ଆମ ଜିଲା ଖବର

କବିସୂର୍ଯ୍ୟନଗର କାମଦେବ ହତ୍ୟା ମାମଲା: ୨୪ ବର୍ଷ ପରେ ଅଭିଯୁକ୍ତ ଗିରଫ

ବ୍ରହ୍ମପୁର ଅଫିସ,୮।୧୨: ଏକ ହତ୍ୟା ମାମଲାରେ ଦୀର୍ଘ ୨୪ ବର୍ଷ ଧରି ନାମ ବଦଳାଇ ଫେରାର ଥିବା ଜଣେ ଅଭିଯୁକ୍ତଙ୍କୁ ଗଞ୍ଜାମ ଜିଲା ବୈଦ୍ୟନାଥପୁର ଥାନା ପୋଲିସ ଗିରଫ କରିଛି । ଅଭିଯୁକ୍ତ ଜଣଙ୍କ ଏ. ହରି ଦାସ (୫୦)ଓ ତାଙ୍କ…

ଶୀତ ଋତୁରେ ପର୍ଯ୍ୟଟକଙ୍କ ମନ ଜିଣୁଛି କେନ୍ଦୁଝରର କଶ୍ମୀର ‘ଦରଗୁଡ଼ିଶିଳା’

କୋଳିମାଟି,୮ା୧୨:(ଡି.ଏନ୍‌.ଏ.): ବଣ ପାହାଡ଼ ଘେରା କେନ୍ଦୁଝର ଜିଲାର ପ୍ରାକୃତିକ ପରିବେଶ ବେଶ ମନୋରମ। ବିଶେଷ କରି ଶୀତ ଋତୁର ଆଗମନରେ ଜିଲାର ପ୍ରମୁଖ ପର୍ଯ୍ୟଟନସ୍ଥଳଗୁଡ଼ିକରେ ପ୍ରାକୃତିର ଅପୂର୍ବ ସୌନ୍ଦର୍ଯ୍ୟ ଦେଖିବାକୁ ମିଳେ। ଏଭଳି ଏକ ପ୍ରମୁଖ ପର୍ଯ୍ୟଟନସ୍ଥଳୀ ବା ଏଠାକାର କଶ୍ମୀର…

ମଦ୍ୟପ ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ

କେସିଙ୍ଗା,୮।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଅନ୍ତର୍ଗତ କୁଣ୍ଡାବନ୍ଦ ପଞ୍ଚାୟତ ହରିଜନପଡ଼ାରେ ରବିବାର ଜଣେ ମଦ୍ୟପ ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ ହେଲେ ମଦନା ଦୀପ (୪୫)। ସୂଚନାଯୋଗ୍ୟ, ମଦନାଙ୍କ ସ୍ବାମୀ ମହନ ଦୀପ (୫୬)…

ପୁରୀ ନାବାଳିକା ବଳାତ୍କାର ମାମଲା: ରାୟଗଡ଼ାରୁ ଚତୁର୍ଥ ଅଭିଯୁକ୍ତ ବୁଲୁ ଗିରଫ

ପୁରୀ ଅଫିସ,୮।୧୨: ପୁରୀ ପୋଲିସ କ୍ୱାର୍ଟର୍ସରେ ନାବାଳିକାଙ୍କୁ ଗଣବଳାତ୍କାର ମାମଲାରେ ଚତୁର୍ଥ ଅଭିଯୁକ୍ତଙ୍କୁ ରାୟଗଡ଼ା ଓ ପୁରୀ ପୋଲିସ ମିଳିତ ଉଦ୍ୟମରେ ଗିରଫ କରାଯାଇଛି। ରାୟଗଡ଼ା ସହରର ଚେକାଗୁଡ଼ାର ନାଗାବଳୀ ନଦୀ ପାଖରୁ ପୋଲିସ ଅଭିଯୁକ୍ତ ବୁଲୁ ବାରିକଙ୍କୁ କରିଛି। ତେବେ…

ବାଧକ ସାଜିଛି ଗଛ: ଧିମେଇ ଯାଉଛି ରାସ୍ତା କାମ

ଜମନକିରା,୮।୧୨(ଡି.ଏନ୍‌.ଏ): ସମ୍ବଲପୁର ଜିଲା କୁଚିଣ୍ଡା ଉପଖଣ୍ଡସ୍ଥ ଗୃହ ଓ ପୂର୍ତ୍ତ ବିଭାଗ ପକ୍ଷରୁ ଜମନକିରା ୫୩ ନଂ. ରାଜପଥ ଷଣ୍ଢପଥର-ଫାଶୀମାଳ ଏବଂ ଜମନକିରା ମୁଖଛକ -ବଡ଼ମାଳ ପର୍ଯ୍ୟନ୍ତ ନିର୍ମାଣାଧୀନ ଥିବା ରାସ୍ତା ମଝିରେ ଗଛଗୁଡ଼ିକ ଥିବାରୁ ରାସ୍ତାକାମ ବାଧାପ୍ରାପ୍ତ ହେଉଛି। ଏ…

ବଢ଼ିଲାଣି ଶୀତ: ପୂର୍ବାହ୍ନ ୯ଟା ପର୍ଯ୍ୟନ୍ତ ଘନକୁହୁଡ଼ି, ଜନଜୀବନ ଅସ୍ତବ୍ୟସ୍ତ

ଭବାନୀପାଟଣା,୮।୧୨(ଡି.ଏନ୍‌.ଏ.): ଚଳିତ ମାସ ପ୍ରଥମ ସପ୍ତାହରୁ ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ଆଶାତୀତ କମ୍‌ ହୋଇଥିବାରୁ ଶୀତର ପ୍ରକୋପ ବୃଦ୍ଧି ପାଇଛି। ସେହିପରି ଭବାନୀପାଟଣା, ଥୁ.ରାମପୁର, ଲାଞ୍ଜିଗଡ଼, ମ.ରାମପୁର, କର୍ଲାମୁଣ୍ଡା, ଜୁନାଗଡ଼, ଗୋଲାମୁଣ୍ଡା, କଲମପୁର, ନର୍ଲା ବ୍ଲକର ଆଭ୍ୟନ୍ତରୀଣ ଅଞ୍ଚଳରେ ଶୀତର…

ଧାନରେ ସାଆରା ରୋଗ: ଚାଷୀ ଆତଙ୍କିତ

କର୍ଲାମୁଣ୍ଡା,(ଡି.ଏନ୍‌.ଏ): ୮।୧୨: କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ଚାଷୀ ଧାନ ଅମଳ ସମୟରେ ‘ସାଆରା’ ରୋଗ ଆକ୍ରମଣ ଯୋଗୁ ଆତଙ୍କିତ ହୋଇଛନ୍ତି। ଚଳିତବର୍ଷ ବ୍ଲକରେ ଜୁନ, ଜୁଲାଇ, ଅଗଷ୍ଟ, ସେପ୍ଟେମ୍ବର, ଅକ୍ଟୋବର ମାସରେ ମୋଟ ୧୯୪୦ ମିମି ବର୍ଷା ହୋଇ ବ୍ୟାପକ…

ବ୍ରହ୍ମପୁରରେ ଆଦର୍ଶ ବିବାହ: ଦୃଷ୍ଟିହୀନ ସୌମ୍ୟାଙ୍କ ହାତଧରିଲେ ମଦନ

ବ୍ରହ୍ମପୁର ଅଫିସ,୮।୧୨: ସାଧାରଣତଃ ଦୃଷ୍ଟିହୀନ ଝିଅମାନଙ୍କ ବିବାହରେ ଅନେକ ପ୍ରତିବନ୍ଧକ ଦେଖାଦେଇଥାଏ। ହେଲେ ଗଞ୍ଜାମରେ ଏହାର ବ୍ୟତିକ୍ରମ ସ୍ବରୂପ ଦୃଷ୍ଟିହୀନ ସୌମ୍ୟାଙ୍କ ହାତ ଧରିଛନ୍ତି ଆନ୍ଧ୍ରପ୍ରଦେଶର ମଦନ ମୋହନ। ରବିବାର ବ୍ରହ୍ମପୁରର ଏକ କଲ୍ୟାଣ ମଣ୍ଡପରେ ଉଭୟଙ୍କ ବିବାହ ଅନୁଷ୍ଠିତ ହୋଇଛି…

ଦୁର୍ଗମ ଅଞ୍ଚଳରେ ପୁଣି ହାତୀ ଆତଙ୍କ: ଘର ଭାଙ୍ଗିଲେ, ଫସଲ ଉଜାଡ଼ିଲେ

ଭବାନୀପାଟଣା,୮।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଦୁର୍ଗମ ଅଞ୍ଚଳରେ ପୁଣି ହାତୀ ଉପଦ୍ରବ ଦେଖିବାକୁ ମିଳିଛି। ବ୍ଲକର ପୋଖରୀବନ୍ଧ ପଞ୍ଚାୟତ ମେଲଭୁଟୁ ଗାଁରେ ଏବେ ହାତୀପଲ ଆତଙ୍କ ଖେଳାଇଛନ୍ତି। ଶନିବାର ବିଳମ୍ବିତ ରାତିରେ ହାତୀପଲ ଗାଁର ୫ଟି ଘର ସମ୍ପୂର୍ଣ୍ଣ ଭାଙ୍ଗିବା…

ପାଇକ ବିଦ୍ରୋହ ସ୍ମାରକର ଭିତ୍ତିପ୍ରସ୍ତର ସ୍ଥାପନ କଲେ ରାଷ୍ଟ୍ରପତି: କହିଲେ ‘ଆଗାମୀ ପିଢ଼ି ପାଇଁ ପ୍ରେରଣାର ଉତ୍ସ ହେବ’

ଖୋର୍ଦ୍ଧା ଅଫିସ,୮।୧୨: ବରୁଣେଇ ପାଦ ଦେଶରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପାଇକବିଦ୍ରୋହ ସ୍ମାରକର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଓଡ଼ିଆରେ ଜୟ ଜଗନ୍ନାଥ କହି ଉଦ୍‌ବୋଧନ ଆରମ୍ଭ କରି କହିଲେ ପାଇକ ସଂଗାମ ହେଉଛି ଭାରତର ଗର୍ବ ଓ ଗୌରବର ସ୍ମାରକୀ। ଏହା…

ଧାନ କାଟିବାକୁ ଆସି ବ୍ୟକ୍ତିଙ୍କ ଆତ୍ମହତ୍ୟା

ପଦ୍ମପୁର,୮।୧୨(ଡି.ଏନ୍‌.ଏ.) : ଭଦ୍ରକ ଜିଲା ବାସୁଦେବପୁର ବ୍ଲକ କଶିଆ ସାମୁଦ୍ରିକ ଥାନା ଅଧିନସ୍ଥ ଗୋପବନ୍ଧୁ ନଗରଠାରେ ଜଣେ ବ୍ୟକ୍ତି ଶନିବାର ରାତିରେ ଏକ ଗଛରେ ଗାମୁଛା ସାହାଯ୍ୟରେ ଆତ୍ମହତ୍ୟା କରିଛନ୍ତି। ସୂଚନା ଅନୁଯାୟୀ, ପଶ୍ଚିମବଙ୍ଗ ଉତ୍ତଆମଡିଆର ୬ ଜଣ ଲୋକ ଗ୍ରାମର…

ତାଳଚେର ବିଧାୟକଙ୍କ କ୍ୟାମ୍ପ ଅଫିସରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ: ଜଳିଗଲା ଗାଡ଼ି, ପୋଲିସର ତଦନ୍ତ ଆରମ୍ଭ

ତାଳଚେର, ୮।୧୨(ନି.ପ୍ର): ଅନୁଗୋଳ ଜିଲା ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନଙ୍କ ଭରତପୁର ସ୍ଥିତ କ୍ୟାମ୍ପ ଅଫିସରେ ଶନିବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ନିଆଁ ଲଗାଇଦେଇଥିବା ଜଣାପଡ଼ିଛି। ଏଥିରେ ବିଧାୟକଙ୍କ ଫର୍‌ଚ୍ୟୁନର ଗାଡ଼ି ଓ ବିଜୁ ଯୁବ ବାହିନୀର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?