ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା
ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର ଧରପକଡ ଅଭିଯାନ ଜାରି ରହିଛି । ଚଳିତ ମାସ ୨୧ ରୁ ୩୧…
ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…
ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ ପାର୍ଟିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି।ଏନେଇ ସେ ପ୍ରଦେଶ କଂଗ୍ରେସ କମିଟି…
ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…
ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ ଏବଂ ସ୍ଥାନୀୟ ଗ୍ରାମବାସୀଙ୍କ ମଧ୍ୟରେ ଅଶାନ୍ତି ଦେଖାଦେଇଛି। ସିଜିମାଳୀ ଖଣି ପ୍ରକଳ୍ପ ଦ୍ୱାରା…
‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ…
ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି। ଭାରପ୍ରାପ୍ତ ପ୍ରଧାନଶିକ୍ଷକ ପି.ଜଗଦୀଶ ଦୋରା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପୁରସ୍କାର ବିତରଣ ସଭାରେ…
୨୨ ବସ୍ତା ଚାଉଳ ସହ ଜିପ୍ ଜବତ, ଡ୍ରାଇଭର ଅଟକ
କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ ଜିପ୍ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ କମାଣ୍ଡର ଡ୍ରାଇଭରଙ୍କୁ ଅଟକ ରଖି ପଚରାଉଚରା କରୁଛି। ସୂଚନା ଅନୁଯାୟୀ, ଥାନାଧିକାରୀ ରୁନୁ…
ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…
ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ଟୁନା ସେଠୀଙ୍କ କନ୍ୟା ଅର୍ଚ୍ଚିତା ସେଠୀ(୧୬)।ସୋମବାର ମଧ୍ୟାହ୍ନରେ ଦିଗପହଣ୍ଡି ଥାନା ଏଏସଆଇ ଦିଲ୍ଲୀପ…
୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ
ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି ପାଇଁ ପଞ୍ଜୀକୃତ ହୋଇ ପାରି ନାହାନ୍ତି । ଏହାକୁ ନେଇ ଜିଲାରେ ଚାଷୀ…
ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା
କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା ଜଙ୍ଗଲରେ ଦେଖିବା ପାଇଁ ମିଳଛି। ଏକ କୁଳପ୍ରଥାକୁ ନେଇ ତମ୍ବୁପଡି ଭୋଜି ଭାତର…
ବୋଟ୍ରୁ କାଢ଼ୁଥିଲେ ମାଛ ହଠାତ୍ ଟଳିପଡ଼ିଲେ…
ବାଲେଶ୍ୱର,୨୩।୩(ବାଞ୍ଛାନିଧି ଦେ): ବିଷାକ୍ତ ଗ୍ୟାସ ଯୋଗୁ ଦୁଇ ଜଣ ବୋଟ କର୍ମଚାରୀଙ୍କ ମତ୍ୟୁ ଅଭିଯୋଗ ହୋଇଛି। ବାଲେଶ୍ୱର ଜିଲା ବଳରାମଗଡ଼ି ମେରାଇନ ଥାନା ନାଉପାଳଗଡ଼ିରେ ଏଭଳି ଘଟଣା ଘଟିଛିା। ବୋଟ ମଧ୍ୟରୁ ମାଛ ବାହାର କରିବା ବେଳେ ସୋମବାର ଏହି ଅଘଟଣ…
ମା’ ବୁଢ଼ୀ ଠାକୁରାଣୀ ମନ୍ଦିର ପ୍ରତିଷ୍ଟା ଉତ୍ସବରେ ଯୋଗଦେଲେ ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା
ଗଞ୍ଜାମ,୨୩।୩(ବିଦ୍ୟାଧର ସାହୁ): ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା ବବିତା ପାତ୍ର ଗଞ୍ଜାମ ଜଲାର ଗ୍ରସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ନିମନ୍ତ୍ରଣକ୍ରମେ ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ଗ୍ରାମରେ ପହଞ୍ଚିଥିଲେ। ଉକ୍ତ ଗ୍ରାମରେ ମା’ ବୁଢ଼ୀ ଠାକୁରାଣୀ ଓ ତ୍ରିନାଥ…
ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…
ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ ଓ ଜିଲା ମାଜିଷ୍ଟ୍ରେଟ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ…
ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….
ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ ଅଭିଯୋଗ ହୋଇଛି । ମହିଳାଙ୍କ ଦରପୋଡା ଶବ ଗାଁରେ ପଡି ରହିଛି ।…
Archives


