ଆମ ଜିଲା ଖବର

ବାଲ୍ୟ ବିବାହ ପାଇଁ ଚାଲିଥିଲା ପ୍ରସ୍ତୁତି, ପହଞ୍ଚିଗଲା ପ୍ରଶାସନ: ଆଉ ତା’ପରେ…

ଲୋଇସିଂହା,୩୧।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଳକ ନଅଗାଁ(କ) ଗ୍ରାମରେ ଫେବୃଆରୀ ୨ରେ ହେବାକୁ ଥିବା ଏକ ବାଲ୍ୟ ବିବାହକୁ ଶନିବାର ରୋକିଛି ଜିଲା ପ୍ରଶାସନ। ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ପୋଲିସ ଉପସ୍ଥିତିରେ ଆଗଲପୁର ବ୍ଳକ ଶିଶୁ ବିକାଶ ପ୍ରକଳ୍ପ…

ଫୁଲ ତୋଳିବା ପାଇଁ ଯାଇଥିଲେ ବୃଦ୍ଧା, ବାଟରେ ଘଟିଲା ବଡ଼ ଅଘଟଣ

ଦିଗପହଣ୍ଡି,୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ନିକଟରେ ଶନିବାର ଭୋର୍‌ ସମୟରେ ବାଇକ ଧକ୍କାରେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଛି। ବୃଦ୍ଧା ଜଣଙ୍କ ହେଲେ ଦିଗପହଣ୍ଡି ମେନ୍‌ ରୋଡ଼ରେ ରହୁଥିବା ସିମାଞ୍ଚଳ ପାଣିଗ୍ରାହୀଙ୍କ ମା’ ସୁମିତ୍ରା ପାଣିଗ୍ରାହୀ(୬୯)।…

ବ୍ରିଜ୍‌ ତଳ ନାଳରୁ ମିଳିଲା ୨ ବର୍ଷ ଶିଶୁପୁତ୍ରର ମୃତଦେହ: କୁକୁର ସହିତ ଖେଳୁଖେଳୁ…

ପରଜଙ୍ଗ,୩୧।୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗାଁ ଓଭରବ୍ରିଜ୍‌ ତଳ ନାଳରୁ ଜଣେ ୨ ବର୍ଷ ଶିଶୁ ପୁତ୍ରର ମୃତଦେହ ଉଦ୍ଧାର କରାଯାଇଛି। ମୃତ ଶିଶୁ ଜଣଙ୍କ ବାଉଁଶପାଳ ପଞ୍ଚାୟତ ଅନ୍ତର୍ଗତ ଚୁଳିଆ ମୁଣ୍ଡା ସାହିର…

ଜମି ଜବରଦଖଲ ବିରୋଧରେ ଗର୍ଜିଲେ ଗ୍ରାମବାସୀ: ତହସିଲଦାରଙ୍କ ଦ୍ୱାରସ୍ଥ ହୋଇ ଦେଲେ ଏମିତି ଚେତାବନୀ

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କାଣିଗୁମା ପଞ୍ଚାୟତରେ ଭୂମି ଜବରଦଖଲକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଗ୍ରାମର ସରକାରୀ ଶ୍ମଶାନ ଓ ସ୍କୁଲ ଜମିକୁ ଜଣେ ବ୍ୟକ୍ତି ବେଆଇନ ଭାବେ କବ୍‌ଜା…

ଆଜିଠୁ ବିଶ୍ୱପ୍ରସିଦ୍ଧ ମାଘମେଳା: ସନ୍ଧ୍ୟା ୫ଟାରେ ଜଳିବ ଝାଡ଼ଦୀପ

ଢେଙ୍କାନାଳ,୩୧ା୧(ରତନ ନାୟାର):ବିଶ୍ୱପ୍ରସିଦ୍ଧ ମହିମା ଧର୍ମର ପୀଠ ଢେଙ୍କାନାଳ ଜିଲାର ଯୋରନ୍ଦାଠାରେ ପ୍ରସିଦ୍ଧ ମାଘମେଳା ଶନିବାରଠାରୁ ଆରମ୍ଭ ହେଉଛି। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଚଳିତବର୍ଷ ସନ୍ଧ୍ୟା ୫ଟାରେ ଝାଡ଼ଦୀପ ପ୍ରଜ୍ୱଳିତ ହେବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟର ବିଭିନ୍ନ ଅଞ୍ଚଳ ସମେତ…

ଅନ୍ତର୍ଜାତୀୟ କ୍ରୀଡ଼ାବିତ୍‌ ଭି. ରମେଶଙ୍କୁ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ, ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୩୧।୧(ଦିଲ୍ଲୀପ ସାମଲ): ଭିନ୍ନକ୍ଷମ ହେଲେବି ସେ ସକ୍ଷମ । କ୍ରୀଡା କ୍ଷେତ୍ରରେ ବେଶ ସଫଳତା ହାସଲ କରି ଦେଶ ବିଦେଶରେ ସୁନାମ ଅର୍ଜନ କରିଥିବା ଅନ୍ତର୍ଜାତୀୟ ପାରା କ୍ରୀଡ଼ାବିତ୍‌ ତଥା ଛତ୍ରପୁର ଗିଲଟିପେଟାସାହି ବାସିନ୍ଦା ଭି. ରମେଶ ରାଓଙ୍କୁ ଶୁକ୍ରବାର…

ପାନୀୟ ପ୍ରକଳ୍ପ ଗ୍ୟାଲେରି ସୀମାରୁ ବାଲି ଉଠାଣ ନେଇ ଅସନ୍ତୋଷ: ୩ ଶହ ବଦଳରେ ୬ ଶହ ଟଙ୍କା ରୟାଲ୍‌ଟି

ଲୋଇସିଂହା,୩୧।୧(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲସ୍ଥିତ ସୁକତେଲ ନଦୀ ବାଲିଘାଟ ନେଇଥିବା ଲିଜଧାରୀଙ୍କ ମନମାନୀ ଦେଖିବାକୁ ମିଳିଛି। ଗତ ବୁଧବାର ଠାରୁ ହଠାତ୍‌ ବାଲିଉଠାଣ ରୟାଲ୍‌ଟି ବାବଦକୁ ଟ୍ରାକ୍ଟର ଟ୍ରିପ୍‌ ପିଛା ୩ ଶହ ଟଙ୍କା ବୃଦ୍ଧି କରାଯାଇଛି।…

ପାନ ଦୋକାନରେ ଚଢାଉ : ତମାଖୁ ଉତ୍ପାଦ ବିକ୍ରି କରି ଗଣିଲେ ତଣ୍ଡ

ବରଗଡ଼, ୩୧।୧(ପ୍ରେମାନନ୍ଦ ଖମାରୀ):ବରଗଡ ଜିଲା ସ୍ବାସ୍ଥ୍ୟ, ପୋଲିସ ଏବଂ ଅବକାରୀ ବିଭାଗ ପକ୍ଷରୁ ଶୁକ୍ରବାର ଏକ ମିଳିତ କାର୍ଯ୍ୟକାରୀ ସ୍କ୍ବାଡ୍‌ ଗଠିତ ହୋଇ ତମାଖୁ ନିୟନ୍ତ୍ରଣ ନିୟମ ଭାଙ୍ଗି ସର୍ବସାଧାରଣ ସ୍ଥାନରେ ତମାଖୁ ଉତ୍ପାଦ ବିକ୍ରି କରୁଥିବା ୧୭ ଜଣଙ୍କଠାରୁ ସମୁଦାୟ…

ଲାଗି ରହିଛି ଡ୍ରେନେଜ ଅବ୍ୟବସ୍ଥା, ଜିଲାପାଳଙ୍କୁ ଫେରାଦ ପଡ଼ାବାସୀ

ବରଗଡ଼,୩୧।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରର ବିଭିନ୍ନ ସ୍ଥାନରେ ନର୍ଦ୍ଦମା ପାଣି ନିଷ୍କାସନ ତଥା ଡ୍ରେନେଜ ଅବ୍ୟବସ୍ଥା ଲାଗି ରହିଛି। ବରଗଡ଼ ପୌର ପରିଷଦ ଅଧୀନ ୱାର୍ଡ଼ ନଂ ୨ ଏବଂ ୱାର୍ଡ଼ ନଂ ୪ର ନିର୍ଭିର ଯୋଗ୍ୟ ସ୍ଥାନୀୟ ଲମ୍ବା ବିଲଡ଼ିଂରୁ ତଳିପଡ଼ାକୁ…

ଟ୍ୟାଗ୍‌ ଅଛି, ଧାନ ଉଠୁନି: ମଣ୍ଡିରେ ପଡିଛି ୧୬ ଲକ୍ଷ ୩ ହଜାର ପ୍ୟାକେଟ ଧାନ

ପଦ୍ମପୁର,୩୧।୧(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅଞ୍ଚଳରେ ମଣ୍ଡି ଖୋଲିବାର ୨ ମାସ ବିତିଥିଲେ ମଧ୍ୟ ସମସ୍ତ ଚାଷୀଙ୍କ ପାଖରେ ଟୋକନ ପହଞ୍ଚତ୍ ପାରିନାହିଁ। ଯେଉଁ ଚାଷୀଙ୍କ ପାଖରେ ଟୋକନ ଅଛି ସେମାନେ ମଣ୍ଡିରେ ଧାନ ପକାଇଛନ୍ତି। ଏହାସତ୍ତ୍ୱେ ମଣ୍ଡିରୁ ଠିକ୍‌…

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା ପ୍ରଶାସନ ଶୁକ୍ରବାର ଦେଶାନ୍ତର କରିଥିବା ସୂଚନା ମିଳିଛ। ସେମାନେ ହେଲେ ଅମିନା ବିବି,…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି ହତ୍ୟା କରାଯାଇଛି । ରକ୍ତ ଜୁଡୁବୁଡୁ ଅବସ୍ଥାରେ ତାଙ୍କୁ ବିଷମ କଟକ ଖ୍ରୀଷ୍ଟିଆନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri