୫ ଦିନ ହେଲା ଅନ୍ଧାରରେ ଗାଁ
ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ ଆସିଥିବା ଥ୍ରି-ଫେଜ୍ ତାରରେ ଶର୍ଟ ସର୍କିଟ ହୋଇ ତାହା ପୋଡ଼ି ଛିଣ୍ଡି ପଡ଼ିଛି।…
ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା
ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍ ଗୁମୁଡ଼ା ଏସ୍ଏସ୍ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ ଛାତ୍ର ଗୁରୁନାଥ ମୁଦୁଲିଙ୍କ ମୃତଦେହ ଜବତ ପରେ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ନେଇ ପ୍ରଶ୍ନ…
ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ
ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର ଏକ ପ୍ରତିନିଧି ଦଳ ବରଗଡ଼ ଏସପି ରବିନ୍ଦ୍ରନାଥ ଶତପଥୀଙ୍କୁ ଫେରାଦ ହୋଇଥିଲେ ।…
ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ
ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ ମାର୍ଶାଘାଇ ପଞ୍ଚାୟତ ସରପଞ୍ଚ ଭାଗବତ ବେହେରାଙ୍କୁ ଗିରଫ କରିଛି। ମହିଳା ଡାକ୍ତର ଉପାଳି…
ବଞ୍ଜାରୀ ଘାଟିରେ ପୁଣି ଓଲଟିଲା ଏଲ୍ପିଜି ଗ୍ୟାସ୍ ଟ୍ୟାଙ୍କର
ଲାଞ୍ଜିଗଡ଼, ୨୮ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡାକୁ ସଂଯୋଗ କରୁଥିବା ନର୍ଲା ଥାନା ଅନ୍ତର୍ଗତ ୬ ନମ୍ବର ରାଜ୍ୟ ରାଜପଥର କିଡିଙ୍ଗ-ଛତିକୁଡ଼ା ରାସ୍ତାର ବଞ୍ଜାରୀ ଘାଟିରେ ଶୁକ୍ରବାର ପୁଣି ଏକ ଗ୍ୟାସ୍ ଟ୍ୟାଙ୍କର (ସିଜି୦୭ସିବି-୦୮୮୫) ଭାରସାମ୍ୟ ହରାଇ ଓଲଟି…
ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକ ନିଖୋଜ
କୋକସରା,୨୮ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ) କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ପଞ୍ଚାୟତ ଭାଲିଆଯୋର ଗ୍ରାମର ଜୟସିଂ ଧଙ୍ଗଡାମାଝୀ (୪୫) ପେଟପାଟଣା ପାଇଁ ହାଇଦ୍ରାବାଦ ସହରକୁ ଯାଇଥିଲେ। ତେବେ ସେ ଘରକୁ ଫେରିବା ସମୟରେ ନିଖୋଜ ହୋଇଥିବା…
ଗଞ୍ଜେଇ ମାମଲାରେ ଯୁବକଙ୍କୁ ମୋହନାରୁ ଗିରଫ କଲା ତାମିଲନାଡୁ ପୋଲିସ
ମୋହନା, ୨୮।୮ (ମନ୍ମଥ ମିଶ୍ର): ତାମିଲନାଡୁରେ ଗଞ୍ଜେଇ ଜବତ ଘଟଣାର ତଦନ୍ତ କରି ଓଡ଼ିଶାର ଗଜପତି ଜିଲାରେ ପହଞ୍ଚିଛି ତାମିଲନାଡୁ ପୋଲିସ। ଗଞ୍ଜେଇ ଚାଲାଣ ମାମଲାରେ ମୋହନା ଅଞ୍ଚଳରୁ ଜଣେ ଯୁବକଙ୍କୁ ଗିରଫ କରାଯାଇଛି। ତାମିଲନାଡୁ ପୋଲିସର ତଦନ୍ତରୁ ଗଜପତି ଜିଲାର…
ଅଙ୍ଗନୱାଡ଼ି କର୍ମୀଙ୍କ ଅନଶନ ପ୍ରତ୍ୟାହୃତ
ଗୁଣପୁର, ୨୮/୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ୍ର ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିସ୍ ୱାର୍କର୍ସ ଆସୋସିଏଶନ୍ ପକ୍ଷରୁ ଦୀର୍ଘଦିନର ବିଭିନ୍ନ ଦାବି ନେଇ ପ୍ରଶାସନକୁ ଲିଖିତ ଅଭିଯୋଗ କରାଯାଇଥିଲେ ମଧ୍ୟ କୌଣସି ସମାଧାନ ନ ହେବାରୁ ଗତ ୨୫…
ଭାଜପା ମହିଳା ମୋର୍ଚ୍ଚାର ରକ୍ଷାବନ୍ଧନ
ହାଟଡିହୀ, ୨୮/୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ଅନ୍ତର୍ଗତ ହାଟଡିହୀ ଭାଜପା କାର୍ଯ୍ୟାଳୟ ପରିସରରେ ଭାଜପା ମହିଳା ମୋର୍ଚ୍ଚା ପକ୍ଷରୁ ରକ୍ଷାବନ୍ଧନ ଉତ୍ସବ ଉତ୍ସାହ ଓ ଆନନ୍ଦର ସହ ପାଳିତ ହୋଇଯାଇଛି। ପୂର୍ବତନ ଜିଲା ପରିଷଦ ସଦସ୍ୟା…
ଅନଲାଇନରେ ଠକେଇ ହେବାମାତ୍ରେ ଶୀଘ୍ର କରନ୍ତୁ ଏପରି: ପାଟପୁର ପୋଲିସ ପକ୍ଷରୁ…
ଦିଗପହଣ୍ଡି,୨୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପକ୍ଷରୁ ଶୁକ୍ରବାର ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ମାଧ୍ୟମିକ ବିଦ୍ୟାଳୟ ପରିସରରେ ସାଇବର କ୍ରାଇମ୍ ରୁ କିଭଳି ସୁରକ୍ଷିତ ରହିପାରିବା ଏବଂ ନିଶାମୁକ୍ତ ଓଡ଼ିଶା ସମ୍ପର୍କିତ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଅଧ୍ୟାପକ…
ବ୍ଲକ୍ ପଞ୍ଚାୟତ ବିକାଶ ଯୋଜନା ବୈଠକରେ ତାତିଲେ ନିର୍ବାଚିତ ସଦସ୍ୟ: କାର୍ଯ୍ୟଶୈଳୀ ନେଇ ଅସନ୍ତୋଷ ବ୍ୟକ୍ତ କଲେ…
ପାଟଣା, ୨୮୮ (ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ବ୍ଲକ୍ ସଭାଗୃହରେ ଶୁକ୍ରବାର ବ୍ଲକ୍ ପଞ୍ଚାୟତ ବିକାଶ ଯୋଜନାର ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ ପ୍ରକଳ୍ପ ପ୍ରସ୍ତୁତି ନିମନ୍ତେ ଏକ ସ୍ୱତନ୍ତ୍ର ବୈଠକ ଅନୁଷ୍ଠିତ ହୋଇଛି। ରାଜ୍ୟ ଓ…
ଫୁଟବଲ ପ୍ରତିଯୋଗିତା: ଝାରବେଡ଼ା ଚାମ୍ପିୟନ
କୁଆଁରମୁଣ୍ଡା,୨୮।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଧୀନ କାଲୋଷିହିରିଆ ପଞ୍ଚାୟତ ଲୁଚାବାହାଲ ସ୍କୁଲବସ୍ତି ଖେଳ ପଡ଼ିଆରେ ୨ ଦିନିଆ ଫୁଟବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ପବିତ୍ର ରକ୍ଷା ବନ୍ଧନ ଗୁରୁବାରଠାରୁ ଆୟୋଜିତ ଏହି ପ୍ରତିଯୋଗିତାର ଶୁକ୍ରବାର ଥିଲା ଉଦ୍ଯାପନୀ…

