ମାଲକାନଗିରି କୋର୍ଟର ବଢ଼ିଲା ସୁରକ୍ଷା ବ୍ୟବସ୍ଥା
ମାଲକାନଗିରି,୧୩ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କୋର୍ଟକୁ ଏକ ଅଜ୍ଞାତ ମେଲ୍ରୁ ସୋମବାର ବୋମା ଧମକ ମିଳିଛି। କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ ମିଳିବା ପରେ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ଏହାପରେ ସୁରକ୍ଷା ଦୃଷ୍ଟିରୁ ତୁରନ୍ତ କୋର୍ଟ ପରିସରକୁ ଖାଲି କରିଦିଆଯାଇଥିବା…
ସ୍ତ୍ରୀଙ୍କୁ ହତ୍ୟା ପରେ ପାଇଖାନା ଟାଙ୍କିରେ ଲୁଚେଇ ରଖିଥିଲେ ସ୍ବାମୀ ଗୁମର ଖୋଲିଲା ୪ ବର୍ଷର ପୁଅ
ରାଇଘର,୧୩।୪ (କିରଣ ପଟ୍ଟନାୟକ): ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କରିବା ପରେ ପ୍ରମାଣ ଲୁଚାଇବାକୁ ଯାଇ ସ୍ବାମୀ ଜଣକ ଏକ ପାଇଖାନା ଟାଙ୍କିରେ ମୃତଦେହକୁ ଲୁଚେଇ ରଖିଥିଲେ। ବାପାଙ୍କ ଏଭଳି ଜଘନ୍ୟ କାମକୁ ୪ ବର୍ଷର ପୁଅ ସହି ନ ପାରି…
କଫସିରପ ଚାଲାଣର ପର୍ଦ୍ଦାଫାଶ କଲା ଦୁର୍ଘଟଣା, ତଳେ ପଡି ଗୋଟାଉଥିବା ବେଳେ ମାଡିବସିଲେ ଲୋକେ
ବଲାଙ୍ଗୀର,୧୩।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଦିନକୁ ଦିନ କଫସିରଫ ବେପାର ବଢିବାରେ ଲାଗିଛି l କଫସିରପ ମାଫିଆମାନେ ବିଭିନ୍ନ ସମୟରେ ବଡ଼ ବଡ଼ ଚାରିଚକିଆ ଦାମୀ ଗାଡ଼ିରେ କଫସିରପ ପାର୍ କରୁଥିବାବେଳେ ଗାଡି ଗୁଡ଼ିକ ପୋଲିସ ହାତରେ ଧରାପଡୁଛି।…
ରାସ୍ତା କଡ଼ରୁ ମିଳିଲା ମଣିଷ କଙ୍କାଳ, ଧଳା ଅଖାରେ କିଏ ଫିଙ୍ଗିଲା?
ବାରଙ୍ଗ,୧୩।୪(ଲିଙ୍ଗରାଜ ରାଉତ): ଖୋର୍ଦ୍ଧା ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ଷଣ୍ଢପୁର ଗ୍ରାମ ନିକଟରେ ଚାଞ୍ଚଲ୍ୟ । ସୋମବାର ଦିନ ନିକଟସ୍ଥ ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତା କଡ଼ରୁ ମଣିଷ କଙ୍କାଳକୁ ଜବତ କରିଛି ପୋଲିସ । ତେବେ ଏହା କାହାର…
ଡାବୁଗାଁ ବନ ବିଭାଗର ଚଢାଉ: କଲରାପତରିଆ ବାଘ ଛାଲ ଜବତ, ୫ ଗିରଫ
ନବରଙ୍ଗପୁର,୧୩।୪( ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଡାବୁଗାଁ ବନ ବିଭାଗକୁ ସୋମବାର ଏକ ବଡ଼ ସଫଳତା ମିଳିଛି । ନବରଙ୍ଗପୁର ବନଖଣ୍ଡ ଅଧିକାରୀ ଶୁଭେନ୍ଦୁ ପ୍ରାସାଦ ବେହେରାଙ୍କ ନିର୍ଦ୍ଦେଶ କ୍ରମେ ଡାବୁଗାଁ ବନ ବିଭାଗ ଡାବୁଗାଁ ବ୍ଲକ ସଦର ମହକୁମା ନିକଟ…
ବେପରୁଆ ଗାଡ଼ି ଚାଳନା; ଭାରସାମ୍ୟ ହରାଇ ଲିମ୍ବ ଗଛରେ ପିଟିହେଲା ହାଇଓ୍ବା, ତାପରେ….
ବଲାଙ୍ଗୀର,୧୩ା୪( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଖୁଜେନ୍ ପାଲି ରାସ୍ତାରେ ହାଇଓ୍ବା ଦୁର୍ଘଟଣା । ରବିବାର ବିଳମ୍ବିତ ରାତିରେ ଦ୍ରୁତଗତିରେ ଆସି ଖୁଜେନ ପାଲି ଦେଇ ବଲାଙ୍ଗୀରକୁ ଆସୁଥିବା ବେଳେ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା…
ଦଣ୍ଡନାଚରେ ଗୋଷ୍ଠୀ ସଂଘର୍ଷ: ଗୋଟିଏ ପରିବାରର ୩ ଜଣଙ୍କୁ
ଆସିକା,୧୩।୪(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ଖଣ୍ଡଦେଉଳି ଗ୍ରାମରେ ଶନିବାର ରାତିରେରେ ଦଣ୍ଡନାଚ ଚାଲିଥିଲା ବେଳେ ଗଣ୍ଡଗୋଳ ହୋଇଥିଲ। ଏହି ଗଣ୍ଡଗୋଳରେ ଗୋଟିଏ ପରିବାରର ୩ ଜଣ ଆହତ ହୋଇଥିବା ଜଣାପଡିଛି। ସେମାନେ ହେଲେ ସେହି ଗ୍ରାମର…
ବୃଦ୍ଧି ପାଉଛି ତାପମାତ୍ରା : ପଥଚାରୀଙ୍କୁ ପଣା ବଣ୍ଟନ କଲେ ଛାତ୍ରୀଛାତ୍ର
ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ରଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟରେ ସୋମବାର ଜଳଛତ୍ର ଖୋଲାଯାଇ ପଥଚାରୀଙ୍କୁ ପଣା ବଣ୍ଟନ କରାଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଡକ୍ଟର ଦିଲ୍ଲୀପ କୁମାର ଖୁଣ୍ଟିଆଙ୍କର ତତ୍ତ୍ୱାବଧାନରେ ଏବଂ ସହକାରୀ ପ୍ରଫେସର ସସ୍ମିତା ବେହେରାଙ୍କର ସହଯୋଗରେ…
ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ
ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ ଡ.ପ୍ରମୋଦ କୁମାର ପୃଷ୍ଟି , ଆରକ୍ଷୀ ଅଧୀକ୍ଷକ ଗଞ୍ଜାମ ଶୁଭେନ୍ଦୁ କୁମାର…
କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ
କଳିଙ୍ଗନଗର,୧୩।୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି ପୋଲିସ । ମୃତ ସୋମ୍ୟସାଗରଙ୍କ ପତ୍ନୀ ଶୁଭଶ୍ରୀଙ୍କ ସମେତ ମୋଟ ୫ଜଣଙ୍କୁ ଗିରଫ…
ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଜଳିଗଲା ବୁଲେଟ୍, କେମିତି ଲାଗିଲା ନିଆଁ?
ବଲାଙ୍ଗୀର,୧୩।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଅଭାବନୀୟ ଘଟଣା । ଜଣେ ଓକିଲ ତାଙ୍କ ବୁଲେଟ୍ ରଖି ରେକର୍ଡ ରୁମକୁ ଯାଇଥିବା ବେଳେ ହଠାତ୍ ବୁଲେଟରେ ନିଆଁ ଲାଗି ଯାଇଥିଲା । ହୁତୁହୁତୁ ହୋଇ ବୁଲେଟ୍ ଗାଡ଼ି ଜଳି…
ବନ୍ଧାହେଲେ କୁବେର ଗୁଡାରି ରେଞ୍ଜର
ଗୁଡାରି,୧୩।୪(ପ୍ରମୋଦ କୁମାର ପତି): ଗୁଡାରି ରେଞ୍ଜର ସୁକୁମାର ଦୁଖୁ ରବିବାର ରାତିରେ ଓଡିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଗୁଡାରି ରେଞ୍ଜର ନିଜ ଅଫିସ ଗାଡ଼ି (ବୋଲେରୋ OD ୧୮K ୭୦୪୧)ରେ ଗୁଡାରିରୁ ନବରଙ୍ଗପୁରର ସେନାପତି ଷ୍ଟ୍ରିଟ୍ସ୍ଥିତ ତାଙ୍କ ବାସଭବନକୁ ଯାତ୍ରା…

