ଗାଜଲବାଡ଼ି ଘାଟିରେ ୨ ଟ୍ୟାଙ୍କର ଫସିବା ଯୋଗୁ ଯାତାୟାତ ଠପ୍: ରାତିସାରା ଘାଟି ରାସ୍ତାରେ ଅଟକି ରହିଲେ ଶହ ଶହ ଯାତ୍ରୀ
ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଓ ବାଲିଗୁଡ଼ାକୁ ସଂଯୋଗ କରୁଥିବା ୫୯ ନମ୍ବର ଗୋପାଳପୁର-ରାଇପୁର ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଶନିବାର ବିଳମ୍ବିତ ରାତିରେ ପୁଣି ଯାତାୟାତ ବାଧାପ୍ରାପ୍ତ ହୋଇଛି। ଘାଟିର ଦୁଇ ନମ୍ବର ବୁଲାଣି ରାସ୍ତାରେ…
କର୍ଲାମୁଣ୍ଡା ବ୍ଲକ ପାଇଁ ଗୌରବ: ପ୍ରଥମ ମହିଳା ଭାବେ ପିଏଚ୍ଡି ଡିଗ୍ରୀ ହାସଲ କଲେ ସୀମନ୍ତିନୀ ସେଠ
ରିଷିଡ଼ା, ୧୯।୯ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ସୀମନ୍ତିନୀ ସେଠ ସଂସ୍କୃତ ବିଷୟରେ ଗବେଷଣା କରି ପିଏଚ୍ଡି (PhD) ଡିଗ୍ରୀ ହାସଲ କରିଛନ୍ତି। ଏହାସହ ସେ କର୍ଲାମୁଣ୍ଡା ବ୍ଲକର ପ୍ରଥମ ମହିଳା ପିଏଚ୍ଡି ଡିଗ୍ରୀଧାରୀ ହେବାର…
ବେଙ୍ଗାଲୁରୁରେ କେନ୍ଦୁଝର ଯୁବକଙ୍କ ଅକାଳ ମୃତ୍ୟୁ: MP ଅନନ୍ତ ନାୟକଙ୍କ ହସ୍ତକ୍ଷେପ ପରେ ଗାଁକୁ ଫେରିଲା ପାର୍ଥିବ ଶରୀର
ପାଟଣା,୧୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ବେଗନା ଗ୍ରାମର ସଞ୍ଜୀବ ସେଠୀଙ୍କ ୩୪ ବର୍ଷୀୟ ପୁଅ ଦୀପେଶ ସେଠୀଙ୍କ ବେଙ୍ଗାଲୁରୁରେ ଅକାଳ ମୃତ୍ୟୁ ଘଟିଛି। ଦୀପେଶ ଗତ ୬ ବର୍ଷ ଧରି ବେଙ୍ଗାଲୁରୁର ଏକ ବେସରକାରୀ କମ୍ପାନୀରେ ସୁରକ୍ଷାକର୍ମୀ…
ପରିବେଶ ସୁରକ୍ଷାରେ ଗଞ୍ଜାମ ଗ୍ରାସିମର ବାଜିମାତ୍: ମିଳିଲା “ପ୍ରଦୂଷଣ ନିୟନ୍ତ୍ରଣ ଉତ୍କର୍ଷତା ପୁରସ୍କାର – ୨୦୨୬”
ଗଞ୍ଜାମ, ୧୯।୯ (ବିଦ୍ୟାଧର ସାହୁ): ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସପିସିବି)ର ୪୩ତମ ପ୍ରତିଷ୍ଠା ଦିବସ ଅବସରରେ ଶିଳ୍ପ ବର୍ଗରେ ଗଞ୍ଜାମ ସ୍ଥିତ ଗ୍ରାସିମ୍ କମ୍ପାନୀ ପ୍ରତିଷ୍ଠିତ “ପ୍ରଦୂଷଣ ନିୟନ୍ତ୍ରଣ ଉତ୍କର୍ଷତା ପୁରସ୍କାର – ୨୦୨୬” ହାସଲ କରିଛି। ଓଡ଼ିଶା…
ମଞ୍ଚସ୍ଥ ହୋଇ ଦର୍ଶକଙ୍କ ମନ ଜିଣିଲା ନାଟକ ‘ଅବୁଝା ଲୁହ’; ଉଦ୍ଘାଟନ କଲେ ଦିଗପହଣ୍ଡି ବିଧାୟକ
ଦିଗପହଣ୍ଡି,୧୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମର ଠାକୁରାଣୀ ଛକଠାରେ ଶ୍ରୀ ଗଣେଶ ପୂଜା ଅବସରରେ ସାମାଜିକ ନାଟକ ‘ଅବୁଝା ଲୁହ’ ମଞ୍ଚସ୍ଥ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ମୁଖ୍ୟ…
‘ଏକ ପେଡ୍ ମା’ କେ ନାମ୍’: ସିମନବାଡ଼ିରେ ଛାତ୍ରଛାତ୍ରୀଙ୍କ ନିଶାମୁକ୍ତ ସଚେତନତା ପଦଯାତ୍ରା-ବୃକ୍ଷରୋପଣ
ଦାରିଙ୍ଗବାଡ଼ି,୧୯ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ପାଦ୍ରୀ ପିଓ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ନିଶାମୁକ୍ତ ସଚେତନତା କାର୍ଯ୍ୟକ୍ରମ ଓ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ବିନୋଦ କୁମାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ…
ଗଞ୍ଜାମ ଜିଲାକୁ ଅରେଞ୍ଜ ଆଲର୍ଟ: ୪ ଦିନ ଅତି ପ୍ରବଳ ବର୍ଷା, ଅଶାନ୍ତ ରହିବ…
ଛତ୍ରପୁର,୧୯ା୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ): ଆଗାମୀ ୨୧ ତାରିଖରୁ ଗଞ୍ଜାମ ଜିଲା ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ ସହ ସତର୍କ ସୂଚନା ଜାରି କରିଛି। ଆଣ୍ଡାମାନ ସାଗରରେ…
ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍
ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର ଲିକ୍୍ହେବା ଘଟଣା ସାମ୍ନାକୁ ଆସିଛି। ଏହା ପରେ ଶନିବାର ହେବାକୁ ଥିବା ପରୀକ୍ଷାକୁ…
ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!
ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର ଜଳଧାରଣ କ୍ଷମତା ଶୀର୍ଷରେ ପହଞ୍ଚି ସାରିଥିବାରୁ ବନ୍ୟା ନିୟନ୍ତ୍ରଣ ଓ ଜଳାଶୟର ସୁରକ୍ଷା…
ଦିଗପହଣ୍ଡି ରେ ମା ‘ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶୁଭାରମ୍ଭ
ଦିଗପହଣ୍ଡି,୧୯|୯(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୩ ନଂ. ୱାର୍ଡ ନୂଆସାହି ସ୍ଥିତ ଆରାଧ୍ଯା ଦେବୀ ମା’ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶନିବାର ଠାରୁ ଆରମ୍ଭ ହୋଇଛି । ପ୍ରତି ବର୍ଷ ଭଳି ମା’ ଙ୍କ ମନ୍ଦିର ବେଢ଼ାରେ ପୂଜାର୍ଚ୍ଚନା…
ଅବ୍ୟବସ୍ଥାରେ ରିଷିଡ଼ା ବସ୍ଷ୍ଟାଣ୍ଡ
ରିଷିଡ଼ା,୧୯ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ବସ୍ଷ୍ଟାଣ୍ଡ ଏବେ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ସାମାନ୍ୟ ବର୍ଷାରେ ବସ୍ଷ୍ଟାଣ୍ଡ ପରିସର ତଥା ମୁଖ୍ୟ ରାସ୍ତାରେ ପାଣି ଜମି ରହୁଛି। ଡ୍ରେନେଜ ବ୍ୟବସ୍ଥାର ଅଭାବ ଏବଂ ରାସ୍ତା ମରାମତି ଅଭାବରୁ…
ଭିଡିଓ କଲ୍ର ଅପରପାର୍ଶ୍ୱରୁ ଶୁଭିଲା ‘ଦିଦି ପଡ଼ିଗଲା’: ୪୩ ଘଣ୍ଟା ପରେ ଉଦ୍ଧାର ହେଲା…
ସୁନ୍ଦରଗଡ଼, ୧୯/୯ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଘୋଘର ନିକଟ ଇବ୍ ନଦୀର କନାକୁଣ୍ଡଠାରେ ଗୁରୁବାର ଅପରାହ୍ଣରେ ଗୋଡ଼ ଖସି ଜଳର ପ୍ରଖର ସ୍ରୋତରେ ଭାସିଯାଇ ନିଖୋଜ ଥିବା ମହିଳାଙ୍କ ମୃତଦେହ ୪୩ ଘଣ୍ଟା ପରେ…

