ଆମ ଜିଲା ଖବର

ଏହି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା:ଜାଣନ୍ତୁ କାହାକୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୨୧।୪: ଆସନ୍ତା ନିର୍ବାଚନକୁ ନେଇ ଏବେ ରାଜ୍ୟରେ ରାଜନୀତି ସରଗରମ ରହିଛି। ପ୍ରଥମ ପର୍ଯ୍ୟାୟ ନିର୍ବାଚନକୁ ନେଇ ନାମାଙ୍କନ ପ୍ରକ୍ରିୟ ମଧ୍ୟ ଆରମ୍ଭ ହୋଇଯାଇଛି। ଏସବୁ ଭିତରେ ଭାଜପା ପକ୍ଷରୁ ରବିବାର ଜୟପୁର ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି।…

ସପ୍ତଗିରିଙ୍କ ପାଇଁ ପ୍ରଚାର ମୈଦାନକୁ ଓହ୍ଲାଇଲେ ସ୍ତ୍ରୀ

କୋରାପୁଟ,୨୧।୪(ଅମିତାଭ ବେହେରା): ଚଳିତ ସାଧାରଣ ନିର୍ବାଚନରେ କୋରାପୁଟ ଲୋକ ସଭା ଆସନ ପାଇଁ କଂଗ୍ରେସ ପକ୍ଷରୁ ସପ୍ତଗିରି ଉଲାକାଙ୍କୁ ପ୍ରାର୍ଥୀଭାବେ ରିପିଟ କରାଯାଇଛି। ବର୍ତ୍ତମାନ ସପ୍ତଗିରି ଲୋକ ସଭା ଆସନର ଗାଁଠୁ ସହର ଯାଇ ନିର୍ବାଚନ ପ୍ରଚାର କରିଛନ୍ତି। ଏଥିରେ ତାଙ୍କ…

ଉପେନ୍ଦ୍ରଙ୍କ ଦିନରେ ନୁହେଁ, ରାତିରେ ଜମୁଛି ପ୍ରଚାର

ବାଲିଗୁଡା,୨୧।୦୪: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଭିନ୍ନ ରାଜନୈତିକ ଦଳ ନିଜ ନିଜ ପ୍ରାର୍ଥୀ ଘୋଷଣା କରିଛନ୍ତି। ଏବେ ପ୍ରାର୍ଥୀମାନେ ନିଜ ନିଜ ସମର୍ଥକମାନଙ୍କୁ ଧରି ଧୀରେ ଧୀରେ ରାଜନୈତିକ ଦଳର ପ୍ରଚାର ଆରମ୍ଭ…

ବନ୍ଦ ଘରୁ କେନ୍ଦ୍ରୀୟ ବିଦ୍ୟାଳୟ ଶିକ୍ଷକଙ୍କ ମୃତଦେହ ଉଦ୍ଧାର

ହିଞ୍ଜିଳିକାଟୁ, ୨୧।୪(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ କେନ୍ଦ୍ରୀୟ ବିଦ୍ୟାଳୟର ଏସଏସଟି ଶିକ୍ଷକଙ୍କ ଗଳିତ ମୃତଦେହ ରବିବାର ରେଗିଡି ସାହିର ଏକ ଭଡ଼ା ଘରୁ ଉଦ୍ଧାର ହୋଇଛି। ମୃତ ଶିକ୍ଷକ ହେଲେ ଉତ୍ତରପ୍ରଦେଶର ରାମ କୁଲଭର ରାମ। ବନ୍ଦ ଘରୁ ଦୁର୍ଗନ୍ଧ…

ତ୍ରିମୁଖୀ ଲଢେଇ ଦେଖିବେ ଭୋଟର

ଆନନ୍ଦପୁର,୨୧।୪(ସୁଶାନ୍ତ କୁମାର ସାହୁ): ୨୦୨୪ ସାଧାରଣ ନିର୍ବାଚନ ପାଇଁ ଶନିବାର ବିଜେଡି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଏହି ପର୍ଯ୍ୟାୟରେ ଆନନ୍ଦପୁର ନିର୍ବାଚନମଣ୍ଡଳୀ ବିଜେଡି ପ୍ରାର୍ଥୀ ଭାବେ ଅଭିମନ୍ୟୁ ସେଠୀଙ୍କ ନାମ ଘୋଷଣା ହୋଇଛି। ବିଧାୟକ ଭାଗିରଥିଙ୍କ ଉପରେ…

ଅଟୋ ଉପରେ ଚଢିଗଲା ଟ୍ରକ: ୩ ଘଟଣାସ୍ଥଳରେ ମୃତ, ୯ ଗୁରୁତର ଆହତ

ରାଇଘର,୨୧/୪: ନବରଙ୍ଗପୁର ଜିଲା ରାଇଘର ଥାନା ଅନ୍ତର୍ଗତ ଜୋଡେଙ୍ଗା ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଅଟୋ ଓ ଟ୍ରକ ମୁହମୁହି ଧକ୍କା ହେବା ଫଳରେ ଘଟଣାସ୍ଥଳରେ ୩ ଜଣଙ୍କ ମୃତ୍ୟୁ ଘଟିଛିl ଦୁଇବର୍ଷର ଶିଶୁ ସହ ୫ ଜଣ ଗୁରୁତର…

ଭାଇରାଲ ନିଶା ପଡ଼ିଲା ମହଙ୍ଗା, ବନ୍ୟଜନ୍ତୁ ଭିଡିଓ ପୋଷ୍ଟ କରୁଥିବା ୟୁଟ୍ୟୁବର୍ସଙ୍କ ସମ୍ପତ୍ତି ଖୋଳତାଡ଼ କରିବ ଇଡି

ଭୁବନେଶ୍ୱର,୨୧।୪: ପ୍ରିଭେନସନ୍ ଅଫ୍ ମନି ଲଣ୍ଡରିଂ ଆକ୍ଟ (ପିଏମଏଲଏ) ୨୦୦୨ ଉଲଂଘନ କରି ସୋସିଆଲ ମିଡିଆରେ ବନ୍ୟଜନ୍ତୁ ପ୍ରାଣୀ ଭିଡିଓ ପୋଷ୍ଟ କରିଥିବା ଅଭିଯୋଗରେ କିଛି ୟୁଟ୍ୟୁବର୍ ବିରୋଧରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କୁହାଯାଇଛି। ଯାଜପୁର…

ସୁବିଧାବାଦୀ ଛାମୁଆ ନେତାଙ୍କ ଶେଷ ଆଶା ସୌମ୍ୟରଞ୍ଜନ 

ଘସିପୁରା,୨୧।୪(ନିରଞ୍ଜନ ସାହୁ)-ଚଳିତ ନିର୍ବାଚନ ପାଇଁ ଘସିପୁରା ନିର୍ବାଚନମଣ୍ଡଳୀରେ ଲାଗିରହିଥିବା ଅସ୍ପଷ୍ଟ ପ୍ରାର୍ଥୀ ଚିତ୍ରକୁ ନେଇ ଏକ ନିର୍ଦ୍ଦିଷ୍ଟ ଦଳର ସୁବିଧାବାଦୀ ଛାମୁଆ ନେତାଙ୍କର ଶେଷ ଆଶା ପାଲଟିଛନ୍ତି ସୌମ୍ୟରଞ୍ଜନ ପଟ୍ଟନାୟକ। ଏହି ନିର୍ବାଚନମଣ୍ଡଳୀରେ ପ୍ରାଥମିକ ପର୍ଯ୍ୟାୟରେ ବିଜେଡି ତାର ପ୍ରାର୍ଥୀ ତାଲିକା…

ରାଜନୀତିର ହଟ୍‌ସ୍ପଟ୍‌ ଗୋପାଳପୁର: ପ୍ରଚାର ମଇଦାନକୁ ଓହ୍ଲାଇଲା ଭାଜପା

ଗୋପାଳପୁର,୨୧ା୪(ନବୀନ ରାଜ ଆଚାରୀ): ରାଜ୍ୟ ରାଜନୀତିରେ ହଟସ୍ପଟ୍‌ ରୂପେ ପରିଚିତ ଗୋପାଳପୁର ନିର୍ବାଚନ ମଣ୍ଡଳୀ। ଏଠାରେ କେଉଁ ଦଳର ପ୍ରାର୍ଥୀ ବାଜି ମାରିବେ ସେ ନେଇ ସମସ୍ତଙ୍କ ନଜର ରହିଛି। ଅନ୍ୟ ପଟେ ଦିନକୁ ଦିନ ରାଜନୀତି ତାତି ବି ବଢ଼ିବାରେ…

ଜିଲ୍ଲା ପରିଷଦଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୯ କୋଟି ଟଙ୍କା ଗାଏବ

ମୟୁରଭଞ୍ଜ,୨୧।୪: ମୟୂରଭଞ୍ଜ ଜିଲାର ବ୍ୟାଙ୍କ ଅଫ ଇଣ୍ଡିଆ ଶାଖାରେ ଥିବା ଜିଲା ପରିଷଦ ଆକାଉଣ୍ଟରୁ ୯ କୋଟିରୁ ଅଧିକ ଟଙ୍କା ଗାଏବ ହୋଇଯାଇଥିବା ଅଭିଯୋଗ ହୋଇଛି। ଏନେଇ ବ୍ୟାଙ୍କ ଅଧିକାରୀଙ୍କ ଦ୍ୱାରା ଭଞ୍ଜପୁର ପୋଲିସ ନିକଟରେ ଏଫଆଇଆର ଦାଖଲ କରାଯାଇ ମାମଲାର…

ଘର ଭାଙ୍ଗିଲା, ଧାନ ଚାଉଳ ଖାଇ ନଷ୍ଟ କଲା ଗୋଠଛଡ଼ା ଦନ୍ତା

ପାଟଣା,୨୧ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ମଲ୍ଲୀପଶି ବିଟ୍‌କୁ ଶନିବାର ବିଳମ୍ବିତ ରାତିରେ ଘଟଗାଁ ରେଞ୍ଜରୁ ଗୋଠଛଡ଼ା ଦନ୍ତା ହାତୀ ପ୍ରବେଶ କରିଛି। ମଲ୍ଲୀପଶି ବିଟ୍‌ ବଡ଼ ଧନୁର୍ଜୟପୁର ଗ୍ରାମର ଟୁନା ମାଝିଙ୍କ ଖପର ଘର କାନ୍ଥ ଭାଙ୍ଗିବା ସହ…

ମା’ଙ୍କ ଆଶୀର୍ବାଦ ନେଇ ପ୍ରଚାରକୁ ବାହାରିଲେ ଅଖିଳ

କେନ୍ଦୁଝର,୨୧ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପାର ପାଟଣା ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀ ଅଖିଳ ନାୟକ ରବିବାର ଘଟଗାଁ ମା’ ତାରିଣୀଙ୍କ ନିକଟରେ ପୂଜାର୍ଚ୍ଚନା କରି ବିଧିବଦ୍ଧ ଭାବେ ନିର୍ବାଚନ ପ୍ରଚାର ଆରମ୍ଭ କରିଛନ୍ତି। ପୂର୍ବତନ ଜିଲା ସଭାପତି ରାଧାକାନ୍ତ ମହାନ୍ତ, ବିରଜା ମିଶ୍ର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?