ଆମ ଜିଲା ଖବର

ନାଲକୋ ହିଲ୍‌ଟପ୍‌ରେ ଛାଇଗଲା କୁଆପଥର

ଦାମନଯୋଡ଼ି/କୋରାପୁଟ,୧୯ା୪(ସ୍ବ.ପ୍ର.): କୋରାପୁଟ ଜିଲା ଦାମନଯୋଡ଼ିରେ ଶୁକ୍ରବାର ଅପରାହ୍ନରେ ପ୍ରବଳ କୁଆପଥର ବର୍ଷା ହୋଇଛି। ଏଥିରେ ନାଲକୋର ହିଲଟପ୍‌ ବରଫାବୃତ୍ତ ହୋଇ କାଶ୍ମୀରର ଭ୍ରମ ସୃଷ୍ଟି କରିଛି। ପଞ୍ଚପଟ୍ଟମାଳି ଖଣିର ହିଲଟପ ଅଞ୍ଚଳରେ ପ୍ରାୟ ୨ ଇଞ୍ଚର କୁଆପଥର ବର୍ଷା  ହୋଇଥିଲା। ରାଜ୍ୟ…

ଆବାସ ଅଧାରେ ଥାଇ ହଡ଼ପ ହେଉଛି ଅର୍ଥ

ଦଶମନ୍ତପୁର,୧୯।୪(ଡି.ଏନ୍‌.ଏ.): ଆବାସ ଯୋଜନାରେ ଦୁର୍ନୀତିର ଗନ୍ତାଘର ସାଜିଛି କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ। କେଉଁଠି ପୁନାଦିରେ କାମ ରହି ମଧ୍ୟ ଶେଷ ବିଲ୍‌ ଉଠାଯାଇ ଥିବାବେଳେ ଅନ୍ୟ କେଉଁଠି ଗୃହ ସଂପୂର୍ଣ୍ଣ ହୋଇ ନଥିଲେ ହେଁ କାର୍ଯ୍ୟାଳୟରେ ଫଟୋ ଦେଖାଇ କିଛି…

ଚାଷ ଉଜାଡୁଛି ପଥର କ୍ୱାରି, କ୍ରଶର

ନନ୍ଦପୁର,୧୯।୪(ଡି.ଏନ୍‌.ଏ.): ନନ୍ଦପୁର ବ୍ଲକ ଘାଗ ଗ୍ରାମ ନିକଟରେ ଏକ ପଥର କ୍ୱାରି ସହ କ୍ରସର ଚାଲୁଥିବା ଯୋଗୁଁ ବିଭିନ୍ନ ସମସ୍ୟା ଉପୁଜୁଥିବା ସ୍ଥାନୀୟ ଗ୍ରାମବାସୀ ଗତ ରବିବାର ନନ୍ଦପୁର ଥାନାରେ ଏତଲା ଦେଇଛନ୍ତି। ପ୍ରତିଦିନ ବ୍ଲାଷ୍ଟିଂ ଯୋଗୁଁ ଘର ଭିତ୍ତି ଦୋହଲିଯିବା…

ବିହନ ଅନୁକୂଳ, ସାଥୀ ବାଛିବାର ପର୍ବ ‘ଚୈତ୍ର’: ଗୀତବାଦ୍ୟ ସହ ଢେମ୍‌ସା ନାଚରେ କମ୍ପୁଛି ଆଦିବାସୀ ପଡ଼ା

କୋରାପୁଟ,୧୯।୪(ସ୍ବ.ପ୍ର.): କୋରାପୁଟ ଜିଲାର ଆଦିବାସୀ ବହୁଳ ଅଞ୍ଚଳ ଚୈତ୍ର ପରବ ପାଇଁ ଉତ୍ସବମୁଖର ହୋଇପଡ଼ିଛି। ଆଦିବାସୀ ତରୁଣୀଙ୍କ ଢେମସା ନାଚ ସାଙ୍ଗକୁ ମାଇକରେ ଆଦିବାସୀ ଗୀତ ସାଙ୍ଗକୁ ଯୁବକଙ୍କ ବାଦ୍ୟ ଗାଁଦାଣ୍ଡ ପ୍ରକମ୍ପିତ କରୁଛି। ଗୁରୁବାର ଜିଲାର କୋରାପୁଟ ବ୍ଲକର ମସ୍ତିପୁଟ,…

୬ ପୋଲିଂ କର୍ମଚାରୀ ସସ୍‌ପେଣ୍ଡ

ବରଗଡ଼ ଅଫିସ,୧୯।୪: ୬ଜଣ ପୋଲିଂ କର୍ମଚାରୀଙ୍କୁ ସସ୍‌ପେଣ୍ଡ କଲେ ବରଗଡ଼ ଜିଲାପାଳ। ନିର୍ବାଚନରେ ଅବହେଳା ଯୋଗୁଁ ପୋଲିଂ କର୍ମଚାରୀଙ୍କୁ ସସ୍‌ପେଣ୍ଡ କରାଯାଇଥିବା ସୂଚନା ମିଳିଛି। ସସ୍‌ପେଣ୍ଡ ମଧ୍ୟରେ ୩ ପ୍ରିଜାଇଡିଂ ଅଫିସର ଓ ୩ ସେକ୍ଟର ଅଫିସର ରହିଛନ୍ତି। ବୁଥ ନମ୍ବର…

ରେଭେନ୍‌ଶାରେ ଛାତ୍ରୀଙ୍କୁ ର଼୍ୟାଗିଂ ଘଟଣା : ୧୪ ଦିନ ପୂରିଲା: ଦଣ୍ଡାଦେଶ ମାନିଲେନି

କଟକ ଅଫିସ,୧୯।୪- ରେଭେନ୍‌ଶା ବିଶ୍ୱବିଦ୍ୟାଳୟର କାଠଯୋଡ଼ି ହଷ୍ଟେଲରେ ଘଟିଥିବା ଛାତ୍ରୀ ର଼୍ୟାଗିଂ ଘଟଣାର ତଦନ୍ତ ରିପୋର୍ଟ ଗତ ୫ ତାରିଖରେ ୟୁନିଭର୍ସିଟି ଗ୍ରାଣ୍ଟ କମିଶନ(ୟୁଜିସି) ନିକଟରେ ବିଶ୍ୱବିଦ୍ୟାଳୟର ଆଣ୍ଟି ର଼୍ୟାଗିଂ ସେଲ୍‌ ପକ୍ଷରୁ ଦାଖଲ କରାଯାଇଥିଲା। ଉଭୟ ପକ୍ଷକୁ ନେଇ ତଦନ୍ତ…

୪ ଜଣଙ୍କ ଜୀବନ ନେଲା ଦନ୍ତାହାତୀ

ତାଳଚେର,୧୯ା୪(ଡି.ଏନ୍‌.ଏ): ତାଳଚେର ପୋରାଞ୍ଚଳର ଷଣ୍ଢଗାଁରେ ଗୁରୁବାର ରାତିରେ ଏକ ଦନ୍ତାହାତୀ ଆକ୍ରମଣରେ ୪ଜଣଙ୍କ ଜୀବନ ଯାଇଛି। ସେମାନେ ହେଲେ କାଳିଆ ସହର, ସୁନୀତା ସେଠ୍‌, ସାରଥି ସହର ଓ ଅନୀତା ସହର। ଗୋଟିଏ ଆଦିବାସୀ ପରିବାର କୁଡ଼ିଆ କରି ଗ୍ରାମ ନିକଟରେ…

ସର୍ଟସର୍କିଟରୁ ଅଗ୍ନିକାଣ୍ଡ : ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିଗଲା

ଭୁବନ, ୧୯ା୪(ଡି.ଏନ.ଏ) ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ପରିବା ମାର୍କେଟରେ ଥିବା ନାରାୟଣ ପୋଥାଳଙ୍କ ଗ୍ରୋସରୀ ଦୋକାନରେ ବିଦ୍ୟୁତ ସର୍ଟସର୍କିଟରୁ ଗୁରୁବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ସବୁ ଜଳି ପାଉଁଶ ହୋଇଯାଇଛି । ନାରାୟଣ ଦୋକାନ ବନ୍ଦ କରି ଘରକୁ…

ବେଆଇନ ପିସ୍ତଲ ସହ ୮ ଜୀବନ୍ତ ଗୁଳି ଜବତ, ଅଭିଯୁକ୍ତ ଗିରଫ

ବଡବିଲ, ୧୯।୪(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ ଥାନା ଅନ୍ତର୍ଗତ ଉପରବସ୍ତିରୁ ଜଣେ ଯୁବକଙ୍କ ନିକଟରୁ ଏକ ବିଦେଶୀ ପିସ୍ତଲ ସହ ୮ଟି ଜୀବନ୍ତ ଗୁଳି ଜବତ ହୋଇଥିବାବେଳେ ସମ୍ପୃକ୍ତ ଅଭିଯୁକ୍ତ ସେକ ମୁମତାଜଙ୍କୁ ପୋଲିସ ଗିରଫ କରିଥିବା ଜଣାପଡିଛି। ସେକଙ୍କ ନାମରେ ବଡବିଲ…

ନାସାରେ ବାଲେଶ୍ୱର ଛାତ୍ରୀଙ୍କ କୃତିତ୍ୱ

ବାଲେଶ୍ୱର ଅଫିସ, ୧୯।୪-ବାଲେଶ୍ୱର ସେଣ୍ଟ ଭିନ୍‌ସେଣ୍ଟ କନ୍‌୍‌ଭେଣ୍ଟ ସିନିୟର ସେକେଣ୍ଡାରୀ ସ୍କୁଲର ୧୩ଜଣ ଛାତ୍ରୀଛାତ୍ର ୟୁଏସ୍‌ଏ ଓରଲାଣ୍ଡସ୍ଥିତ ନ୍ୟାଶନାଲ ଏରୋନେଟିକ୍‌ ଆଣ୍ଡ ସ୍ପେଶ୍‌ ଆଡ଼ମିନିଷ୍ଟ୍ରେଶନ (ନାସା) ସେଣ୍ଟରରେ ଆୟୋଜିତ ଅନ୍ତର୍ଜାତୀୟ ଅନ୍ତରୀକ୍ଷ ବିଜ୍ଞାନ ସମ୍ମିଳନୀରେ ଯୋଗଦେଇଥିଲେ। ନବମ ଶ୍ରେଣୀ ଛାତ୍ରୀ ଅନୁସ୍କା…

ନେସ୍କୋ କାର୍ଯ୍ୟାଳୟରେ ବିଦ୍ୟୁତ୍‌ କର୍ମଚାରୀଙ୍କ ଧାରଣା

ଭୋଗରାଇ, ୧୯।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ଦେହୁର୍ଦ୍ଦାସ୍ଥିତ ନେସ୍କୋ ବିଭାଗ କାର୍ଯ୍ୟାଳୟରେ ବିଦ୍ୟୁତ୍‌ ବିଭାଗ କର୍ମଚାରୀଙ୍କ ଦ୍ୱାରା ଗୁରୁବାର ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯାଇ ଧାରଣା ଦିଆଯାଇଛି। ବିଦ୍ୟୁତ୍‌ ବିଭାଗ କର୍ମଚାରୀଙ୍କ ଆନ୍ଦୋଳନ ଯୋଗୁ ବିଦ୍ୟୁତ୍‌୍‌ ସେବା ବ୍ୟାହତ ହେବାର…

କ୍ଷମତାକୁ ଆସିଲେ ଭାଜପା ନିଯୁକ୍ତି ସୁଯୋଗ ବଢାଇବ

ଆନନ୍ଦପୁର,୧୯।୪(ସ୍ବ.ପ୍ର.)- କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଗୁରୁବାର କେନ୍ଦୁଝର ଜିଲା ଗସ୍ତରେ ଆସି ଆନନ୍ଦପୁର ଓ ଘସିପୁରା ନିର୍ବାଚନମଣ୍ଡଳୀରେ ଭାଜପା ବିଧାୟକ ପ୍ରାର୍ଥୀ ଏବଂ କେନ୍ଦୁଝର ଏମ୍‌ପି ପ୍ରାର୍ଥୀଙ୍କ ପାଇଁ ଭୋଟ ପ୍ରଚାର କରିଛନ୍ତି। ସେ କେନ୍ଦ୍ରୀୟ ଯୋଜନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri