୨୦୦ ବୁଥ୍ରେ BLA-2 ସଭ୍ୟଙ୍କୁ ତାଲିମ; ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ସାଙ୍ଗଠନିକ ମନ୍ଥନ
ଦିଗପହଣ୍ଡି, ୧୦।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ କଂଗ୍ରେସ ଦଳ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ସାଙ୍ଗଠନିକ ସଭା ଅନୁଷ୍ଠିତ ହୋଇଯାଇଛି। କଂଗ୍ରେସ ଦଳର ବିଏଲ୍ଏ-୨ (BLA-2) କର୍ମକର୍ତ୍ତାଙ୍କ ଦ୍ୱାରା ଆୟୋଜିତ ଏହି ସଭାରେ…
ଲାଞ୍ଜିଗଡ଼-ଜଗନ୍ନାଥପୁର ରାସ୍ତା ମରଣଜନ୍ତା: ବଂଶଧାରା ପୋଲ ନିକଟରେ ବିରାଟ ଘାଇ, କେତେବେଳେ ବି ଘଟିପାରେ…
ଲାଞ୍ଜିଗଡ଼, ୧୦।୯ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ଲାଞ୍ଜିଗଡ଼-ଜଗନ୍ନାଥପୁର ମୁଖ୍ୟ ରାସ୍ତାର ଅବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ହୋଇପଡ଼ିଛି। ବଂଶଧାରା ନଦୀ ପୋଲ ନିକଟରେ ରାସ୍ତା କଡ଼ରେ ଏକ ବିରାଟ ଘାଇ (ଖାଇ) ସୃଷ୍ଟି ହୋଇଥିବାରୁ ଏହି ପଥ…
ଗଜପତି ଉପଜିଲାପାଳ ଭାବେ ଦାୟିତ୍ୱ ଗ୍ରହଣ କଲେ IAS ଭାଗବତ ସାମଲ କଲ୍ୟାଣ ରାଓ
ପାରଳାଖେମୁଣ୍ଡି, ୧୦।୯ (ଗିରିଧାରୀ ପରିଛା): ଗଜପତି ଜିଲାର ନୂତନ ଉପଜିଲାପାଳ (ସବ୍-କଲେକ୍ଟର) ଭାବେ ୨୦୨୪ ବ୍ୟାଚ୍ର ଆଇଏଏସ୍ (IAS) ଅଧିକାରୀ ଭାଗବତ ସାମଲ କଲ୍ୟାଣ ରାଓ ଦାୟିତ୍ୱ ଗ୍ରହଣ କରିଛନ୍ତି। ପ୍ରଶାସନିକ ଅଧିକାରୀ ଭାବେ ନିୟମିତ ସେବାରେ ଏହା ତାଙ୍କର ପ୍ରଥମ…
ଲୋହରାଖଣ୍ଡି ନଦୀ ପାର ହେବା ବେଳେ ବୁଡ଼ିଯାଇ ଚାଲିଗଲା ଚାଷୀଙ୍କ ଜୀବନ, ଶୋକରେ…
ଭଞ୍ଜନଗର, ୧୦।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଗୋହିରୀବାଡ଼ି ଗ୍ରାମର ଜଣେ ଚାଷୀ ଲୋହରାଖଣ୍ଡି ନଦୀରେ ବୁଡ଼ି ପ୍ରାଣ ହରାଇଛନ୍ତି। ମୃତକ ଜଣଙ୍କ ହେଲେ ଗ୍ରାମର ସନ୍ତୋଷ କୁମାର ନାୟକ (୪୯)। ସୂଚନା ଅନୁଯାୟୀ, ସନ୍ତୋଷ ଗୁରୁବାର…
ସାମାନ୍ୟ କଥାରୁ କୁରାଢ଼ି ଚୋଟ: ଗୁରୁତର ବୃଦ୍ଧଙ୍କୁ ଚିକିତ୍ସା କରିବା ସମୟରେ ଛୁଞ୍ଚି-ସୂତା ଅଭାବ, ବାହାରୁ କିଣି ଚିକିତ୍ସା କଲେ ଡାକ୍ତର
ପାଟଣା, ୧୦।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ତୋଣ୍ଡ ଗ୍ରାମର ଜାମୁନାଳିଆ ସାହିରେ ସାମାନ୍ୟ ବଚସାକୁ କେନ୍ଦ୍ର କରି ଜଣେ ମଦ୍ୟପଙ୍କ କୁରାଢ଼ି ଆକ୍ରମଣରେ ଜଣେ ବୃଦ୍ଧ ଗୁରୁତର ହୋଇଛନ୍ତି। ଗୁରୁତର ବ୍ୟକ୍ତି ଜଣକ…
ଉତ୍କଳ ଗୌରବ ଇଣ୍ଟରନ୍ୟାସନାଲ ସ୍କୁଲରେ ସିନେ ତାରକା ବାବୁଶାନ୍; ଉଦ୍ଘାଟିତ ହେଲା ‘ମନୋଜ ଦାସ ପାଠାଗାର’
ହାଟଡିହୀ/ଛେନାପଦୀ, ୧୦।୯ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବେରୁଣପଦୀସ୍ଥିତ ଉତ୍କଳ ଗୌରବ ଇଣ୍ଟରନେସନାଲ ସ୍କୁଲ (UGIS)ରେ ଗୁରୁବାର ନୂତନ ଭାବେ ନିର୍ମିତ ‘ମନୋଜ ଦାସ ପାଠାଗାର’ ଉଦ୍ଘାଟିତ ହୋଇଯାଇଛି। ବିଦ୍ୟାଳୟର ପ୍ରତିଷ୍ଠାତା ଡା. ପ୍ରଦୀପ ସେଠୀଙ୍କ ସଂଯୋଜନାରେ…
କଳାହାଣ୍ଡିରେ ବନ୍ଦ ରହିବ ଶିକ୍ଷାନୁଷ୍ଠାନ, ଜାଣନ୍ତୁ…
ଭବାନୀପାଟଣା,୧୦ା୯(ଉତ୍ତମ କୁମାର ଦାଶ): ଉତ୍ତର ବଙ୍ଗୋପସାଗର ସଂଲଗ୍ନ ବାଂଲାଦେଶ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇ ରାଜ୍ୟରେ ବିଭିନ୍ନ ଜିଲାରେ ବର୍ଷା ଆରମ୍ଭ ହୋଇଯାଇଛି। ଏହିପରିପ୍ରେକ୍ଷୀରେ ଗୁରୁବାର କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଯୋଗୁ…
ନିୟମଗିରି ସୁରକ୍ଷା ସମିତି ସଭାପତି ଲୋଦ ସିକାକାଙ୍କୁ ପୋଲିସ ଉଠାଇ ନେଇଥିବା ଅଭିଯୋଗ, ଲାଞ୍ଜିଗଡ଼ରୁ ଫେରୁଥିବା ବେଳେ…
କଲ୍ୟାଣସିଂହପୁର, ୧୦।୯ (ଦୀପକ କୁମାର ପରିଡ଼ା): ନିୟମଗିରି ସୁରକ୍ଷା ସମିତିର ସଭାପତି ଲୋଦ ସିକାକାଙ୍କୁ ପୋଲିସ ଉଠାଇ ନେଇଥିବା ଅଭିଯୋଗ ହୋଇଛି। ପ୍ରାପ୍ତ ସୂଚନା ଅନୁଯାୟୀ, କୌଣସି ଏକ ମାମଲାର ଜାମିନ (ବେଲ୍) ସମ୍ପର୍କିତ କାର୍ଯ୍ୟ ସାରି ଲାଞ୍ଜିଗଡ଼ରୁ ଫେରୁଥିବା ବେଳେ…
ଚାପୁଡ଼ା ମାଡ଼ର ଭୟଙ୍କର ପ୍ରତିଶୋଧ! ଫାର୍ମହାଉସରେ ଗ୍ରାମ୍ୟ କମିଟି ସଭ୍ୟଙ୍କୁ ହତ୍ୟା ଉଦ୍ୟମ ଘଟଣା: ମୁଖ୍ୟ ଅଭିଯୁକ୍ତ ‘ଦିଗା’ ଗିରଫ
ଦିଗପହଣ୍ଡି, ୧୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ତିଳେଶ୍ୱର ଗ୍ରାମର ପ୍ରମୁଖ ଗ୍ରାମ୍ୟ କମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମାନନ୍ଦ (ପ୍ରେମା) ବିଷୋୟୀଙ୍କୁ ହାଣି ହତ୍ୟା ଉଦ୍ୟମ କରିବା ଘଟଣାରେ ଫେରାର ଥିବା ମୁଖ୍ୟ ଅଭିଯୁକ୍ତ…
ଦାଦନ ଯନ୍ତ୍ରଣା: ଆନ୍ଧ୍ରରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ
ଥୁଆମୂଳ ରାମପୁର, ୧୦ା୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ଦାଦନ ଯନ୍ତ୍ରଣାର ଆଉ ଏକ ଚିତ୍ର ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଆନ୍ଧ୍ରପ୍ରଦେଶ ଯାଇଥିବା ଜଣେ ଯୁବକଙ୍କ ମୃତ୍ୟୁ ପରେ ଆମ୍ବୁଲାନ୍ସ ଯୋଗେ ମୃତଦେହ ଗାଁକୁ ଅଣାଯାଉଥିଲା। ହେଲେ…
କୋରାପୁଟ MP ସପ୍ତଗିରି ଉଲାକାଙ୍କୁ ମିଳିଲା ‘ସଂସଦ ରତ୍ନ’ ଉପାଧି! କଲ୍ୟାଣସିଂହପୁର ବ୍ଲକ କଂଗ୍ରେସ ପକ୍ଷରୁ ଉତ୍ସବ ଓ ସମ୍ବର୍ଦ୍ଧନା
କଲ୍ୟାଣସିଂହପୁର, ୧୦।୯ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ କଂଗ୍ରେସ କାର୍ଯ୍ୟାଳୟ ପରିସରରେ ଆଜି ଏକ ବିଶେଷ ଉତ୍ସବ ଓ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। କୋରାପୁଟ ଲୋକସଭା MP ଶ୍ରୀଯୁକ୍ତ ସପ୍ତଗିରି ଉଲାକା ପ୍ରତିଷ୍ଠିତ ‘ସଂସଦ ରତ୍ନ’…
ଟିଉସନ୍ରୁ ଘରକୁ ଫେରୁଥିବା ସମୟରେ ନବମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ, ୫ ଲକ୍ଷ ସହାୟତା…
ବ୍ରହ୍ମପୁର,୧୦ା୯(ସୁବାସ ଚନ୍ଦ୍ର ପାଢ଼ୀ): ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର ମାମଲାରେ ବ୍ରହ୍ମପୁର ଫାଷ୍ଟଟ୍ରାକ୍ ପୋକସୋ କୋର୍ଟର ଜଜ୍ ରୋହିତ ଲାଲ ପଣ୍ଡା ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଚୂଡ଼ାନ୍ତ ରାୟ ପ୍ରକାଶ କରିଛନ୍ତି। ଉପଯୁକ୍ତ ସାକ୍ଷ୍ୟ ଓ ପ୍ରମାଣ…

