ଆମ ଜିଲା ଖବର

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ ନିଜକୁ ସମର୍ପିତ କରି ୧୩ଦିନ ପର୍ଯ୍ୟନ୍ତ ପୂଜାର୍ଚ୍ଚନା ସହ ଦଣ୍ଡକାଳୀଙ୍କ ବ୍ରତପାଳନ କରିଛନ୍ତି।…

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ

ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି। ଏହି ପରିପ୍ରେକ୍ଷୀରେ, ଯାତ୍ରାର ସୁବିଧା ଅସୁବିଧା ଓ ପରିଚାଳନା ନେଇ ଗୁରୁବାର ତାରାତାରିଣୀ…

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ ସୁରକ୍ଷା ବିଭାଗୀୟ କର୍ମଚାରୀମାନଙ୍କ ପାଇଁ ଅନେକ ସମୟରେ ଚ୍ୟାଲେଞ୍ଜ ସୃଷ୍ଟି କରୁଛି। କର୍ମଚାରୀମାନେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ ନେଇ ଚିନ୍ତା ବଢ଼ିଛି। ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତା ଯୋଗୁ କୋମଳମତି ଛାତ୍ରମାନେ ଗୁରୁବାର…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ କାଳୀଙ୍କ ଘଟ ଓଡ଼ିଆ ଢମଣା ସାହି ସ୍ଥିତ ବାବା ରାମ ଲିଙ୍ଗେଶ୍ୱର ମନ୍ଦିରରେ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର ପବିତ୍ର ପୂର୍ଣ୍ଣମୀ ଅବସରରେ ଉଦ୍‌ଯାପନ ହୋଇଛି। ମାସସାରା ହଜାର ହଜାର ଭକ୍ତଙ୍କ ଗହଣରେ…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ ଦାର ଅଶିନୀ କୁମାର ନାଏକ, ଅତିରିକ୍ତ ତହସିଲଦାର ରବିଶଙ୍କର ହେମ୍ରମ ଓ ଡାଟା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା ପୂର୍ବରୁ ଜାନୁଆରୀ ୮, ମାର୍ଚ୍ଚ ୧ ଏବଂ ଏପ୍ରିଲ ୨ ତାରିଖରେ ଏଭଳି…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ ପ୍ରତିନିଧି ମଧୁସୂଦନ ମହାନ୍ତଙ୍କ ନେତୃତ୍ୱରେ ବେଆଇନ ଅପମିଶ୍ରିତ ମହୁଲି ମଦ ବିକ୍ରି ବନ୍ଦ…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ ଜଳିଯାଇଛି । ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲେ ଡ୍ରାଇଭର । ତେବେ ସୂଚନା…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ ଐତିହାସିକ ଚନ୍ଦନ ଯାତ୍ରା । ଏହି ଯାତ୍ରା ଏପ୍ରିଲ ୨୦ରୁ ଆରମ୍ଭ ହୋଇ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦ ଡବ୍ଲୁ ୧୪୮୦ ନମ୍ବର୍ ବିଶିଷ୍ଟ ଦୁଇ ଅଟୋ ମୁହାଁ ମୁହିଁ ଧକ୍କା ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?