ଆମ ଜିଲା ଖବର

ଜୁଭେଣ୍ଟିକା ସେଲ୍‌ ଉଦ୍‌ଘାଟିତ ପୁରୁଷୋତ୍ତମପୁର ଥାନାକୁ ଶିଶୁମିତ୍ର ଥାନା ଭାବରେ ଗଢି ତୋଳିବା ଲକ୍ଷ୍ୟ

ପୁରୁଷୋତ୍ତମପୁର/ଶେରଗଡ଼/ଛତ୍ରପୁର/ ଆସିକା ୮ା୫ (ସବିତା ମିଶ୍ର/ ସୂର୍ଯ୍ୟ ନାରାୟଣ ଦାଶ/ଦିଲୀପ ମିଶ୍ର/ ସୁରେନ୍ଦ୍ର ନାଥ ସାହୁ) ଓଡିଶା ପୋଲିସ ପକ୍ଷରୁ ଶିଶୁଙ୍କ ସୁରକ୍ଷା ଲାଗି ଜୁଭେଣ୍ଟିକା ସେଲ୍‌କୁ ଭିଡିଓ କନଫେରେନ୍ସ ଡିଜିପି ୱାବି ଖୁରାନିଆ ଶିକ୍ରବାର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ…

ବିରଳ ଅସ୍ତ୍ରୋପଚାର: ଶିଶୁ ମୁଣ୍ଡରୁ କଢ଼ାଗଲା କାଠଖଣ୍ଡ, ଶିଶୁଙ୍କୁ ବଞ୍ଚାଇଦେଲେ…

ବ୍ରହ୍ମପୁର/ଦିଗପହଣ୍ଡି, ୮।୫(ସୁବାସ ଚନ୍ଦ୍ର ପାଢ଼ୀ/ଅଶେଷ ନାଥ ମିଶ୍ର): ନବରଙ୍ଗପୁର ଜିଲା ଉମରକୋଟ ଗ୍ରାମର ସଞ୍ଜିତ ହରିଜନଙ୍କ ପୁଅ ଓମ (୩) ଗତ ୨୮ ତାରିଖ ଅପରାହ୍ନରେ ଘର ସାମ୍ନାରେ ଥିବା ଗଛ ମୂଳେ ଖେଳୁଥିବା ବେଳେ ଆକସ୍ମିକ ଝଡ଼ ପବନ ହେବାରୁ…

ମା’ ବାମଦେଇ ଠାକୁରାଣୀ ଯାତ୍ରା ଆରମ୍ଭ ଉତ୍ସବମୁଖର ବମକୋଇ

ଦିଗପହଣ୍ଡି,୮ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବମକୋଇ ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ମା’ ବାମଦେଇ ଠାକୁରାଣୀଙ୍କ ୭ ଦିନିଆ ଯାତ୍ରା ମହୋତ୍ସବ ଶୁକ୍ରବାର ଆରମ୍ଭ ହୋଇଛି । ଯାତ୍ରା ନିମନ୍ତେ ଗାଁ ଉତ୍ସବ ମୁଖର ହୋଇଛି। ଗ୍ରାମର ବଡ଼ସାହି ସ୍ଥିତ…

ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ଶୁଭେନ୍ଦୁ ଯଜ୍ଞଙ୍କୁ ଆସିଛି ଡକରା

ବଞ୍ଚୋ,୮।୫(ପ୍ରଦୋଷ ବିଶ୍ୱାଳ): ପଶ୍ଚିମବଙ୍ଗରେ ଶନିବାର ଭାଜପା ସରକାର ଗଠନ କରିବ। ଶୁଭେନ୍ଦୁ ଅଧିକାରୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ବିଧାୟକ ଦଳ ବୈଠକ ପରେ ସ୍ବରାଷ୍ଟ ମନ୍ତ୍ରୀ ଅମିତ୍‌ ଶାହ ଏହି ଘୋଷଣା କରିଛନ୍ତି। ଶପଥ ଗ୍ରହଣ ଉତ୍ସବରେ ସାମିଲ…

ସର୍ବସମ୍ମୁଖରେ ଠେଙ୍ଗାରେ ପିଟି ଯୁବକକୁ ହତ୍ୟା

ଟେନସା,୮।୫(ସମୀର କୁମାର ପାଢୀ): ଭୋଜି ଭାତ ଚାଲିଥିବା ବେଳେ ସାମାନ୍ୟ ବଚସାକୁ ନେଇ ସର୍ବ ସମ୍ମୁଖରେ ଠେଙ୍ଗାରେ ପିଟିପିଟି ଯୁବକଙ୍କୁ ହତ୍ୟା କରିବା ଘଟଣା ଏବେ କୋଇଡା ଖଣି ଅଞ୍ଚଳରେ ଛାଞ୍ଚଲ୍ୟ ସୃଷ୍ଟି କରିଛି । ଏହିପରି ଘଟଣା ଘଟିଛି ସୁନ୍ଦରଗଡ଼…

ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା

ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର ପୌରପରିଷଦର ୧, ୨, ୩, ୫, ୬, ୮, ୯, ୧୦, ୧୧,…

ସୌମ୍ୟରଞ୍ଜନ ହତ୍ୟା ମାମଲା: ରାସ୍ତା ଅବରୋଧ କଲେ ଗ୍ରାମବାସୀ

ନିଆଳି,୮।୫: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିଅନ୍ତାରେ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ପିଟିପିଟି ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ଏହାରେ ପ୍ରତିବାଦରେ ଶୁକ୍ରବାର ମୌଜପୁର ଗ୍ରାମବାସୀ ଫୁଲନଖରା-ନିଆଳି ରାସ୍ତା ଅବରୋଧ କରିଛନ୍ତି। ଫଳରେ ରସ୍ତାରେ ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଛି। ଅନ୍ୟପକ୍ଷେ ହତ୍ୟାକାଣ୍ଡରେ ସମ୍ପୃକ୍ତ…

ସ୍କୁଟିକୁ ଧକ୍କାଦେଲା ‘ଆମ ବସ୍‌’

ସମ୍ବଲପୁର,୮ା୫(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲା ଥାନା ଅନ୍ତର୍ଗତ ପିସି ବ୍ରିଜ୍‌ ନିକଟରେ ଜାତୀୟ ରାଜପଥ(୫୩) ଉପରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦୁର୍ଘଟଣାରେ ବୁର୍ଲାର ସୁରେନ୍ଦ୍ର ମହାନନ୍ଦ ନାମକ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇ ବୁର୍ଲା ଭୀମ୍‌ସାରେ…

ବାଣ୍ଟିଲେ ନାହିଁ, ବର୍ଷାପାଣିରେ ଭିଜିଲା ଛାତ୍ରୀଛାତ୍ରଙ୍କ ପାଠ୍ୟପୁସ୍ତକ

କଣାସ,୮ା୫(ବିଭୂତି ଭୂଷଣ ତ୍ରିପାଠୀ): କେନ୍ଦ୍ର ଓ ରାଜ୍ୟ ସରକାର ୧ମ ଶ୍ରେଣୀରୁ ୮ମ ଶ୍ରେଣୀ ପିଲାଙ୍କ ପାଇଁ ମାଗଣାରେ ପାଠ୍ୟପୁସ୍ତକ, ପୋଷାକ ଆଦି ଯୋଗାଇ ଦେଉଥିବାବେଳେ ମଧ୍ୟାହ୍ନଭୋଜନ ବ୍ୟବସ୍ଥା କରିଛନ୍ତି। ତେବେ ୨ ମାସ ହେଲା ଚଳିତ ଶିକ୍ଷା ବର୍ଷ ଆରମ୍ଭ…

ଶ୍ୱଶୁରଘର ପିଣ୍ଡାରେ ଝୁଲୁଛି ଜ୍ୱାଇଁଙ୍କ ମୃତଦେହ, ସ୍ତ୍ରୀ-ଝିଅଙ୍କୁ ନେବାକୁ ଆସି…

ବାସୁଦେବପୁର,୮ା୫(କାଳୀପଦ ରାୟ): ଭଦ୍ରକ ସଦର ବ୍ଲକ ଅଧୀନ ସାବରଙ୍ଗ ପଞ୍ଚାୟତର ରାଉତ ସାହିରେ ଶ୍ୱଶୁର ଘର ପିଣ୍ଡାରେ ସନ୍ଦେହ ଜନକ ଅବସ୍ଥାରେ ଝୁଲୁଥିବାର ଦେଖିବାକୁ ମିଳିଛି। ସେ ହେଲେ ବାଲେଶ୍ୱର ଜିଲା ସିମୁଳିଆ ଥାନା ଅଧୀନ ବାଲି ହେନ୍ତି ଗ୍ରାମର ବେଣୁଧର…

ବଲାଙ୍ଗୀରରେ ଜିତୁ ମୁଣ୍ଡା ଭଳି ଘଟଣା, ସ୍ତ୍ରୀର ମୃତ୍ୟୁ ପରେ ଟଙ୍କା ଉଠାଇ ପାରୁ ନାହାନ୍ତି ସ୍ବାମୀ

ଲାଠୋର,୮।୫(ଭୁବନେଶ୍ୱର ବାରିକ): କେନ୍ଦୁଝର ଜିଲାର ଜିତୁ ମୁଣ୍ଡା ଘଟଣା ସାରା ଦେଶରେ ହଇଚଇ ସୃଷ୍ଟି କରିଥିଲା । ବ୍ୟାଙ୍କରୁ ଟଙ୍କା ଉଠାଣ ପାଇଁ ନିଜ ମୃତା ଭଉଣୀଙ୍କ କଙ୍କାଳ ଧରି ବ୍ୟାଙ୍କକୁ ଯାଇଥିଲେ । ଘଟଣା ଲୋକଲୋଚନକୁ ଆସିବା ପରେ ଜିତୁ…

ନାରୀଙ୍କୁ ସୁରକ୍ଷା, ନାରୀଙ୍କୁ ସମ୍ମାନ ଦାବିରେ ଏକାଠି ହେଲେ ଶତାଧିକ ମହିଳା, ବିରୋଧୀଙ୍କ କୁଶପୁତ୍ତଳିକା ଦାହ କରି…

ପାଟଣା,୮ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଣ୍ଡଳ ଭାଜପା ପକ୍ଷରୁ ଶୁକ୍ରବାର ଜନଆକ୍ରୋଶ ମହିଳା ସମାବେଶ ରାଲି ପାଟଣା ମୁଖ୍ୟାଳୟ ଆନନ୍ଦେଶର ଶିବ ମନ୍ଦିରରୁ ବାହାରି ବଜାରପରିକ୍ରମା କରି ବ୍ଲକ ପର୍ଯ୍ୟନ୍ତ ଯାଇଥିଲା। ନାରୀ ସୁରକ୍ଷା ନାରୀ ସମ୍ମାନ ଆମର ଦାବି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?