ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ: ୬ ଗିରଫ, ଖୋଲିଲା ସ୍କୁଲ, କଲେଜ
ସୁନ୍ଦରଗଡ,୧୭।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ରେ ଘଟିଥିବା ୨ ଗୋଷ୍ଠୀ ସଂଘର୍ଷ ଘଟଣାରେ ଟାଉନଥାନା ପୋଲିସ ଶୁକ୍ରବାର ରାତିରେ ଉଭୟ ପକ୍ଷରୁ ୬ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗୁରୁବାର ପ୍ରଶାସନ ପକ୍ଷରୁ ଶାନ୍ତି କମିଟି ବୈଠକରେ ହୋଇଥିବା ନିଷ୍ପତ୍ତି କ୍ରମେ…
ଗିରଫ ଭୟରେ ଛାନିଆ ହେଲେ ନିଶା: ପହଞ୍ଚିଲେ ହାଇକୋର୍ଟ
କଟକ,୧୭।୧: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଆଇଟମ ଗର୍ଲ ନିଶା ମହାରଣା। ହାଇକୋର୍ଟରେ ନିଶା ଆଗୁଆ ଜାମିନ ଆବେଦନ କରିଥିବା ଜଣାପଡିଛି। ବଲାଙ୍ଗୀର ସଦର ଥାନା ମାମଲାରେ ସମ୍ଭାବ୍ୟ ଗିରଫଦାରୀ ଉପରେ ନିଶା ମହାରଣା ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି। ଜାନୁଆରୀ ୧୨ରେ ବଲାଙ୍ଗୀର…
ଦ୍ୱିତୀୟ ସ୍ତ୍ରୀ ପାଇବେନି ସରକାରୀ ପେନସନ: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ
କଟକ,୧୭।୧: ଦ୍ୱିତୀୟ ସ୍ତ୍ରୀ ପାଇବେନି ସରକାରୀ ପେନସନ । ଜଣେ ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ତାଙ୍କର ଦ୍ୱିତୀୟ ସ୍ତ୍ରୀ ପରିବାର ପେନସନ ବା ‘ଫ୍ୟାମିଲି ପେନସନ’ ପାଇବା ପାଇଁ ହକଦାର୍ ନୁହଁନ୍ତି ବୋଲି ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ କହିଛନ୍ତି।…
ଗୋ ମାଫିଆଙ୍କ ଘରେ ରେଡ୍: ବିପୁଳ ପରିମାଣର ବେଆଇନ ସମ୍ପତ୍ତି ଜବତ
ପାଟଣା,୧୭।୧(ବୀର କିଶୋର ଦାଶ): କେନ୍ଦୁଝର ପୋଲିସରର ଏକାଧିକ ଦଳ ଶନିବାର ୪୬ଟି ସ୍ଥାନରେ ବେଆଇନ ଗୋରୁ ବ୍ୟବସାୟୀଙ୍କ ବାସଭବନ ଉପରେ ସମନ୍ବିତ ଚଢାଉ କରିଛନ୍ତିି । ଏହି ଅଭିଯାନରେ କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ତୁରୁମୁଙ୍ଗାର ତାପସ ସାହୁ, ସିପୁ ସାହୁ…
ମୃତବ୍ୟକ୍ତିଙ୍କ ନାଁରେ ଉଠାଯାଉଛି ଟଙ୍କା: ଏମ୍ଜିଏନ୍ଆର୍ଇଜିଏସ୍ରେ ଅନିୟମିତତା ଅଭିଯୋଗ
ଲୋଇସିଂହା,୧୭ା୧(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍ ରତାଖଣ୍ଡି ପଞ୍ଚାୟତ ଅଧୀନ ରତାଖଣ୍ଡି ଗ୍ରାମର ରାଉତ ବରିହାଙ୍କ ଗତ ଜୁଲାଇରେ ମୃତ୍ୟୁ ଘଟିଛି। କିନ୍ତୁ ପଞ୍ଚାୟତ ପକ୍ଷରୁ ଗ୍ରାମର ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିନ୍ତ କର୍ମନିଯୁକ୍ତି ଯୋଜନା(ଏମ୍ଜିଏନ୍ଆର୍ଇଜିଏସ୍) କାମରେ ମୃତ ରାଉତ…
ସ୍ତ୍ରୀଙ୍କୁ କରଣୀରେ ହାଣିଲେ ସ୍ବାମୀ: କାରଣ ଜାଣିଲେ…
ପାରାଦୀପ,୧୭।୧(ଶରତ ରାଉତ): ପାରାଦୀପ ଆଦର୍ଶଥାନା ଅନ୍ତର୍ଗତ ବଡପଡିଆ ସିନେମାହଲ ସମ୍ମୁଖ ବସ୍ତିରେ ଶନିବାର ସକାଳୁ ଅଭାବନୀୟ ଘଟଣା ଘଟିଛି।ନିଜ ସ୍ତ୍ରୀ ର ଚରିତ୍ରକୁ ସନ୍ଦେହ କରି ସ୍ବାମୀ ମରଣାନ୍ତକ ଆକ୍ରମଣ କରିଛି। ଘଟଣା ପରେ ସ୍ବାମୀ ଫେରାର ହୋଇଯାଇଛନ୍ତି। ପରେ ପୋଲିସ…
ଗୋ ମାଫିଆଙ୍କ ପାଖରେ ଏତେ ଟଙ୍କା! ୮ ସ୍ଥାନରେ ଏକକାଳୀନ ଚଢାଉ ଜାରି, ଜବତ ହେଲା…
ଆନନ୍ଦପୁର, ୧୭।୧(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଏସପିଙ୍କ ନେତୃତ୍ୱରେ ୪୬ଟି ଟିମ ଜିଲା ତଥା ଜିଲା ବାହାରର ବିଭିନ୍ନ ଗୋ ମାଫିଆଙ୍କ ଉପରେ ଚଢାଉ ଜାରି ରଖିଛନ୍ତି। ଏହି କ୍ରମରେ କେନ୍ଦୁଝର ଜିଲାରେ ୮ଟି ସ୍ଥାନରେ ଏକକାଳୀନ ଚଢାଉ ଜାରି…
ବ୍ୟବସାୟୀ ହତ୍ୟା ଘଟଣାର ଫିଟିଲା ଗୁମର: ବଡ଼ଭାଇ ସୁପାରି ଦେଇ…
ବଲାଙ୍ଗୀର,୧୭/୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ତେଲ ନଦୀ ବ୍ରିଜ ତଳୁ ଜାନୁଆରୀ ଏକ ମୃତଦେହ ଉଦ୍ଧାର କରାଯାଇଥିଲା। ଏହି ମୃତ୍ୟୁ ଘଟଣାର ପର୍ଦ୍ଦାଫାଶ ହୋଇଛି। ସୂଚନା ଅନୁଯାୟୀ, ବ୍ରିଜ ତଳୁ ଉଦ୍ଧାର କରଯାଇଥିବା ମୃତ ଯୁବକ ଜଣକ ହେଲେ…
ରାଜ୍ୟର ସବୁ ଥଣ୍ଡା ସହର ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ
ଜି.ଉଦୟଗିରି,୧୭।୧(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଚଳିତ ଶୀତ ଋ଼ତୁରେ ଓଡ଼ିଶାରେ ସବୁଠାରୁ କମ ତାପମାତ୍ରା ଓ ଶୀତଳତମ ସହର କନ୍ଧମାଳ ଜିଲାର ଜି.ଉଦୟଗିରି। ହାଡ଼ଭଙ୍ଗା ଶୀତରେ ଥରୁଛି ସମଗ୍ର ଅଞ୍ଚଳ। ବେଶି ପ୍ରଭାବିତ ଆଭ୍ୟନ୍ତରୀଣ ଅଞ୍ଚଳ ତଥା ପାହାଡ଼ ଜଙ୍ଗଲ ନିକଟରେ…
ଦେବୀ ପ୍ରସାଦଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି: ଛୁଟିଲା ଶୁଭେଚ୍ଛାର ସୁଅ
ରାଇକିଆ,୧୭।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ବିଜୁ ଜନତା ଦଳର ନୂତନ ଭାବେ ନଗର ଏବଂ ବ୍ଲକ ସଭାପତିଙ୍କ ନାମ ଘୋଷଣା କରାଯାଇଛି । ବିଜୁ ଜନତା ଦଳର ଏହି ନୂତନ ସଭାପତି ତାଲିକାରେ ରାଇକିଆ ବ୍ଲକ ବିଜୁ ଜନତା ଦଳ ସଭାପତି…
ଜବରଦଖଲ ଉଚ୍ଛେଦ ଘଟଣା: ଛଦ୍ମବେଶୀ ବ୍ୟବସାୟୀଙ୍କ ଆବେଦନ ଯୋଗୁ ବଢୁଛି ସମସ୍ୟା
ଦାରିଙ୍ଗବାଡି, ୧୭।୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଉଠା ଦୋକାନୀଙ୍କ ଥଇଥାନ ପାଇଁ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ଓ ବ୍ଲକ କାର୍ଯ୍ୟାଳୟ ପାଇଁ ଚାଲେଞ୍ଜ ରହିଛି। କିନ୍ତୁ ଏବେ ପର୍ଯ୍ୟନ୍ତ ଉଠାଦୋକାନୀଙ୍କୁ ସଠିକ ଚି଼ହ୍ନଟ ହୋଇପାରି ନ ଥିବା ଆଲୋଚନା ହେଉଛି।…
ଗୋମାଫିଆଙ୍କ ଘରେ ରେଡ୍: ବିଡ଼ା ବିଡ଼ା ଟଙ୍କା ଦେଖି ସମସ୍ତେ ତାଜୁବ
ଭଦ୍ରକ, ୧୭।୧(ସନାତନ ରାଉତ): ଅବୈଧ ଗୋ ଚାଲାଣ ଅଭିଯୋଗରେ କେନ୍ଦୁଝର ପୋଲିସ ଭଦ୍ରକ ପୁରୁଣା ବଜାର ଥାନାରେ ମୁଲ୍ଲା ସାହିରେ ଶେଖ ତାଜଉଦ୍ଦିନ ଘରେ ଚଢ଼ାଉ କରିଛି l ଶନିବାର ଭୋର ସମୟରୁ ଚଢ଼ାଉ ଆରମ୍ଭ ହୋଇଥିଲାବେଳେ ୭୦ ଲକ୍ଷରୁ ଉର୍ଦ୍ଧ୍ୱ…
Archives


