ଆମ ଜିଲା ଖବର

ପାଖେଇ ଆସୁଛି ନୂଆବର୍ଷ, ପୁରୀରେ ଭକ୍ତଙ୍କ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ପ୍ରଶାସନ ନେଲା ବଡ଼ ନିଷ୍ପତ୍ତି

ପୁରୀ,୨୭।୧୨: ଡିସେମ୍ବର ମାସର ଶେଷ ଦିନଗୁଡ଼ିକରେ ପୁରୀ ଜଗନ୍ନାଥ ଧାମରେ ଭକ୍ତଙ୍କ ସଂଖ୍ୟାରେ ତୀବ୍ର ବୃଦ୍ଧି ପରିଲକ୍ଷିତ ହୋଇଛି। ଅଧିକାରୀଙ୍କ ଅନୁଯାୟୀ, ଏହି ବର୍ଦ୍ଧିତ ଭିଡ଼ ୨୦୨୬ ନୂତନ ବର୍ଷ ଜାନୁଆରୀ ପର୍ଯ୍ୟନ୍ତ ଜାରି ରହିବ ବୋଲି ଆଶା କରାଯାଉଛି। ପବିତ୍ର…

ଡାକ୍ତରଙ୍କ ଆନ୍ଦୋଳନ: ଲାଇନ୍‌ରେ ଛିଡ଼ା ହୋଇଛନ୍ତି ରୋଗୀ

ଧର୍ମଶାଳା,୨୭।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତରମାନେ ବିଭିନ୍ନ ଦାବି ନେଇ ୧ ଘଣ୍ଟିଆ ଆନ୍ଦୋଳନ ଆରମ୍ଭ କରିଛନ୍ତି। ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ପଡ଼ିଛି। ଏସବୁ ପୂରଣ କରିବା…

ଶ୍ରୀମନ୍ଦିରରେ ମୁଖ୍ୟ ନିର୍ବାଚନ କମିଶନର: ପରିବାର ସହ ମହାପ୍ରଭୁଙ୍କୁ କଲେ ଦର୍ଶନ

ପୁରୀ,୨୭।୧୨: ମୁଖ୍ୟ ନିର୍ବାଚନ କମିଶନ ଜ୍ଞାନେଶ କୁମାର ଶନିବାର ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ସହିତ ଆର୍ଶୀବାଦ ଲାଭ କରିଛନ୍ତି । ମୁଖ୍ୟ ନିର୍ବାଚନ କମିଶନ ତିନି ଦିନିଆ ଓଡିଶା ଗସ୍ତରେ ଆସିଥିବା ବେଳେ ପ୍ରଥମେ ପୁରୀ ଗସ୍ତରେ…

ସଜେଇ ହେଉଛି ଦାରିଙ୍ଗବାଡି: ଶୀତ ମହୋତ୍ସବ ପାଇଁ ବଢୁଛି ଉତ୍କଣ୍ଠା

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି।ଏଥିପାଇଁ ଦାରିଙ୍ଗବାଡି ଚଳ ଚଞ୍ଚଳ ହୋଇପଡିଛି। ଏବେଠାରୁ ଦାରିଙ୍ଗବାଡି ସଜେଇ ହେବା ଆରମ୍ଭ ହୋଇଛି। ମହୋତ୍ସବ ପଡିଆ ଓ ମଞ୍ଚର ମରାମତି…

ଆହୁରି ବଢିଲା ଶୀତ, ଜନଜୀବନ ଅସ୍ତବ୍ୟସ୍ତ: ପର୍ଯ୍ୟଟକଙ୍କ ଅସମ୍ଭାଳ ଭିଡ଼

ଦାରିଙ୍ଗବାଡି, ୨୭।୧୨ (ଅରୁଣ ସାହୁ ):ଗତ କିଛିଦିନ ହେଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କୁହୁଡିର ପ୍ରଭାବରେ ଗାଡି ଚଳାଚକ ବାଧାପ୍ରାପ୍ତ ହୋଇଛି। ଶୀତ କମିବାରେ ନାମ ଧରୁନି କୁହାଯାଉଛି। ଆହୁରି ପ୍ରବଳ ଶୀତ ପଡିବ। ଏବେ ସନ୍ଧ୍ୟାା ନଇଁ ଆସିବା କ୍ଷଣି…

ବାଲ ଧନୁଯାତ୍ରାରେ ରଙ୍ଗସଭା: କମାଲ କଲେ ସତ୍ୟଜିତ

ମଥୁରା ନଗରୀ,୨୭।୧୨:ବରଗଡ଼ ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ଚାଲିଥିବା ବାଲ ଧନୁଯାତ୍ରାର ଦ୍ବିତୀୟ ଦିବସରେ ମହାରାଜ କଂସଙ୍କ ଦରବାରରେ ରଙ୍ଗସଭା ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ କୃଷ୍ଣଙ୍କ ନିଧନ ପାଇଁ ରଙ୍ଗସଭାରେ ମନ୍ତ୍ରଣା ହୋଇଥିଲା। ଏହି କାର୍ଯ୍ୟକ୍ରମରେ ସମଗ୍ର ଶିକ୍ଷା…

କ୍ରିକେଟ୍‌ ଖେଳୁଥିଲେ ଚଳଚ୍ଚିତ୍ର ନିର୍ଦ୍ଦେଶକ, ହଠାତ୍‌ ଟଳିପଡ଼ିଲେ: ଆଉ ତା’ପରେ…

ଟିଟିଲାଗଡ଼,୨୮ା୧୨(ଶରତ ମିଶ୍ର):ଟିଟିଲାଗଡ଼ ଖେଳପଡିଆରେ ଶୁକ୍ରବାର କ୍ରିକେଟ୍‌ ଖେଳୁଥିବା ଜଣେ ଚଳଚ୍ଚିତ୍ର ନିର୍ଦ୍ଦେଶକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଅଧୀନ ହାଇସ୍କୁଲପଡା ଅଞ୍ଚଳର ବାପି ଡେବିଟ୍‌। ଅପରାହ୍ନରେ ସେ କ୍ରିକେଟ୍‌ ଖେଳୁଥିବାବେଳେ ହଠାତ୍‌ ଅସୁସ୍ଥ ହୋଇପଡିଥିଲେ। ଚିକିତ୍ସାଲାଗି…

ବ୍ରେକ ଫେଲ୍ ହୋଇ ଟ୍ରକ ଦୁର୍ଘଟଣା, ୧୬ ନଂ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ

ଭଦ୍ରକ, ୨୭/୧୨(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଧାମରା ବ୍ରିଜ ତଳେ ରାସ୍ତାରେ ଟ୍ରକ ଦୁର୍ଘଟଣା ହୋଇଛି । ଫଳରେ ଏକ ଦୁର୍ଘଟଣା ଗ୍ରସ୍ତ ଟ୍ରକ ଅଟକି ରହିଥିବାରୁ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଛି । ସୂଚନା ମୁତାବକ…

ଦୋକାନରେ ଶୋଇଥବା ବେଳେ ଲାଗିଗଲା ନିଆଁ, ଦୋକାନୀ ଜୀବନ୍ତଦଗ୍ଧ

ପାଟକୁରା ୨୭/୧୨(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡା ଜିଲା ଗରଦପୁର ବ୍ଳକ ଅଧୀନ କଳାବୁଦା ବାରୁଣୀ ବଜାରରେ ଶନିବାର ଏକ ଦୁଃଖଦ ଘଟଣା ଘିଟିଛି । ଏହି ବଜାରର ଦୁର୍ଗା ମଣ୍ଡପକୁ ଲାଗିଥିବା ପରିବା ଦୋକାନରେ ଅଗ୍ନିକାଣ୍ଡ ଘଟିଛି  । ବିଳମ୍ବିତ…

ଅଧା ରହିଗଲା ସମଲେଶ୍ୱରୀ ଦର୍ଶନ, ଟୁରିଷ୍ଟ ବସ ଓଲଟି ୧୫ ଆହତ

ସମ୍ବଲପୁର, ୨୭।୧୨(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ କଂସର ନିକଟରେ ଜାତୀୟ ରାଜପଥ(୫୫) ଉପରେ ଗୁରୁବାର ଭୋରରେ ଏକ ଟୁରିଷ୍ଟ ବସ ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ଏଥିରେ ୧୫ ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି । ଅହତମାନଙ୍କ…

୫୨୦ ନମ୍ବର ଜାତୀୟ ରାଜପଥରେ ଦୁଇ ଟ୍ରକ ମୁହାଁମୁହିଁ ଧକ୍କା , ୨ ଡ୍ରାଇଭରଙ୍କ ମୃତ୍ୟୁ

ବଣାଇଁ, ୨୭|୧୨(ପ୍ରଦୀପ ତ୍ରିପାଠୀ )-: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି । ଖବର ଅନୁସାରେ, ଆଜି ପ୍ରତ୍ୟୁଷରେ ୫୨୦ ନମ୍ବର ଜାତୀୟ…

କଂସଙ୍କ ମଥୁରା ଭ୍ରମଣ, ନନ୍ଦ ଦରବାର ଉଦ୍‌ଘାଟିତ

ମଥୁରାନଗରୀ/ଗୋପପୁର,୨୭।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଶୁକ୍ରବାର ଥିଲା ତୃତୀୟ ଦିବସ। ଅନ୍ୟଦିନ ଭଳି କଂସ ମହାରାଜ ନିଜ ପାତ୍ରମନ୍ତ୍ରୀଙ୍କ ସହିତ ରାଜମହଲରୁ ମଥୁରା ଭ୍ରମଣରେ ବାହାରିଥିଲେ। ମଥୁରା ଭ୍ରମଣ ବାଟରେ ସେ ଶ୍ୟାମେଶ୍ୱର ମହାଦେବଙ୍କ ଦର୍ଶନ କରିଥିଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri