ଆମ ଜିଲା ଖବର

ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖି ଯାଇଥିଲେ, ଶବ ହୋଇ ଫେରିଲେ… ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଲୋଇସିଂହା,୧୩।୪(ସୁଶାନ୍ତ ବାରିକ): ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖିଯିବା ହେଲା କାଳ। ଶୁକ୍ରବାର ରାତିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟେନପାଲି ନିକଟରେ ଏକ ଅଜଣା ଗାଡି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ହେଲେ ବଲାଙ୍ଗୀର ଜିଲା ଲୋଇସିଂହା…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା ଅଭିନବ ଢଙ୍ଗରେ ପ୍ରାୟ ୭ ଲକ୍ଷ ଟଙ୍କାର ଦାମୀ ସମ୍ବଲପୁରୀ ଶାଢ଼ି ଚୋରାଇ…

ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର ତାମିଲିଗୁଡା ନିକଟରେ କୁଲକା ରାମୁଲୁ (ବୟସ ପ୍ରାୟ ୬୦-୬୫ ବର୍ଷ)ଙ୍କ ମୃତ୍ୟୁ ଘଟିଛି।…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ ତାଣ୍ଡି ରାଜ୍ୟ ସଭାପତି ମନମୋହନ ସାମଲ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ସାଂସଦ…

ମାଟି ତଳେ ଲୁଚାଇ ରଖିଥିଲେ ୨କୋଟି ଟଙ୍କାର ଗଞ୍ଜେଇ, ଧରିଲା ପୋଲିସ

ମୋହନା,୧୩।୪(ମନ୍ମଥ ମିଶ୍ର): ଜଙ୍ଗଲରେ ଲୁଚାଇ ରଖାଯାଇଥିବା ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ରା.ଉଦୟଗିରି ପୋଲିସ। ବିଶେଷ ସୂତ୍ରରୁ ଖବର ପାଇ ସୋମବାର ରା. ଉଦୟଗିରି ଏସ୍‌ଡ଼ିପିଓ ରାକେଶ କୁମାର ସାହୁଙ୍କ ନେତୃତ୍ୱରେ ରା. ଉଦୟଗିରି ଥାନା ଅଧିକାରୀଙ୍କ ସହ ପୋଲିସ…

ଚାଷୀଙ୍କ ଧାରଣାକୁ ପୂରିଲା ୩୫ଦିନ: ଏବେ ନ୍ୟାୟିକ ସହଯୋଗ କରିବ ଜିଲା ଓକିଲ ସଂଘ

ବରଗଡ଼,୧୩।୪(ପ୍ରେମାନନ୍ଦ ଖମାରୀ): ରବିଧାନ ଅମଳ ଆଉମାତ୍ର ୨ସପ୍ତାହ ପରେ ଆରମ୍ଭ ହୋଇଯିବ। ହେଲେ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ହୋଇଥିବା ଧାନ ବିକ୍ରି କରି ପାରିନାହାନ୍ତି। ବିଭାଗୀୟ ଅବହେଳା ଯୋଗୁ ସେମାନେ ଧାନବିକ୍ରି ପଞ୍ଜୀକରଣରୁ ବଞ୍ଚିତ…

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ସରିଲା ଯୁକ୍ତ ୩ ପରୀକ୍ଷା: ଫଳାଫଳକୁ ଅପେକ୍ଷା

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ଗତ ୪ ତାରିଖରୁ ଆରମ୍ଭ ହୋଇଥିବା ଯୁକ୍ତ ୩ କଳା, ବାଣିଜ୍ୟ, ବିଜ୍ଞାନ ପରୀକ୍ଷା ସୋମବାର ସରିଛି। ଖୁବଶୀଘ୍ର ପରୀକ୍ଷା ଖାତା ମୂଲ୍ୟାୟନ ହେବ। ମେ ମାସ ମଧ୍ୟରେ ହିଁ ପରୀକ୍ଷାଫଳ ପ୍ରକାଶନ ଲକ୍ଷ୍ୟ…

ଗତକାଲି ହଠାତ୍‌ ଘରୁ ନିଖୋଜ ହୋଇଯାଇଥିଲେ ୧୦ମ ଶ୍ରେଣୀ ଛାତ୍ରୀ, ଆଜି ଜଙ୍ଗଲରୁ ଉଦ୍ଧାର ହେବା ପରେ…

ଦିଗପହଣ୍ଡି,୧୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁରୁ ୧୦ମ ଶ୍ରେଣୀ ପରୀକ୍ଷା ଦେଇଥିବା ଜଣେ ୧୬ ବର୍ଷୀୟା ଛାତ୍ରୀ ରବିବାର ଘରୁ ହଠାତ୍‌ ନିଖୋଜ ହୋଇଯାଇଥିଲେ। ପରିବାର ଲୋକେ ବହୁ ଖୋଜାଖୋଜି କରିବା ପରେ ମଧ୍ୟ…

ଦଣ୍ଡନାଚରେ ଲଙ୍କା ଦହନ ବେଳେ ଅଘଟଣ, ଗଛ ଉପରେ ଚଢି ଅଚେତ ହୋଇପଡ଼ିଲେ ହନୁମାନ

ବୁଗୁଡ଼ା,୧୩ା୪(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧୀନ ସଂକୁରୁ ଗ୍ରାମରେ ଦଣ୍ଡନାଚରେ ଲଙ୍କା ଦହନ ବେଳେ ଅଘଟଣ ଘଟିଛି। ରାମାୟଣ ପରିବେଷଣ ବେଳେ ଗଛ ଉପରେ ଚଢି ଅଭିନୟ କରୁଥିବା ହନୁମାନ ଅଚେତ ହୋଇପଡ଼ିଲେ। ସଂକୁରୁ ଗ୍ରାମର ବଡ଼ ଦାଣ୍ଡରେ…

କୀର୍ତ୍ତନ ଦାସଙ୍କ ଉପରେ ଭରସା କଲା ଭାଜପା, ଦେଲା ଏହି ଗୁରୁଦାୟିତ୍ୱ: ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଗଞ୍ଜାମ,୧୩।୪(ଅନାଥ ତରାଇ): ଭାରତୀୟ ଜନତା ପାର୍ଟିର ଜଣେ ଦକ୍ଷ ତଥା ନିଷ୍ଠାପର ସଂଗଠକ ଭାବେ ପରିଚିତ କୀର୍ତ୍ତନ ଦାସଙ୍କୁ ଦ୍ୱିତୀୟଥର ପାଇଁ ଗଞ୍ଜାମ ଜିଲା ଭାଜପା ଅନୁସୂଚିତ ଜାତି ମୋର୍ଚ୍ଚାର ଜିଲା ସଭାପତି ଭାବେ ନିଯୁକ୍ତି ମିଳିଛି। ତାଙ୍କ କାର୍ଯ୍ୟଦକ୍ଷତା ଓ…

ଭଞ୍ଜନଗର ବ୍ଲକ ଓଷ୍ଟାର ନୂତନ କର୍ମକର୍ତ୍ତା ମନୋନୀତ: ଜାଣନ୍ତୁ ସେମାନେ ସବୁ କିଏ…

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପିଏମଶ୍ରୀ ୟୁ. ବି. ହାଇସ୍କୁଲଠାରେ ବ୍ଲକର ଓଷ୍ଟା ଖବରଦାତା ସମ୍ମିଳନୀ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଭାପତି ଦିଲ୍ଲୀପ କୁମାର ସ୍ବାଇଁ ଅଧ୍ୟକ୍ଷତା କରିଥିଲେ। ଜିଲା ସଭାପତି ସନ୍ତୋଷ କୁମାର ଜେନା, ସମ୍ପାଦକ ବିଜୟ…

ଭାଜପା ଏସସି ମୋର୍ଚ୍ଚା ଜିଲା ସଭାପତି ଘୋଷଣା: ଗନ୍ଧମାର୍ଦ୍ଦନ ଉପରେ ପୁଣି ଭରସା କଲା ଭାଜପା

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଭାଜପା ଅନୁସୂଚିତ ଜାତି (ଏସ୍‌ସି) ମୋର୍ଚ୍ଚା ଜିଲା ସଭାପତି ସୋମବାର ଘୋଷଣା ହୋଇଛି। ଏଥିରେ ଭାଜପା ଭଞ୍ଜନଗର ସାଂଗଠନିକ ଜିଲା (ଘୁମୁସର) ଏସସି ମୋର୍ଚ୍ଚା ସଭାପତି ଭାବେ ଗନ୍ଧମାର୍ଦ୍ଦନ ସେଠୀ ଦ୍ୱିତୀୟ ଥର ପାଇଁମନୋନିତ ହୋଇଥିବା ବେଳେ ଭାଜପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?