ଦାରିଙ୍ଗବାଡ଼ି ଅଞ୍ଚଳରେ ଲଗାଣ ବର୍ଷା: ୩ ଦିନ ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତ, ଲୋକଙ୍କୁ ଡିବି-ଲଣ୍ଠନ ଭରସା
ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣବର୍ଷା ଜାରି ରହିଛି। ଫଳରେ ଅଞ୍ଚଳରେ ଏକ ପ୍ରକାର ଅଚଳାବସ୍ଥା ଦେଖାଯାଇଛି। ବର୍ଷା ପରଠାରୁ ବିଦ୍ୟୁତ୍ ବାରମ୍ବାର ଅଚଳ ହୋଇପଡ଼ିଥିବା ବେଳେ ଶନିବାରଠାରୁ ଦାରିଙ୍ଗବାଡ଼ି ବ୍ଲକର ଏକାଧିକ ଫିଡ଼ର ଅଚଳ ହୋଇପଡିଛି…
ସକାଳୁ ସକାଳୁ ଚମ୍ପୁଆରେ ଏନ୍କାଉଣ୍ଟର, ଅପରାଧୀଙ୍କ ନାମରେ ରହିଛି…
କେନ୍ଦୁଝର,୬ା୭(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ପୋଲିସ ସୋମବାର ଚମ୍ପୁଆ ଥାନା ଅନ୍ତର୍ଗତ ପତଳା ଜଙ୍ଗଲରେ ଜଣେ ଅପରାଧୀଙ୍କୁ ଏନ୍କାଉଣ୍ଟର କରିଥିବା ଜଣା ପଡ଼ିଛି। ସେ ଆହତ ହୋଇ ଥିବା ସୂଚନା ମିଳିଛି। ଏସ୍ଡିପିଓ ଚମ୍ପୁଆ ରଶ୍ମି ରଞ୍ଜନ ସାହୁ ଙ୍କ ନେତୃତ୍ୱରେ…
ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି
କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି ଘୋଷଣା କରିଛନ୍ତି। ଏପରିକି ଜିଲାର ସବୁ କଲେଜ ଓ ଅଙ୍ଗନବାଡ଼ି କେନ୍ଦ୍ର ମଧ୍ୟ…
ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର
ପୁରୀ,୫ା୭(ଅଜିତ୍ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା ଅନୁଯାୟୀ, ଏସ୍ପି ପ୍ରତୀକ ସିଂଙ୍କ ନିକଟକୁ ସୂଚନା ଆସିଥିଲା ଯେ, ଆନ୍ଧ୍ରପ୍ରଦେଶର କାକିନାଡ଼ା…
ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି
ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍ ପାଣି ପଶି ଯାଇଛି। ଏହାସହ ସହରର ମୁଖ୍ୟ ରାସ୍ତା ଉପରେ ଆଣ୍ଠୁଏ ପାଣି…
ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…
ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ ଆଜି ଚିଠା ଭୋଟର ତାଲିକା (Draft Electoral Roll) ଆନୁଷ୍ଠାନିକ ଭାବେ ପ୍ରକାଶ…
କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି
ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ ଶ୍ରେଣୀର ଛାତ୍ରୀଛାତ୍ର ପାଠ ପଢୁଛନ୍ତି। ଗତ ଜୁନ ୧ତାରିଖରେ ମୋହନା ବ୍ଲକ ଅନ୍ତର୍ଗତ…
କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ
ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି କରି ଆତଙ୍କ ସୃଷ୍ଟି କରୁଥିବା ଏକ ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ କରିଛି। ଏହି…
୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ
ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଆର୍.ଉଦୟଗିରି ଓ ନୂଆଗଡ ବ୍ଲକ ଅଞ୍ଚଳରୁ । ଦୁଇ ବ୍ଲକରୁ…
ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା
ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା ଓ ସ୍ଥାନୀୟ ଜନସାଧାରଣ ଏକଜୁଟ ହୋଇ ଧୂଷୁରୀ ଥାନା ଘେରାଉ କରିଥିଲେ। ଧୂସୁରୀ,…
ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ
କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର ଏମ ସୁବାସ ଚନ୍ଦ୍ର ଚୌଧୁରୀ ଏବଂ ସମସ୍ତ ବିଭାଗ ଉଚ୍ଚ ପଦାଧିକାରୀ ଗଣ…
ସମ୍ପତ୍ତି ପାଇଁ ସୈତାନ ସାଜିଲେ ଆପଣା ଭାଇ: ପରସ୍ପରକୁ ହତ୍ୟା ଉଦ୍ୟମ ପରେ ଗଲେ ଜେଲ୍
ଦିଗପହଣ୍ଡି,୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମରେ ଗତ ଏପ୍ରିଲ ୨୧ ତାରିଖ ସକାଳେ ପୈତୃକ ସମ୍ପତ୍ତି ପାଇଁ ପାରିବାରିକ ହିଂସା ଦେଖିବାକୁ ମିଳିଥିଲା । ଏହି କାରଣରୁ ବଡ଼ଭାଇ ବି.ଦଣ୍ଡ ରେଡ୍ଡୀ ତାଙ୍କ…

