ମଣ୍ଡିରୁ ଧାନ ଉଠାଅ, ଚାଷୀଙ୍କୁ ପ୍ରାପ୍ୟ ଦିଅ: ଦାବି ପୂରଣ ନ ହେଲେ ଆନ୍ଦୋଳନ
ବରଗଡ଼,ପ୪।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ମାସ ୩୦ତାରିଖରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ହେଲେ ଏପର୍ଯ୍ୟନ୍ତ ଚାଷୀଙ୍କ ଧାନ ବିକ୍ରି ସମସ୍ୟା ଅସମାହିତ ରହିଛି। ଟୋକନ ତ୍ରୁଟି ଯୋଗୁ ଜିଲାର ଅନେକ ଚାଷୀ ସେମାନଙ୍କ ଅମଳ ଧାନ ବିକ୍ରି କରିପାରିନାହାନ୍ତି। ସେହିପରି…
ଗଞ୍ଜାମ ମହାବିଦ୍ୟାଳୟକୁ ବଡ଼ ସଫଳତା: ୮ ଏନ୍ସିସି କ୍ୟାଡେଟ ଅଗ୍ନିବୀର ମନୋନୀତ
ଗଞ୍ଜାମ,୪।୭(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟକୁ ମିଳିଛି ବଡ଼ ସଫଳତା। ଏକାଥରରେ ୮ ଜଣ ଏନ୍ସିସି କ୍ୟାଡେଟ ଭାରତୀୟ ସଶସ୍ତ୍ର ବାହିନୀର ଅଗ୍ନିବୀର ଭାବେ ମନୋନୀତ ହୋଇ ମହାବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି। ମନୋନୀତ କ୍ୟାଡେଟମାନେ ହେଲେ ପ୍ରେମାନନ୍ଦ ବେହେରା, ଦେବାଶିଷ ବେହେରା,…
ପରିବେଶର ସନ୍ତୁଳନ ରକ୍ଷା ନିହାତି ଆବଶ୍ୟକ: ଔଷଧୀୟ ଚାରା ରୋପଣ
ଦିଗପହଣ୍ଡି,୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ୭୭ତମ ବନ ମହୋତ୍ସବ ସପ୍ତାହ ପାଳନ ଅବସରରେ ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଇକୋ କ୍ଳବ…
ଋଣ ଟଙ୍କା ଦେଉନ, ଆତ୍ମହତ୍ୟା କରିବି: ବିଷ ବୋତଲ ଧରି ବ୍ୟାଙ୍କ ମ୍ୟାନଜର୍ଙ୍କ ଆଗରେ…
ଭୋଗରାଇ,୪ା୭(ପ୍ରଦୀପ ଦାସ):ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ୍ ଚନ୍ଦନେଶ୍ୱର ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ସମ୍ମୁଖରେ ଶୁକ୍ରବାର ଜଣେ ମହିଳା ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ବ୍ୟାଙ୍କ ମ୍ୟାନେଜର ଋଣ ଟଙ୍କା ଓ ସବ୍ସିଡି ଟଙ୍କା ଦେଉ ନ ଥିବା ଅଭିଯୋଗ କରିଥିଲେ।…
ଭୟାବହ ସଡ଼କ ଦୁର୍ଘଟଣା: ଗଛକୁ ପିଟିଲା ବସ୍, ଆଉ ତା’ପରେ..
ଆନନ୍ଦପୁର/ବଞ୍ଚୋ,୪/୭(ସୁଶାନ୍ତ କୁମାର ସାହୁ/ପ୍ରଦୋଷ ବିଶ୍ୱାଳ): ଆନ୍ଦପୁରେ ଭୟାବହ ସଡ଼କ ଦୁର୍ଘଟଣା। ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱରେ ଥିବା ଗଛକୁ ଧକ୍କା ଦେଲା ଯାତ୍ରୀବାହୀ ବସ। ଦୁର୍ଘଟଣାରେ ୨ ଜଣ ଗୁରୁତର ହୋଇଥିବା ବେଳେ ଜଣେ ସାମାନ୍ୟ ଆହତ ହୋଇଛନ୍ତି। ସୂଚନା ଅନୁସାରେ, ଝାରସୁଗୁଡାରୁ…
ପରିବେଶ ସୁରକ୍ଷାରେ ଉତ୍ସର୍ଗୀକୃତ ଦମ୍ପତି ସଙ୍ଗୀତା-ସତ୍ୟଜିତ: ୩୦୦ରୁ ଅଧିକ ଘରଚଟିଆ ସଂରକ୍ଷଣ
ଅମରପାଲି,୪ା୭(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ପଞ୍ଚାୟତର ଖଜୁରିଆପାଲି ଗ୍ରାମର ସ୍ବାମୀସ୍ତ୍ରୀ ସତ୍ୟଜିତ ଗଡୁଆ ଓ ସଙ୍ଗୀତା ପାତ୍ର ପରିବେଶ ସୁରକ୍ଷା ଏବଂ ବନ୍ୟପ୍ରାଣୀ ସଂରକ୍ଷଣ କ୍ଷେତ୍ରରେ ନିଷ୍ଠାର ସହ କାର୍ଯ୍ୟ କରି ସମସ୍ତଙ୍କ ପାଇଁ ପ୍ରେରଣା ପାଲଟିଛନ୍ତି।…
ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…
ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ ଠକେଇ ଘଟଣା ଘଟିଛି। ଏଟିଏମରୁ ଟଙ୍କା ଉଠାଇ ଦେବା ଆଳରେ ଜଣେ ଦୁର୍ବୃତ୍ତ…
କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ କ୍ରୀଡ଼ାବିତ୍ ଆକାଶଙ୍କୁ ସମ୍ବର୍ଦ୍ଧନା; ମିଳିଲା ୫୧ ହଜାର ଟଙ୍କାର ପୁରସ୍କାର ରାଶି
ଭବାନୀପାଟଣା, ୩।୭(ଉତ୍ତମ କୁମାର ଦାଶ): ତୁର୍କୀର ମରସିନ ଠାରେ ଅନୁଷ୍ଠିତ ହୋଇଯାଇଥିବା ସେଲିବ୍ରେଟେଡ୍ ‘ୱାର୍ଲ୍ଡ ଆବିଲିଟି ସ୍ପୋର୍ଟ ୟୁଥ୍ ଗେମ୍ସ- ୨୦୨୬’ ରେ ଚମତ୍କାର ପ୍ରଦର୍ଶନ କରି ଦେଶ ତଥା ରାଜ୍ୟ ପାଇଁ ଗୌରବ ଆଣିଛନ୍ତି କଳାହାଣ୍ଡିର ପୁଅ ଆକାଶ ରଞ୍ଜନ…
ଗାଁ ନିକଟରୁ ମଦ ଦୋକାନ ସ୍ଥାନାନ୍ତର ଦାବି:ଏକଜୁଟ ହେଲେ ମହିଳା
ପାଟଣା,୩ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ମୁଖ୍ୟାଳୟ ବଡ଼ ପାଟଣା ପଞ୍ଚାୟତ ସାଧୁପଡ଼ା ଗାଁ ନିକଟରେ ଶୁକ୍ରବାର ନୂତନ କରି ଖୋଲିଥିବା ସରକାରୀ ମଦ ଦୋକାନକୁ ଅନ୍ୟତ୍ର ସ୍ଥାନାନ୍ତର ଦାବି ଜୋର ଧରିଛି। ଗ୍ରାମର ମହିଳାମାନେ ଏକଜୁଟ୍ ହୋଇ…
ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନୂତନ କୁଳପତି ଡ. ଅଜିତ କୁମାର ଶାସନୀ
କୋରାପୁଟ/ସୁନାବେଡ଼ା,୩ା୭(ଅମିତାଭ ବେହେରା/କୃତ୍ତିବାସ ପ୍ରଧାନ)-କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସିୟୁଓ)ର ନୂତନ କୁଳପତି ଭାବେ ଡ. ଅଜିତ କୁମାର ଶାସନୀଙ୍କୁ ନିଯୁକ୍ତ କରାଯାଇଥିବା ଜଣାପଡିଛି। ଭାରତର ରାଷ୍ଟ୍ରପତି ତଥା ବିଶ୍ୱବିଦ୍ୟାଳୟ କୁଳାଧ୍ୟକ୍ଷା(ଭିଜିଟର) ଏହି ନିଯୁକ୍ତି ପ୍ରଦାନ କରିଛନ୍ତି। ଏ ସମ୍ପର୍କରେ କେନ୍ଦ୍ର…
ମୃତ ଯୁବକଙ୍କ ମିଳିଲା ପରିଚୟ: ସେଲଫି ନେବା ହେଲା କାଳ
କୋକସରା,୩।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ ଆମପାଣି ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଥିଲେ।…
ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା
ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ ଗତିରେ ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଥିବାରୁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି।…

