ଆମ ଜିଲା ଖବର

ଆବାସ ଯୋଜନାରେ ଦୁର୍ନୀତି ଘଟଣା: ୩ ଦିନରେ ରିପୋର୍ଟ ଦେବ ନୂତନ କମିଟି

ଅନୁଗୋଳ ଅଫିସ, ୬।୯ – ଅନୁଗୋଳ ବ୍ଲକ ବେଡ଼ାଶାସନ ପଞ୍ଚାୟତର ଦୁଇଟି ଗଁାରେ ଇନ୍ଦିରା ଆବାସ ଯୋଜନାରେ ଦୁର୍ନୀତି ହୋଇଥିବା ନେଇ ବୁଧବାର ବିଡିଓଙ୍କ ନିକଟରେ ଅଭିଯୋଗ ହୋଇଥିଲା। ଏହି ଘଟଣାରେ ଅନୁଗୋଳ ବିଡିଓ ମାୟାଧର ବେହେରା ଗୁରୁବାର ଏକ ୪…

ଟ୍ରକ୍‌ ଡ୍ରାଇଭରଙ୍କୁ ବି ହେଲ୍‌ମେଟ୍‌ ଜରିମାନା

ଖୋର୍ଦ୍ଧା ଅଫିସ,୬।୯: ବିନା ହେଲ୍‌ମେଟ୍‌ରେ ଟ୍ରକ୍‌ ଚଳାଉଥିବାରୁ ଖୋର୍ଦ୍ଧାରେ ଜଣେ ଡ୍ରାଇଭରଙ୍କ ଉପରେ ଜରିମାନା ହୋଇଛି। ଡ୍ରାଇଭର ଜଣକ ପଶ୍ଚିମବଙ୍ଗରୁ ଟ୍ରକ୍‌ରେ ଟମାଟୋ ଧରି ଆସିଥିଲେ। ୯ ନିୟମ ଉଲ୍ଲଂଘନ ବାବଦକୁ ମୋଟ ୩୫ ହଜାର ୫୦୦ ଟଙ୍କା ଜରିମାନା କରାଯାଇଛି।…

ଫାଇଲ ତଳେ କହ୍ନେଇଜେନା ଇକୋ ଟୁରିଜିମ ପ୍ରକଳ୍ପ ଭାଗ୍ୟ: ନାହିଁ ଆନ୍ତରିକତା, ଆଗଉନି କାମ

ତାଳଚେର, ୬ା୯ (ନି.ପ୍ର.) – ଫାଇଲ ତଳେ ତାଳଚେର ସମଲ ବ୍ୟାରେଜଠାରେ ପ୍ରସ୍ତାବିତ କହ୍ନେଇଜେନା ଇକୋ ଟୁରିଜିମ ପ୍ରକଳ୍ପର ଭାଗ୍ୟ। କାଗଜକଲମରେ ସରିଛି ବ୍ୟୟ ଅଟକଳ, ଆବଶ୍ୟକ ଜମି ଚିହ୍ନଟ। ହେଲେ ବାସ୍ତବରେ ଏହାର କାର୍ଯ୍ୟକାରିତାକୁ ନେଇ ପରିବେଶବିତ୍‌ଙ୍କ ସମେତ ଅଞ୍ଚଳବାସୀ…

ପୌରସଂସ୍ଥା ବାହାରେ କାର୍ଯ୍ୟାଳୟ କ୍ୟାଶବୁକ୍‌: ଆକାଉଣ୍ଟ ଜବତ କଲେ ପିଡି

ଅନୁଗୋଳ ଅଫିସ, ୬।୯-ଅନୁଗୋଳ ପୌରପାଳିକାରେ ନିୟୋଜିତ ହୋଇଥିବା ଜଣେ ଆକାଉଣ୍ଟାଣ୍ଟ ଗୁରୁବାର କାର୍ଯ୍ୟାଳୟର କ୍ୟାଶବୁକ୍‌କୁ ବାହାରକୁ ନେବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ପୌରପାଳିକା ଅର୍ଥ ହେରଫେର ନେଇ ଉଦ୍ୟମ ଚାଲିଥିବା ଅଭିଯୋଗ ପାଇବା ପରେ ଘଟଣାରେ ତୁରନ୍ତ ପଦକ୍ଷେପ ନେଇଛନ୍ତି…

୧୧ ଦିନ ପରେ ନାଲ୍‌କୋ ବିଶ୍ୱକର୍ମା ପୂଜା: ଝଲସିବ ଆଲୁମିନିୟମ ନଗରୀ

ବଅଁରପାଳ, ୬।୯ (ଡି.ଏନ୍‌.ଏ) – ନାଲ୍‌କୋ ପ୍ରସିଦ୍ଧ ଗଣପର୍ବ ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା ଆସନ୍ତା ୧୭ ତାରିଖ ଠାରୁ ଅନୁଷ୍ଠିତ ହେବ। ଏହି ପୂଜା ପାଇଁ ସମଗ୍ର ନାଲକୋ ନଗର ଏବେ ଠାରୁ ଚଳଚଞ୍ଚଳ ହୋଇପଡ଼ିଛି। ଚଳିତ ବର୍ଷ ୨୩ଟି ମଣ୍ଡପରେ…

ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତଙ୍କ ସମେତ ୧୧ ଗିରଫ

ରାଇକିଆ, ୬ା୯(ଡି.ଏନ.ଏ.): ଜଣେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ରାଇକିଆ ପୋଲିସ ଅଭିଯୁକ୍ତଙ୍କ ସମେତ ୧୧ ଜଣଙ୍କୁ ଗିରଫ କରିଛି। ଗିରଫ ଯୁବକ ହେଲେ ଶିବାନୀ ପ୍ରଧାନ। ଘଟଣାକୁ ଚପାଇ ଦେବା ଅଭିଯୋଗରେ ୧୦ ଜଣ ଗ୍ରାମବାସୀଙ୍କୁ ଗିରଫ କରାଯାଇଛି। ସୂଚନା ଅନୁଯାୟୀ,…

ଜଙ୍ଗଲରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ଘଟଣା: ପ୍ରତାରଣା ଯୋଗୁ ଆତ୍ମହତ୍ୟା, ଜଣେ ଗିରଫ

ଜି.ଉଦୟଗିରି,୬ା୯(ଡି.ଏନ.ଏ.)- ଜି.ଉଦୟଗିରି ଥାନା ପେଟାଗୁଡ଼ା ଜଙ୍ଗଲରୁ ମଙ୍ଗଳବାର ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ମିଳିଥିଲା। ବିବାହ ପ୍ରଲୋଭନ ଦେଖାଇ ୨ବର୍ଷ ଶାରିରୀକ ସମ୍ପର୍କ ରଖିବା ପରେ ବିବାହ ପାଇଁ ମନା କରିବାରୁ ମହିଳା ଜଣଙ୍କ ଆତ୍ମହତ୍ୟା କରିଥିବା ପୋଲିସ କହିଛି। ନଂ.୧୦୭/୧୯…

ଲଗାଣ ବର୍ଷା, ଆତଙ୍କିତ ଶେରଗଡ଼ବାସୀ

ଶେରଗଡ଼,୬ା୯(ଡି.ଏନ୍‌.ଏ.)- ଶେରଗଡ଼ରେ ବୁଧବାର ରାତିରୁ ପ୍ରବଳ ବର୍ଷା ଲାଗି ରହିଛି। ଫଳରେ ନନ୍ଦିନୀ ନଦୀର ଜଳସ୍ତର ବୃଦ୍ଧି ପାଇଛି। ଉପଯୁକ୍ତ ଡ୍ରେନେଜ୍‌ ବ୍ୟବସ୍ଥା ନ ଥିବାରୁ ଶେରଗଡ଼ ଓ ଆଖପାଖ ଗ୍ରାମ ବିଲମାଳରେ ବର୍ଷାପାଣି ବଢିବାରେ ଲାଗିଛି। କିଛିଦିନ ତଳେ ଶେରଗଡ଼…

ଅଶାନ୍ତ ସମୁଦ୍ର, ୪୮ ଘଣ୍ଟା ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ବାରଣ

ଗୋପାଳପୁର,୬ା୯-ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗତ ଦୁଇଦିନ ହେଲା ଗଞ୍ଜାମ ଜିଲାରେ ବର୍ଷା ଲାଗି ରହିଛି। ବୁଧବାର ସକାଳ ୮.୩୦ରୁ ଗୁରୁବାର ୮.୩୦ ପର୍ଯ୍ୟନ୍ତ ଜିଲାରେ ୧୦୮ ମିିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି । ସେହିପରି ଗୁରୁବାର…

ବନ୍ୟାପାଣିରେ ପୋଲ ଭୁଶୁଡ଼ିଲା

ପାଟପୁର,୬ା୯(ଡି.ଏନ.ଏ.)- ସାନଖେମୁଣ୍ଡି ଅଞ୍ଚଳରେ ବୁଧବାର ସନ୍ଧ୍ୟାରୁ ଜାରି ରହିଛି ଲଗାଣ ବର୍ଷା। ଏହାର ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛି ା ସମଗ୍ର ସାନଖେମୁଣ୍ଡି ଅଞ୍ଚଳ ଜଳମଗ୍ନ ହୋଇ ପଡିଛି ା ଗୁରୁବାର ବୁଦ୍ଧେଶ୍ୱର ଗ୍ରାମ ନିକଟ ରଘୁନାଥ ସାଗରରେ ବନ୍ୟାପାଣି…

ଭସାଣି ଶୋଭାଯାତ୍ରାବେଳେ ଗୋଷ୍ଠୀ ବିବାଦ

ଦିଗପହଣ୍ଡି,୬ା୯(ଡି.ଏନ.ଏ.) – ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ବାବୁଲିବନ୍ଧ ଗାଁରେ ଗଣେଶ ମୂର୍ତ୍ତି ଭସାଣି ଉତ୍ସବକୁ କେନ୍ଦ୍ରକରି ସବର୍ଣ୍ଣ-ଅସବର୍ଣ୍ଣ ଗୋଷ୍ଠୀଙ୍କ ମଧ୍ୟରେ ବିବାଦ ଦେଖାଦେଇଛି। ଗୁରୁବାର ଅପରାହ୍ନରେ ଅସବର୍ଣ୍ଣ ଗୋଷ୍ଠୀଙ୍କ ପକ୍ଷରୁ ନିରଞ୍ଜନ ନାୟକ, ନକୁଳ ନାୟକ, ତାରିଣୀ ବଡ଼…

ଶ୍ରମିକ କାର୍ଡ ପାଇଁ ଟଙ୍କା ଆଦାୟ ଅଭିଯୋଗ

ଛତ୍ରପୁର,୬ା୯(ଡି.ଏନ.ଏ)- ଛତ୍ରପୁରସ୍ଥିତ ଶ୍ରମ କାର୍ଯ୍ୟାଳୟରୁ ଶ୍ରମିକ କାର୍ଡ ଓ ପଞ୍ଜୀକୃତ ଶ୍ରମିକଙ୍କୁ ସରକାରୀ ସହାୟତା ପ୍ରଦାନ ପାଇଁ କେତେଜଣ ଦଲାଲ ସକ୍ରିୟ ହୋଇଛନ୍ତି। ଏଥିପାଇଁ ଦୈନିକ ଜିଲା ଶ୍ରମ ଅଧିକାରୀଙ୍କ କାର୍ଯ୍ୟାଳୟରେ ଅପ୍ରତିକର ପରିସ୍ଥିତି ସୃଷ୍ଟି ହେଉଛି। ଏପରିକି ଜିଲାପାଳଙ୍କ କାର୍ଯ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?