ପୋଲିସ କ୍ୱାର୍ଟର୍ସରେ ନାବାଳିକାଙ୍କୁ ଗଣବଳାତ୍କାର :ବହିଷ୍କୃତ ପୋଲିସ କନଷ୍ଟେବଳ ଗିରଫ, ୩ ଅଟକ
ପୁରୀ ଅଫିସ, ୩।୧୨: ଶ୍ରୀକ୍ଷେତ୍ରରେ ଘଟିଛି ପୁଣି ଏକ କଳଙ୍କିତ ଘଟଣା। ସୋମବାର ରାତିରେ ଜଣେ ନାବାଳିକା(୧୭)ଙ୍କୁ ପୋଲିସ କ୍ୱାର୍ଟର୍ସରେ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। କୁମ୍ଭାରପଡ଼ା ଥାନାରେ ନିଜେ ପୀଡ଼ିତା ଏହି ଅଭିଯୋଗ କରିଛନ୍ତି। ନିଜକୁ ପୋଲିସ ବୋଲି ପରିଚୟ…
ବ୍ଲକସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଉଦ୍ଯାପିତ
ବାଙ୍ଗିରିପୋଷି,୩ା୧୨(ଡି.ଏନ୍.ଏ.)- ବାଙ୍ଗିରିପୋଷି ବ୍ଲକ ଅଧୀନ ଚନ୍ଦନପୁର ଗ୍ରାମର ଚନ୍ଦନପୁର ଯୁବକ ସଂଘ ଆନୁକୂଲ୍ୟରେ ନେହେରୁ ଯୁବକେନ୍ଦ୍ର ମୟୂରଭଞ୍ଜ,ବାରିପଦା ତରଫରୁ ବ୍ଲକସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ୨ ଦିନ ଧରି ଅନୁଷ୍ଠିତ ହୋଇଥିଲା। ଯୁବକ ସଂଘର ସମ୍ପାଦକ ଚନ୍ଦ୍ରଶେଖର ଦାସ, ଘନଖ୍ୟାମ ବେହେରା, ବିନୁ…
ଜିଲାପାଳଙ୍କୁ ଭେଟିଲା ପୌରାଞ୍ଚଳ ପଟ୍ଟାବିହୀନ ବାସିନ୍ଦା ସଂଘ
ବାରିପଦା ଅଫିସ,୩ା୧୨- ମୟୂରଭଞ୍ଜ ଜିଲା ବାରିପଦା ପୌରାଞ୍ଚଳ ପଟ୍ଟାବିହୀନ ବାସିନ୍ଦା ସଂଘର ଏକ ପ୍ରତିନିଧି ଦଳ ସୋମବାର ଜିଲାପାଳ ବିନୀତ ଭରଦ୍ୱାଜଙ୍କୁ ସାକ୍ଷାତ କରି ସଂଘର ବିଭିନ୍ନ ଦାବି ସମ୍ପର୍କରେ ଆଲୋଚନା କରିଛନ୍ତି। ଏନେଇ ଏକ ଦାବିପତ୍ର ମଧ୍ୟ ପ୍ରଦାନ କରିଛନ୍ତି।…
ଉଦ୍ଧାର ତୀରବିଦ୍ଧ ସମ୍ବର ମୃତ
ବାରିପଦା ଅଫିସ,୩ା୧୨- ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଧୀନ ବାରିପଦା ରେଞ୍ଜର କାଦୁଆଳବନ୍ଧ ଗ୍ରାମ ନିକଟରୁ ସୋମବାର ଏକ ତୀରବିଦ୍ଧ ସମ୍ବର ଉଦ୍ଧାର ହୋଇଥିଲା। ସ୍ଥାନୀୟ ଲୋକଙ୍କଠାରୁ ଖବର ପାଇ ବାରିପଦା ରେଞ୍ଜ ଅଧିକାରୀ ଲକ୍ଷ୍ମୀଧର ବେହେରାଙ୍କ ନେତୃତ୍ୱରେ ଏକ ଟିମ୍…
ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ
କପ୍ତିପଦା,୩ା୧୨(ଡ଼ିଏନ୍ଏ) – ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍ ଶରତ ଥାନା ଅଞ୍ଚଳରେ ଜନୈକା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାର ତଦନ୍ତ କରି ନାବାଳିକାଙ୍କ ଜଣେ ସମ୍ପର୍କୀୟଙ୍କୁ ପୋଲିସ ସୋମବାର ଗିରଫ ପରେ କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…
ଗଞ୍ଜେଇ ଜବତ, ମହିଳାଙ୍କ ସମେତ ୨ ଗିରଫ
ବାରିପଦା ଅଫିସ,୩ା୧୨- ବାରିପଦା ଟାଉନ ଥାନା ପୋଲିସ ପକ୍ଷରୁ ସହରର ୱାର୍ଡ ନଂ. ୧୪ ତୁଳସୀଚଉରାର ବସ୍ତି ଅଞ୍ଚଳରେ ରବିବାର ରାତିରେ ଚଢ଼ଉ କରି ୨.୯ କିଗ୍ରାର ଗଞ୍ଜେଇ ଜବତ କରାଯାଇଛି। ଏଥିରେ ସମ୍ପୃକ୍ତ ଜଣେ ମହିଳାଙ୍କ ସମେତ ୨ ଜଣଙ୍କୁ…
ବଳାତ୍କାର ପୀଡିତା ଅଧ୍ୟାପିକାଙ୍କ ମୃତ୍ୟୁଦେହ ଉଦ୍ଧାର ମାମଲା: ଘଟଣାସ୍ଥଳରେ ଏସ୍ପିଙ୍କ ତଦନ୍ତ
ରାଇରଙ୍ଗପୁର,୩ା୧୨(ଡି.ଏନ୍.ଏ.): ରାଇରଙ୍ଗପୁର ଅଞ୍ଚଳସ୍ଥିତ ଏକ କଲେଜର ଜଣେ ଅଧ୍ୟାପିକା ବଳାତ୍କାରର ଶିକାର ହୋଇ ପୋଲିସଠାରୁ ନ୍ୟାୟ ନ ପାଇ ଆତ୍ମହତ୍ୟା କରିବା ଘଟଣା ଆଲୋଡନ ସୃଷ୍ଟି କରିଛି। ଏହି ସମ୍ବେଦନଶୀଳ ଘଟଣାରେ ମୟୂରଭଞ୍ଜ ପୋଲିସ ସମାଲୋଚନାର ସରବ୍ୟ ହୋଇଛି। ତେବେ ସୋମବାର…
‘ଥାଲାସେମିଆ ରୋଗୀଙ୍କୁ ଉନ୍ନତ ଚିକିତ୍ସା ଯୋଗାଇ ଦିଆଯାଉ’ : ରକ୍ତଭଣ୍ଡାର ସମ୍ମୁଖରେ ଆମରଣ ଅନଶନ
ବାଲେଶ୍ୱର ଅଫିସ, ୩।୧୨-ବାଲେଶ୍ୱର ଜିଲାରେ ଥିବା ଥାଲାସେମିଆ ରୋଗୀଙ୍କୁ ଉନ୍ନତ ଚିକିତ୍ସା ଯୋଗାଇ ଦେବା ଲାଗି ସେମାନଙ୍କ ମାତାପିତାମାନେ ସୋମବାର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ରକ୍ତଭଣ୍ଡାର ସମ୍ମୁଖରେ ଆମରଣ ଅନଶନରେ ବସିଛନ୍ତି। ଜିଲାରେ ୯୬୭ ଜଣ ଥାଲାସେମିଆ ରୋଗୀ…
ଶିକ୍ଷା, ସ୍ବାସ୍ଥ୍ୟ ଅଧିକାର ଦାବିରେ ରାଲି
ଫୁଲବାଣୀ ଅଫିସ, ୩ା୧୨: ଶିକ୍ଷା, ସ୍ବାସ୍ଥ୍ୟ ଆମ ଅଧିକାର ଦାବି ନେଇ ଫୁଲବାଣୀରେ ଓଡ଼ିଶା ଶ୍ରମଜୀବୀ ମଞ୍ଚ ଓ ମହିଳା ଶ୍ରମଜୀବୀ ମଞ୍ଚ ପକ୍ଷରୁ ଏକ ରାଲି ସୋମବାର ମାଦିକୁନ୍ଦା ଛକରୁ ରାଲି ବାହାରି ସହର ପରିକ୍ରମା କରିଥିଲା। ୨୦୧୦ରୁ ରାଜ୍ୟରେ…
ଜି.ଉଦୟଗିରିରେ ମୋଟରଯାନ ଯାଞ୍ଚ କଡ଼ାକଡ଼ି: ୨୨,୫୦୦ ଟଙ୍କା ଜରିମାନା ଆଦାୟ
ଜି.ଉଦୟଗିରି,୩ା୧୨(ଡି.ଏନ.ଏ.)-ଜି.ଉଦୟଗିରି ପୋଲିସ ପକ୍ଷରୁ ଆଇଆଇସି ଧୀରେନ ଲେଙ୍କାଙ୍କ ତତ୍ତ୍ବାବଧାନରେ ରବିବାରରୁ ମଟର ଯାନ ଯାଞ୍ଚ କଡ଼ାକଡ଼ି କରାଯାଉଛି। ସହରର ବନ୍ଧଛକ, ଶ୍ରୀରାମପଦା, ଗାନ୍ଧିଛକ, ବରାଳିନି ମାର୍କେଟ ଆଦି ସ୍ଥାନରେ ସମୂଦାୟ ୭୦ ଗାଡ଼ି ପୋଲିସ ଯାଞ୍ଚ କରିି ବିନା ହେଲମେଟ, ସିଟ୍ବେଲ୍ଟ…
କୃଷ୍ଣ ବଗର୍ତ୍ତି ହତ୍ୟା ଘଟଣା ଆଉ ଜଣେ ଗିରଫ
ଫିରିଙ୍ଗିଆ/କେଳାପଡା, ୩ା୧୨: ଫିରିଙ୍ଗିଆ ବ୍ଲକ କେଲାପଡା ପଞ୍ଚାୟତ ଗେରୁପଡ଼ାରେ କୃଷ୍ଣଚନ୍ଦ୍ର ବଗର୍ତ୍ତିଙ୍କୁ ହତ୍ୟା ଘଟଣାରେ ପୋଲିସ ସୋମବାର ଆଉ ଜଣଙ୍କୁ ଗିରଫ କରିଛି। ସେ ହେଲେ ପାଙ୍ଗା ଅଞ୍ଚଳ ତମତିଙ୍ଗିଆର ହରିଶ୍ଚନ୍ଦ୍ର କହଁର ା ରବିବାର ବେହେଙ୍ଗିଆର ସିମନ କହଁରଙ୍କୁ ଗିରଫ…
କୁର୍କୁନପାଲିରେ ଆରମ୍ଭ ହେଲା ମିଶନ ଇନ୍ଦ୍ରଧନୁଷ୍
ଫୁଲବାଣୀ ଅଫିସ/ଫିରିଙ୍ଗିଆ, ୩ା୧୨-କନ୍ଧମାଳ ଜିଲାରେ ମିଶନ ଇନ୍ଦ୍ରଧନୁଷ୍ ୨.୦ କାର୍ଯ୍ୟକ୍ରମ ସୋମବାର ଆରମ୍ଭ ହୋଇଛି ା ଫିରିଙ୍ଗିଆର କୁର୍କୁନପାଲି ଗ୍ରାମରେ ଅନୁଷ୍ଠିତ ଜିଲାସ୍ତରୀୟ ଏହି କାର୍ଯ୍ୟକ୍ରମକୁ ଫୁଲବାଣୀ ବିଧାୟକ ଅଙ୍ଗଦ କହଁର, ଜିଲାପାଳ ଡା.ବୃନ୍ଦା ଡି, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା.ରାଜଶ୍ରୀ…
Archives


