ଆମ ଜିଲା ଖବର

ବିଦେଶ ମାଟିରେ ଉଜ୍ଜୀବିତ ରହିଛି ଓଡ଼ିଆ ସଂସ୍କୃତି

ତିର୍ତ୍ତୋଲ,୫ା୧୨(ଡି.ଏନ.ଏ.): ବିଦେଶ ମାଟି ସୁଦୂର ସୌଦି ଆରବରେ ପ୍ରବାସୀ ଓଡ଼ିଆମାନେ ଦୀର୍ଘ ୧୧ବର୍ଷ ଧରି ଓଡ଼ିଶା କଳା, ସଂସ୍କୃତିର ପ୍ରଚାର ପ୍ରସାର କରିଆସୁଛନ୍ତି ବୋଲି ସେଠାରେ ରହୁଥିବା ତିର୍ତ୍ତୋଲ ଅଞ୍ଚଳର ଯୁବ ଇଞ୍ଜିନିୟର ହିମାଂଶୁ ମଲ୍ଲିକ ସୂଚନା ଦେଇଛନ୍ତି। ସେ କହିଛନ୍ତି,…

କାମରେ ଲାଗୁନି ଜମି ପଟ୍ଟା: ତହସିଲ ଆଗରେ ଭୂମିହୀନଙ୍କ ଧାରଣା

ବାଲିଆ,୫ା୧୨: ବିରିଡ଼ି ତହସିଲ ଅଧୀନ କୁଳକଇଜଙ୍ଗା ପଞ୍ଚାୟତ ସମେତ ଅନ୍ୟ କେତେକ ପଞ୍ଚାୟତର ଭୂମିହୀନଙ୍କୁ ତହସିଲ ପ୍ରଶାସନ ପକ୍ଷରୁ ଜମିପଟ୍ଟା ପ୍ରଦାନ କରାଯାଇଥିଲା। ମାତ୍ର ସେହି ପଟ୍ଟା ଏବେ ସେମାନଙ୍କ କୌଣସି କାମରେ ଲାଗୁ ନ ଥିବା ଅଭିଯୋଗ ହୋଇଛି। ତେଣୁ…

ଯାଜପୁର-କେନ୍ଦୁଝରରୋଡ ରେଳଷ୍ଟେଶନ: ଲୋକ ସଭାରେ ଉଠିଲା ଡିଭିଜନ ମାନ୍ୟତା ଦାବି

ଯାଜପୁର ଅଫିସ,୫ା୧୨: ଲୋକ ସଭାର ଚଳିତ ଶୀତ ଅଧିବେଶନରେ ଯାଜପୁର ଏମ୍‌ପି ଶର୍ମିଷ୍ଠା ସେଠୀ ବୁଧବାର ଯାଜପୁର-କେନ୍ଦୁଝରରୋଡ ଷ୍ଟେଶନକୁ ସ୍ବତନ୍ତ୍ର ରେଳ ଡିଭିଜନ ମାନ୍ୟତା ଦେବାକୁ ଦାବି କରିଛନ୍ତି। ସେ ତାଙ୍କ ଦାବିରେ କହିଛନ୍ତି ଯେ, କେନ୍ଦ୍ର ସରକାର ଯାଜପୁର ଜିଲାର…

ସୌରିକ ଯୁବ ମହୋତ୍ସବ ପ୍ରସ୍ତୁତି ବୈଠକ

କାଳିଆପାଣି,୫ା୧୨(ଡି.ଏନ୍‌.ଏ.): କାଳିଆପାଣିସ୍ଥିତ ଖଣି ନିଗମ ଅତିଥିଶାଳାରେ ବୁଧବାର ୫ମ ବାର୍ଷିକ ସୌରିକ ଯୁବ ମହୋତ୍ସବ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସୁକିନ୍ଦା ବିଧାୟକ ପ୍ରୀତିରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ ଶ୍ରମିକ ନେତା ନାରାୟଣ ଚନ୍ଦ୍ର ଧୀରଙ୍କ ସଭାପତିତ୍ୱରେ ବୈଠକ ହୋଇଥିଲା।…

ଡଙ୍କାରୀ, ରାହାଡପୁର ଖାଦାନରେ ରାଜସ୍ବ ବିଭାଗ ଅତିରିକ୍ତ ଶାସନ ସଚିବ: ‘ବେଆଇନ ଖନନକୁ ପ୍ରଶ୍ରୟ ଦିଆଯିବ ନାହିଁ’

ଧର୍ମଶାଳା/ଚଢ଼େଇଧରା,୫ା୧୨(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନସ୍ଥ ଡଙ୍କାରୀ ଓ ରାହାଡପୁର ଖାଦାନରେ ବୁଧବାର ରାଜସ୍ବ ବିଭାଗର ଅତିରିକ୍ତ ଶାସନ ସଚିବ ବିଭୂତି ଭୂଷଣ ଦାସ ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ବେଆଇନ ଖନନକୁ ପ୍ରଶ୍ରୟ ଦିଆଯିବ ନାହିଁ ବୋଲି…

ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ, ହତ୍ୟା ଅଭିଯୋଗ କଲେ ପରିବାର

ଧର୍ମଶାଳା,୫ା୧୨(ଡି.ଏନ୍‌.ଏ.): ଧର୍ମଶାଳା ଥାନା ପାଟପୁର ପଞ୍ଚାୟତ ନସିଡିପୁର ଗ୍ରାମରେ ଜଣେ ମହିଳାଙ୍କୁ ତଣ୍ଟି ଚିପି ହତ୍ୟା କରିବାପରେ ଆତ୍ମହତ୍ୟା ରୂପ ଦିଆଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏ ନେଇ ମୃତ ମହିଳାଙ୍କ ଭଉଣୀ ମାନିନୀ ଓଝାଙ୍କ ଅଭିଯୋଗ ଆଧାରରେ ପୋଲିସ ଏକ…

ରୁଦ୍ରପୁର ଗୋଷ୍ଠୀ ସଂଘର୍ଷ ଘଟଣା: ପୋଲିସର କାର୍ଯ୍ୟଧାରାକୁ ନେଇ ଥାନା ଘେରିଲା ଭାଜପା ମହିଳା ମୋର୍ଚ୍ଚା

ବିଞ୍ଝାରପୁର,୫ା୧୨(ଡି.ଏନ୍‌.ଏ): ବିଞ୍ଝାରପୁର ଥାନା ଅନ୍ତର୍ଗତ କଲ୍ୟାଣପୁର ପଞ୍ଚାୟତ ରୁଦ୍ରପୁର ଗ୍ରାମରେ ସୋମବାର ସନ୍ଧ୍ୟାରେ ରାଜନୈତିକ ବିବାଦରୁ ସଂଘଠିତ ଗୋଷ୍ଠୀ ସଂର୍ଘଷ ଘଟଣାରେ ପୋଲିସର କାର୍ଯ୍ୟଧାରାକୁ ନେଇ ପ୍ରଶ୍ନ ଉଠାଇଛି ଭାଜପା। ଏହି କ୍ରମରେ ବୁଧବାର ପୁର୍ବାହ୍ନରେ ଥାନା ସମ୍ମୁଖରେ ଭାଜପା ଜିଲା…

ଦ୍ୱାଦଶ କୁଆଖିଆ ମହୋତ୍ସବ ପାଇଁ ପ୍ରସ୍ତୁତି

ରସୁଲପୁର,୫ା୧୨(ଡି.ଏନ୍‌.ଏ.): ରସୁଲପୁର ବ୍ଲକ ଅଞ୍ଚଳର ବ୍ୟବସାୟିକ ପ୍ରାଣକେନ୍ଦ୍ର ବୋଲି କୁହାଯାଉଥିବା କୁଆଖିଆ ବଜାରର ସାରଙ୍ଗପୁର ମେଲଣ ପଡ଼ିଆରେ ଆୟୋଜିତ ହେବାକୁ ଥିବା ଦ୍ୱାଦଶ କୁଆଖିଆ ମହୋତ୍ସବ ପାଇଁ ପ୍ରସ୍ତୁତି ବୈଠକ ବୁଧବାର କିର୍ତ୍ତୀ ପ୍ୟାଲେସ୍‌ଠାରେ ଅନୁଷ୍ଠିତ ହୋଇଯାଇଛି। ମହୋତ୍ସବ କମିଟି ଅଧ୍ୟକ୍ଷ…

ମୈଥାନ କର୍ମଚାରୀଙ୍କ ଧାରଣା: ୩୮ଘଣ୍ଟା ପରେ ନଜରବନ୍ଦୀରୁ ମୁକୁଳିଲେ ରୀତା ସିଂ

କଳିଙ୍ଗନଗର,୫ା୧୨(ଡି.ଏନ.ଏ.): କଳିଙ୍ଗନଗରସ୍ଥିତ ମୈଥାନ କାରଖାନା କର୍ମଚାରୀଙ୍କ ଦ୍ୱାରା ନଜରବନ୍ଦୀ ଥିବା ମେସ୍କୋ ଗ୍ରୁପର ଅଧ୍ୟକ୍ଷା ରୀତା ସିଂ ୩୮ ଘଣ୍ଟା ପରେ ମୁକୁଳିଛନ୍ତି । ବୁଧବାର ରାତି ୮ଟାରେ ଜିଲା ପ୍ରଶାସନ ଓ ପୋଲିସ ସହାୟତାରେ ଅଧ୍ୟକ୍ଷା ରୀତା ହିଲଭ୍ୟୁ ହୋଟେଲରୁ…

ପଦନୀପାଳକୁ ଜିଲାପାଳଙ୍କ ଗସ୍ତ: ଖୁବ୍‌ଶୀଘ୍ର ପୋଲ ନିର୍ମାଣ ପ୍ରତିଶ୍ରୁତି

ଆଳି/ରାଜକନିକା, ୫।୧୨ (ଡି.ଏନ୍‌.ଏ): ଆଳି ବ୍ଲକ ଅଧୀନ ପଦନୀପାଳ ପଞ୍ଚାୟତ ଚତୁଃପାର୍ଶ୍ୱରେ କାଣୀ ଓ ଖରସ୍ରୋତା ନଦୀ ଘେରି ରହିଥିବାରୁ ପଞ୍ଚାୟତବାସୀ ଘରୁ ବାହାରିଲେ ଡଙ୍ଗାର ଆବଶ୍ୟକତା ପଡ଼େ। ତେବେ ଦୀର୍ଘବର୍ଷ ଧରି ଏହି ପଞ୍ଚାୟତବାସୀଙ୍କ ଯାତାୟାତ ସୁବିଧା ନିମନ୍ତେ ଏକ…

ନାବାଳିକାଙ୍କୁ ଅସଦାଚରଣ: ଅଭିଯୋଗ, ଯୁବକ ଗିରଫ

ଆଳି, ୫।୧୨ (ଡି.ଏନ୍‌.ଏ.): ଆଳି ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ପୋଲିସ ବାଳକାଟି ଅଞ୍ଚଳର ହରିଶ୍ଚନ୍ଦ୍ର ଦାସଙ୍କ ପୁଅ ଲିଟୁଙ୍କୁ ଗିରଫ କରିଛି। ଅଭିଯୋଗ ମୁତାବକ, ମଙ୍ଗଳବାର ନାବାଳିକାଙ୍କ ବାପା ଆଳି ଡାକ୍ତରଖାନା ଯାଇଥିବା ବେଳେ ଲିଟୁ…

ଧ୍ୱଂସ ମୁଖରେ ଗିରି ଗୋବର୍ଦ୍ଧନ ପାହାଡ଼

ରଣପୁର,୫।୧୨(ସ୍ବ.ପ୍ର.): ନୟାଗଡ ଜିଲା ରଣପୁର ତହସିଲ କୁଳାସର ପଞ୍ଚାୟତ ନୀଳପଲ୍ଲୀ ଗଁ। ନିକଟରେ ରହିଛି ଗିରି ଗୋବର୍ଦ୍ଧନ ପାହାଡ । ଏହି ଐତିହ୍ୟ ସମ୍ପନ୍ନ ପାହାଡକୁ ଡିନାମାଇଟ୍‌ ଲଗାଇ ବିସ୍ଫୋରଣ କରାଯାଇ ପଥର ଚାଲାଣ ହେଉଛି। ଫଳରେ କଳା ମୁଗୁନି ପଥରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?