ଆମ ଜିଲା ଖବର

ବସ୍ତିରେ ଟଙ୍କା ବଣ୍ଟାକୁ ନେଇ ଉତ୍ତେଜନା

କଟକ,୨୩ା୫(କାର୍ତ୍ତିକ ସାହୁ): କଟକ ମହାନଗର ନିଗମ ୬ ନମ୍ବର ଓ୍ବାର୍ଡ ଅଧୀନ ଇମାମନଗର ବସ୍ତିରେ ଭୋଟ ପାଇଁ ଟଙ୍କା ବଣ୍ଟାକୁ କେନ୍ଦ୍ର କରି ଉତ୍ତେଜନା ପ୍ରକାଶ ପାଇଛି। ସମ୍ପୃକ୍ତ ଅଞ୍ଚଳର ଅଙ୍ଗନବାଡ଼ି ଦିଦି ଟଙ୍କା ବାଣ୍ଟୁଥିବା କେତେକ ଲୋକେ ଅଭିଯୋଗ କରିଛନ୍ତି।…

ସ୍ତ୍ରୀ ରୋଗ ବିଶେଷଜ୍ଞ ଡ. ପୂର୍ଣ୍ଣିମା କୁଅଁରଙ୍କ ପରଲୋକ

କଟକ,୨୩ା୫:(କାର୍ତ୍ତିକ ସାହୁ): ରାଜ୍ୟର ସୁନାମଧନ୍ୟ ପ୍ରସୂତି ଓ ସ୍ତ୍ରୀ ରୋଗ ବିଶେଷଜ୍ଞ ଡ. ପୂର୍ଣ୍ଣିମା କୁଅଁର(୮୬)ଙ୍କ ପରଲୋକ ହୋଇଯାଇଛି। ସେ ସେରିବ୍ରାଲ ଷ୍ଟ୍ରୋକ (ସିଭିଏ)ରେ ପୀଡ଼ିତ ଥାଇ ଏସ୍‌ସିବି ମେଡିକାଲର ମେଡିସିନ ବିଭାଗ ଆଇସିୟୁରେ ଚିକିତ୍ସିତ ହେଉଥିଲେ। ଦୁଇ ବର୍ଷ ତଳେ…

ଭଡ଼ାଟିଆ ଦମ୍ପତିଙ୍କୁ ଆକ୍ରମଣ କରିବା ପଡ଼ିଲା ମହଙ୍ଗା

ତିହିଡ଼ି,୨୩ା୫(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ଭାଟପଡ଼ା ଗ୍ରାମରେ ଘରଭଡ଼ା ନେଇ ରହୁଥିବା ଏକ ଦମ୍ପତିଙ୍କୁ ପଡ଼ୋଶୀ ବାପ, ପୁଅ ମରଣାନ୍ତକ ଆକ୍ରମଣ କରିଥିବା ନେଇ ଅଭିଯୋଗ ହୋଇଛି। ପୋଲିସ ଏହି ଘଟଣାରେ ଏକ ମାମଲା (ନଂ.୨୩୮/୨୪) ରୁଜୁ…

ଅଷ୍ଟ ପ୍ରହର ନାମ ଯଜ୍ଞ ବିସର୍ଜନରେ ଅଘଟଣ

ଖଜୁରୀପଡ଼ା ୨୩।୫( ବିଦୁର ବେହେରା): ଅଷ୍ଟ ପ୍ରହର ନାମ ଯଜ୍ଞ ବିସର୍ଜନ ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ଖଜୁରୀପଡ଼ା ଥାନା ଅନ୍ତର୍ଗତ ଟିଟ୍ରା ପଙ୍ଗା ପଞ୍ଚାୟତ ଭୁକ୍ତାକନାଲି ଗ୍ରାମରେ ଏହି ଘଟଣା ଘଟିଛି। ଗାଁରେ ଧୁମଧାମରେ ଅଷ୍ଟ…

ମହିଳାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ସନ୍ଦେହ

ଦିଗପହଣ୍ଡି,୨୩।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା- ପତାଣ୍ଡ ରାସ୍ତା ଛକ ନିକଟରେ ଥିବା ଏକ ସିମେଣ୍ଟ ଇଟା ଫ୍ୟାକ୍ଟ୍ରି ପଛପଟ ଏକ କୋଠରୀରୁ ଗୁରୁବାର ଦିଗପହଣ୍ଡି ପୋଲିସ ଜଣେ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର କରିଛି। ଘଟଣାସ୍ଥଳରେ…

ମୁହାଁମୁହିଁ ହେଲେ ଲେଖାଶ୍ରୀ-ପ୍ରତାପ ଷଡଙ୍ଗୀ, ସଭାମଞ୍ଚରେ ଦେଲେ ବଡ଼ ଆହ୍ବାନ

ବାଲେଶ୍ୱର,୨୩।୫: ମୁହାଁମୁହିଁ ହୋଇଛନ୍ତି ବିଜେଡି ଲୋକ ସଭା ପ୍ରାର୍ଥୀ ଲେଖାଶ୍ରୀ ସାମନ୍ତସିଂହାର ଓ ଭାଜପା ଲୋକ ସଭା ପ୍ରାର୍ଥୀ ପ୍ରତାପ ଷଡଙ୍ଗୀ। ଲେଖାଶ୍ରୀଙ୍କ ଭଣ୍ଡବାବା ମନ୍ତବ୍ୟ ପ୍ରସଙ୍ଗରେ ଜବାବ ଦେବା ସହ ନିର୍ବାଚନୀ ସଭାମଞ୍ଚରେ ଖୋଲା ଆହ୍ବନ ଦେଇଛନ୍ତି। ଲେଖାଶ୍ରୀଙ୍କୁ ତାଙ୍କ…

୨୫ ତାରିଖରେ ମତଦାନ କରିବାକୁ ଜିଲାପାଳଙ୍କ ନିବେଦନ

ଭୁବନେଶ୍ୱର,୨୩ା୫(ଅସମାପିକା ସାହୁ): ଖୋର୍ଦ୍ଧା ଜିଲାରେ ଆସନ୍ତା ୨୫ ତାରିଖରେ ଭୋଟ୍‌ ଗ୍ରହଣ ହେବ। ଭାରତର ଶ୍ରେଷ୍ଠ ଗଣତାନ୍ତ୍ରିକ ବ୍ୟବସ୍ଥା ଏବଂ ସମ୍ବିଧାନ ପ୍ରତ୍ୟେକ ନାଗରିକଙ୍କୁ ମତଦାନ କରିବାର ଅଧିକାର ପ୍ରଦାନ କରିଛି। ଅନେକ ସଂଗ୍ରାମ ପରେ ଏ ଦେଶ ସ୍ବାଧୀନତା ହାସଲ…

ଘରକୁ ଘର ବୁଲି ଭୋଟ ଭିକ୍ଷା କରୁଛନ୍ତି ଅଭିମନ୍ୟୁ

ହାଟଡିହୀ,୨୩l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ହାଟଡିହୀ ବ୍ଲକ ଅଧୀନ କଳିଙ୍ଗା ଏବଂ ପନ୍ଦାଡୋ ପଞ୍ଚାୟତରେ ଗୁରୁବାର ନିର୍ବାଚନୀ ପ୍ରଚାର ହୋଇଛି। ଯୁବ ନେତା ଅମରେନ୍ଦ୍ର ଧଳ ଏବଂ ଅନିଲ ବେହେରାଙ୍କ ନେତୃତ୍ୱରେ କର୍ମୀ ଏବଂ ସମର୍ଥକ ମାନେ…

ମେଡିକାଲ ଖର୍ଚ୍ଚ ଦେବାକୁ ଯାଉଥିବା ବେଳେ ଧରିଲା ଫ୍ଲାଇଂ ସ୍କ୍ୱାଡ 

ହାଟଡିହୀ,୨୩l୫(ଶୁଭକାନ୍ତ ନାୟକ): ମେ’ ୨୫ରେ ତୃତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଫଳରେ ନିର୍ବାଚନୀ ପ୍ରଚାର ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସୂଚନାନୁସାରେ, ଗୁରୁବାର ଅପରାହ୍ନରେ କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ବିଜେଡି ବିଧାୟକ ପ୍ରାର୍ଥୀ ଅଭିମନ୍ୟୁ ସେଠୀଙ୍କ ସ୍ତ୍ରୀ ସାବିତ୍ରୀ…

‘ପ୍ରଭୁ ଜଗନ୍ନାଥ ଆମକୁ ଶକ୍ତି ଦିଅନ୍ତୁ, ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ହେଉ’

ବାଣପୁର,୨୩ା୫: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ଗୁରୁବାର ଓଡ଼ିଶା ଗସ୍ତରେ ଆସିଥିବା ବେଳେ ଚିଲିକାର ବାଣପୁରରେ ଆୟୋଜିତ ଏକ ଜନସଭାରେ ଯୋଗ ଦେଇଛନ୍ତି। ଯୋଗୀ ଆରମ୍ଭରୁ ଓଡ଼ିଶା ସରକାରଙ୍କ ଉପରେ ବର୍ଷିଛନ୍ତି। ଯୋଗୀ କହିଛନ୍ତି, ନବୀନ ସରକାର ଏଠାରେ ଆୟୁଷ୍ମାନ…

କୂଅ ସଫା ବେଳେ ଶ୍ୱାସରୁଦ୍ଧ ହୋଇ ଶ୍ରମିକଙ୍କ ଜୀବନ ଗଲା

ଦିଗପହଣ୍ଡି,୨୩ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ପଞ୍ଚାୟତ ଗଣିଆନାଳ ଗଣେଶ୍ୱରପୁର ଗ୍ରାମର ନାରାୟଣ ସାହୁଙ୍କ ଘର ବାଡ଼ିରେ ଥିବା କୂଅ ସଫା କରୁଥିବା ବେଳେ ଶ୍ୱାସରୁଦ୍ଧ ହୋଇ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ…

‘ଏଠି ମୁଖ୍ୟମନ୍ତ୍ରୀ ନାହାନ୍ତି, ପାଣ୍ଡିଆନ ସବୁ କବ୍‌ଜା କରିଛନ୍ତି’

ସମ୍ବଲପୁର,୨୩ା୫: ଦେଶ ତଥା ରାଜ୍ୟରେ ଚାଲିଛି ସାଧାରଣ ନିର୍ବାଚନ। ମତଦାତାମାନେ ଦୁଇଟି ପର୍ଯ୍ୟାୟରେ ସେମାନଙ୍କ ପ୍ରାର୍ଥୀ ବାଛି ସାରିଥିବା ବେଳେ ଆଉ ଦୁଇଟି ପର୍ଯ୍ୟାୟ ବାକି ଅଛି। ଏହି କ୍ରମରେ କେନ୍ଦ୍ରର ହେଭିଓ୍ବେଟ୍‌ ନେତାମାନେ ଓଡ଼ିଶାକୁ ଘନଘନ ପ୍ରଚାର ପାଇଁ ଆସୁଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?