାଢ଼ୀ): ଟାଉନ ଥାନା ପୋଲିସ ରବିବାର ଜଣେ ଅପହୃତା ନାବାଳିକା ଛାତ୍ରୀଙ୍କୁ ଉଦ୍ଧାର କରିବା ସହ ଅପହରଣକାରୀଙ୍କୁ କାବୁ କରିଛି। ପୀଡିିତାଙ୍କ ବୟାନ ଆଧାରରେ ପୋଲିସ ବଳାତ୍କାର ମାମଲାରେ ଅଭିଯୁକ୍ତ ପାଟପୁର ଥାନା ଧର୍ମରାଜପୁରର ସାଗର ସ୍ବାଇଁ ଓରଫ…

ମେରୁଯାତ୍ରା ଦେଖିବାକୁ ଆସି ଝାମ୍ପି ନେଇଥିଲେ ସୁନା ହାର

ବ୍ରହ୍ମପୁର,୧୫ା୪(ସୁବାସ ଚନ୍ଦ୍ର ପାଢ଼ୀ): ବିଜିପୁରରେ ଗତ ରବିବାର ମେରୁଯାତ୍ରା ଦେଖିବାକୁ ଆସିଥିବା କେ. ଜୟନ୍ତୀଙ୍କ ବେକରୁ ସୁନା ହାର ଝାମ୍ପି ନେଇଥିବା ଜଣେ ମହିଳାଙ୍କୁ ସ୍ଥାନୀୟ ଲୋକେ କାବୁ କରି ପୋଲିସ ଜିମା ଦେଇଥିଲେ। ସେ ହେଲେ ପଶ୍ଚିମବଙ୍ଗ ହୁଗୁଳିର ସୁରେନ୍ଦ୍ର…

ହାତ ଛାଡିଲେ ପୂର୍ବତନ ବିଧାନସଭା ପ୍ରାର୍ଥୀ

ବରଗଡ଼,୧୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଂଗ୍ରେସକୁ ଏକ ଝଟକା ଲାଗିଛି। ଜିଲାର ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଗତ ୨୦୧୯ ନିର୍ବାଚନରେ ଦଳୀୟ ପ୍ରାର୍ଥୀ ରହିଥିବା ସରୋଜ କୁମାର ମହାପାତ୍ର ସୋମବାର ଦଳରୁ ଇସ୍ତଫା ଦେଇଛନ୍ତି । ତାଙ୍କ ସହିତ ନିର୍ବାଚନ…

ଡିଏସ୍‌ପି ଅଳାବତୀ ଆର୍ଶୁ ମାରାଣ୍ଡିଙ୍କ ଅକାଳ ବିୟୋଗ

କଟକ,୧୫ା୪(କାର୍ତ୍ତିକ ସାହୁ): କଟକସ୍ଥିତ ରାଜ୍ୟ ମାନବାଧିକାର ସୁରକ୍ଷା ପ୍ରକୋଷ୍ଠ (ଏଚ୍‌ଆର୍‌ପିସି)ରେ କାର୍ଯ୍ୟରତ ଥିବା ଡିଏସ୍‌ପି ଅଳାବତୀ ଆର୍ଶୁ ମାରାଣ୍ଡୀ(୫୨)ଙ୍କ ରବିବାର ଅକାଳ ବିୟୋଗ ଘଟିଛି। ସେ ଦୀର୍ଘ ୮ ବର୍ଷ ହେବ ଦୂରାରୋଗ୍ୟରେ ପୀଡିତ ହୋଇ ଚିକିତ୍ସାଧୀନ ଥିଲେ। ରାଜ୍ୟ ମାନବାଧିକାର…

ଆଗକୁ କଡ଼ା ଟକ୍କର: ମଜଭୁତ ହେଉଛି ଭାଜପା ସଙ୍ଗଠନ

ଝାରସୁଗୁଡ଼ା,୧୫ା୪ (ସଞ୍ଜୟ ମାଲି): ଝାରସୁଗୁଡ଼ା ବିଟିଏମ୍‌ସ୍ଥିତ ଦଳୀୟ କାର୍ଯ୍ୟାଳୟରେ ରବିବାର ଅନ୍ୟ ଦଳର ବହୁ କର୍ମୀ ଭାଜପାରେ ସାମିଲ ହୋଇଛନ୍ତି। ଝାରସୁଗୁଡ଼ା ବିଧାନସଭା ଆସନ ପାଇଁ ଭାଜପା ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ଓ ଅନ୍ୟ ନେତୃବର୍ଗ ନୂତନ ଭାବେ ଯୋଗଦାନ କରିଥିବା…

ବାଲିଗୁଡା ବିଧାନସଭା ନିର୍ବାଚନ: କିଏ ମାରିବ ବାଜି, ତିନି ପ୍ରମୁଖ ଦଳର ପ୍ରାର୍ଥୀ ଘୋଷଣା ପରେ ରଣକୌଶଳ ଆରମ୍ଭ

ବାଲିଗୁଡା,୧୫।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ତିନି ପ୍ରମୁଖ ଦଳ ନିଜ ନିଜର ପ୍ରାର୍ଥୀଙ୍କ ନାମ ଘୋଷଣା କରିସାରିଛନ୍ତି। କଂଗ୍ରେସ ପକ୍ଷରୁ ପୂର୍ବରୁ ସୁରଦା ପ୍ରଧାନଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଥିବାବେଳେ ରବିବାର ତାଙ୍କୁ ପରିରର୍ତ୍ତନ କରି…

ପ୍ରଭାସଙ୍କ ଉପରେ ପୁଣି ଆସ୍ଥାପ୍ରକଟ କଲା କଂଗ୍ରେସ: କର୍ମୀଙ୍କ ମଧ୍ୟରେ ଖୁସିର ମାହୋଲ

ମୋରଡା,୧୫।୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲାର ଏକ ମାତ୍ର ଅଣସଂରକ୍ଷିତ ମୋରଡା ନିର୍ବାଚନମଣ୍ଡଳୀ ଆଗାମୀ ସାଧାରଣ ନିର୍ବାଚନକୁ ନେଇ ଚଳଚଞ୍ଚଳ ହୋଇଉଠିଛି l ପୂର୍ବରୁ ବିଜୁ ଜନତା ଦଳ, ଭାରତୀୟ ଜନତା ପାର୍ଟି ତାର ବିଧାୟକ ପ୍ରାର୍ଥୀ ତାଲିକା ଘୋଷଣା କରି ସରିଥିବା…

କଂଗ୍ରେସ ଲୋକ ସଭା ପ୍ରାର୍ଥୀଙ୍କୁ ନେଇ ବିବାଦ, ସମୂହ ଇସ୍ତଫା ଦେଲେ କଂଗ୍ରେସ କାର୍ଯ୍ୟକର୍ତ୍ତା

କେନ୍ଦୁଝର,୧୫।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କଂଗ୍ରେସରେ ଫାଟ ସୃଷ୍ଟି ହୋଇଛି। ଜିଲା କମିଟିକୁ ଅବହେଳା ତଥା ଜିଲାର ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଓ ଜୟଦେବ ଜେନାଙ୍କୁ ଅଣଦେଖା କରି ପିସିସି ପକ୍ଷରୁ ପ୍ରାର୍ଥୀ ଘୋଷଣାକୁ ବିରୋଧ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?