ପୁଷ୍ପା ଷ୍ଟାଇଲରେ ଚାଲାଣ କରୁଥିଲେ ଶାଳକାଠ, ମାଡିବସିଲା ବନ ବିଭାଗ, ତା’ପରେ…
କଲ୍ୟାଣସିଂହପୁର, ୯।୫( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକରେ ବନବିଭାଗର ବଡ଼ ଚଢ଼ାଉ। ଶିରିପୁର ନିକଟରେ ଚଢ଼ାଉ କରି ୮୦ ଖଣ୍ଡ ଶାଳ କାଠ ଜବତ କଲା କଲ୍ୟାଣସିଂହପୁର ବନବିଭାଗ। ଘଟଣାରେ ତିନି ଜଣଙ୍କୁ ଅଟକ ରଖାଯାଇଥିବା…
୨ ଦିନ ପରେ ଧାନକିଣା, ଚାଷୀଙ୍କୁ ମିଳିନି ଟୋକନ: ଖୋଲା ଆକାଶତଳେ ପଡ଼ିଛି ଧାନ
ବରଗଡ଼, ୯।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଆଉମାତ୍ର ୨ଦିନ ପରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଆସନ୍ତା ୧୧ତାରିଖରୁ ଜିଲାର ବରଗଡ଼, ଅତାବିରା, ପଦ୍ମପୁର ନିୟନ୍ତ୍ରିତ ବଜାର କମିଟି(ଆର୍ଏମ୍ସି) ଅଧୀନ ୧୮୩ ମଣ୍ଡିରେ ଏହି ପ୍ରକ୍ରିୟା ଚାଲିବ। କିନ୍ତୁ ଧାନ…
ବୋଦାବଳି ପାଇଁ ରାସ୍ତାରୁ ହଟୁନିି ଗଛ
ପାଟଣା,୯ା୫(ବୀର କିଶୋର ଦାଶ): ପାଟଣା,୮ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପୂର୍ତ୍ତ ବିଭାଗ ତୁରୁମୁଙ୍ଗା ଚମ୍ପୁଆ କାଞ୍ଜିଆଶୁଳା ମୁଖ୍ୟରାସ୍ତାର ନେଉଳିପଶି ନିକଟରେ ଶୁକ୍ରବାର ସକାଳେ ଏକ ବିରାଟକାୟ ଠାକୁରାଣୀ ଶାଳଗଛ ରାସ୍ତା ଉପରେ ଉପୁଡ଼ି ପଡିଛି। ରାସ୍ତା ଅବରୋଧ ହୋଇ ଉଭୟ ପାର୍ଶ୍ୱରେ…
କାମ ସାରି ଫେରୁଥିଲେ, ଧକ୍କା ଦେଇ ଚମ୍ପଟ ମାରିଲା ବାଇକ୍; ଚାଲିଗଲା ଯୁବକଙ୍କ ଜୀବନ, ସଙ୍ଗାତ ମାମୁ…
ଦିଗପହଣ୍ଡି,୮।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ିି ପଞ୍ଚାୟତ ଝରିପଦର ଗ୍ରାମ ନିକଟରେ ଅଜଣା ବାଇକ ଧକ୍କାରେ ଜଣେ ଯୁବକ ମୃତ୍ୟୁବରଣ କରିଛନ୍ତି।ମୃତକ ଜଣକ ହେଲେ ଝରିପଦର ଗ୍ରାମର ନାରାୟଣ ବେହେରା(୨୫) ବୋଲି ଜଣାପଡିଛି। ତଦନ୍ତକାରୀ ଅଧିକାରୀ…
ବରଗଡ଼ ଜିଲା ପ୍ରିମିୟର ଲିଗ୍: ସମଲେଶ୍ୱରୀ ଇଲେଭେନ ବିଜୟୀ
ବରଗଡ଼,୮।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା କ୍ରିକେଟ୍ ଆସୋସିଏଶନ୍, ବରଗଡ଼ ଆନୁକୂଲ୍ୟରେ ଆୟୋଜିତ ହେଉଥିବା ୮ମ ବରଗଡ଼ ଜିଲଖ ପ୍ରିମିୟର ଲିଗର ପଞ୍ଚମ ଦିବସ ଶୁକ୍ରବାର ଅନୁଷ୍ଠିତ ପ୍ରଥମ ମ୍ୟାଚରେ ମା’ ସମଲେଶ୍ୱରୀ ଇଲେଭେନ ଦଳ, ଅତାବିରା ହ୍ବାଇଟ ହର୍ଷକୁ ୪ ୱିକେଟରେ…
ଦିଗପହଣ୍ଡି ଓ ପାଟପୁର ଥାନାରେ ଜୁଭେଣ୍ଟିକା ସଚେତନତା
ଦିଗପହଣ୍ଡି,୮|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଓ ପାଟପୁର ଥାନା ପରିସରରେ ଶୁକ୍ରବାର ମହିଳା ଓ ଶିଶୁଙ୍କ ପ୍ରତି ଅପରାଧ ନିରାକରଣ ସମ୍ପର୍କିତ ଜୁଭେଣ୍ଟିକା ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଥିଲା। ସାଇବର ବିପଦରୁ ଛୋଟ ପିଲାଙ୍କୁ ଦୂରେଇ ରଖିବା ନେଇ…
କାର ଦୁର୍ଘଟଣାରେ ଜିଏନଏମ ଛାତ୍ରୀଙ୍କ ମୃତ୍ୟୁ
ଭବାନୀପାଟଣା,୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ବାଦଲି ଛକ ନିକଟରେ ଗୁରୁବାର ରାତିରେ ଏକ କାର ଦୁର୍ଘଟଣାରେ ଜଣେ ଜିଏନଏମ ଛାତ୍ରୀଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ୩ ଜଣ ଗୁରୁତର ହୋଇଛନ୍ତି। ମୃତ ଛାତ୍ରୀଙ୍କ ନାମ ଧରିତ୍ରୀ…
କିଶୋରୀଙ୍କୁ ଶିଖାଇଲେ ସାଇବର ସୁରକ୍ଷା ଥାନା ବୁଲିଲେ ପୋଲିସ …
ଦାରିଙ୍ଗବାଡି, ୮ ।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପରିସରରେ ଶୁକ୍ରବାର ଅପରାହ୍ନରେ ପୋଲିସ ପକ୍ଷରୁ ଜୁଭେଂଟିକା କାର୍ଯ୍ୟକ୍ରମ ଆଇଆଇସି ସଂଗ୍ରାମ କେଶରୀ ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଦାରିଙ୍ଗବାଡି ସିଡିପିଓ ସାରାଣୀ ପଣ୍ଡା ମୁଖ୍ୟ ଅତିଥିଭାବେ ଯୋଗଦାନ…
ପୋଲିସ-କିଶୋରୀ ସମ୍ପର୍କର ନୂଆ ଅଧ୍ୟାୟ: ଥୁଆମୂଳ ରାମପୁରରେ ‘ଜୁଭେଣ୍ଟିକା’ ଅଭିଯାନ
ଥୁଆମୂଳ ରାମପୁର, ୮ା୫ (ଦୁର୍ଗା କୀର୍ତ୍ତି) : ଓଡ଼ିଶା ପୋଲିସର ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା ଏବଂ ୟୁନିସେଫ୍ର ମିଳିତ ପ୍ରୟାସରେ ଶୁକ୍ରବାର ଥୁଆମୂଳ ରାମପୁର ଥାନାରେ ‘ଜୁଭେଣ୍ଟିକା’ – କିଶୋର କିଶୋରୀଙ୍କ ସହ ପୋଲିସର ସଚେତନତା କାର୍ଯ୍ୟକ୍ରମ…
କାଣ୍ଡେଲ ରୋଡ୍ ଷ୍ଟେଶନ ସମସ୍ୟା ସମାଧାନ ଦାବି
କେସିଙ୍ଗା, ୮ା୫ (ତୁମେଶ୍ୱର ସାହୁ)- ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କାଣ୍ଡେଲ ରୋଡ୍ ଷ୍ଟେଶନରେ ବିଭିନ୍ନ ସମସ୍ୟା ଯୋଗୁ ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପ୍ଲାଟଫର୍ମ ୧, ୨, ୩ ଓ ୪ରେ ପାନୀୟଜଳ ଷ୍ଟାଣ୍ଡପୋଷ୍ଟ ଭଗ୍ନ…
ଧାନ ବିକ୍ରି ପଞ୍ଜୀକରଣରୁ ବଞ୍ଚତ୍ତ ଚାଷୀଙ୍କ ରଣହୁଙ୍କାର
କୋକସରା,୮ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ବାରମ୍ବାର ଆନ୍ଦୋଳନ ସତ୍ତ୍ୱେ କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ମେଗା ଲିଫ୍ଟ ପ୍ରକଳ୍ପ ଅଞ୍ଚଳର କୋକସରା, ଜୟପାଟଣା ଓ ଧର୍ମଗଡ଼ ବ୍ଲକର ଚାଷୀ ରବିଧାନ ବିକ୍ରି ପଞ୍ଜୀକରଣରୁ ବଞ୍ଚତ୍ତ ହୋଇଛନ୍ତି। ଏହାର ପ୍ରତିବାଦରେ ଶୁକ୍ରବାର ଚାଷୀମାନେ ରାଜରାସ୍ତାରେ…
ଅନ୍ଲାଇନ ଟ୍ରେଡିଂ ନାଁରେ ୨୦.୫୦ ଲକ୍ଷ ଠକେଇ ଆନ୍ଧ୍ରରୁ ମାଷ୍ଟର ମାଇଣ୍ଡ ଗିରଫ
କୋରାପୁଟ, ୮ା୫(ଅମିତାଭ ବେହେରା)-ଅନ୍ଲାଇନ ଟ୍ରେଡିଂରେ ଅଧିକ ଲାଭ ଦେବା ଲୋଭ ଦେଖାଇ କୋରାପୁଟ ଜିଲା ଜୟପୁରର ଜଣେ ବ୍ୟକ୍ତିଙ୍କୁ ୨୦ଲକ୍ଷ ୫୦ ହଜାର ଟଙ୍କା ଠକେଇ କରାଯାଇଥିବା ମାମଲାରେ ମୁଖ୍ୟ ଅଭିଯୁକ୍ତଙ୍କୁ କୋରାପୁଟ ସାଇବର କ୍ରାଇମ ଓ ଇକନୋମିକ ଅଫେନ୍ସ ଥାନା…

