ଆମ ଜିଲା ଖବର

ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହେଲେ ଜଷ୍ଟିସ୍‌ ରଫିକ୍‌

କଟକ ଅଫିସ,୨୭ା୪: ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍‌ ମହମ୍ମଦ ରଫିକ୍‌ ସୋମବାର ଶପଥ ଗ୍ରହଣ କରିଛନ୍ତି। ଲୋକସେବା ଭବନରେ ପୂର୍ବାହ୍ନ ୯ଟାରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ…

ସହର ଭିତରକୁ ବାଇକ୍‌, ସାଇକେଲ ମନା

ଭଦ୍ରକ ଅଫିସ,୨୭ା୪: ଭଦ୍ରକ ସହର ଭିତରକୁ ବାଇକ୍‌ ଓ ସାଇକେଲ ମନା। ସାମାଜିକ ଦୂରତ୍ୱ ବଜାୟ ରଖିବା ପାଇଁ ଜିଲା ପୋଲିସ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ସୋମବାର ସହରର ସମସ୍ତ ପ୍ରବେଶ ପଥରେ ପୋଲିସ ଯାଞ୍ଚ କରି ଗାଡ଼ି ଭିତରକୁ…

କ’ଣ ଖୋଲିବ, କ’ଣ ବନ୍ଦ ରହିବ: ସ୍ପଷ୍ଟ କଲା ସିଏମ୍‌ସି

କଟକ ଅଫିସ୍‌,୨୭।୪: ଲକ୍‌ଡାଉନ୍‌ ଯୋଗୁ କଟକ ସହରର ବ୍ୟବସାୟିକ ପ୍ରତିଷ୍ଠାନଗୁଡ଼ିକ ଦୀର୍ଘ ଦିନ ହେଲା ବନ୍ଦ ରହିଛି। ତେବେ ଦୋକାନ ବଜାର ଖୋଲିବା ନେଇ ଶୁକ୍ରବାର ବିଳମ୍ବିତ ରାତିରେ ପ୍ରଥମେ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଏବଂ ପରେ ରାଜ୍ୟ ରାଜସ୍ବ ଓ…

ଆଧାର ବାଧ୍ୟତାମୂଳକ ନ କରିବାକୁ ଦାବି

କଟକ ଅଫିସ୍‌,୨୭।୪: ଲକ୍‌ଡାଉନ୍‌ ପରେ ପ୍ରବାସୀ ଶ୍ରମିକମାନେ ବହୁ ଅସୁବିଧାରେ ରହିଛନ୍ତି। ରହୁଥିବା ସ୍ଥାନରେ ସମସ୍ୟା ଦେଖାଦେବାରୁ ସେମାନେ ଭିଟାମାଟିକୁ ଫେରିବାକୁ ଚାହୁଁଛନ୍ତି। ଓଡ଼ିଶା ସରକାର ମଧ୍ୟ ଏନେଇ ବିଭିନ୍ନ ରାଜ୍ୟ ସରକାରଙ୍କ ସହ ନିୟମିତ ଆଲୋଚନା କରୁଛନ୍ତି । ତେବେ…

ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ରଥ ଅନୁକୂଳ

ବାରିପଦା ଅଫିସ, ୨୭ା୪- ଅକ୍ଷୟ ତୃତୀୟା ଅବସରରେ ଦ୍ୱିତୀୟ ଶ୍ରୀକ୍ଷେତ୍ର ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଶ୍ରୀ ଶ୍ରୀ ହରିବଳଦେବଜୀଉ ବିଜେ ମହାପ୍ରଭୁଙ୍କ ଘୋଷଯାତ୍ରା ନିମନ୍ତେ ରଥ ନିର୍ମାଣ କାର୍ଯ୍ୟର ଅନୁକୂଳ ହୋଇଛି। ରବିବାର ରଥର ଅଖ ଓ ଚକ କାର୍ଯ୍ୟ ଆରମ୍ଭ…

ଅନୁକୂଳ ହେଲା ରଥକାଠ

ଢେଙ୍କାନାଳ ଅଫିସ, ୨୭।୪: ଢେଙ୍କାନାଳର ପ୍ରସିଦ୍ଧ ରଥଯାତ୍ରା ପାଇଁ ପବିତ୍ର ଅକ୍ଷୟ ତୃତୀୟା ଅବସରରେ ରବିବାର ରଥକାଠ ଅନୁକୂଳ ହୋଇଛି। ଏହି ଉପଲକ୍ଷେ ମହାପ୍ରଭୁ ଶ୍ରୀବଳରାମଙ୍କ ମନ୍ଦିରରେ ପରମ୍ପରା ଅନୁଯାୟୀ ନୀତିକାନ୍ତି, ପୂଜାର୍ଚ୍ଚନା କରାଯାଇଥିଲା। ପୂଜାପଣ୍ଡା ମଳୟ ରଞ୍ଜନ କର ଠାକୁରଙ୍କ ଆଜ୍ଞାମାଳ…

ଜିଲାରେ ଆଉ ୫ କରୋନା ପଜିଟିଭ୍‌ ଚିହ୍ନଟ: ୪ ମହିଳା, ଜଣେ ପୁରୁଷ; ୧୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ବାଲେଶ୍ୱର ଅଫିସ,୨୭ା୪ : ଜିଲାରେ ସୋମବାର ଆଉ ୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୫ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରେ ୪ ଜଣ ମହିଳା ଏବଂ ଜଣେ ପୁରୁଷ ରହିଥିବା ରାଜ୍ୟ ସ୍ବାସ୍ଥ୍ୟ…

ବେଲ୍‌ ଖାରଜ, ଗଲେ ଜେଲ

ଅନୁଗୋଳ ଅଫିସ, ୨୭।୪: ଅନୁଗୋଳ ସହର ଉପକଣ୍ଠ କରଡ଼ାଗାଡ଼ିଆ ମଦ ଭାଟିର ମାଲିକ ବିକ୍ରମ କିଶୋର ସାହୁଙ୍କୁ ରବିବାର ପୋଲିସ ଜେଲ୍‌ ପଠାଇ ଦେଇଛି। ଅପରାହ୍ନରେ ଜିଲା ମୁଖ୍ୟ ଚିକିତ୍ସାଳୟରୁ ଡିସ୍‌ଚାର୍ଜ ହେବା ପରେ ତାଙ୍କୁ ଉପଖଣ୍ଡ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍‌ (ଏସ୍‌ଡିଜେଏମ୍‌)ଙ୍କ…

ରାଶନକାର୍ଡ ତାଲିକାଭୁକ୍ତ ହେବେ ମହିମା ସାଧୁ

ଢେଙ୍କାନାଳ ଅଫିସ, ୨୭।୪: ଲକ୍‌ଡାଉନ୍‌ ନିୟମ କଡ଼ାକଡ଼ି କରାଯିବା ପରେ ବିଶ୍ୱପ୍ରସିଦ୍ଧ ମହିମାଧର୍ମ ପୀଠ ଯୋରନ୍ଦାରେ ରହୁଥିବା ସାଧୁସନ୍ନ୍ୟାସୀଙ୍କ ସମସ୍ୟା ବଢ଼ିଛି। ସାଧାରଣ ଜୀବନଯାତ୍ରା ପ୍ରଭାବିତ ହୋଇଥିବାରୁ ଅତ୍ୟାବଶ୍ୟକ ସାମଗ୍ରୀ ପହଞ୍ଚତ୍ବାରେ ଅସୁବିଧା ସୃଷ୍ଟି ହୋଇଛି। ଏହାର ସମାଧାନ ଲାଗି ଉଦ୍ୟମ କରିଛନ୍ତି…

ଉଲ୍ଲଂଘନକାରୀଙ୍କ ବିରୋଧରେ ଏତଲା

ବାରିପଦା ଅଫିସ/ଚିତ୍ରଡ଼ା, ୨୭ା୪(ଡି.ଏନ୍‌.ଏ.)- କରୋନା ସଂକ୍ରମଣକୁ ଏଡ଼ାଇବା ପାଇଁ ରାଜ୍ୟ ସରକାର ଗୋଟିଏ ପରେ ଗୋଟିଏ ପଦକ୍ଷେପମାନ ନେଉଛନ୍ତି। କରୋନା ମୁକାବିଲାରେ ସରପଞ୍ଚମାନଙ୍କୁ ଜିଲାପାଳ କ୍ଷମତା ଦେଇ ଆଗଧାଡ଼ିର ଯୋଦ୍ଧା ଭାବେ ଛିଡ଼ା କରାଇଛନ୍ତି। ମାତ୍ର କୋଭିଡ୍‌-୧୯ ନିୟମକୁ ବାରମ୍ବାର ଉଲ୍ଲଂଘନ…

ମେ ୩ ପର୍ଯ୍ୟନ୍ତ ବନ୍ଦ ରହିବ ଦୋକାନ

ବାରିପଦା ଅଫିସ, ୨୭ା୪- ମେ ୩ ପର୍ଯ୍ୟନ୍ତ ଦ୍ୱିତୀୟ ପର୍ଯ୍ୟାୟ ଲକ୍‌ଡ଼ାଉନ ଅବଧି ରହିଛି। ଏହି ସମୟ ମଧ୍ୟରେ ମୟୂରଭଞ୍ଜ ଜିଲା ବାରିପଦା ସହରର ସମସ୍ତ ମାର୍କେଟ କମ୍ଲେକ୍ସରେ ଥିବା ଦୋକାନ, ମଲ୍‌, ଏକତ୍ର ଲାଇନରେ ଥିବା ସମୂହ ଅନ୍ୟ ଦୋକାନ…

ଜୀବିକାକୁ ନେଇ ଚିନ୍ତାରେ ବନବାସୀ

କେନ୍ଦୁଝର, ୨୭ା୪(ସ୍ବ.ପ୍ର.)-ଜଙ୍ଗଲରୁ ମିଳୁଥିବା ମହୁଲ, ଟୋଲ, ହରିଡା, ବାହାଡା, କାଠ, ଦାନ୍ତକାଠି, ଶାଳପତ୍ର ଆଦି ବନଜାତ ଦ୍ରବ୍ୟ ସଂଗ୍ରହ କରି ବନବାସୀମାନେ ତେଲଲୁଣର ସଂସାର ଚଳାଇଥାନ୍ତି। କେନ୍ଦୁଝର ଜିଲାର ଗ୍ରାମୀଣ ଅଧିବାସୀଙ୍କ ଅର୍ଥନୀତିକୁ ସୁଦୃଢ କରିଥାଏ ମହୁଲଫୁଲ। ଏହାକୁ ବିକି ଜିଲାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri