ଆମ ଜିଲା ଖବର

ସମିତିରେ ତାଲା ପକାଇଲେ ଚାଷୀ

ବାସୁଦେବପୁର,୨୬।୧(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବରଣ୍ଡୁଆ ସେବା ସମବାୟ ସମିତିରେ ଧାନ ବିକ୍ରି କ୍ଷେତ୍ରରେ ଚାଷୀମାନେ ଅସୁବିଧାରେ ପଡ଼ିଥିବାରୁ ଏହାର ପ୍ରତିବାଦରେ ସେମାନେ ଶନିବାର ସମିତି ଫାଟକରେ ତାଲା ପକାଇ ଦେଇଛନ୍ତି। ଫଳରେ ଧାନକିଣା କାର୍ଯ୍ୟ ବନ୍ଦ ରହିଛି। ଚଳିତବର୍ଷ...

ସାଧାରଣତନ୍ତ୍ର ଦିବସ ଆଜି: ବାରିପଦା ସହରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ବାରିପଦା ଅଫିସ,୨୬।୧-ମୟୂରଭଞ୍ଜ ଜିଲା ସଦରମହକୁମା ବାରିପଦାରେ ରବିବାର ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ରିଜର୍ଭ ପୋଲିସ ପରେଡ୍‌ ପଡ଼ିଆରେ ପାଳନ କରାଯିବ। ରାଜ୍ୟ ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗ ମନ୍ତ୍ରୀ ରଘୁନନ୍ଦନ ଦାସ ମୁଖ୍ୟଅତିଥି ଭାବେ ଯୋଗଦେଇ ଜାତୀୟ ପତାକା...

ହାତୀ ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର

କଣ୍ଟାବାଞ୍ଜି,୨୫ା୧(ଡି.ଏନ.ଏ.): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଫରେଷ୍ଟ ରେଞ୍ଜ ଅଧିନ ପଖନମୁଣ୍ଡା ଗାଁରେ ଶୁକ୍ରବାର ରାତିରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ଗୁରୁତର ଜଗତରାମ ବଗର୍ତ୍ତୀଙ୍କୁ କଣ୍ଟାବାଞ୍ଜି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତକ...

ଦନ୍ତାହାତୀ ଆକ୍ରମଣରେ ବୃଦ୍ଧ ମୃତ

ବାଲିଶଙ୍କରା, ୨୫।୧ (ଡି.ଏନ୍‌.ଏ.)- ସୁନ୍ଦରଗଡ଼ ଜିଲା ଉଜ୍ଜଳପୁର ରେଞ୍ଜ କିଞ୍ଜିରକେଲା ସେକ୍ସନ ଅଞ୍ଚଳରେ ଦନ୍ତାହାତୀ ଆକ୍ରମଣରେ ଶନିବାର ସକାଳ ୬ଟାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ତାଙ୍କ ସହିତ ଥିବା ସ୍ତ୍ରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ମୃତକ ହେଲେ ଆନନ୍ଦ...

ଭୋଗରାଇ ନାବାଳିକା ଜଗତ୍‌ସିଂହପୁରରୁ ଉଦ୍ଧାର

ଭୋଗରାଇ, ୨୫।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ଥାନା ଅଧୀନ ଗୁନାଇବସାଣ ଗ୍ରାମର ବିଜୟ କୁମାର ଦେ ନାମକ ଯୁବକ ଜଣେ ନାବାଳିକାଙ୍କୁ ଅପହରଣ କରିନେଇଥିବା ତାଙ୍କ ବାପା ଭୋଗରାଇ ଥାନାରେ ଅଭିଯୋଗ କରିଥିଲେ। ଏହି ଘଟଣାରେ ଭୋଗରାଇ ଥାନା ପକ୍ଷରୁ ଅପହରଣକାରୀଙ୍କ...

୨ ଗୋଷ୍ଠୀ ମଧ୍ୟରେ ଆକ୍ରମଣ: ୪ ଅଭିଯୁକ୍ତ ଗିରଫ

ରୂପ୍‌ସା, ୨୫।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ରୂପ୍‌ସା ଥାନା ଅଞ୍ଚଳରେ ୨ ଗୋଷ୍ଠୀ ମଧ୍ୟରେ ମରଣାନ୍ତକ ଆକ୍ରମଣ ମାମଲାରେ ପୋଲିସ ୪ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ପିଞ୍ଛାବଣିଆ ଗ୍ରାମର ସାମେଶ୍ୱର ରାଉତ, ଆଙ୍କୋ ଗ୍ରାମର ସୁଜିତ ବେହେରା, ରମାକାନ୍ତ...

ବୋଲେରୋ ଧକ୍କାରେ ମହିଳାଙ୍କ ଜୀବନ ଗଲା

ବାଲିଆପାଳ, ୨୫।୧(ସ୍ବ.ପ୍ର.)-ବାଲିଆପାଳ ବ୍ଲକ ବଉଳକୁଞ୍ଜ ପଡ଼ିଆଠାରେ ଅପକିରି ସାମନ୍ତରାୟ ନାମ୍ନୀ ମହିଳାଙ୍କୁ ବୋଲେରୋ ଧକ୍କା ଦେବାରୁ ତାଙ୍କର ମୃତ୍ୟୁ ହୋଇଯାଇଛି। ତାଙ୍କ ଘର ପ୍ରତାପୁର ଗ୍ରାମରେ। ଧକ୍କା ଦେଇଥିବା ବୋଲେରୋ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ବେଳେ ଜାମକୁଣ୍ଡା ଫାଣ୍ଡି...

ଯୌତୁକ ଦାବିରେ ବଧୂହତ୍ୟା ଅଭିଯୋଗ, ସ୍ବାମୀ ଅଟକ

ହିଞ୍ଜିଳିକାଟୁ,୨୫।୧(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ହିଞ୍ଜିଳି ଥାନା କୋଳିଦାସପୁର ଗ୍ରାମରେ ଶୁକ୍ରବାର ସନ୍ଧ୍ୟାରେ ଯୌତୁକ ପାଇଁ ଜଣେ ମହିଳାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ମହିଳା ଜଣକ ହେଲେ ହିଞ୍ଜିଳି ଥାନା ଚାନ୍ଦୁଲି ଗ୍ରାମର ଲିଲି ଦାସ (୨୬)...

ଅଣ୍ଡର ବ୍ରିଜ ନିର୍ମାଣ ଲାଗି ଚତୁର୍ଥ ଦିନରେ ଆନ୍ଦୋଳନ : ଜିଲା ପ୍ରଶାସନ ପକ୍ଷରୁ ବୈଠକ

କେସିଙ୍ଗା, ୨୫।୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହର ନିକଟରେ ଥିବା ରେଳ ଫାଟକ ନିକଟରେ ଅଣ୍ଡର ବ୍ରିଜ ନିର୍ମାଣ ଦାବି ଶନିବାର ଚତୁର୍ଥ ଦିନରେ ପହଞ୍ଚିଛି। ଏ ନେଇ ଜିଲା ପ୍ରଶାସନ ପକ୍ଷରୁ କେସିଙ୍ଗା ଥାନାରେ ଏକ ଜରୁରିକାଳୀନ ବୈଠକ...

ସାଧାରଣତନ୍ତ୍ର ଦିବସରେ ରାଜ୍ୟପାଳଙ୍କଠାରୁ ପଦକ ଗ୍ରହଣ କରିବେ ୭ ଭିଜିଲାନ୍ସ ଅଧିକାରୀ

କଟକ ଅଫିସ,୨୫।୧: ରବିବାର ସାଧାରଣତନ୍ତ୍ର ଦିବସ ଅବସରରେ ୭ଜଣ ଭିଜିଲାନ୍ସ ଅଧିକାରୀଙ୍କୁ ରାଜ୍ୟସ୍ତରୀୟ ପଦକ ପ୍ରଦାନ କରାଯିବ। ଭୁବନେଶ୍ୱରଠାରେ ଆୟୋଜିତ କାର୍ଯ୍ୟକ୍ରମରେ ରାଜ୍ୟପାଳଙ୍କଠାରୁ ଅଧିକାରୀମାନେ ପଦକ ଗ୍ରହଣ କରି ସମ୍ମାନିତ ହେବେ। ଭିଜିଲାନ୍ସ ସ୍ବତନ୍ତ୍ର ସେଲ୍‌ର ଡିଏସ୍‌ପି ସରୋଜ କୁମାର...

ଏସ୍‌ସିବି ପୁନର୍ବିନ୍ୟାସ: କ୍ଷତିଗ୍ରସ୍ତଙ୍କ ଥଇଥାନ ପାଇଁ ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫।୧(ବ୍ୟୁରୋ): କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍‌ପିଟାଲ(ଏସ୍‌ସିବି) ପୁନର୍ବିନ୍ୟାସ କାର୍ଯ୍ୟକ୍ରମରେ କ୍ଷତିଗ୍ରସ୍ତଙ୍କ ପାଇଁ ଥଇଥାନ ଏବଂ ସହାୟତା ପ୍ୟାକେଜକୁ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଏହି ପ୍ୟାକେଜରେ ସ୍ଥାୟୀ ବାସଗୃହ, ଅନଧିକୃତ ଭାବେ ନିର୍ମିତ...

ବନ ବିଭାଗ ପକ୍ଷରୁ ଚଢ଼ାଉ: ବ୍ୟାପକ ଶାଗୁଆନ କାଠ ଜବତ

ଲୋଇସିଂହା,୨୫।୧(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ବନ ବିଭାଗ ସ୍କ୍ବାଡ୍‌ ପକ୍ଷରୁ ସାଲେଭଟାର ଡୁଡୁକା ରାସ୍ତାରେ ଥିବା ଜଣେ ବ୍ୟବସାୟୀଙ୍କ ଘରେ ଶନିବାର ଚଢ଼ାଉ କରାଯାଇଛି। ଚଢ଼ାଉ ସମୟରେ ବ୍ୟାପକ ଶାଗୁଆନ ଗଣ୍ଡି ଜବତ ହୋଇଛି । ତେବେ ଏହି ଘଟଣାରେ କାହାରିକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri