ଛେଳି ଚରାଇବାକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ଗୁପ୍ତାଙ୍ଗକୁ ଝୁଣି ପକାଇଲା…
ଆନନ୍ଦପୁର/ବଞ୍ଚୋ(ସୁଶାନ୍ତ କୁମାର ସାହୁ/ ପ୍ରଦୋଷ କୁମାର ବିଶ୍ୱାଳ ): ଛେଳି ଚରାଇ ଯାଇଥିବା ବ୍ୟକ୍ତିଙ୍କ ଗୁପ୍ତାଙ୍ଗକୁ ଝୁଣି ପକାଇଲା ଭାଲୁ । ଗୁରୁତର ବ୍ୟକ୍ତି ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଘଷିପୁରା ଥାନା କୋଳିମାଟିଠାରେ ଗୁରୁବାର ଏହି…
ଶୁଖିଯାଉଛି ନଦୀ-ପୋଖରୀ, ମଣିଷଙ୍କ ସହ ଡହଳବିକଳ ହେଉଛନ୍ତି ଗୃହପାଳିତ ପଶୁ
କେସିଙ୍ଗା,୯ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୨୬ଟି ପଞ୍ଚାୟତରେ ଥିବା ୧୧୦ଟି ଗ୍ରାମରେ ପ୍ରଚଣ୍ଡ ଗ୍ରୀଷ୍ମତାପ ଯୋଗୁ ନଦୀନାଳ, ପୋଖରୀ, ଚେକ୍ ଡ୍ୟାମ୍, ନଳକୂପ ଶୁଖିଯାଉଛି। ସମଗ୍ର ୨୬ଟି ପଞ୍ଚାୟତରେ ସରକାରୀ ଓ ବେସରକାରୀ ୫୫୪ଟି ପୋଖରୀ ଅଛି। କେଉଁ…
ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ
ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ ମୃତ୍ୟୁ ହୋଇଛି । ଗାଧୋଇବାକୁ ଯାଇଥିବା ବେଳେ ବୁଡି ଯାଇ ପ୍ରାଣ ହରାଇଛନ୍ତି…
ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…
ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ ଗ୍ରାମରେ ଗତ ୧୯୫୮ ମସିହାରୁ ସ୍ଥାପିତ ହୋଇଥିବା ପ୍ରାଥମିକ ବିଦ୍ୟାଳୟର ଶିଶୁ ବାଟିକା…
ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…
ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା ଶିଶୁଟି ଚୋରି ହୋଇଯାଇଥିବା ନେଇ ପୋଲିସ ନିକଟରେ ଆକୁଳ ନିବେଦନ କରୁଥିଲେ, ସେ…
ପଲିଥିନ୍ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ
ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ। ମୂଷାଖରି ପଞ୍ଚାୟତକୁ ଘଟଗାଁ ଅତିରକ୍ତ ତହସିଲଦାର ପଲିଥିନ ବୋଝେଇ ଗାଡ଼ି ନେଉଥିବା ବେଳେ…
କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ
ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି । ଥାନା ଅଧିନ ହାତିବାରି ପଞ୍ଚାୟତର ଦେବତୀଗୁଡା ଗ୍ରାମ ପାର୍ଶ୍ଵ ଜଙ୍ଗଲରେ ଚଢ଼ାଉ…
ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର
ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ ଏକ ଏଜୁକେଶନ କମ୍ପ୍ଲେକ୍ସ ନିର୍ମାଣ ହୋଇଥିଲା। କମ୍ପ୍ଲେକ୍ସ ଉଦ୍ଘାଟନ ହେବାର ୬ ବର୍ଷ…
କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…
ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା ଏବଂ ଏହା ନ କଲେ ଛଟେଇ ଧମକ ଦିଆଯାଉଥିବା ସଫେଇ କର୍ମଚାରୀମାନେ ଅଭିଯୋଗ…
ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର
ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ ଉତ୍ତେଇପୂର୍ ଠାରେ କିଛି ଦିନ ଧରି ବେଆଇନ ଭାବେ ଚାଲିଥିବା କରତକଳ ଉପରେ…
ରାସ୍ତା-ଡ୍ରେନ୍ ନିର୍ମାଣ ନ ହେଲେ ଭୋଟ୍ ବର୍ଜନ ପାଇଁ ଚେତାବନୀ ଦେଲେ ଗ୍ରାମବାସୀ
କେନ୍ଦୁଝର,୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତ ବନାଯୋଡ଼ି ଗ୍ରାମର ଭୁରୁଡ଼ିସାହିରେ ରାସ୍ତା ଓ ଡ୍ରେନ ନିର୍ମାଣ ନ ହେଲେ ଗ୍ରାମବାସୀ ଆଗାମୀ ସାଧାରଣ ନିର୍ବାଚନରେ ଭୋଟ୍ ବର୍ଜନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦୀର୍ଘବର୍ଷ ଧରି ରାସ୍ତାରେ…
ବିବାହ ଭୋଜିରୁ ଫେରୁଥିବାବେଳେ ଅଘଟଣ: ଜଣେ ମୃତ,୨ ଗୁରୁତର
ମୁନିଗୁଡ଼ା,୯।୪ (ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ଲିଟିଗୁଡା ଛକ ନିକଟରେ ଗୁରୁବାର ଦୁଇ ବାଇକ ମୁହାମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଜଣକର ମୃତ ଘଟିଥିବାବେଳେ ଦୁଇ ଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି। ମୃତ ବ୍ୟକ୍ତି ଜଣକ…

