ଆମ ଜିଲା ଖବର

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ ପ୍ରଦୂଷଣ ୨.୬୭ ଡଷ୍ଟ ପାର୍ଟିକିଲ ଧୂଳି କଣା ରହିଛି। ଏକ ଘରୋଇ କମ୍ପାନୀର ଡିସପ୍ଲେ…

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ ପଡୁଛି। ଏଥିସହ ଅସହ୍ୟ ଶୀତରେ ଲୋକେ ହନ୍ତସନ୍ତ ହେଉଛନ୍ତି। ସନ୍ଧ୍ୟା ପୂର୍ବରୁ…

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର କରି ଗର୍ଭବତୀଙ୍କୁ ବୁହା ହେଉଛି ତ କେଉଁଠି ଖଟିଆରେ ବୋହି ମେଡ଼ିକାଲ ନେଉଥିବାବେଳେ ଅଧା…

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ କହିଛନ୍ତି, ରାଜନୀତିରେ ପୁଅ-ବାପାର ସମ୍ପର୍କ ନାହିଁ। ଆଦର୍ଶର ସମ୍ପର୍କ। ଦଳର ସମ୍ମାନ କ୍ଷୁଣ୍ଣ ହେଲା…

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ ସ୍କୁଟି ଓ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ସାନଖେମୁଣ୍ଡି ବ୍ଲକ ଗାଙ୍ଗପୁର ପଞ୍ଚାୟତ…

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ ଯବାନ ଶନିବାର ପ୍ରଥମଥର ପାଇଁ ଗାଁକୁ ଫେରିଛନ୍ତି। ଏହି ଅବସରରେ ୩ ଯବାନଙ୍କୁ ଗାଁରେ…

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଅପରାହ୍ନରେ ସେ ବ୍ରହ୍ମପୁରରୁ କାମସାରି ତାଙ୍କ ବାଇକ୍‌ରେ ଘରକୁ…

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ ଓ ଗଜେନ୍ଦ୍ର ସ୍ବାଇଁ। ଏହି ଖବର ଜଣାପଡ଼ିବା ପରେ ସେମାନଙ୍କୁ ବିଭିନ୍ନ ଆଡୁ ଶୁଭେଚ୍ଛାର…

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ ଦର୍ଶକଙ୍କ ପ୍ରବଳ ଭିଡ଼ ହେବ। ତେଣୁ ଏନେଇ ସ୍ବତନ୍ତ୍ର ‘ଆମ ବସ୍‌’ ଚାଲିବ। ସ୍ବତନ୍ତ୍ର…

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା ଓ ବିଜ୍ଞାନ ନିରୀକ୍ଷକ ଧିରୋଜ ପଟ୍ଟନାୟକଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି ମେଳାରେ ବରଗଡ଼ ଜିଲାପାଳ…

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଜନୈକ ହିତାଧିକାରୀଙ୍କ ଏମ୍‌ଜିଏନ୍‌ଆରଇଜିଏ ଯୋଜନାର କାର୍ଯ୍ୟ କୋଡ୍‌ ସୃଷ୍ଟି କରିବା ନିମନ୍ତେ ୨୫…

ନାଡ଼ାପାଟାଙ୍ଗ, ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଦାବିପତ୍ର

ବାଲିଗୁଡ଼ା, ୬।୧୨(ସଞ୍ଜୟ ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଉପଜିଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବି ପ୍ରଦାନ କରାଯାଇଛି। ଏନେଇ ଏକ ଶୋଭାଯାତ୍ରା ଉପଜିଲାପାଳ କାର୍ଯ୍ୟାଳୟକୁ ଯାଇଥିଲା।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri