ଆମ ଜିଲା ଖବର

ହାତୀକୁ ଧକ୍କା ଦେଲା ଟ୍ରେନ୍‌: ଚାଲିଗଲା ଜୀବନ

ମୁନିଗୁଡ଼ା/ବିଷମକଟକ,୧୦।୯(ନନ୍ଦ କିଶୋର ପଟ୍ଟନାୟକ/ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲାର ମୁନିଗୁଡ଼ା ରେଞ୍ଜ ଅନ୍ତର୍ଗତ ବିଷମକଟକ ବ୍ଲକର ବୃନ୍ଦାବାଡ଼ି ଗ୍ରାମ ନିକଟରେ ଟ୍ରେନ ଇଞ୍ଜିନ ଧକ୍କାରେ ଏକ ଦନ୍ତା ହାତୀର ମୃତ୍ୟୁ ଘଟିଛି। ବିଷମକଟକ ଓ ଥେରୁବାଲି ରେଳ ଷ୍ଟେଶନ ମଧ୍ୟବର୍ତ୍ତୀ ରେଳ…

ଗାଁ ରାସ୍ତାରେ ଆଣ୍ଠୁଏ ପାଣି: କପା-ଧାନ ଚାଷ ନଷ୍ଟ ଆଶଙ୍କା

କେସିଙ୍ଗା,୧୦।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଞ୍ଚଳରେ ଗୁରୁବାର ମଧ୍ୟରାତ୍ରିରୁ ପ୍ରବଳ ବର୍ଷା ଲାଗି ରହିଛି। ବର୍ଷା ସାଙ୍ଗକୁ ଘଡ଼ଘଡ଼ି ଓ ବିଜୁଳି ଯୋଗୁ ସମଗ୍ର ଅଞ୍ଚଳ ଅନ୍ଧକାରମୟ ହୋଇପଡ଼ିଛି। ଲଗାଣ ବର୍ଷା ଯୋଗୁ ବିଶେଷକରି ଗ୍ରାମାଞ୍ଚଳରେ ଜନଜୀବନ ପ୍ରଭାବିତ…

ରଡ଼ିଆ-କଂସାର ଗୋବରୀ ନଦୀବନ୍ଧରେ ୩୦୦ ଫୁଟର ଫାଟ, କାଳ ସାଜିଛି ଚିଙ୍ଗୁଡ଼ି ଘେରି

ମହାକାଳପଡ଼ା,୧୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ରଡ଼ିଆ-କଂସାର-ବଡ଼ଦାଣ୍ଡୁଆ ଗୋବରୀ ନଦୀ ପାର୍ଶ୍ୱ ଲୁଣା ଘେରି ବନ୍ଧ ସପ୍ତାହ ପୂର୍ବେ ଭୁଶୁଡ଼ି ପଡ଼ିବା ନେଇ ପ୍ରଥମେ ଧରିତ୍ରୀରେ ପ୍ରକାଶ ପାଇଥିଲା। ପରବର୍ତ୍ତୀ ସମୟରେ ଜଳସେଚନ ବିଭାଗ ପକ୍ଷରୁ…

ସୁଟ୍‌କେସ୍‌ରେ ଗଞ୍ଜେଇ ଧରି ବାହାର ରାଜ୍ୟକୁ ଯାଉଥିଲେ ସୁନୀତା: ମାଡ଼ିବସିଲା ପୋଲିସ

ଡୁଙ୍ଗୁରିପାଲି, ୧୦।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଜଣେ ମହିଳାଙ୍କଠାରୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ଜବତ କରି ତାଙ୍କୁ କୋର୍ଟ ଚାଲାଣ କରିଛି। ଗିରଫ ମହିଳା ଜଣକ ମଧ୍ୟପ୍ରଦେଶର ବାଗସ୍ବୋଣ୍ୟା ଥାନା ଅନ୍ତର୍ଗତ ଲାଲ ଟାଙ୍କି…

ମା’ଙ୍କୁ ଭରଣପୋଷଣ ଦେଉନାହାନ୍ତି ଭାଗ୍ୟବାନ: ବାନ୍ଧିଲା ପୋଲିସ

ଦିଗପହଣ୍ଡି,୧୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ଭାଗ୍ୟବାନ ଗୌଡ଼ (୪୨)ଙ୍କୁ ବୁଧବାର ପାଟପୁର ପୋଲିସ ଗିରଫ କରି ବ୍ରହ୍ମପୁର ଫେମିଲି କୋର୍ଟକୁ ଚାଲାଣ କରିଛନ୍ତି। ଅଭିଯୁକ୍ତ ଭାଗ୍ୟବାନ ମାଜିଷ୍ଟ୍ରେଟଙ୍କ ଆଦେଶ ପ୍ରକାରେ ମା’ଙ୍କୁ ଭରଣ ପୋଷଣ…

ଆପୋଷ ମିଳାମିଶାରେ ମାମଲା ସମାଧାନ ପାଇଁ ମାଜିଷ୍ଟ୍ରେଟଙ୍କ ଗୁରୁତ୍ୱାରୋପ: ବିବାଦ ସମାଧାନରେ…

ଦିଗପହଣ୍ଡି,୧୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସିଭିଲ କୋର୍ଟ କମ୍ପ୍ଲେକ୍ସ ପରିସରରେ ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ବିଭିନ୍ନ ବିବାଦର ସମାଧାନରେ ମଧ୍ୟସ୍ଥିଙ୍କ ଭୂମିକା ସମ୍ପର୍କିତ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। କମିଟିର ଅଧ୍ୟକ୍ଷା ତଥା ସିଭିଲ…

୨୩ରେ ଯାତ୍ରାପୀଠକୁ ଅଣାଯିବ ଶୁଭଖୁଣ୍ଟି; ୮ ଦିନ ଧରି ଚାଲିବ ଯାତ୍ରା

ଦିଗପହଣ୍ଡି, ୧୦।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଗଣପର୍ବ ଭାବେ ପରିଚିତ ମା’ ବୁଢ଼ୀ ଠାକୁରାଣୀଙ୍କ ଶାରଦୀୟ ଯାତ୍ରା ମହୋତ୍ସବ ପରିଚାଳନା ନିମନ୍ତେ ଏକ ଯାତ୍ରା କମିଟି ଗଠନ କରାଯାଇଛି। ଏନେଇ ମା’ ବୁଢ଼ୀ ଠାକୁରାଣୀଙ୍କ ମନ୍ଦିର…

ଓରାଙ୍ଗ୍‌ଉଟାନ ଚୋରାଚାଲାଣ: ଡବ୍ଲ୍ୟୁସିସିବି, ଏସ୍‌ଟିଏଫ୍‌ର ତଦନ୍ତ

ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ୍‌ ବିଚିତ୍ରପୁର ନିକଟ ରଣକଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗ୍‌ଉଟାନ ଶାବକ ଉଦ୍ଧାର ହେବାପରେ ଏହା ପଛରେ ଅନ୍ତର୍ଜାତୀୟ ବନ୍ୟପ୍ରାଣୀ ଚାଲାଣକାରୀ ଗ୍ୟାଙ୍ଗ୍‌ ରହିଥିବା ଏକପ୍ରକାର ସ୍ପଷ୍ଟ ହୋଇଛି। ଏହି ଘଟଣାର ପର୍ଦ୍ଦାଫାଶ ପାଇଁ ରାଜ୍ୟ ପୋଲିସର…

ମୃତକଙ୍କୁ ଜୀବିତ ଦର୍ଶାଇ ୧୪ ଏକର ଜମି କିଣାବିକାରେ ଜାଲିଆତି: ଧାନ ପଞ୍ଜିକରଣରୁ ବାଦ୍ ପଡ଼ିଲେ ଚାଷୀ,ରାଜରାସ୍ତାକୁ…

ଛତ୍ରପୁର, ୯।୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ତହସିଲ ଅନ୍ତର୍ଗତ ନରେନ୍ଦ୍ରପୁର ମୌଜାରେ ଜମି କିଣାବିକାକୁ ନେଇ ଏକ ବଡ଼ ଧରଣର ଜାଲିଆତି ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି। ନକଲି ପ୍ରମାଣପତ୍ର ଦାଖଲ କରି ପ୍ରାୟ ୧୪ ଏକର…

ଟ୍ୟୁସନ ସାରି ଘରକୁ ଫେରୁଥିଲେ, ସ୍କୁଟି ଆଗକୁ ଚାଲିଆସିଲା କୁକୁର: ନାବାଳକ ଗୁରୁତର, ମାନବିକତା ଦେଖାଇଲେ…

ବରଗଡ଼, ୯।୯(ପ୍ରେମାନନ୍ଦ ଖମାରୀ): ବରଗଡ଼-ଭଟଲି ମୁଖ୍ୟ ରାସ୍ତାର ଡାଙ୍ଗ ପେଟ୍ରୋଲ ପମ୍ପ ସମ୍ମୁଖରେ ବୁଧବାର ଏକ ଶୋଚନୀୟ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣେ ୧୫ ବର୍ଷୀୟ ନାବାଳକ ଗୁରୁତର ଆହତ ହୋଇଛନ୍ତି। ଆହତ ନାବାଳକ ଜଣକ ହେଲେ ପିପିଲିପାଲି…

ଗ୍ରାମ୍ୟ ଉନ୍ନୟନ ରାସ୍ତା ନିର୍ମାଣ ନିମ୍ନମାନର ଅଭିଯୋଗ ଆଣି ଗ୍ରାମବାସୀ…

ଛତ୍ରପୁର,୯ା୯(ଦିଲ୍ଲୀପ ସମାଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ଚମାଖଣ୍ଡି ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଚାଲିଥିବା ରାସ୍ତା ନିର୍ମାଣ କାମରମାନକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ରାସ୍ତା କାମ ଚାଲିଥିବା ସତ୍ତ୍ୱେ…

ରାତି ୧୦ଟା ପରେ ବାଜିବନି ଲାଉଡ୍‌ ସ୍ପିକର, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ଛତ୍ରପୁର,୯ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆସନ୍ତା ୧୪ ତାରିଖରେ ହେବାକୁ ଯାଉଥିବା ଶ୍ରୀଗଣେଶ ପୂଜାକୁ ଶୃଙ୍ଖଳିତ ଓ ଭକ୍ତିପୂର୍ଣ୍ଣ ପରିବେଶରେ ପାଳନ କରିବାକୁ ଛତ୍ରପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି। ଛତ୍ରପୁର ଥାନା ପରିସରରେ ବୁଧବାର ଥାନା ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?