ଆମ ଜିଲା ଖବର

ଜିଲାପାଳଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ପ୍ରୋଭିଜନାଲ ପେନସନ ପ୍ରଦାନ କର…

ହାଟଡିହୀ/ଛେନାପଦୀ,୫।୫(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ପୂର୍ବତନ କାର୍ଯ୍ୟନିର୍ବାହୀ ଅଧିକାରୀ ନରହରି ନାୟକଙ୍କୁ ପ୍ରୋଭିଜନାଲ ପେନସନ ପ୍ରଦାନ କରିବା ପାଇଁ ମାନ୍ୟବର ଓଡିଶା ହାଇକୋର୍ଟ ଚଳିତ ମାସ ଗତ ୧ ତାରିଖରେ କେନ୍ଦୁଝର ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।…

ଥୁଆମୂଳ ରାମପୁରରେ ଯନ୍ତ୍ରୀଙ୍କ ‘ଜାଲ୍‌’ ବିଲ୍‌ ଆତ୍ମସାତ ଚିଠା : ବିନା କାମରେ କୋଟି କୋଟି ଟଙ୍କା ଲୁଟ୍‌, ଭିଜିଲାନ୍ସ ତଦନ୍ତ ଦାବି

ଥୁଆମୂଳ ରାମପୁର, ୫ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ସରକାରୀ ଯୋଜନାର କାର୍ଯ୍ୟାନ୍ୱୟନକୁ ନେଇ ସାଂଘାତିକ ଅନିୟମିତତା ଅଭିଯୋଗ ସାମ୍ନାକୁ ଆସିଛି। ବ୍ଲକର କିଛି କନିଷ୍ଠ ଯନ୍ତ୍ରୀଙ୍କ ମନମୁଖୀ କାର୍ଯ୍ୟକଳାପ ଏବଂ ସରକାରୀ ଅର୍ଥର ଅପବ୍ୟବହାରକୁ ନେଇ…

କୋଟିଆରେ ସ୍ଥାପନ ହେଲା ଦେବୀ ସୁଭଦ୍ରାଙ୍କ ରଥର ଚକ

କୋରାପୁଟ/ ପଟାଙ୍ଗି , ୫/୫(ଅମିତାଭ ବେହେରା/ ଶରତ ଧଳ ) ମଙ୍ଗଳବାର ପୂର୍ବାହ୍ନରେ କୋରାପୁଟ ଜିଲାର ସୀମାନ୍ତ କୋଟିଆ ଜଗନ୍ନାଥ ମନ୍ଦିରରେ ଦେବୀ ସୁଭଦ୍ରାଙ୍କ ରଥର ଚକ ସ୍ଥାପନ କରାଯାଇଛି।ରାଜ୍ୟ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ,ରାଜ୍ୟ ଆଇନ,…

ନ୍ୟାୟ ପାଇଁ ଧାରଣାରେ ବସିଥିବା ଯୁବତୀଙ୍କୁ ହତ୍ୟା ବଞ୍ଚାଇ ପାରିଲାନି ପୋଲିସ, ଦିଅର ଅଟକ

ହିଞ୍ଜିଳିକାଟୁ, ୫।୫(ଦ୍ବିତୀକୃଷ୍ଣ ପଣ୍ଡା): ପ୍ରେମ ବିବାହ କରି ନିଜ ଅଧିକାର ପାଉ ନଥିବା ଜଣେ ଯୁବତୀ ୨ବର୍ଷିୟା ଶିଶୁକନ୍ୟାକୁ ଧରି ଶାଶୁଘର ଆଗରେ ଧାରଣା ଦେଇଥିବା ବେଳେ ହତ୍ୟାର ଶିକାର ହୋଇଛନ୍ତି। ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅଧୀନ ଖରିଡ଼ା ଗ୍ରାମରେ…

ବଜ୍ରପାତ ନେଲା ଜୀବନ

ନନ୍ଦପୁର,୫।୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ(ଲମତାପୁଟ ବ୍ଲକ) ବନମାଳୀପୁଟ ପଞ୍ଚାୟତ ସଦର ମହକୁମାରରେ ମଙ୍ଗଳବାର ବଜ୍ରପାତ ଘଟି ଗୋଟିଏ ଗାଈ ଏବଂ ଗୋଟିଏ ବଳଦର ମୃତ୍ୟୁ ଘଟିଛି। ଗାଈଟି ଭିମାରିପୁଟ ଗ୍ରାମର ରାମଚନ୍ଦ୍ର କିର୍ଶାନୀଙ୍କ ହୋଇଥିବା ବେଳେ…

ବିଜୁ ଜନତାଦଳ ରାଜ୍ୟ ସମ୍ପାଦକ ହେଲେ ବିପ୍ଳବ: ଦିଗପହଣ୍ଡିରେ ଦଳୀୟ କର୍ମୀ ଉଲ୍ଲସିତ

ଦିଗପହଣ୍ଡି,୫|୫(ଅଶେଷ ନାଥ ମିଶ୍ର) ବିଜୁ ଜନତାଦଳ ରାଜ୍ୟ ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ରାଜ୍ୟ ଦଳୀୟ ସଙ୍ଗଠନ ର ପୁନର୍ବିନ୍ୟାସ କରିବା ସହ ବିପ୍ଳବ ପାତ୍ର ଙ୍କୁ ରାଜ୍ୟ ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରିଛନ୍ତି। ବିପ୍ଳବଙ୍କ…

ରତିକାନ୍ତଙ୍କୁ ଗୁରୁଦାୟିତ୍ୱ ଦେଲା ବିଜେଡି: କହିଲେ…

ବଞ୍ଚୋ,୫।୫(ପ୍ରଦୋଷ କୁମାର ବିଶ୍ୱାଳ): ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଅଫିସ ଆର୍ଡର ନଂ ୩୬, ତାରିଖ ୦୫/୦୫/୨୦୨୫ ଅନୁଯାୟୀ ରାଜ୍ୟର ବିଭିନ୍ନ ପଦବୀ ପାଇଁ ନୂତନ ନିଯୁକ୍ତି ଘୋଷଣା କରାଯାଇଛି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଆନନ୍ଦପୁର ନିର୍ବାଚନମଣ୍ଡଳୀ…

ଅବସରପ୍ରାପ୍ତ ଶିକ୍ଷକଙ୍କୁ ୨ ବର୍ଷ ଜେଲ ଦଣ୍ଡ: ରାୟ ଶୁଣାଇଲେ ଭିଜିଲନ୍ସ କୋର୍ଟ

ଗୁଣପୁର,୫।୫( ସୁଜାତା ପାଢ଼ୀ): ରାୟଗଡା ଜିଲା ଡୁକୁମ କଲ୍ୟାଣ ବିଭାଗର ପୂର୍ବତନ ଶିକ୍ଷକ ୟୁ.ରାଜେନ୍ଦ୍ର ପାତ୍ରଙ୍କୁ ଜୟପୁର ଭିଜିଲାନସ ସ୍ବତନ୍ତ୍ର ଅଦାଲତ ବିଚାରପତି ଆୟବର୍ହିଭୂତ ସମ୍ପତି ଠୁଳ ମାମଲାରେ ୨ ବର୍ଷ ଜେଲ ଦଣ୍ଡ ସହ ୫୦ ହଜାର ଟଙ୍କାର ଜରିମାନା…

ପ୍ରକଳ୍ପ ଜିଲାର ବଡ଼ ପରିବର୍ତ୍ତନ ଆଣିବ: ମନ୍ତ୍ରୀ

ମାଲକାନଗିରି,୫ା୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟରେ ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଏବଂ ପାନୀୟ ଜଳ ମନ୍ତ୍ରୀ ରବି ନାରାୟଣ ନାୟକ ଜିଲା ପାଇଁ ମୋଟ ୮୪୩ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ମଙ୍ଗଳବାର ଶୁଭାରମ୍ଭ କରିଛନ୍ତି। ଏଥିରୁ ୩୧୮.୯୨…

ରାଜ୍ୟସ୍ତରୀୟ ପ୍ରାଥମିକ ଆଚାର୍ଯ୍ୟ ପ୍ରଶିକ୍ଷଣ: ଛାତ୍ରୀଛାତ୍ରଙ୍କ ଶୃଙ୍ଖଳା ଓ ପ୍ରତିଭା ବିକାଶକୁ ଗୁରୁତ୍ୱ

ଦିଗପହଣ୍ଡି,୫।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ରାଜ୍ୟ ବିଦ୍ୟା ଭାରତୀ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ମଙ୍ଗଳବାରଠାରୁ ୧୦ ଦିନବ୍ୟାପୀ ରାଜ୍ୟ (ସମ୍ଭାଗ) ସ୍ତରୀୟ ପ୍ରାଥମିକ ଆଚାର୍ଯ୍ୟା ଆଚାର୍ଯ୍ୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ହୋଇଯାଇଛି…

ବିଭିନ୍ନ ସମସ୍ୟାର ସମାଧାନ ପାଇଁ ବ୍ଲକ ଅଧ୍ୟକ୍ଷାଙ୍କୁ ଭେଟିଲେ ଗ୍ରାମବାସୀ: ଦେଲେ ଦାବିପତ୍ର

ଅମରପାଲି,୫।୫(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ଗ୍ରାମ ପଞ୍ଚାୟତର ଭୁତିଆପାଲି ଗ୍ରାମବାସୀ ଗ୍ରାମର ବିଭିନ୍ନ ସମସ୍ୟାର ସମାଧାନ ପାଇଁ ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷାଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ଗୋଟିଏ ୱାର୍ଡ ବିଶିଷ୍ଟ ଭୁତିଆପାଲି ଗ୍ରାମରେ ପ୍ରାୟ ୮…

କଲ୍ୟାଣସିଂହପୁର ଲ୍ୟାମ୍ପ୍‌ସରେ ଦୁର୍ନୀତି ଅଭିଯୋଗ: ପରିଚାଳନା ନିର୍ଦ୍ଦେଶକଙ୍କୁ ଦାୟିତ୍ୱରୁ ହଟାଗଲା

ଗୁଣପୁର,୫।୫( ସୁଜାତା ପାଢ଼ୀ/ସଂକେତ ପାତ୍ର): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଲ୍ୟାମ୍ପ୍‌ସରେ ଆର୍ଥିକ ଅନିୟମିତତା ଅଭିଯୋଗ ଆସିଛି। ଚାଷୀମାନଙ୍କ ଜମା ଟଙ୍କା ଲ୍ୟାମ୍ପ୍‌ସ ପରିଚାଳନା ନିର୍ଦ୍ଦେଶକ ତାରିଣୀ ପ୍ରସାଦ ତ୍ରିପାଠୀ ହଡ଼ପ କରିଥିବା ଅଭିଯୋଗ ହୋଇଛି । ଶନିବାର ଏଆରସିଏସ୍‌ କାର୍ଯ୍ୟାଳୟ ଟିମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?