ଆମ ଜିଲା ଖବର

ଧାରଣା ଉଠିଲା, ଉଠିନାହିଁ ଧାନ: ପୁଣି ହୋଇପାରେ…

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ):ଚଳିତ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ୧୦ଦିନ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ବିଭାଗୀୟ ଅବହେଳା ଯୋଗୁ ଧାନବିକ୍ରି ପଞ୍ଜୀକରଣରୁ ବଞ୍ଚିତ ହୋଇ ଜିଲାର ଅନେକ ଚାଷୀ ଗତବର୍ଷ ଖରିଫ୍‌ରେ ଅମଳ ହୋଇଥିବା ଧାନକୁ ବିକ୍ରି କରି ପାରି ନାହାନ୍ତି। ଏହାର…

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ସେ ହେଲେ ଜଗନ୍ନାଥ ସ୍ୱାଇଁ(୫୫)। ମଳିଥିବା ସୂଚନା ମୁତାବକ, ଜଗନ୍ନାଥ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ ଅଭିଯୁକ୍ତକୁ ଗୁରୁବାର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଏନେଇ ହିଞ୍ଜିଳି…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ ବିଳମ୍ୱ ଘଟିଥିଲା। ତେବେ ବ୍ଲକ୍‌ ଉପାଧ୍ୟକ୍ଷ ସୁରେନ୍ଦ୍ର ଭୋଇ ଓ ଅନ୍ୟମାନେ ଏ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି ସାମ୍ପ୍ରତିକ ପାଣିପାଗ ସ୍ଥିତିକୁ ଦୃଷ୍ଟିରେ ରଖି ସତର୍କତାମୂଳକ ପଦକ୍ଷେପ ସ୍ୱରୂପ କଟକ ଜିଲାର…

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଛତ୍ରପୁର ଉପକଣ୍ଠରେ ଥିବା ଆଇଆରଇଏଲ (IREL) କମ୍ପାନୀ ପରିସରରୁ ବେଆଇନ…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ ୧୧ତମ ଅନ୍ତଃଜିଲା ନକ୍‌ଆଉଟ କ୍ରିକେଟ୍‌ ପ୍ରତିଯୋଗିତା ଗୁରୁବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ମ୍ୟାଚ୍‌…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ ଏକ ବୋଲେରୋ ଗାଡ଼ି ସମ୍ପୂର୍ଣ୍ଣ ରୂପେ ଚୁରମାର ହୋଇଯାଇଛି। ମିଳିଥିବା ସୂଚନା ଅନୁଯାୟୀ,…

ଚାଷୀ ଆନ୍ଦୋଳନରେ ୪ଦିନର ସାମୟିକ ବିରତି

କୋକସରା,୨୧ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରାଠାରେ ଦୀର୍ଘ ୧୫ଦିନ ଧରି ଚାଲିଥିବା ଇନ୍ଦ୍ରାବତୀ ମେଗା ଉଠା ଜଳସେଚନ ଚାଷୀ ସଂଘର ଆନ୍ଦୋଳନ ଗୁରୁବାର ନୂଆମୋଡ଼ ନେଇଛି। ସ୍ଥାନୀୟ ପ୍ରଶାସନ ଓ ଚାଷୀ ପ୍ରତିନିଧି ଦଳ ମଧ୍ୟରେ ଆଲୋଚନା ପରେ ସାରେ…

‘ଛାତ୍ରୀଛାତ୍ରଙ୍କ ସଫଳତା ଆମ ପୁରସ୍କାର’

ଭବାନୀପାଟଣା,୨୧।୫(ଉତ୍ତମ କୁମାର ଦାଶ)-ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ଦ୍ୱାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ କଳାହାଣ୍ଡି ଜିଲା ଏମ. ରାମପୁର ବ୍ଲକ ତୁଜୁଙ୍ଗ ଗ୍ରାମସ୍ଥିତ ଶ୍ରୀ ଏଜୁକେଶନ ଏକାଡେମୀ ଛାତ୍ରୀଛାତ୍ର ବେଶ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା ଜଣେ ଆନ୍ଧ୍ରର ଯୁବକ ପାଣିରେ ବୁଡି ନିଖୋଜ ହୋଇଛନ୍ତି। ଯୁବକ ଜଣକ ଆନ୍ଧ୍ର…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ, ଭଟଲି ଥାନା ଅନ୍ତର୍ଗତ ମହଦା ଗ୍ରାମର ସହଦେବ ଓରଫ୍‌ ଗଙ୍ଗାଧର ପାଣ୍ଡେ(୪୨)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?