ଆମ ଜିଲା ଖବର

ଯନ୍ତ୍ରଣାରେ ଛଟପଟ ସନ୍ତୋଷ

ବଇଣ୍ଡା,୧୭।୧୦(ଡି.ଏନ.ଏ.) ସାଙ୍ଗମାନଙ୍କ ସହ ଖେଳୁଥିବାବେଳେ ପଡିଯାଇ ପେଟରେ ଆଘାତ ପାଇଥିଲେ ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଗ୍ରାମର ସନ୍ତୋଷ ସାହୁ (୩୦)। ଜିଲା ମୁଖ୍ୟ ଚିକିତ୍ସାଳୟ ସହ କଟକ ମେଡିକାଲରେ ଚିକିତ୍ସିତ ହେବା ପରେ ବି ସେ ସୁସ୍ଥ ହୋଇପାରିନାହାନ୍ତି।…

ସରିଲା ଚୌଦ୍ୱାର ରୂପଯାତ୍ରା, ଭସାଣି

ଚୌଦ୍ୱାର,୧୭।୧୦(ଡି.ଏନ୍‌.ଏ.): ଚୌଦ୍ୱାର ରୂପଯାତ୍ରା ଓ ଭସାଣି ଉତ୍ସବ ବୁଧବାର ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ମେଲଣ ପଡ଼ିଆରେ ମଙ୍ଗଳବାର ରାତିରେ ମେଲଣ କରିଥିବା ୪୦ଟି ମେଢ଼ ବୁଧବାର ସକାଳୁ ଭସାଣ ଶୋଭାଯାତ୍ରା ଆରମ୍ଭ କରିଥିଲେ। ପୂର୍ବାହ୍ନ ପ୍ରାୟ ୯ଟାରୁ ମେଢ଼ଗୁଡ଼ିକ ପୂଜା…

୭ ସପ୍ତାହ ଧରି କୋଇଲା ସଙ୍କଟ; ନାଲ୍‌କୋର ୮୦ ପଟ୍‌ ବନ୍ଦ

ବଅଁରପାଳ, ୧୭।୧୦ (ଡି.ଏନ୍‌.ଏ.) ଅନୁଗୋଳ ଜିଲାରେ ଥିବା ନବରତ୍ନ ପ୍ରାପ୍ତ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍‌କୋ ବିଦ୍ୟୁତ୍‌ ପ୍ରକଳ୍ପରେ କୋଇଲା ସଙ୍କଟ ଲାଗି ରହିଛି। ଗତ ୭ ସପ୍ତାହ ହେଲା ତାଳଚେରସ୍ଥିତ ମହାନଦୀ କୋଲ୍‌ ଫିଲଡ୍‌ସ ଲିମିଟେଡ୍‌ (ଏମ୍‌ସିଏଲ୍‌)ରୁ ଆବଶ୍ୟକ ପରିମାଣର କୋଇଲା…

ଗଞ୍ଜେଇ ବୋଝେଇ ଅଟୋ ଜବତ; ଅଣ ଓଡ଼ିଆ ଯୁବକ, ଯୁବତୀଙ୍କ ସହ ଚାଳକ ଗିରଫ

ଦିଗପହଣ୍ଡି,୧୭ା୧୦(ଡି.ଏନ.ଏ.) -ଦିଗପହଣ୍ଡି ଅବକାରୀ ବିଭାଗ ଏକ ଗଞ୍ଜେଇ ବୋଝେଇ ଅଟୋ (ନଂ.ଓଡି୦୭ଏକ୍ସ-୧୯୮୨)କୁ ଜବତ କରିଛି। ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ପଶ୍ଚିମବଙ୍ଗ ମୁର୍ଶିଦାବାଦ ଅଞ୍ଚଳର ଯୁବକ ମଣ୍ଟୁ ବିଶ୍ୱାସ ଓ ଯୁବତୀ ମରୁଫା ବଓ୍ବୋଙ୍କ ସମେତ ପାଟପୁର ଥାନା କନ୍ଧନୂଆଗଡ ଗ୍ରାମର…

ଗ୍ରାମ୍ୟ ଉନ୍ନୟନ ପ୍ରମୁଖ ଶାସନ ସଚିବଙ୍କ ୨ ଦିନିଆ ଜଗତ୍‌ସିଂହପୁର ଗସ୍ତ: ବଢ଼ିବ ଜିଲା ମୁଖ୍ୟ ଚିକିତ୍ସାଳୟ ଶଯ୍ୟା ସଂଖ୍ୟା

ଜଗତ୍‌ସିଂହପୁର ଅଫିସ, ୧୭ା୧୦: ଜଗତ୍‌ସିଂହପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଦୀର୍ଘ ଦିନ ଧରି ୧୦୦ ଶଯ୍ୟା ବିଶିଷ୍ଟ ମାତୃ ଓ ଶିଶୁ ସ୍ବାସ୍ଥ୍ୟ (ଏମ୍‌ସିଏଚ୍‌) ୱାର୍ଡ ନିର୍ମାଣ ନେଇ ଦାବି ହୋଇ ଆସୁଥିଲା। ଅତୀତରେ ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଥିଲେ ସୁଦ୍ଧା…

ବଜ୍ରପାତରେ ମହିଳା ମୃତ

ବେଗୁନିଆପଡ଼ା,୧୭ା୧୦(ଡି.ଏନ.ଏ.)-ବେଗୁନିଆପଡ଼ା ବ୍ଲକ ଏସ୍‌.ଛଚିନା ପଞ୍ଚାୟତର ତୁମ୍ବୁଡ଼ା ଗ୍ରାମରେ ବୁଧବାର ଅପରାହ୍ନରେ ବଜ୍ରପାତରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ପି. ଡମା ପାତ୍ରଙ୍କ ସ୍ତ୍ରୀ ପି.ତାରମା। ପି.ତାରମା ନିଜ ବିଲକୁ ଘାସ ବାଛିବା ପାଇଁ ଯାଇଥିଲେ। ହଠାତ ବର୍ଷା ହେବା…

ବନ୍ଦ ହୃତ୍‌ପିଣ୍ଡ ପୁନଃ ଚାଲୁ ହୋଇପାରିବ

ବ୍ରହ୍ମପୁର ଅଫିସ୍‌,୧୭ା୧୦-ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟର ନିଶ୍ଚେତନ, ଯନ୍ତ୍ରଣା ଉପଶମ ଏବଂ ଗୁରୁତର ଚିକିତ୍ସା ବିଭାଗ ତରଫରୁ ବୁଧବାର ସକାଳେ ବିଶ୍ୱ ନିଶ୍ଚେତନ ଦିବସ ଆୟୋଜିତ ହୋଇଯାଇଛି। ବର୍ହିଃ ବିଭାଗ ସମ୍ମୁଖରେ ଆୟୋଜିତ କାର୍ଯ୍ୟକ୍ରମରେ ହୃଦୟ ପୁନାରମ୍ଭ…

ପଶ୍ଚିମବଙ୍ଗରେ ହିନ୍ଦୁ ଅସୁରକ୍ଷିତ ଅଭିଯୋଗ; ରାଷ୍ଟ୍ରପତି ଶାସନ ଦାବି କଲା ବଜରଙ୍ଗ ଦଳ

ବ୍ରହ୍ମପୁର ଅଫିସ,୧୭ା୧୦-ପଶ୍ଚିମବଙ୍ଗରେ ଜଣକ ପରେ ଜଣେ ହିନ୍ଦୁଙ୍କୁ ହତ୍ୟା କରାଯାଉଛି। ଗତ କିଛିବର୍ଷ ହେଲା ଏହି ଧାରା ଜାରି ରହିଛି । ସେଠାରେ ହିନ୍ଦୁମାନେ ନିଜକୁ ଅସୁରକ୍ଷିତ ମଣିଲେନି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ହିଂସା ରୋକିବା ଦିଗରେ କୌଣସି ପଦକ୍ଷେପ ନେଉନାହାନ୍ତି।…

ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀଙ୍କ ସନ୍ଦେହଜନକ ମୃତ୍ୟୁ

ଧର୍ମଶାଳା,୧୭।୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକର ଗ୍ରାମସେବିକା ତଥା ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ବୁଧବାର ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି। ସ୍ଥାନୀୟ ସରପଞ୍ଚଙ୍କ ନିଜସ୍ବ କାର୍ଯ୍ୟାଳୟ ପରିସରରେ ସ୍ମିତାରାଣୀ ଦୌଡ଼ି ଦେଇ ଆତ୍ମହତ୍ୟା କରିଥିବା କୁହାଯାଉଥିବାବେଳେ ତାଙ୍କୁ…

ବେଆଇନ ପିଚୁ ପ୍ଲାଣ୍ଟ ଉପରେ କାର୍ଯ୍ୟାନୁଷ୍ଠାନ

ଯାଜପୁର ଅଫିସ,୧୭।୧୦: ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧିନରେ ଥିବା ୫ଟି ବେଆଇନ ପିଚୁ ପ୍ଲାଣ୍ଟକୁ ବନ୍ଦ କରିବାକୁ ଯାଜପୁର ଜିଲାପାଳ ଦୁଇଟି ସ୍ବତନ୍ତ୍ର ସ୍କ୍ବାର୍ଡ ଗଠନ କରିଛନ୍ତି। ଏହାକୁ ଧର୍ମଶାଳା ତହସିଲଦାର ଓ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍‌ପିସିବି)ର କଳିଙ୍ଗନଗର…

ଭାରତୀୟ ଚିକିତ୍ସକ ସଂଘ ପକ୍ଷରୁ ହାତଧୂଆ ଦିବସ

ଯାଜପୁର ଅଫିସ,୧୭।୧୦: ଭାରତୀୟ ଚିକିତ୍ସକ ସଂଘ ଯାଜପୁର ରୋଡ଼ ଆନୁକୂଲ୍ୟରେ ମଙ୍ଗଳବାର ଧନେଶ୍ୱର ଆଞ୍ଚଳିକ ଉଚ୍ଚ ବିଦ୍ୟାପୀଠରେ ବିଶ୍ୱ ହାତଧୁଆ ଦିବସ ପାଳିତ ହେଇଯାଇଛି। ସଂଘର ସଭାପତି ଡାକ୍ତର ହେମନ୍ତ କିଶୋର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆଲୋଚନାଚକ୍ରରେ ବିଦ୍ୟାପୀଠର ପ୍ରଧାନ ଶିକ୍ଷକ…

ସଟର କାଟି ଲୁଗା ଦୋକାନରୁ ଲୁଟ

ଯାଜପୁର ଟାଉନ,୧୭।୧୦(ଡି.ଏନ୍‌.ଏ.): ସଟର କାଟି ଲୁଗା ଦୋକାନରୁ ଲୁଟ ହୋଇଛି। ଯାଜପୁର ସଦର ଥାନା ଅନ୍ତର୍ଗତ ଖଇରାବାଦ ଗାଁ ର ମା’ ଲଷ୍ମୀ ଟେକ୍ସଟାଇଲ ଦୋକାନରୁ ମଙ୍ଗଳବାର ବିଳମ୍ବିତ ରାତିରେ କେତେକ ଦୁର୍ବୃତ୍ତ ଲୁଗାଲୁଟ କରି ଫେରାର ହୋଇଯାଇଛନ୍ତି। ଲୁଟ ସାମଗ୍ରୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?