ଆମ ଜିଲା ଖବର

ମଣ୍ଡିକୁ ଧାନ ଆସି ଫେରିଲା

ଯାଜପୁର ଅଫିସ,୯ା୬:ଯାଜପୁର ଜିଲାରେ ଗତ ୨୧ ତାରିଖରୁ ରବି ଧାନ କିଣା ଆରମ୍ଭ ହୋଇଛି। ହେଲେ ଏହି କାରବାରରେ ବ୍ୟାପକ ଅନିୟମିତତା ଦେଖାଦେଇଛି। ଟୋକନ ମିଳିଛି, ମୋବାଇଲକୁ ଏସ୍‌ଏମ୍‌ଏସ୍‌ ଆସିଛି। ହେଲେ ଧାନ ବିକ୍ରି କରିବାକୁ ଆସିଥିବା ଚାଷୀଙ୍କୁ ଫେରାଇ ଦିଆଯାଇଛି।…

ନୂଆ ରୂପ ନେବ କୋଇଲା ନଗରୀ

ଅନୁଗୋଳ ଅଫିସ, ୯ା୬ ଅମିତ କୁମାର ସାମଲ – କଳାହୀରାର ସହର ତାଳଚେରର ହେବ ନବକଳେବର। ନୂଆରୂପ ପାଇବ କୋଇଲା ନଗରୀ। ଆଖି ଝଲସାଇଦେଲା ଭଳି କରାଯିବ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ। ହେଲ୍‌ଥ ସହ ହେରିଟେଜ୍‌ କରିଡର, ଅତ୍ୟାଧୁନିକ ଷ୍ଟାଡିୟମ, ପ୍ରଜାମଣ୍ଡଳ ଭବନର…

ଡରାଇଲାଣି ଲଘୁଚାପ, ୧୧ରୁ ସମୁଦ୍ର ମନା

ଭୋଗରାଇ, ୯।୬(ଡି.ଏନ.ଏ.)-ସାମୁଦ୍ରିକ ଝଡ଼ ‘ୟାସ୍‌’ର ଭୟଙ୍କର ଦୃଶ୍ୟ ମନରୁ ଲିଭି ନ ଥିବା ବେଳ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ବଳୟ ସୃଷ୍ଟି ହୋଇ ପ୍ରବଳ ଝଡ଼ବର୍ଷା ହେବାର ପାଣିପାଗ ଦପ୍ତର ସୂଚନା ଦେବାରୁ କୂଳବାସୀ ଭୟଭୀତ ହୋଇପଡ଼ିଛନ୍ତି। ଦକ୍ଷିଣପଶ୍ଚିମ…

ବିପଦରେ ଚିଲିକା, ସୌନ୍ଦର୍ଯ୍ୟ କମୁଛି

ଛତ୍ରପୁର,୮।୬(ଡି.ଏନ୍‌.ଏ.): ଚିଲିକାରେ ବେଆଇନ ଚିଙ୍ଗୁଡ଼ି ଘେରି ଓ ଚିଙ୍ଗୁଡ଼ି ଚାଷ ଲାଗି ହ୍ରଦର ସୌନ୍ଦର୍ଯ୍ୟ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି। ଏଥିନେଇ ଏହାକୁ ଉଚ୍ଛେଦ କରିବା ଲାଗି ଖଲ୍ଲିକୋଟ ଓ ଗଞ୍ଜାମ ତହସିଲଦାରଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ତେବେ କେତେ ପରିମାଣର…

ଛିଡ଼ିଲା ଦୁଃଖର ପାହାଡ଼: ସ୍ବାମୀଙ୍କ ପରେ ପରେ ୨ ଝିଅ ବୁଜିଲେ ଆଖି

ରେଢ଼ାଖୋଲ, ୮।୬(ଡି.ଏନ.ଏ): ରେଢ଼ାଖୋଲ ଉପଖଣ୍ଡ କିସିଣ୍ଡା ଥାନା ଅଧୀନ ହିରାଲୋଇ ଗ୍ରାମରେ ବିଷଧର ସାପ କାମୁଡାରେ ୨ ଭଉଣୀଙ୍କ ମୃତ୍ୟୁ ଘଟିଛି। ମୃତ ୨ ଭଉଣୀ ହେଲେ ଲଳିତା ସୋରେନ (୧୨) ଓ ସସ୍ମିତା ସୋରେନ଼ (୯)। ପ୍ରକାଶ ଯେ, ସୋମବାର…

ଫାର୍ମାସିଷ୍ଟଙ୍କ ଦ୍ୱାରା ଚାଲିଛି ସ୍ବାସ୍ଥ୍ୟକେନ୍ଦ୍ର

ଚନ୍ଦ୍ରପୁର,୮।୬(ଡି.ଏନ୍‌.ଏ.) – ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକ୍‌ ବୁଡ଼ିବାଲି ପଞ୍ଚାୟତ ସଦରସ୍ଥିତ ବୁଡ଼ିବାଲି ସ୍ବାସ୍ଥ୍ୟକେନ୍ଦ୍ର ବିଭିନ୍ନ ଅବ୍ୟବସ୍ଥା ମଧ୍ୟରେ ଚାଲିଛି। ସ୍ବାସ୍ଥ୍ୟକେନ୍ଦ୍ରର ନବୀକରଣ କରାଯାଇ ୪ ବର୍ଷ ବିତିଯାଇଥିଲେ ମଧ୍ୟ ଏଠାରେ ଏ ପର୍ଯ୍ୟନ୍ତ ଆଲୁଅ ଏବଂ ପାଣିର ସୁବିଧା ହୋଇପାରିନାହିଁ।…

ଟିକାକରଣ କେନ୍ଦ୍ରରେ ସେଲ୍‌ଫି ବୁଥ୍‌

ଛତ୍ରପୁର,୮।୬(ଡି.ଏନ୍‌.ଏ.): କରୋନା ସଂକ୍ରମଣକୁ ପ୍ରତିହତ କରିବା ଲାଗି ଗଞ୍ଜାମ ଜିଲାରେ ଟିକାକରଣ ଉପରେ ଗୁରୁତ୍ୱାରୋପ କରାଯାଉଛି। ୧୮-୪୪ ବର୍ଷ ବୟସର ଲୋକଙ୍କ ପାଇଁ ବ୍ରହ୍ମପୁର ଓ ଛତ୍ରପୁରରେ ଟିକା ଦେବାର ବ୍ୟବସ୍ଥା କରାଯାଇଛି। ଅପରପକ୍ଷରେ ଜିଲାର ସମସ୍ତ ସହରାଞ୍ଚଳ ଓ ଗ୍ରାମାଞ୍ଚଳ…

ୱାର୍ଡମେମ୍ବରଙ୍କ ଘର ଉପରେ ବୋମାମାଡ଼

ସାଲେପୁର, ୮।୬(ଡି.ଏନ୍‌.ଏ.): ସାଲେପୁର ଥାନା ଅଧୀନ ବାରିଗୋଳ ଗ୍ରାମର ଓ୍ବାର୍ଡମେମ୍ବରଙ୍କ ଘର ଉପରେ ରବିବାର ବିଳମ୍ବିତ ରାତିରେ ବୋମାମାଡ଼ ହୋଇଛି। ଏଥିରେ ମୋକିମ୍‌ ଖାଁଙ୍କ ଘର କ୍ଷତିଗ୍ରସ୍ତ ହୋଇଥିବା ବେଳେ ଶାଶୁ ଆହତ ହୋଇଛନ୍ତି। ଦୁର୍ବୃତ୍ତମାନେ ତାଙ୍କ ଘର ଉପରେ ୨ଟି…

ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀ ଗୁରୁତର

କଟକ ଅଫିସ,୮।୬: କରୋନାରେ ଆକ୍ରାନ୍ତ ହୋଇ କଟକ ଅଶ୍ୱିନୀ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର ରହିଛି। ଉନ୍ନତ ଚିକିତ୍ସା ପାଇଁ ସୋମବାର ବିଳମ୍ବିତ ରାତିରେ ତାଙ୍କୁ ଏୟାର ଆମ୍ବୁଲାନ୍ସରେ କୋଲକାତାର ଏକ ଘରୋଇ ସୁପର…

ସ୍ୟାଟ୍‌ ଉଚ୍ଛେଦ ନିଷ୍ପତ୍ତି ହାଇକୋର୍ଟରେ କାଏମ

କଟକ ଅଫିସ, ୮।୬: ରାଜ୍ୟ ପ୍ରଶାସନିକ ନ୍ୟାୟାଧିକରଣ(ସ୍ୟାଟ୍‌) ଉଚ୍ଛେଦ ପାଇଁ କେନ୍ଦ୍ର ସରକାର ନେଇଥିବା ନିଷ୍ପତ୍ତି ଉପରେ ହସ୍ତକ୍ଷେପ କରିବାକୁ ହାଇକୋର୍ଟ ମନା କରିଦେଇଛନ୍ତି। ଫଳରେ ସ୍ୟାଟ୍‌ ଉଚ୍ଛେଦ ପାଇଁ ବାଟ ସଫା ହେବା ସହ ଅଦାଲତି ବିବାଦର ଅନ୍ତ ଘଟିଛି।…

ଉତ୍ସବ ପରି ଉତ୍ସାହ

ଅନୁଗୋଳ/ ଢେଙ୍କାନାଳ ଅଫିସ, ୮ା୬ ମହାମାରୀ କରୋନାରୁ ଟିକା ହିଁ ସୁରକ୍ଷା ଦେଇପାରିବ। ଲୋକଙ୍କ ମନରେ ଏହି ବିଶ୍ୱାସ ଭରିବାରେ ସରକାର ସଫଳ ହୋଇଛନ୍ତି। ବିଶେଷଜ୍ଞମାନଙ୍କ ବିଶ୍ଲେଷଣ ମଧ୍ୟ ଏହି ବିଶ୍ୱସନୀୟତାକୁ ସ୍ପଷ୍ଟ କରୁଛି। ସେଥିପାଇଁ ଟିକାକୁ ନେଇ ସବୁଠି ବ୍ୟାକୁଳତା…

ମୁଢ଼ି ବସ୍ତାରେ ଗଞ୍ଜେଇ ଚାଲାଣ

ଜୟପୁର,୭ା୬: ଅଭିନବ ଉପାୟରେ ମୁଢ଼ି ବସ୍ତା ଭିତରେ ଗଞ୍ଜେଇ ଚାଲାଣ ବେଳେ କୋରାପୁଟ ଜିଲା ଜୟପୁର ସଦର ପୋଲିସ ଚଢାଉ କରି ଏହାକୁ ଧରିଛି। ପ୍ରାୟ ୧ ଟନ ଗଞ୍ଜେଇ ଜବତ ହୋଇଛି। ଘଟଣାରେ ସମ୍ପୃକ୍ତ ୨ ଜଣଙ୍କୁ ଅଟକ ରଖି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?