ଆମ ଜିଲା ଖବର

କୃଷ୍ଣ ବଗର୍ତ୍ତି ହତ୍ୟା ଘଟଣା ଆଉ ଜଣେ ଗିରଫ

ଫିରିଙ୍ଗିଆ/କେଳାପଡା, ୩ା୧୨: ଫିରିଙ୍ଗିଆ ବ୍ଲକ କେଲାପଡା ପଞ୍ଚାୟତ ଗେରୁପଡ଼ାରେ କୃଷ୍ଣଚନ୍ଦ୍ର ବଗର୍ତ୍ତିଙ୍କୁ ହତ୍ୟା ଘଟଣାରେ ପୋଲିସ ସୋମବାର ଆଉ ଜଣଙ୍କୁ ଗିରଫ କରିଛି। ସେ ହେଲେ ପାଙ୍ଗା ଅଞ୍ଚଳ ତମତିଙ୍ଗିଆର ହରିଶ୍ଚନ୍ଦ୍ର କହଁର ା ରବିବାର ବେହେଙ୍ଗିଆର ସିମନ କହଁରଙ୍କୁ ଗିରଫ…

କୁର୍କୁନପାଲିରେ ଆରମ୍ଭ ହେଲା ମିଶନ ଇନ୍ଦ୍ରଧନୁଷ୍‌

ଫୁଲବାଣୀ ଅଫିସ/ଫିରିଙ୍ଗିଆ, ୩ା୧୨-କନ୍ଧମାଳ ଜିଲାରେ ମିଶନ ଇନ୍ଦ୍ରଧନୁଷ୍‌ ୨.୦ କାର୍ଯ୍ୟକ୍ରମ ସୋମବାର ଆରମ୍ଭ ହୋଇଛି ା ଫିରିଙ୍ଗିଆର କୁର୍କୁନପାଲି ଗ୍ରାମରେ ଅନୁଷ୍ଠିତ ଜିଲାସ୍ତରୀୟ ଏହି କାର୍ଯ୍ୟକ୍ରମକୁ ଫୁଲବାଣୀ ବିଧାୟକ ଅଙ୍ଗଦ କହଁର, ଜିଲାପାଳ ଡା.ବୃନ୍ଦା ଡି, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା.ରାଜଶ୍ରୀ…

ମାଓବାଦୀଙ୍କ ପିଏଲ୍‌ଜିଏ ସପ୍ତାହ ପାଳନ ଆରମ୍ଭ :୪ ରୁଟ୍‌ରେ ସରକାରୀ ବସ୍‌ ଚଳାଚଳ ବନ୍ଦ

ବ୍ରହ୍ମପୁର ଅଫିସ,୩ା୧୨-ସୋମବାରରୁ ଆସନ୍ତା ୮ତାରିଖ ପର୍ଯ୍ୟନ୍ତ ମାଓବାଦୀଙ୍କ ପିଏଲ୍‌ଜିଏ ସପ୍ତାହ ପାଳନ କରାଯାଉଛି । ପୂର୍ବରୁ ସପ୍ତାହ ପାଳନ ବେଳେ ବ୍ୟାପକ ହିଂସା ହୋଇଥାଏ। ସରକାରୀ ଗାଡ଼ିଗୁଡ଼ିକକୁ ମାଓବାଦୀମାନେ ଜାଳି ଦେଉଥିବା ନଜିର ରହିଛି । ଏହାକୁ ଦୃଷ୍ଟିରେ ରଖି ସତର୍କ…

ନରସିଂହପୁରରେ ମେଣ୍ଢା ମଡ଼କ

କୁକୁଡାଖଣ୍ଡି,୩ା୧୨ (ଡି.ଏନ.ଏ.)- କୁକୁଡ଼ାଖଣ୍ଡି ବ୍ଲକ ମହୁଡା ପଞ୍ଚାୟତର ନରସିଂହପୁରରେ ଗତ କିଛିଦିନ ମଧ୍ୟରେ ୮୧ ମେଣ୍ଢାଙ୍କ ମୃତ୍ୟୁ ଘଟିଛି। ମେଣ୍ଢା ପ୍ରଥମେ ନିମୋନିଆରେ ଆକ୍ରାନ୍ତ ହେଉଛନ୍ତି। ପରେ ସେମାନଙ୍କ ଫୁସଫୁସରେ କ୍ଷତ ସୃଷ୍ଟି ହୋଇ ମୃତ୍ୟୁ ହୋଇଛି ବୋଲି କଟକରୁ ଆସିଥିବା…

ସଫେଇ କାମକୁ ନେଇ ଗଣ୍ଡଗୋଳ ଘଟଣା ୨ ମାମଲାରେ ୩ ଗିରଫ, ୩ ଜେଜେବିରେ ହାଜର

ବ୍ରହ୍ମପୁର ଅଫିସ,୩ା୧୨-ବ୍ରହ୍ମପୁର ମହାନଗର ନିଗମ ସଫେଇ କାମକୁ ନେଇ ୨ ଜମାଦାର ଗୋଷ୍ଠୀ ମଧ୍ୟରେ ସଂଗଠିତ ଗଣ୍ଡଗୋଳ ଘଟଣାରେ ବଡବଜାର ପୋଲିସ ୨ ମାମଲାରେ ୩ ଜଣଙ୍କୁ ଗିରଫ କରିଥିବା ବେଳେ ଅନ୍ୟ ୩ ନାବାଳକଙ୍କୁ ଜୁଭେନାଇଲ ଜଷ୍ଟିସ ବୋର୍ଡ଼ (ଜେଜେବି)…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଖଣ୍ଡାରେ ଆକ୍ରମଣ ୩ ଗୁରୁତର, ୧୧ ଅଟକ

ଗୋପାଳପୁର,୩ା୧୨-ବ୍ରହ୍ମପୁର ମହାନଗର ନିଗମ ଆମ୍ବପୁଆ ଦଳିତସାହିରେ ରବିବାର ରାତିରେ କୁଳ ବୈଠକ ବସିିଥିଲା। ଏଥିରେ ଅପର ଗୋଷ୍ଠୀର କେତେଜଣ ଲୋକ ପୂର୍ବ ଶତ୍ରୁତାକୁ ନେଇ ଲଙ୍କାଗୁଣ୍ଡ ଫିଙ୍ଗିବା ସହ ୩ ଜଣଙ୍କୁ ଖଣ୍ଡାରେ ଆକ୍ରମଣ କରିଛନ୍ତି। ଆହତ ବୁଲୁ ଦାସ, ଶ୍ରୀକାନ୍ତ…

ଜନସେବା କେନ୍ଦ୍ର ଖୋଲିବା ପାଇଁ ଟଙ୍କା ଆଦାୟ ଅଭିଯୋଗ ତଦନ୍ତ ନିର୍ଦ୍ଦେଶ ଦେଲେ ଅତିରିକ୍ତ ଜିଲାପାଳ

ଛତ୍ରପୁର,୩ା୧୨(ଡି.ଏନ.ଏ)-ଗଞ୍ଜାମ ଜିଲାରେ ଜନସେବା କେନ୍ଦ୍ର ଖୋଲିବା ପାଇଁ ମଞ୍ଜୁରୀ ଦେବାରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି ା ଏପରିକି କେତେଜଣ ବ୍ୟକ୍ତିଙ୍କ ନାଁରେ ଜନସେବା କେନ୍ଦ୍ର କରିଦେବା ନେଇ ଅର୍ଥ କାରବାର ହୋଇଥିବା ଗଞ୍ଜାମ ଭିଏଲଇ ସୋସାଇଟି ପକ୍ଷରୁ ଅଭିଯୋଗ କରାଯାଇଛି…

ପେଟ୍ରୋଲ ଟାଙ୍କି କରାଇଦେବା ନାଁରେ ୪୦ ଲକ୍ଷ ଟଙ୍କା ଠକେଇ:ବିହାରରୁ ୩ ଜଣଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ

ଭୁବନ, ୩ା୧୨(ଡି.ଏନ.ଏ) ପେଟ୍ରୋଲ ଟାଙ୍କି କରାଇଦେବା ନାଁରେ ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସି ୩ନଂ ୱାର୍ଡର ଓମ ପ୍ରକାଶ ମିଶ୍ରଙ୍କଠାରୁ ୪୦ ଲକ୍ଷ ୪୫ ହଜାର ଟଙ୍କା ଠକେଇ ଅଭିଯୋଗରେ କ୍ରାଇମବ୍ରାଞ୍ଚ ୩ ଜଣ ଯୁବକଙ୍କୁ ବିହାରରୁ ଗିରଫ କରିଛି। ଅଭିଯୁକ୍ତମାନେ…

ଲିଙ୍କ୍‌ ଫେଲ ହେବାରୁ କାର୍ଯ୍ୟ ଠପ୍‌:ପରିବହନ କାର୍ଯ୍ୟାଳୟରେ ଉତ୍ତେଜନା

ଢେଙ୍କାନାଳ ଅଫିସ,୩ା୧୨ ଲାଇସେନ୍ସ, ଗାଡ଼ି କାଗଜପତ୍ର କରାଇବାକୁ ସୋମବାର ଢେଙ୍କାନାଳ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟକୁ ଆସିଥିବା ଲୋକଙ୍କୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡିଛି। ସକାଳ ୧୦ଟାରୁ ଇଣ୍ଟରନେଟ୍‌ ଲିଙ୍କ୍‌ ଫେଲ୍‌ ହୋଇଯିବାରୁ ନୂତନ ଲାଇସେନ୍ସ, ଫିଟନେସ ଯାଞ୍ଚ, ଗାଡି ପଞ୍ଜୀକରଣ ଆଦି…

ପ୍ରାଥମିକ ବିଦ୍ୟାଳୟକୁ ହାଇସ୍କୁଲରେ ମିଶ୍ରଣ ଦାବି

ବନ୍ତଳା,୩।୧୨(ଡି.ଏନ.ଏ.) ଅନୁଗୋଳ ଜିଲା ବନ୍ତଳା ଥାନା ପୋକତୁଙ୍ଗା ସରକାରୀ ପ୍ରାଥମିକ ବିଦ୍ୟାଳୟକୁ ସରକାରୀ ଉଚ୍ଚ ବିଦ୍ୟାଳୟରେ ମିଶାଇବା ପାଇଁ ସୋମବାର ଜିଲାପାଳଙ୍କ ନିକଟରେ ଗ୍ରାମର ଯୁବକମାନେ ଦାବି କରିଛନ୍ତି। ଗ୍ରାମବାସୀଙ୍କ ଅଭିଯୋଗ ମୁତାବକ, ଗ୍ରାମରେ ଖେଳ ପଡିଆ ନ ଥିବାରୁ ଉକ୍ତ…

ପରକୀୟା ପ୍ରୀତିରୁ ହତ୍ୟାକାଣ୍ଡ

କଣିହାଁ, ୩ା୧୨(ଡି.ଏନ.ଏ.) ଅନୁଗୋଳ ଜିଲା କଣିହାଁ ବ୍ଲକ ରେଙ୍ଗାଳି ଥାନା ବାଲିପଶିସାହିର ଏକ କୂଅରୁ ଗତ ୨୮ ତାରିଖରେ ଦୁର୍ଯ୍ୟୋଧନ ତୁଙ୍ଗଙ୍କ ମୁଣ୍ଡବିହୀନ ମୃତଦେହ ଉଦ୍ଧାର ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ପରକୀୟା ପ୍ରୀତି ଯୋଗୁ ଏହି ହତ୍ୟାକାଣ୍ଡ ଘଟିଥିବା ପୋଲିସ…

ଫୁଲଝରଠାରେ ଖୋଲିଲା ରାଜ୍ୟର ପ୍ରଥମ ମହିଳା ଶାଖା ଡାକଘର

ଲହୁଣୀପଡା, ୩।୧୨ (ଡି.ଏନ.ଏ)- ସୁନ୍ଦରଗଡ ଜିଲା ଲହୁଣୀପଡା ବ୍ଳକ ଅନ୍ତର୍ଗତ ଫୁଲଝରଠାରେ ଡାକ ବିଭାଗ ପକ୍ଷରୁ ଓଡ଼ିଶାର ପ୍ରଥମ ଥର ପାଇଁ ଏକ ମହିଳା ଶାଖା ଡାକଘର ଆନୁଷ୍ଠାନିକ ଭାବେ ଶନିବାର ଉଦ୍‌ଘାଟିତ ହୋଇଛି। ଏହାର ଉଦ୍‌ଘାଟନୀ ଉତ୍ସବରେ ରାଉରକେଲା ଡାକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?