ଆମ ଜିଲା ଖବର

ବୋହୂର ପନିକି ଆକ୍ରମଣରେ ଶାଶୁ ଲହୁଲୁହାଣ, ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର

ଭୋଗରାଇ, ୨୮।୬ (ପ୍ରଦୀପ ଦାସ): ପାରିବାରିକ କଳହକୁ କେନ୍ଦ୍ର କରି ବୋହୂର ପନିକି ଆକ୍ରମଣରେ ଶାଶୁ ଗୁରୁତର ଆହତ ହୋଇଛନ୍ତି। ରକ୍ତାକ୍ତ ଅବସ୍ଥାରେ ତାଙ୍କୁ ପ୍ରଥମେ ଜଳେଶ୍ୱର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର, ପରେ ବାଲେଶ୍ୱର ଜିଳା ମୁଖ୍ୟ ଚିକିତ୍ସାଳୟ ଏବଂ ସେଠାରୁ…

ବିଦେଶୀ ମଦ ଦୋକାନ ସ୍ଥାନାନ୍ତର ଦାବି:  ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ଅମରପାଲି, ୨୮/୬ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ଟିକରାପଡ଼ା (ଗାନ୍ଧୀପଡ଼ା) ଛକରେ ଥିବା ବିଦେଶୀ ମଦ ଦୋକାନକୁ ତୁରନ୍ତ ସ୍ଥାନାନ୍ତର କରିବା ଦାବିରେ ଟିକରାପଡ଼ା ଓ ସାଲେପଦର ଗ୍ରାମର ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ସଦସ୍ୟା ଏବଂ…

ଅର୍ଦ୍ଧନିର୍ମିତ ଏମ୍‌ଏସ୍‌ଏମ୍‌ଇ ପାର୍କର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ: ଜମି ହରାଇଥିବା ଚାଷୀଙ୍କ ହୋହଲ୍ଲା

କେସିଙ୍ଗା, ୨୮।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିରା ଗ୍ରାମ ପଞ୍ଚାୟତର କୁର୍ଲୁପଡ଼ାଠାରେ ନିର୍ମାଣାଧୀନ ଏମ୍‌ଏସ୍‌ଏମ୍‌ଇ (MSME) ପାର୍କକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ସନ୍ଧ୍ୟାରେ ଭର୍ଚୁଆଲ୍ ମାଧ୍ୟମରେ ଉଦ୍‌ଘାଟନ କରିଛନ୍ତି। ତେବେ ପାର୍କଟି ସମ୍ପୂର୍ଣ୍ଣ…

ମା’, ଝିଅଙ୍କୁ ହତ୍ୟା 

ଠାକୁରମୁଣ୍ଡା,୨୭।୬(ତାରାକାନ୍ତ ପଟ୍ଟନାୟକ): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ମହୁଲଡିହା ଥାନା ଅଧୀନ ତରାମରା ପଞ୍ଚାୟତ ମୁକ୍ତାଝରୀ ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି। ମା’, ଝିଅଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି। ସେମାନେ ହେଲେ ଗ୍ରାମର ଚୈତନ୍ୟ ଟୁଡୁଙ୍କ ସ୍ତ୍ରୀ…

ବର୍ଷାରେ ବେହାଲ କୋରାପୁଟ: ରାସ୍ତାରେ ଭାସିଲା ନର୍ଦ୍ଦମା ପାଣି

କୋରାପୁଟ, ୨୭।୬(ଅମିତାଭ ବେହେରା): କୋରାପୁଟ ସହରରେ ଶନିବାର ଅପରାହ୍ନ ୧ଟାରୁ ୨ଟା ଯାଏ ପ୍ରାୟ ଘଣ୍ଟାଏ ଧରି ପ୍ରବଳ ବର୍ଷା ହୋଇଛି। ବର୍ଷାରେ ସହରର ଜନଜୀବନ ବେହାଲ ହୋଇପଡ଼ିଛି। ସରରର ବିଭିନ୍ନ ମୁଖ୍ୟ ସଡ଼କ ଏବଂ ତଳିଅଞ୍ଚଳରେ ବର୍ଷା ପାଣି ଜମି…

ମନ୍ଦିରରୁ ଦର୍ଶନ ସାରି ଫେରିବାବେଳେ ଦୁର୍ଘଟଣା: ସ୍କୁଟିକୁ ଧକ୍କା ଦେଇ ଅଟୋ…

ଦିଗପହଣ୍ଡି,୨୭ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଳାସପୁର ନିକଟ ନୂଆ ଜଲମରା ବ୍ରିଜ ନିକଟରେ ଶନିବାର ମଧ୍ୟାହ୍ନରେ ଏକ ସ୍କୁଟି (ନଂ. ଓଡ଼ି୩୨ ଏମ -୫୯୫୭)କୁ ଯାତ୍ରୀବାହୀ ଅଟୋ ଧକ୍କା ଦେଇ ଓଲଟି ପଡ଼ିଥିଲା। ଏହି ଦୁର୍ଘଟଣାରେ ନରସିଂହଗଡ଼…

ଧାନକିଣାରେ ମନ୍ଥର, ଜୁନ ଶେଷ, ଉଠିନି ମେ’ ମାସର ଧାନ

ଭବାନୀପାଟଣା,୨୭ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଗତ ମେ ୨୦ରୁ ରବି ଧାନ ମଣ୍ଡି ଆରମ୍ଭ ହୋଇଥିବାବେଳେ ଏପର୍ଯ୍ୟନ୍ତ ଉକ୍ତ ମାସର ଧାନ ଉଠିପାରିନାହିଁ। ଫଳରେ ଗତ ମାସେ ହେଲା ଚାଷୀ ମଣ୍ଡିରେ ଧାନ ରଖି ଜଗିରହିଛନ୍ତି। ଧାନ କିଣା ମନ୍ଥରତା ଯୋଗୁ…

ଏନ୍‌ଇଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲା: ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତ୍ତଳିକା ଦାହ କରି ଯୁବ କଂଗ୍ରେସ…

ବରଗଡ଼,୨୭ା୬(ପ୍ରେମାନନ୍ଦ ଖମାରୀ): ଏନ୍‌ଇଇଟି ପ୍ରଶ୍ନପତ୍ର ପ୍ରଘଟ ଘଟଣାରେ ଅସନ୍ତୋଷ, ଆନ୍ଦୋଳନ ଥମିବାର ନାଁ ନେଉ ନାହିଁ। ଏହି କ୍ରମରେ ଶନିବାର ବରଗଡ଼ ଜିଲା ଯୁବ କଂଗ୍ରେସ ପକ୍ଷରୁ ସ୍ଥାନୀୟ ଗାନ୍ଧୀଛକରେ ଜିଲା ଯୁବ କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ସହିତ କେନ୍ଦ୍ର…

ଠିକାଦାରଙ୍କ ନିମ୍ନମାନର କାର୍ଯ୍ୟ, ପାଚେରି ତଳେ ଚାପି ହୋଇ ଚାଲିଗଲା ମହିଳାଙ୍କ ଜୀବନ

ପୁରୁଷୋତ୍ତମପୁର,୨୭ା୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରବ୍ଲକ ତଥା ହିଞ୍ଜିଳୀଥାନା ଅନ୍ତର୍ଗତ ଅନ୍ତରିଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଁ ପାଶର୍‌ବଦେଇ ଯାଇଥିବା ଋଷିକୂଲ୍ୟା ନଦୀ କୂଳରେ ପାର୍କ ନିର୍ମାଣ ଲାଗି ସରକାରଙ୍କ ପକ୍ଷରୁ ନିର୍ମାଣ କରାଯାଇଥିବା ପାଚେରିଟି…

ଓଡ଼ିଆ ଅସ୍ମିତାର ସୁରକ୍ଷା ପାଇଁ ସହଯୋଗ କାମନା

ଭଞ୍ଜନଗର,୨୭ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭାଷା, ସାହିତ୍ୟ, କଳା ଓ ସଂସ୍କୃତି ବିକାଶ ପରିଷଦ ଭଞ୍ଜନଗର ଶାଖାର ୪ର୍ଥ ବାର୍ଷିକ ଉତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଅଞ୍ଚଳର ବିଭିନ୍ନ ଜଣାଶୁଣା ବ୍ୟକ୍ତି, କବି, ଲେଖକଙ୍କୁ ଅନୁଷ୍ଠାନ ପକ୍ଷରୁ ସମ୍ବର୍ଦ୍ଧିତ…

ଏକତରଫା ପ୍ରେମ ପାଇଁ ଯୁବତୀଙ୍କୁ ଜାଳିଥିଲେ, ଏବେ…

ରାଉରକେଲା,୨୭।୬: ସୁନ୍ଦରଗଡ଼ ଜିଲା ବିଶ୍ରା ବ୍ଲକ ସନ୍ତୋଷପୁର ପଞ୍ଚାୟତ ଜାରାଟୋଲା ଗାଁରେ ଘଟିଥିବା ଅଭାବନୀୟ ଘଟଣାର ଚିତ୍ର ସାମ୍ନାକୁ ଆସିଛି। ଏକତରଫା ପ୍ରେମରୁ ଯୁବକ ଜଣକ ଯୁବତୀଙ୍କ ଉପରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିବା ସୁନ୍ଦରଗଡ଼ ଏସ୍‌ପି ସୂଚନା ଦେଇଛନ୍ତି।…

ଏସ୍‌ସିବି ମେଡିକାଲରୁ ବୃଦ୍ଧ ରୋଗୀ ନିଖୋଜ, ମଙ୍ଗଳାବାଗ ଥାନାରେ ଏତଲା

କଟକ, ୨୭/୬: କଟକସ୍ଥିତ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲରୁ ଜଣେ ବୃଦ୍ଧ ରୋଗୀ ନିଖୋଜ ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣାକୁ ନେଇ ପରିବାର ଲୋକେ ମଙ୍ଗଳାବାଗ ଥାନାରେ ଏତଲା ଦେଇଥିବାବେଳେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?