ଆମ ଜିଲା ଖବର

୧୨ ବର୍ଷ ଧରି କୁକୁଡ଼ା ଚିଆଁ ଉତ୍ପାଦନ କେନ୍ଦ୍ର ବନ୍ଦ

କେନ୍ଦ୍ରାପଡ଼ା,୨୯ା୪ (ଜଗନ୍ନାଥ ଧଳ): ଛକ ବଜାରଠାରୁ ଗ୍ରାମାଞ୍ଚଳରେ କୁକୁଡା ମାଂସ ବିକ୍ରୟ କେନ୍ଦ୍ର ଭରପୂର ରହିଛି। କେଜି ପ୍ରତି ୨୨୦ରୁ ୩୫୦ ଟଙ୍କାରେ ମାଂସ ବିକ୍ରି ହେଉଛି। ଏହାସତ୍ତ୍ୱେ କୁକୁଡା ଚାଷୀଙ୍କୁ ଲାଭ ମିଳୁନି। ବାହାର ଓ ରାଜ୍ୟର କେତେଗୋଟି କମ୍ପାନୀ…

ଗଣେଶ୍ୱରଙ୍କ ସମ୍ମୁଖରେ ଦୁଇ ମହିଳା ପ୍ରତିଦ୍ୱନ୍ଦ୍ୱୀ

କେନ୍ଦ୍ରାପଡ଼ା, ୨୯ା୪ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ବିଧାନସଭା ନିର୍ବାଚନ ରାଜନୀତି ଏକ ରୋଚକ ସ୍ଥିତିରେ ପହଞ୍ଚତ୍ଛି। ରାଜ୍ୟର ପ୍ରମୁଖ ୩ ରାଜନୈତିକ ଦଳର ବିଧାୟକ ପ୍ରାର୍ଥୀ ଘୋଷଣା ପରେ ତ୍ରିମୁଖୀ ପ୍ରତିଦ୍ୱନ୍ଦ୍ୱିତା ହେବାକୁ ଯାଉଥିବା ସ୍ପଷ୍ଟ ହୋଇଛି। ଏହି ନିର୍ବାଚନମଣ୍ଡଳୀ ପାଇଁ ଗଣେଶ୍ୱର…

ପାନୀୟ ଜଳ ପ୍ରକଳ୍ପରୁ ବାହାରୁଛି ପଙ୍କୁଆ ପାଣି

ଡେରାବିଶ,୨୯ା୪ (ବେବର୍ତ୍ତା ଅଜୟ ଦାସ): ବର୍ତ୍ତମାନ ଦିନକୁଦିନ ତାପମାତ୍ରା ବୃଦ୍ଧି ପାଇ ଚାଲିଛି। ପାନୀୟ ଜଳ ପାଇବାରୁ ଗ୍ରାମବାସୀ ବଞ୍ଚିତ ହେଉଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଡେରାବିଶ ବ୍ଲକ ଅନ୍ତର୍ଗତ ରଘୁଦେଇପୁର ପଞ୍ଚାୟତରେ। ଏହି ପଞ୍ଚାୟତ ଅଧୀନ ରଘୁଦେଇପୁରଠାରେ…

ଝୁଲାଇ ରଖିଲା ବିଜେଡି, ବିରୋଧୀଙ୍କ ପ୍ରଚାର ଜୋରଦାର

ଯାଜପୁର,୨୯ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା କୋରେଇ ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ଓ କଂଗ୍ରେସ ପ୍ରାର୍ଥୀ ଚୂଡାନ୍ତ ହୋଇଥିବାବେଳେ ବିଜେଡି ଏଯାଏ ଝୁଲାଇ ରଖିଛି। ତେଣୁ ଶାସକ ଦଳର ପୁଣି ପ୍ରାର୍ଥୀ ବଦଳିବା ସମ୍ଭାବନା ରହିଛି। ଗତ ୪ଟି ବିଧାନସଭା ନିର୍ବାଚନରେ ଏଠାରେ ଜଣେ…

ବଢୁଛି ଇଟାଭାଟି, ପ୍ରଶାସନର ରହୁନି ଅଙ୍କୁଶ

ପଟ୍ଟାମୁଣ୍ଡାଇ, ୨୯ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅଞ୍ଚଳରେ କିଛିଦିନ ହେଲା ଗ୍ରୀଷ୍ମ ପ୍ରବାହ ବଢ଼ି ପ୍ରବଳ ଖରା ସାଙ୍ଗକୁ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ଦୈନିକ ତାପମାତ୍ରା ୪୨ରୁ ୪୩ ଡିଗ୍ରୀ ରହୁଥିବା ବେଳେ ଜନଜୀବନ…

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ ରବିବାର ପୋଲିସ ଓ ମାଜିଷ୍ଟ୍ରେଟ୍‌ର ଜଏଣ୍ଟ ଏନ୍‌ଫୋର୍ସମେଣ୍ଟ ଟିମ୍‌ ବିନିକା କଲେଜ ଛକରେ ଯାନବାହନ…

ପ୍ରଚାର ଜୋରଦାର: ଘରଘର ବୁଲି ଆଶୀର୍ବାଦ ଭିକ୍ଷା କରୁଛନ୍ତି ପ୍ରାର୍ଥୀ

ଖଡ଼ିଆଳ,୨୮।୪(ସୁଜିତ କୁମାର ପ୍ରଧାନ)-ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ନିର୍ବାଚନୀ ଉଷ୍ମତା ସେତେ ବୃଦ୍ଧିପାଉଛି। ନୂଆପଡ଼ା ଜିଲାର ଖଡ଼ିଆଳ ନିର୍ବାଚନ ମଣ୍ଡଳୀରେ ତିନି ପ୍ରମୁଖ ରାଜନୈତିକ ଦଳ ପ୍ରଚାରକୁ ଜୋରଦାର କରିଛନ୍ତି। ରବିବାର ବିଜେଡି ବିଧାୟକ ପ୍ରାର୍ଥୀ ଅଧୀରାଜ ମୋହନ ପାଣିଗ୍ରାହୀ…

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ ନିହାର ସୁରିନଙ୍କୁ ଜେଏମ୍‌ଏମ୍‌ ଟିକେଟ୍‌ ଦେଇଛି। ପ୍ରାର୍ଥୀ ଘୋଷଣା ପରେ ନିହାର ରାଞ୍ଚିରୁ ସା…

୩୦ରେ ନାମାଙ୍କନପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ: ପ୍ରସ୍ତୁତି ବୈଠକରେ ହୋହଲ୍ଲା

ହିଞ୍ଜିଳିକାଟୁ ୨୮।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ହିଞ୍ଜିଳି ବିଧାନସଭା ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ଏହି ନାମାଙ୍କନ ପୂର୍ବରୁ ରାଲିରେ ଯୋଗ ଦେବା ନିମନ୍ତେ ରବିବାର ହିଞ୍ଜିଳିକାଟୁ ବ୍ଲକ କୁରେଇଶୁଣୀ ଠାରେ…

ବଢୁଛି ତାତି: ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ କର

ସମ୍ବଲପୁର,୨୭ା୪(ବି.ଶଙ୍କର): ସଂପ୍ରତି ରାଜ୍ୟରେ ତାପମାତ୍ରା ବୃଦ୍ଧି ହୋଇଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧି ଯୋଗୁ ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡିିକ ବନ୍ଦ କରି ଦେଇଛନ୍ତି। ତେଣୁ ଅଙ୍ଗନଓ୍ବାଡି କେନ୍ଦ୍ରକୁ ମଧ୍ୟ ବନ୍ଦ କରାଯିବାକୁ ପଶ୍ଚିମ…

ଦୀପ ନିଆଁରେ ପୋଡ଼ିଯାଇଥିବା ମହିଳାଙ୍କ ଚାଳିଗଲା ଜୀବନ

ଚିକିଟ,୨୮ା୪(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କ.ନୂଆଗାଁ ଥାନା ଚିକିଟିପେଣ୍ଠସ୍ଥିତ ପଣ୍ଡିତରା ସାହିରେ ଗତ ୧୬ ତାରିଖ ଚୈତ୍ର ମଙ୍ଗଳବାର ମନ୍ଦିର ଦୀପରେ ପୋଡ଼ିଯାଇଥିବା ଜଣେ ମହିଳାଙ୍କ ଶନିବାର ମୃତ୍ୟୁ ଘଟିଛି। ପଣ୍ଡିତରା ସାହିର ଅନୁସାୟା ସାହୁ (୭୦) କେତେଜଣ ମହିଳାଙ୍କ…

ଆମ୍ବ ଗୋଟାଇବା ପାଇଁ ଯାଇଥିଲେ: ହେଲା ବଜ୍ରପାତ

ଧରାକୋଟ,୨୮ା୪(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବାହାରପୁର ପଞ୍ଚାୟତ କାଠଗଡା ଗ୍ରାମର ଜଣେ ବୃଦ୍ଧା ବଜ୍ରପାତରେ ଆହତ ହୋଇଛନ୍ତି। ସେ ହେଲେ ଘନ ନାୟକଙ୍କ ସ୍ତ୍ରୀ ତୁଳସା ନାୟକ। ରବିବାର ଅପରାହ୍ନରେ ତୁଳସା ନିକଟସ୍ଥ ତୋଟାକୁ ଆମ୍ବ ଗୋଟାଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?