ଆମ ଜିଲା ଖବର

ଚନ୍ଦକାରେ ଭାରତବନ୍ଦକୁ ସମର୍ଥନ, ଆନ୍ଦୋଳନକାରୀଙ୍କ ରାସ୍ତାରୋକୋ

ବାରଙ୍ଗ,୮।୧(ଡି.ଏନ୍‌.ଏ.): କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ତରଫରୁ ଭାରତବନ୍ଦ ଡାକରାର ପ୍ରଭାବ ବାରଙ୍ଗ ଅଞ୍ଚଳରେ ଦେଖିବାକୁ ମିଳି ନ ଥିବାବେଳେ ଚନ୍ଦକାରେ ଏହାର ପ୍ରଭାବ ଦେଖାଦେଇଛି। ଚନ୍ଦକା ବଜାରରେ ଆନ୍ଦୋଳନକାରୀମାନଙ୍କ ତରଫରୁ ସକାଳ ୮ଟାରୁ ୧୨ଟା ପର୍ଯ୍ୟନ୍ତ ରାସ୍ତାରୋକୋ କରାଯାଇଥିଲା। ସିପିଆଇଏମ୍‌ର ରାଜ୍ୟସମ୍ପାଦକ…

ଚାନ୍ଦବାଲିରେ ଭାରତ ବନ୍ଦ ପ୍ରଭାବ: ରେଳସେବା, ବନ୍ଦର କାର୍ଯ୍ୟ ପ୍ରଭାବିତ

ଚାନ୍ଦବାଲି,୮ା୧(ଡି.ଏନ୍‌.ଏ.)-୧୨ ଦଫା ଦାବି ନେଇ କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ଡାକରାରେ ବୁଧବାର ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକରେ ୧୨ ଘଣ୍ଟିଆ ବନ୍ଦ ପାଳନ ଓ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଛି। ଦଳୀୟ ନେତୃବୃନ୍ଦଙ୍କ ଏକ ଶୋଭାଯାତ୍ରା ସହର ପରିକ୍ରମା କରିବା ପରେ…

ପ୍ରଶାସନ ପକ୍ଷରୁ ଚାଉଳ ମିଲ୍‌ ଉପରେ ଅତର୍କିତ ଚଢ଼ାଉ, ମିଲର୍‌ଙ୍କୁ ତାଗିଦ

ପୁରୁଷୋତ୍ତମପୁର, ୮।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକର ବିଭିନ୍ନ ଗ୍ରାମରେ ଥିବା ଚାଉଳ ମିଲ ଉପରେ ପ୍ରଶାସନ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି। ପୁରୁଷୋତ୍ତମପୁର ତହସିଲଦାର ଅରୁଣ କୁମାର ନାୟକ, ସହକାରୀ ଜିଲା ଯୋଗାଣ ଅଧିକାରୀ ଉମେଶ ଚନ୍ଦ୍ର ସ୍ବାଇଁ, ପୁରୁଷୋତ୍ତମ…

ଭାରତ ବନ୍ଦ ଡାକରାକୁ କଂଗ୍ରେସର ସମର୍ଥନ

କେସିଙ୍ଗା,୮।୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଟ୍ରେଡ୍‌ ୟୁନିୟନ ପକ୍ଷରୁ ଭାରତ ବନ୍ଦ ଡାକରାକୁ କଂଗ୍ରେସ ସମର୍ଥନ କରିଥିବା ବେଳେ ଏହାର ଆଂଶିକ ପ୍ରଭାବ ପଡ଼ିଛି। ସହରର ସମସ୍ତ ବ୍ୟବସାୟ ପ୍ରତିଷ୍ଠାନ, ସ୍କୁଲ, କଲେଜ, ଏନ୍‌ଏସି, ଏଫ୍‌ସିଆଇ, ତହସିଲ କାର୍ଯ୍ୟାଳୟ ଆଦି…

ଦେବଗଡ଼ରେ ଭାରତ ବନ୍ଦର ପ୍ରଭାବ

ଦେବଗଡ଼,୮।୧(ଡି.ଏନ୍‌.ଏ.): ଦରବୃଦ୍ଧି, ଆର୍ଥିକ ମାନ୍ଦାବସ୍ଥା,ପ୍ରସ୍ତାବିତ ଶ୍ରମ ଆଇନ, ସିଏଏ ଓ ଏନ୍‌ଆର୍‌ସିକୁ ବିରୋଧ କରି କେନ୍ଦ୍ରୀୟ ଶ୍ରମିକ ସଂଗଠନ ତଥା ବିଭିନ୍ନ ଫେଡେରେଶନ ପକ୍ଷରୁ ୧୨ ଦଫା ଦାବି ପୂରଣ ନେଇ ଦିଆଯାଇଥିବା ଭାରତ ବନ୍ଦ ଡାକରାର ପ୍ରଭାବ ଦେବଗଡ଼ ଜିଲାରେ…

ଜଗତସିଂହପୁରରେ ଭାରତ ବନ୍ଦ ଡାକରା ଶାନ୍ତିପୂର୍ଣ୍ଣ

ଜଗତସିଂହପୁର ଅଫିସ୍‌, ୮।୧: ଜଗତସିଂହପୁରରେ ଭାରତ ବନ୍ଦ ଡାକରା ସଫଳ ହୋଇଛି। ବୁଧବାର ସକାଳୁ ଜିଲାର ଦୋକାନ ବଜାର ବନ୍ଦ ରହିଛି। କଂଗ୍ରେସ ଏବଂ ମିଳିତ ଟ୍ରେଡ୍‌ ୟୁନିୟନ୍‌ ପକ୍ଷରୁ ସ୍ଥାନୀୟ ଏସକେ ଏକାଡେମୀ ପଡିଆରୁ ଏକ ଶୋଭାଯାତ୍ରା ବାହାରି ମୁନସିପାଲଟି…

ବାଲିଗୁଡ଼ାରେ ବସ ଚଳାଚଳ ବନ୍ଦ

ବାଲିଗୁଡ଼ା,୮।୧(ଡି.ଏନ୍‌.ଏ.) : କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ପକ୍ଷରୁ ବୁଧବାର ୧୨ ଦଫା ନେଇ ଦେଶବ୍ୟାପୀ ବନ୍ଦ ପାଳନ ଡାକରା ଦିଆଯାଇଛି। ଏଠାରେ କୌଣସି ସଂଗଠନ ବନ୍ଦ କରିବା ପାଇଁ ପ୍ରଚାର କରି ନ ଥିଲେ ମଧ୍ୟ ଧର୍ମଘଟକୁ ଦୃଷ୍ଟିରେ ରଖି ବାଲିଗୁଡା…

କେନ୍ଦ୍ର ସରକାରଙ୍କ ଶ୍ରମିକ ମାରଣ ନୀତିର ପ୍ରତିବାଦ: ଜୀବନଯାତ୍ରା ପ୍ରଭାବିତ

ସୁନ୍ଦରଗଡ଼,୮।୧(ଡି.ଏନ୍‌.ଏ.): କେନ୍ଦ୍ର ସରକାରଙ୍କ ଶ୍ରମିକ ମାରଣନୀତି ପ୍ରତିବାଦରେ ବୁଧବାର କେନ୍ଦ୍ରୀୟ ଶ୍ରମିକ ସଂଗଠନ ପକ୍ଷରୁ ଦିଆଯାଇଥିବା ଭାରତ ବନ୍ଦ ଡାକରା ପ୍ରଭାବ ସୁନ୍ଦରଗଡ଼ରେ ଦେଖିବାକୁ ମିଳିଛି। ଜିଲାରେ ଏଆଇଟିୟୁସି ନେତୃତ୍ୱରେ ବିଭିନ୍ନ ଶ୍ରମିକ ସଂଗଠନ ଏହି ବନ୍ଦ ଆନ୍ଦୋଳନରେ ସାମିଲ ହୋଇଛନ୍ତି।…

ରାଉରକେଲାରେ ବନ୍ଦ ପ୍ରଭାବ: ଗାଡି ଚଳାଚଳ ସମ୍ପୂର୍ଣ୍ଣ ଠପ୍‌

ରାଉରକେଲା ଅଫିସ, ୮।୧: ୧୨ ଦଫା ଦାବି ନେଇ କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ୍‌ ପକ୍ଷରୁ ବୁଧବାର ୧୨ ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଛି। ବନ୍ଦ ପାଳନର ପ୍ରଭାବ ରାଉରକେଲାରେ ପଡିଛି। ରେଳ, ବସ୍‌ ଏବଂ ଅଟୋ ସହ ଜାତୀୟ ରାଜପଥରେ…

ଅଙ୍ଗନଓ୍ବାଡ଼ି କର୍ମୀଙ୍କ ଆନ୍ଦୋଳନ

ପୁରୁଷୋତ୍ତମପୁର,୮।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଭାରତ ବନ୍ଦର ସମ୍ପୂର୍ଣ୍ଣ ପ୍ରଭାବ ଦେଖାଦେଇଛି। ସହରର ବିଭିନ୍ନ ସ୍ଥାନରେ ଅଙ୍ଗନୱାଡ଼ି କର୍ମୀ, ବିଭିନ୍ନ ବିଦ୍ୟାଳୟର ମଧ୍ୟାହ୍ନଭୋଜନରେ ନିୟୋଜିତ ପାଚିକା,ସହାୟିକା ରାସ୍ତା ଅବରୋଧ କରି ଆନ୍ଦୋଳନ ଚଳାଇଛନ୍ତି। ଏହି ଆନ୍ଦୋଳନ ଯୋଗୁ ଗାଡ଼ିମୋଟର ଚଳାଚଳ ସମ୍ପୂର୍ଣ୍ଣ…

ଡଗରପଡା ଓ ଅଚ୍ୟୁତପୁରରୁ ସିରିଏଲ୍‌ ଚୋରି

ଖଇରା,୮।୧(ଡି.ଏନ୍‌.ଏ): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ଡଗରପଡା ଓ ଅଚ୍ୟୁତପୁର ପଞ୍ଚାୟତର ବିଭିନ୍ନ ଗାଁରୁ ମଙ୍ଗଳବାର ରାତିରେ ଚୋରି ହୋଇଛି। ୪ଟି ମନ୍ଦିରରୁ ଦୁର୍ବୃତ୍ତମାନେ ୫ଲକ୍ଷ ଟଙ୍କାର ଅଳଙ୍କାର ଚୋରି କରିନେଇଥିବା ଅଭିଯୋଗ ହୋଇଛି। ଏଥିସହ ମନ୍ଦିରର ସମସ୍ତ ହୁଣ୍ଡି…

ଭାରତ ବନ୍ଦକୁ ସମର୍ଥନ: ସତ୍ୟବାଦୀରେ ଅଙ୍ଗନଓ୍ବାଡି କର୍ମୀ ସଂଘର ଧାରଣା

ସାକ୍ଷୀଗୋପାଳ, ୮।୧(ଡି.ଏନ୍‌.ଏ.)- ଟ୍ରେଡ୍‌ ୟୁନିୟନର ଭାରତ ବନ୍ଦ ଆନ୍ଦୋଳନକୁ ସମର୍ଥନ ଜଣାଇ ନିଖିଳ ଓଡ଼ିଶା ଅଙ୍ଗନବାଡି କର୍ମୀ ଓ ସହାୟିକା ସଂଘ ସତ୍ୟବାଦୀ ଶାଖାର ଶତାଧିକ କର୍ମୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ବୁଧବାର ସେମାନେ କାର୍ଯ୍ୟ ବନ୍ଦ କରିବା ସହ ସ୍ଥାନୀୟ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?