ଆମ ଜିଲା ଖବର

ନାମାଙ୍କନପତ୍ର ଦାଖଲ କଲେ ଏମ୍‌ପି ପ୍ରାର୍ଥୀ

କେନ୍ଦୁଝର,୨୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସୋମବାର ନାମାଙ୍କନପତ୍ର ଦାଖଲର ପ୍ରଥମ ଦିନରେ ବିଜେଡି ପ୍ରାର୍ଥୀ ଧନୁର୍ଜୟ ସିଦ୍ଧୁ ପ୍ରଥମ ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏନେଇ ସେ ଜିଲାପାଳ ବିଶାଲ ସିଂହଙ୍କ ନିକଟରେ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ନାମାଙ୍କନ ବେଳେ…

ରୋଚକ ସ୍ଥିତିରେ ହିନ୍ଦୋଳ ଲଢ଼େଇ

ଢେଙ୍କାନାଳ,୨୯ା୪(ରତନ ନାୟାର):ଢେଙ୍କାନାଳ ଜିଲାର ହିନ୍ଦୋଳ ସଂରକ୍ଷିତ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯିବା ପରେ ରାଜନୈତିକ ବାତାବରଣ ସରଗରମ ହୋଇଛି। ବିଜେଡି ଟିକେଟରୁ ବଞ୍ଜିତ ହୋଇଥିବା ବିଧାୟିକା ସୀମାରାଣୀ ନାୟକ ଭାଜପାରେ ଯୋଗଦେଇ ଦଳୀୟ…

ସହରରେ ବୃଦ୍ଧିପାଉଛି ଜଳ ଅପବ୍ୟବହାର

ରାଉରକେଲା,୨୯ା୪(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ସହରର ଜୀବନରେଖା କୁହାଯାଉଥିବା ବ୍ରାହ୍ମଣୀ, ଶଙ୍ଖ ଓ କୋଏଲ୍‌ ନଦୀର ପରିସୀମା ଦିନକୁଦିନ ସଙ୍କୁଚିତ ହେବାରେ ଲାଗିଛି। ଏହାର ପ୍ରଭାବ ସିଧାସଳଖ ସହରବାସୀଙ୍କ ଉପରେ ପଡ଼ୁଛି। ଆଗକୁ ସହରର ନଦୀଗୁଡ଼ିକର ସୁରକ୍ଷା ପ୍ରତି ଯତ୍ନଶୀଳ ନ…

ଚାଷୀ ଭୋଟ ଉପରେ ସଭିଙ୍କ ନଜର

ବରଗଡ଼,୨୯ା୪(ପ୍ରେମାନନ୍ଦ ଖମାରୀ): ଆସନ୍ତା ମେ ୨୦’ରେ ବରଗଡ଼ ଜିଲାରେ ସାଧାରଣ ନିର୍ବାଚନକୁ ନେଇ ମତଦାନ ହେବ। ଅନ୍ୟପଟେ ସେହି ମାସ ୧୦ ତାରିଖରୁ ବରଗଡ଼ ସମେତ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲାରେ ରବିଋତୁ ଧାନ ସଂଗ୍ରହ ପାଇଁ ମଣ୍ଡିଗୁଡ଼ିକ ଖୋଲିବ। ସଂଯୋଗବଶତଃ…

ଘାଟିରୁ ଖସିଲା ପେପର ରୋଲ୍‌ ବୋଝେଇ ଟ୍ରକ୍‌: ଡ୍ରାଇଭର, ହେଲପର ଆହତ

ଖଲ୍ଲିକୋଟ,୨୯ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବଡ଼ଘାଟିରେ ସୋମବାର ଭାରସାମ୍ୟ ହରାଇ ୫୦ଫୁଟ ତଳକୁ ଏକ ପେପର ରୋଲ୍‌ ବୋଝେଇ ଟ୍ରକ୍‌ ଓଲଟି ପଡ଼ିଥିବା ବେଳେ ଅଳ୍ପକେ ଡ୍ରାଇଭର ଓ ହେଲପର…

ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ

କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍‌କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ ଗୋଡ଼ରେ ଗୁଳି ବାଜିଛି। ତାଙ୍କୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି। ସୂଚନାଯୋଗ୍ୟ, ସୁବାସ…

ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବର୍ଷା, ବାପାଙ୍କ ସମାଧିପୀଠରେ ପୂଜାର୍ଚ୍ଚନା କରି ହେଲେ ଭାବବିହ୍ବଳ

ପଦ୍ମପୁର,୨୯ା୪(ପ୍ରଦୀପ୍ତ ଦାଶ): ସୋମବାର ପଦ୍ମପୁର ନିର୍ବାଚନ ମଣ୍ଡଳୀର ବିଧାୟିକା ବର୍ଷା ସିଂ ବରିହା ତାଙ୍କ ନାମାଙ୍କନପତ୍ର ଦାଖଲ କରିବା କାର୍ଯ୍ୟକ୍ରମ ରହିଥିବାବେଳେ ସକାଳୁ ସକାଳୁ ପଦ୍ମପୁରସ୍ଥିତ ରଜାପଡ଼ାରେ ଥିବା ସ୍ବର୍ଗତଃ ବିଜୟ ରଞ୍ଜନ ସିଂ ବରିହାଙ୍କ ସମାଧିପୀଠରେ ମାଲ୍ୟାର୍ପଣ କଲା ପରେ…

ପଖାଳକୁ ଭାରି ପଡ଼ିଲାଣି ପିଆଜ, ଆଳୁ

ବଲାଙ୍ଗୀର,୨୯ା୪(ବୀରେନ୍ଦ୍ର କୁମାର ଝାଙ୍କର): ପ୍ରଚଣ୍ଡ ଖରାରେ ତାପମାତ୍ରା ବୃଦ୍ଧି ଏବେ ଲୋକଙ୍କୁ ଅସ୍ତବ୍ୟସ୍ତ କରି ପକାଇଛି। ଏତିକି ବେଳେ ଆଳୁ, ପିଆଜ ଏବଂ ପନିପରିବା ଦରବୃଦ୍ଧି ଲୋକଙ୍କୁ ଚିନ୍ତାରେ ପକାଇଛି। ଖରା ଦିନରେ ଗରିବ ଲୋକଙ୍କ ଉପାର୍ଜନ କମି ଯାଇଥାଏ। ବଲାଙ୍ଗୀର…

ବାସି, ଦୂଷିତ ଖାଦ୍ୟ ବିକ୍ରି ବଢ଼ୁଛି

ନୟାଗଡ଼,୨୯।୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ବିଭିନ୍ନ ହୋଟେଲ, ଢ଼ାବା, ଜଳଖିଆ ଦୋକାନରେ ବିକ୍ରି ହେଉଥିବା ଖାଦ୍ୟ ଆଖିକୁ ଭଲ ଦେଖାଯାଉଥିଲେ ହେଁ ଗୁଣବତ୍ତା(ମାନ) ଠିକ୍‌ ରହୁନି ବୋଲି ଅଭିଯୋଗ ହୋଇଆସୁଛି। ହୋଟେଲ, ଢ଼ାବା, ଜଳଖିଆ ଦୋକାନର ବାସି ଓ ଦୂଷିତ ଖାଦ୍ୟ…

ଲୁରୁ ଗ୍ରାମରେ ପଡ଼ିନାହିଁ ବିକାଶର ପାଦଚିହ୍ନ

ପାରଳାଖେମୁଣ୍ଡି,୨୯ା୪ (ଗିରିଧାରୀ ପରିଛା): ସରକାର ଯୋଜନା ଉପରେ ଯୋଜନା କରୁଛନ୍ତି। ହେଲେ ଅନେକ ଯୋଜନା ବହୁ ଜାଗାରେ ପହଞ୍ଚି ପାରୁନାହିଁ। ଦୀର୍ଘ ବର୍ଷର ସ୍ଥାୟୀ ସରକାର ଥିଲେ ମଧ୍ୟ ମୌଳିକ ସୁବିଧାରୁ ବଞ୍ଚିତ ଅଛନ୍ତି ଗ୍ରାମବାସୀ। ରାସ୍ତା, ପାନୀୟ ଜଳ, ବିଦ୍ୟୁତ,…

ସରୁନି ପୋଲ ସଂଯୋଗୀକରଣ ରାସ୍ତା

ବାଲେଶ୍ୱର,୨୯ା୪(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ତେନ୍ତୁଳିଦା ପଞ୍ଚାୟତ ବୋଇତବାଙ୍କ ଘାଟରେ ଦୀର୍ଘ ଦିନ ହେବ ବିଜୁ ସେତୁ ନିର୍ମାଣ ସରିଥିଲେ ମଧ୍ୟ ସଂଯୋଗୀକରଣ ରାସ୍ତା କାମ ସରୁନାହିଁ। ଫଳରେ ତେନ୍ତୁଳିଦା, ଦୁର୍ଗାଦେବୀ ଓ ପତ୍ରିପାଳ ପଞ୍ଚାୟତର ପାଖାପାଖି ୪୦ରୁ…

୮ ଟଙ୍କାରେ ବିକିଥିଲେ, ୩୦ରେ କିଣୁଛନ୍ତିି

ରାମଚନ୍ଦ୍ରପୁର,୨୯ା୪(ଗଣେଶ୍ୱର ସା): ରାଜ୍ୟକୁ ଆଳୁ ଉତ୍ପାଦନ କ୍ଷେତ୍ରରେ ସ୍ବାବଲମ୍ବୀ କରିବାପାଇଁ ସରକାର ଉଦ୍ୟାନ ବିଭାଗ ଜରିଆରେ ଆଳୁ ମିଶନ କାର୍ଯ୍ୟକାରୀ କରିଛନ୍ତି। ମାତ୍ର ଏହା ଠିକ୍‌ ଭାବେ କାର୍ଯ୍ୟକାରୀ ହେଉ ନ ଥିବାରୁ ତୃଣମୂଳସ୍ତରରେ ଚାଷୀମାନେ ସୁଫଳ ପାଉନାହାନ୍ତି। ୧୫ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?